32.9 C
Balāngīr
Wednesday, April 30, 2025

ମୁଖ୍ୟମନ୍ତ୍ରୀଙ୍କ କାର୍ଯ୍ୟାଳୟ, ଓଡ଼ିଶା, ରାଜ୍ୟରେ କାର୍ଯ୍ୟକାରୀ ହେବ ଆୟୁଷ୍ମାନ ଭାରତ-ପ୍ରଧାନମନ୍ତ୍ରୀ ଜନ ଆରୋଗ୍ୟ ଯୋଜନା ଏବଂ ଗୋପବନ୍ଧୁ ଜନ ଆରୋଗ୍ୟ ଯୋଜନା

Must read

  • ଏପ୍ରିଲ ପହିଲାରୁ ଆୟୁଷ୍ମାନ ଭାରତ ପ୍ରଧାନମନ୍ତ୍ରୀ ଜନ ଆରୋଗ୍ୟ ଯୋଜନା-ଗୋପବନ୍ଧୁ ଜନ ଆରୋଗ୍ୟ ସଂଯୁକ୍ତ ଯୋଜନାର ଶୁଭାରମ୍ଭ
  • ଆୟୁଷ୍ମାନ ବୟୋବନ୍ଦନା ଯୋଜନାର ମଧ୍ୟ ହେବ ଶୁଭାରମ୍ଭ, ୭୦ ବର୍ଷରୁ ଅଧିକ ସମସ୍ତେ ପାଇବେ ଚିକିତ୍ସା ସୁବିଧା
  • ୭୦ ବର୍ଷରୁ ଅଧିକ ବୟସ୍କ ଲୋକ ଥିଲେ ପରିବାର ପିଛା ସର୍ବାଧିକ ଚିକିତ୍ସା ସୁବିଧା ୧୫ ଲକ୍ଷ ଟଙ୍କା
  • ସମୁଦାୟ ୩.୫୨ କୋଟି ଲୋକ ହେବେ ଉପକୃତ

ଭୁବନେଶ୍ୱର, (୧୨/୦୩) ଆ.ପ୍ର. : ରାଜ୍ୟରେ କାର୍ଯ୍ୟକାରୀ ହେବ ଆୟୁଷ୍ମାନ ଭାରତ-ପ୍ରଧାନମନ୍ତ୍ରୀ ଜନ ଆରୋଗ୍ୟ ଯୋଜନା ଏବଂ ଗୋପବନ୍ଧୁ ଜନ ଆରୋଗ୍ୟ ଯୋଜନା

ଆସନ୍ତା ଏପ୍ରିଲ ପହିଲା ଦିନ ସାରା ରାଜ୍ୟରେ ଏହି ଯୋଜନାର ଶୁଭାରମ୍ଭ ହେବ । ଏହା ସହିତ ଆୟୁଷ୍ମାନ ବୟୋବନ୍ଦନା ଯୋଜନାର ମଧ୍ୟ ସେହିଦିନ ଶୁଭାରମ୍ଭ ହେବ । ଆଜି ଲୋକସେବା ଭବନରେ ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ଏକ ବୈଠକରେ ଏହି ନିଷ୍ପତ୍ତି ନିଆଯାଇଛି । ଏହି ଯୋଜନାର ଶୁଭାରମ୍ଭ ପାଇଁ ରାଜ୍ୟର ସମସ୍ତ ୧୪୩୮ ପ୍ରାଥମିକ ସ୍ୱାସ୍ଥ୍ୟକେନ୍ଦ୍ରରେ କାର୍ଯ୍ୟକ୍ରମ ଅନୁଷ୍ଠିତ ହେବ। ଯୋଜନାର ପ୍ରଚାର ଓ ପ୍ରସାର ପାଇଁ ବ୍ୟାପକ ସଚେଚନତା ଅଭିଯାନ ଆରମ୍ଭ କରାଯିବ ।

