32.9 C
Balāngīr
Sunday, April 20, 2025

ମିଶନ ଶକ୍ତିର ବଦଳିବ ରୂପରେଖ : ପ୍ରଭାତୀ ପରିଡା

Must read

ଅଙ୍ଗନବାଡି କେନ୍ଦ୍ରରେ ପୋଷଣ ପକ୍ଷ ପାଳିତ

ଗଞ୍ଜାମ, (୧୯/୦୪) : ଆପ୍ର. : ଗଞ୍ଜାମ ସହରସ୍ଥିତ ଆଖଡ଼ାବନ୍ଧ ସାହି ଅଙ୍ଗନବାଡି କେନ୍ଦ୍ରରେ ପୋଷଣ ପକ୍ଷ କାର୍ଯ୍ୟକ୍ରମ ପାଳିତ ହୋଇଯାଇଛି । ଆଖଡ଼ାବନ୍ଧ ସାହି, ପଣ୍ଡା ସାହି, ଗୌଡ଼ ସାହି ଓ ମଧ୍ୟଖଣ୍ଡ...

ଭୁବନେଶ୍ୱର, (୦୮/୦୪) : ଆପ୍ର. : ଚଳିତ ମାସରେ ସ୍ଵୟଂ ସହାୟକ ଗୋଷ୍ଠୀକୁ ରି ଅର୍ଗାନାଇଜ କରାଯିବ । ଜିପିଏଲଏଫ୍ , ସିପିଏଲ୍‌, ବିଏଲଏଫଙ୍କୁ ଜିଲ୍ଲା ଓ ରାଜ୍ୟସ୍ତରରେ ନୂଆ ନିଯୁକ୍ତି ଦିଆଯିବ ।

ଏ ନେଇ ସୂଚନା ଦେଇଛନ୍ତି ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡା । ପ୍ରତି ପରିବାରକୁ ସ୍ୱୟଂ ସହାୟକ ଗୋଷ୍ଠୀ ସହ ଯୋଡିବାକୁ କେନ୍ଦ୍ର ସରକାର କହିଥିଲେ । ପୂର୍ବ ସରକାରରେ ବହୁତ ବଞ୍ଚିତ ପରିବାର ଅଛି । କିଛି ନିର୍ଦ୍ଦିଷ୍ଟ ଗୋଷ୍ଠୀର ମହିଳାଙ୍କୁ ବାହାର କରି ଦେଇଥିଲେ। ଏବେ ରାଜ୍ୟ ସରକାରଙ୍କ ମିଶନ ଶକ୍ତି ବିଭାଗ ପ୍ରୟାସ କରି ସବୁ ଘରକୁ ଗ୍ରୁପ ସହ ଯୋଡିବାକୁ ଚେଷ୍ଟା ଆରମ୍ଭ କରିଛନ୍ତି ।

ଏବେ ସମସ୍ତେ ଜିପିଏଲର ନିର୍ବାଚନରେ ଭାଗ ନେବାର ସୁଯୋଗ ମିଳିବ । ପୂର୍ବରୁ ଯେଉଁମାନେ ସଭାପତି ଓ ସମ୍ପାଦକ ଅଛନ୍ତି, ସେମାନଙ୍କୁ ବାହାର କରି ନୂଆ ଲୋକ ହେବେ । ତୃଣମୂଳ ସ୍ତରରେ ନେତୃତ୍ୱ ସୃଷ୍ଟି ପାଇଁ ଚେଷ୍ଟା ହେବ । ଚଳିତ ମାସରେ ସ୍ଵୟଂ ସହାୟକ ଗୋଷ୍ଠୀକୁ ପୁନଃ ସଂଗଠିତ କରାଯିବ । ପୂର୍ବରୁ ରାଜନୈତିକ ଉଦ୍ଦେଶ୍ୟ ରଖି ଲୋକଙ୍କୁ ଗ୍ରୁପ ସହ ଯୋଡି ଥିଲେ । ଏବେ ସମସ୍ତେ ଜିପିଏଲର ନିର୍ବାଚନରେ ଭାଗ ନେବାର ସୁଯୋଗ ମିଳିବ । ଏହା ପର ମାସରେ ଜିପିଏଲଫ ଓ ସିଏଲଫ, ବିଏଲଏଫଙ୍କୁ ଜିଲ୍ଲା ସ୍ତର ଓ ରାଜ୍ୟ ସ୍ତରରେ ନୂଆ ନିଯୁକ୍ତି ଦିଆଯିବ । ଯେଉଁମାନେ ୨ ଥର୪ ବର୍ଷରୁ ଅଧିକ ରହି ସାରିଛନ୍ତି । ସେମାନେ ଆଉ ରହି ପାରିବେନି ।

