32.9 C
Balāngīr
Monday, April 28, 2025

ମୁଖ୍ୟମନ୍ତ୍ରୀଙ୍କ କାର୍ଯ୍ୟାଳୟ, ଓଡିଶା : ରାଜ୍ୟରେ ଗ୍ରୀଷ୍ମ ପ୍ରବାହର ମୁକାବିଲା ପ୍ରସ୍ତୁତି ସଂପର୍କରେ ମୁଖ୍ୟମନ୍ତ୍ରୀଙ୍କ ସମୀକ୍ଷା

Must read

  1. ସ୍କୁଲ ଗୁଡିକୁ ସକାଳୁଆ କରିବା ପାଇଁ ତୁରନ୍ତ sop ଜାରି କରିବାକୁ ମୁଖ୍ୟମନ୍ତ୍ରୀଙ୍କ ନିର୍ଦ୍ଦେଶ
  2. ସକାଳ ୭ଟା ରୁ ୯ଟା ମଧ୍ୟରେ ଅଙ୍ଗନବାଡି କେନ୍ଦ୍ର ଖୋଲା ରହିବ
  3. ଗ୍ରୀଷ୍ମ ପ୍ରବାହର ମୁକାବିଲା ପାଇଁ ବ୍ୟାପକ ସଚେତନତା କାର୍ଯ୍ୟକ୍ରମ ଉପରେ ମୁଖ୍ୟମନ୍ତ୍ରୀଙ୍କ ଗୁରୁତ୍ବ ଆରୋପ
  4. ଏକ ସପ୍ତାହ ମଧ୍ୟରେ ନଳକୂପ ସ୍ଥାପନ ଓ ମରାମତି କରିବାକୁ ଜିଲ୍ଲାପାଳ ମାନଙ୍କୁ ନିର୍ଦ୍ଦେଶ
  5. ଦିନ ୧୧ଟା ରୁ ୫ଟା ଏବଂ ରାତି ୯ଟା ରୁ ସକାଳ ୬ଟା ପର୍ଯ୍ୟନ୍ତ ବିଦ୍ୟୁତ କାଟ ନ କରିବାକୁ ମୁଖ୍ୟମନ୍ତ୍ରୀଙ୍କ ନିର୍ଦ୍ଦେଶ

ଭୁବନେଶ୍ବର, (୧୮/୦୩) : ଆଜି ସଂଧ୍ୟାରେ ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀ ଲୋକସେବା ଭବନଠାରେ ରାଜ୍ୟରେ ଗ୍ରୀଷ୍ମ ପ୍ରବାହର ମୁକାବିଲା ପାଇଁ ନିଆଯାଇଥିବା ପ୍ରସ୍ତୁତି ସଂପର୍କରେ ସମୀକ୍ଷା କରିଛନ୍ତି ।

ବୈଠକରେ ସମସ୍ତ ଜିଲ୍ଲାପାଳ ଓ ଉପସ୍ଥିତ ବିଭିନ୍ନ ବିଭାଗର ସଚିବ ସ୍ତରୀୟ ଅଧିକାରୀ ମାନଙ୍କୁ ମୁଖ୍ୟମନ୍ତ୍ରୀ କହିଲେ ଯେ ଚଳିତ ବର୍ଷ ରାଜ୍ୟରେ ଗ୍ରୀଷ୍ମ ପ୍ରବାହ ଆଗୁଆ ଆସିଛି । ରାଜ୍ୟର ଅନେକ ଜିଲ୍ଲାରେ ତାପମାତ୍ରା ଅଧିକ ରହୁଛି । ଯଦିଓ ପାଣିପାଗ ବିଭାଗର ଆକଳନ ଅନୁଯାୟୀ ଆଗାମୀ ଦିନରେ ତାପମାତ୍ରା କମିବ, ତେବେ ଆମକୁ ସତର୍କତା ଅବଲମ୍ବନ କରିବାକୁ ପଡିବ । ସରକାରୀ ସ୍ତରରେ ଗ୍ରୀଷ୍ମ ପ୍ରବାହର ମୁକାବିଲା ପାଇଁ ଯାହା SOP ଜାରି କରାଯାଇଛି, ତାକୁ ଦୃଷ୍ଟିରେ ରଖି ଜିଲ୍ଲାପାଳ ମାନେ କାର୍ଯ୍ୟ କରିବା ପାଇଁ ମୁଖ୍ୟମନ୍ତ୍ରୀ ନିର୍ଦ୍ଦେଶ ଦେବା ସହିତ ଆବଶ୍ୟକସ୍ଥଳେ SOP ବାହାରେ ମଧ୍ୟ କାମ କରିବା ପାଇଁ ଜିଲ୍ଲାପାଳ ମାନଙ୍କୁ ପରାମର୍ଶ ଦେଇଥିଲେ ।