ସୂଚନାଯୋଗ୍ୟ ଯେ, ଆୟୁଷ୍ମାନ ପ୍ରଧାନମନ୍ତ୍ରୀ ଜନ ଆରୋଗ୍ୟ ଯୋଜନା ଓଡ଼ିଶାରେ କାର୍ଯ୍ୟକାରୀ ହେବା ପାଇଁ ଜାନୁଆରୀ ୧୩ ତାରିଖ ଦିନ ନୂଆଦିଲ୍ଲୀ ଠାରେ ଜାତୀୟ ସ୍ୱାସ୍ଥ୍ୟ କର୍ତ୍ତୃପକ୍ଷଙ୍କ ସହିତ ରାଜ୍ୟ ସରକାରଙ୍କ ଏକ ଚୁକ୍ତିନାମା ସ୍ୱାକ୍ଷରିତ ହୋଇଥିଲା । ବୈଠକର ତଥ୍ୟ ଅନୁଯାୟୀ ଉଭୟ ଆୟୁଷ୍ମାନ ଭାରତ ପ୍ରଧାନମନ୍ତ୍ରୀ ଜନ ଆରୋଗ୍ୟ ଯୋଜନା ଓ ଗୋପବନ୍ଧୁ ଜନ ଆରୋଗ୍ୟ ଯୋଜନାରେ ରାଜ୍ୟର ୧ କୋଟି ୦୩ ଲକ୍ଷରୁ ଉର୍ଦ୍ଧ୍ୱ ପରିବାର ଉପକୃତ ହେବେ । ବ୍ୟକ୍ତିଗତ ଭାବେ ୩.୪୬ କୋଟିରୁ ଉର୍ଦ୍ଧ୍ୱ ଲୋକ ଉପକୃତ ହେବେ। ଏହି ଦୁଇଟି ଯୋଜନା ଓଡ଼ିଶାରେ ସଂଯୁକ୍ତ ଭାବରେ କାର୍ଯ୍ୟକାରୀ (Co-Branding) କରାଯିବ ।

ଏହି ଦୁଇଟି ଯୋଜନା ପାଇଁ ପ୍ରତ୍ୟେକ ହିତାଧିକାରୀଙ୍କୁ ଗୋଟିଏ କାର୍ଡ (Co-Branded Card) ଯୋଗାଇ ଦିଆଯିବ। ବୟୋବନ୍ଦନା ଯୋଜନାରେ ହିତାଧିକାରୀମାନେ ଅଲଗା ଏକ ସ୍ୱତନ୍ତ୍ର କାର୍ଡ ପାଇବେ । ଆୟୁଷ୍ମାନ ଭାରତ ପ୍ରଧାନମନ୍ତ୍ରୀ ଜନ ଆରୋଗ୍ୟ ଯୋଜନାରେ ୬୭ ଲକ୍ଷ ୮୦ ହଜାରରୁ ଅଧିକ ପରିବାର ଉପକୃତ ହେବାକୁ ଥିବାବେଳେ ଗୋପବନ୍ଧୁ ଜନ ଆରୋଗ୍ୟ ଯୋଜନାରେ ୩୫ ଲକ୍ଷ ୮୪ ହଜାରରୁ ଅଧିକ ପରିବାର ଉପକୃତ ହେବେ ।

ସେହିପରି ୭୦ ବର୍ଷ ବୟସରୁ ଅଧିକ ବୟସର ଲୋକମାନଙ୍କୁ ଆୟୁଷ୍ମାନ ବୟୋବନ୍ଦନା ଯୋଜନାରେ ସାମିଲ କରାଯିବ। ସୂଚନା ଅନୁଯାୟୀ ୭୦ ବର୍ଷରୁ ଉର୍ଦ୍ଧ୍ୱ ବୟସର ଲୋକଙ୍କ ସଂଖ୍ୟା ୨୩, ୧୨, ୯୭୯। ତେବେ ଏମାନଙ୍କ ମଧ୍ୟରୁ ପ୍ରାୟ ୧୭ ଲକ୍ଷ ଆୟୁଷ୍ମାନ ଭାରତ ପ୍ରଧାନମନ୍ତ୍ରୀ ଜନ ଆରୋଗ୍ୟ ଯୋଜନା ଓ ଗୋପବନ୍ଧୁ ଜନ ଆରୋଗ୍ୟ ଯୋଜନାରେ ସାମିଲ ଥିବାରୁ ଅଧିକ ୬ ଲକ୍ଷ ହିତାଧିକାରୀ ଏହି ଯୋଜନାରେ ଯୋଡ଼ିହେବେ ।