ପୂର୍ବ ସରକାର ସେମାନଙ୍କ ଭୋଟ ପାଇଁ ରାଜନୈତିକ ଉଦେଶ୍ୟ ରଖି ତିଆରି କରାଯାଇଥିଲା । ସେଥିପାଇଁ ରାଜ୍ୟରେ ସ୍ବୟଂ ସହାୟକ ଗୋଷ୍ଠୀଙ୍କ ରେଜିଷ୍ଟ୍ରେସନ ନାହିଁ । ବିନା ରେଜିଷ୍ଟ୍ରେସନରେ କୋଟି କୋଟି ଟଙ୍କା ଦିଆଯାଇଛି । ରେଜିଷ୍ଟ୍ରେସନ ନ ଥିବାରୁ ଅଡ଼ିଟ ନାହିଁ । କିନ୍ତୁ ଏବେ ମହିଳାଙ୍କ ବିକାଶ ପାଇଁ କାମ କରିବେ ନୂଆ ସରକାର । ପାତର ଅନ୍ତର ହେବ ନାହିଁ ।

- Advertisement -spot_img

More articles

Leave a Reply

- Advertisement -spot_img

Latest article

ଅଙ୍ଗନବାଡି କେନ୍ଦ୍ରରେ ପୋଷଣ ପକ୍ଷ ପାଳିତ

ଗଞ୍ଜାମ, (୧୯/୦୪) : ଆପ୍ର. : ଗଞ୍ଜାମ ସହରସ୍ଥିତ ଆଖଡ଼ାବନ୍ଧ ସାହି ଅଙ୍ଗନବାଡି କେନ୍ଦ୍ରରେ ପୋଷଣ ପକ୍ଷ କାର୍ଯ୍ୟକ୍ରମ ପାଳିତ ହୋଇଯାଇଛି । ଆଖଡ଼ାବନ୍ଧ ସାହି, ପଣ୍ଡା ସାହି, ଗୌଡ଼ ସାହି ଓ ମଧ୍ୟଖଣ୍ଡ...

ଜଗନ୍ନାଥ ଡିଗ୍ରୀ କଲେଜରେ +୩ ତୃତୀୟ ବର୍ଷର ଛାତ୍ରଛାତ୍ରୀଙ୍କୁ ବିଦାୟ ସମ୍ବର୍ଦ୍ଧନା ଉତ୍ସବ

ବଲାଙ୍ଗିର, (୧୯/୦୪) : ଆପ୍ର. : ଆଜି ବଲାଙ୍ଗିର ସଦରବ୍ଲକ ଅନ୍ତର୍ଗତ ସାହାଜବାହାଲ ଗ୍ରାମର ଜଗନ୍ନାଥ ଡିଗ୍ରୀ କଲେଜରେ, +୩ ତୃତୀୟ ବର୍ଷର ଓଡ଼ିଆ ବିଭାଗର ବିଦାୟ ସମାରୋହ ପାଳନ ହୋଇଯାଇଛି । ଏଇ...

ଖୁବଶୀଘ୍ର ଆସିବ ନୂଆ ରାସନ କାର୍ଡ ଓ ନୂଆ ତାଲିକା

ଭୁବନେଶ୍ୱର, (୧୯/୦୪) : ଆପ୍ର. : ରାସନ କାର୍ଡ ହିତାଧିକାରୀଙ୍କ ପାଇଁ ଆସିଲା ବଡ଼ ଖବର । ରାଜ୍ୟରେ ଖୁବଶୀଘ୍ର ଯୋଗ୍ୟ ହିତାଧିକାରୀଙ୍କୁ ନୂଆ ରାସନ କାର୍ଡ ମିଳିବ । ଏନେଇ ଆଜି ରାଜ୍ୟ...

ବୈତରଣୀ କେଶରି କୁଣ୍ଡରେ ଗାଧୋଇବା ବେଳେ ବୁଡ଼ିଗଲେ ୨ ଦଶମ ଶ୍ରେଣୀ ଛାତ୍ର

କେନ୍ଦୁଝର, (୧୯/୦୪) : ଆପ୍ର. : ଗାଧୋଇବା ବେଳେ ବୁଡ଼ିଗଲେ ୨ ଜଣ ଦଶମ ଛାତ୍ର। ଚମ୍ପୁଆ ସରେଇ ଗାଁଆ ବୈତରଣୀ ନଦୀ କେଶରୀ କୁଣ୍ଡରେ ଗାଧୋଇବା ବେଳେ ଦୁଇ ଛାତ୍ର ବୁଡି...

ରେଳ ଧାରଣରୁ ଅଜଣା ଯୁବକଙ୍କ ମୃତଦେହ ଉଦ୍ଧାର

କଣ୍ଟାବାଞ୍ଜି, (୧୯/୦୪) : ଆପ୍ର. : ହରିଶଙ୍କର ରୋଡ଼ -ତୁରେକେଲା ରୋଡ଼ ରେଳ ଷ୍ଟେସନ ନିକଟରେ ଅଭାବନୀୟ ଘଟଣା । ରେଳ ଧାରଣାରୁ ଜଣେ ଅଜଣା ଯୁବକଙ୍କ ମୃତଦେହ ଉଦ୍ଧାର ହୋଇଛି । ବତ୍ତର୍ମାନ୍...