ଏହାଦ୍ୱାରା ରାଜ୍ୟର ସମୁଦାୟ ୩.୫୨ କୋଟି ଲୋକ ଉପକୃତ ହେବେ। ପ୍ରତ୍ୟେକ ପୁରୁଷ ହିତାଧିକାରୀଙ୍କୁ ୫ ଲକ୍ଷ ଟଙ୍କା ପର୍ଯ୍ୟନ୍ତ ଚିକିତ୍ସା ସୁବିଧା ଦିଆଯିବା ବେଳେ ପ୍ରତ୍ୟେକ ମହିଳା ହିତାଧିକାରୀଙ୍କୁ ୧୦ ଲକ୍ଷ ଟଙ୍କା ପର୍ଯ୍ୟନ୍ତ ଚିକିତ୍ସା ପ୍ରଦାନ କରାଯିବ । ଗୋଟିଏ ପରିବାରରେ ୭୦ ବର୍ଷରୁ ଅଧିକ ବୟସର ହିତାଧିକାରୀ ଥିଲେ, ପରିବାର ପ୍ରତି ଚିକିତ୍ସା ଖର୍ଚ୍ଚ ସର୍ବାଧିକ ୧୫ ଲକ୍ଷ ଟଙ୍କା ହେବ। ହିତାଧିକାରୀମାନେ ଦେଶର ୨୯ ହଜାରରୁ ଅଧିକ ସରକାରୀ ଓ ପଞ୍ଜୀକୃତ ବେସରକାରୀ ଡାକ୍ତରଖାନାରେ ଚିକିତ୍ସା ସୁବିଧା ପାଇପାରିବେ ।

ଏହି ବୈଠକରେ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରୀ ଡକ୍ଟର ମୁକେଶ ମହାଲିଙ୍ଗ, ମୁଖ୍ୟ ଶାସନ ସଚିବ ଶ୍ରୀ ମନୋଜ ଆହୁଜା, ଉନ୍ନୟନ କମିଶନର ଶ୍ରୀମତୀ ଅନୁ ଗର୍ଗ, ସୂଚନା ଓ ଲୋକସମ୍ପର୍କ ବିଭାଗ ପ୍ରମୁଖ ଶାସନ ସଚିବ ଶ୍ରୀ ସଞ୍ଜୟ କୁମାର ସିଂହ, ଆଇଟି ବିଭାଗ ପ୍ରମୁଖ ଶାସନ ସଚିବ ଶ୍ରୀ ବିଶାଲ ଦେବ, ସ୍ୱାସ୍ଥ୍ୟ ବିଭାଗ ଶାସନ ସଚିବ ଶ୍ରୀମତୀ ଅଶ୍ବତୀ ଏସ୍‍ ଏବଂ ସ୍ୱାସ୍ଥ୍ୟ ବିଭାଗର ବରିଷ୍ଠ ଅଧିକାରୀମାନେ ଉପସ୍ଥିତ ଥିଲେ ।

- Advertisement -spot_img

More articles

- Advertisement -spot_img

Latest article

ଉପାନ୍ତ ଅଞ୍ଚଳରେ ପାନୀୟ ଜଳ କଷ୍ଟ

କୋଲନରା, (୨୯/୦୪) : ଆପ୍ର. : ବଣ ଜଙ୍ଗଲ ଘେରା ଉପାନ୍ତ ଅଞ୍ଚଳରେ ଟିକର ପଡା ଗ୍ରାମ ଅବସ୍ଥିତ । ଗ୍ରାମରେ ମୋଟ ୪୫ ଗୋଟି ପରିବାର ରହୁଥିବା ବେଳେ ୨୧୫ ଜଣ...

ଅଲ୍ ଓଡିଶା ଈପିଏଫ୍ ପେନସନର୍ ଆସୋସିଏସନର ସ୍ମାରକ ପତ୍ ପ୍ରଦାନ

ରାୟଗଡ଼ା, (୨୯/୪) : ଆପ୍ର. : ଅଲ୍ ଓଡିଶା ଈପିଏଫ୍ ପେନସନର୍ ଆସୋସିଏସନର ଡାକରାରେ ରାୟଗଡ଼ ଜିଲ୍ଲା ଶାଖା ତରଫରୁ ଈପିଏଫ୍ ପେନସନରସ୍ ତଥା ବରିଷ୍ଠ ନାଗରିକ ମାନେ ସ୍ଥାନୀୟ ଜିଲ୍ଲାପାଳଙ୍କ ଜରିଆରେ...

କୁମୁଲି ପ୍ରାଥମିକ ଶିକ୍ଷକ ସଂଘର ନୂତନ କର୍ମକର୍ତ୍ତା ଚୟନ

କୋରାପୁଟ, (୩୦/୪) : ଆପ୍ର. : ନିଖିଳ ଉତ୍କଳ ପ୍ରାଥମିକ ଶିକ୍ଷକ ସଂଘ, କଟକର ବୋରିଗୁମ୍ମା ବ୍ଲକ୍ କୁମୁଲି ସର୍କଲ ଅନ୍ତର୍ଗତ ୮ ଗୋଟି କ୍ଲଷ୍ଟରର ପ୍ରାଥମିକ ଶିକ୍ଷକ ସଂଘର ଅବଧି ସଂପୂର୍ଣ୍ଣ...

କାଶୀନଗର ବିଜ୍ଞାପିତ ଅଞ୍ଚଳ ପରିଷଦରେ କାଉନସିଲ ବୈଠକ ଅନୁଷ୍ଠିତ

କାଶୀନଗର, (୨୯/୪) : ଆପ୍ର. : ଗଜପତି ଜିଲ୍ଲାରେ କାଶୀନଗର ବିଜ୍ଞାପିତ ଅଞ୍ଚଳ ପରିଷଦ ଅସ୍ଥାୟୀ କାର୍ଯ୍ୟାଳୟ ସଭାଗୃହ ଠାରେ କାଉନସିଲ ବୈଠକ ଅନୁଷ୍ଠିତ ହୋଇଥିଲା । ଏନ୍ଏସି ଅଧ୍ୟକ୍ଷା ଏମ. ସୁଧାରାଣୀ, ଉପାଧ୍ୟକ୍ଷ...

ବିବେକାନନ୍ଦ ଙ୍କ ଦର୍ଶନ ଉପରେ ମାର୍ଗ ଦର୍ଶନ କଲେ ସ୍ୱାଧି କାଞ୍ଚନ ସୋମ ଅଗ୍ରୱାଲା

ସୁବର୍ଣ୍ଣପୁର, (୨୯/୦୪) ଆ.ପ୍ର : ମଙ୍ଗଳବାର ସନ୍ଧ୍ୟା ରେ ଶ୍ରୀ ଗୋପାଳଜୀ ଯୋଗାଶ୍ରମ ମହାନଦୀ ଯୋଗବିହାର ସୁବର୍ଣ୍ଣପୁର ଠାରେ ସ୍ୱାମୀ ବିବେକାନନ୍ଦ ଙ୍କର ଦର୍ଶନ ଏବଂ ହିନ୍ଦୁ ଧର୍ମ ପ୍ରଚାର ପ୍ରସାର ରେ...