ଜିରୋ କାଜୁଆଲ୍‌ଟି ଲକ୍ଷ୍ୟ ରଖି ସମସ୍ତେ କାର୍ଯ୍ୟ କରିବା ପାଇଁ ମୁଖ୍ୟମନ୍ତ୍ରୀ ଗୁରୁତ୍ବ ଦେଇଥିଲେ। ସେ କହିଥିଲେ ଯେ ଅଂଶୁଘାତର ମୁକାବିଲା ପାଇଁ ଛାଇ ଓ ପାଣି ହେଉଛି ସବୁଠାରୁ ଗୁରୁତ୍ବପୂର୍ଣ୍ଣ । ସହରାଞ୍ଚଳରେ ଟ୍ରାଫିକ ଛକ ଏବଂ ଗ୍ରାମାଞ୍ଚଳରେ ବସ୍‌ଷ୍ଟାଣ୍ଡ ଗୁଡିକରେ ଛାଇ ପାଇଁ ଟେଣ୍ଟ ବ୍ୟବସ୍ଥା ଓ ଜଳଛତ୍ର ବ୍ୟବସ୍ଥା କରିବା ପାଇଁ ସମସ୍ତେ ଯତ୍ନବାନ ହେବା ପାଇଁ ସେ ପରାମର୍ଶ ଦେଇଥିଲେ । ବିଗତ ଦିନରେ ସଚେତନତାମୂଳକ ପ୍ରଚାର ପ୍ରସାର ଜରିଆରେ ଆମେ ସଫଳତା ପାଇଛୁ । ତେଣୁ ଅଂଶୁଘାତରୁ ରକ୍ଷା ପାଇବା ପାଇଁ ଟିଭି, ରେଡିଓ, ଖବରକାଗଜ ଓ ସାମାଜିକ ଗଣମାଧ୍ୟମ ଜରିଆରେ ବ୍ୟାପକ ପ୍ରଚାର ପ୍ରସାର ଉପରେ ମୁଖ୍ୟମନ୍ତ୍ରୀ ଗୁରୁତ୍ବ ଆରୋପ କରିଥିଲେ ।

ସେହିପରି ସ୍କୁଲ ଗୁଡିକୁ ଯଥାଶୀଘ୍ର ସକାଳୁଆ କରିବା ପାଇଁ ତୁରନ୍ତ sop ଜାରି କରିବା ପାଇଁ ମୁଖ୍ୟମନ୍ତ୍ରୀ ବିଭାଗକୁ ନିର୍ଦ୍ଦେଶ ଦେଇଥିଲେ । ଏଥିସହିତ ଅଙ୍ଗନବାଡି କେନ୍ଦ୍ର ଗୁଡିକ ସମୟ ପରିବର୍ତ୍ତନ କରି ସକାଳ ୭ଟା ରୁ ୯ଟା ମଧ୍ୟରେ ରଖିବା ପାଇଁ ମୁଖ୍ୟମନ୍ତ୍ରୀ ନିର୍ଦ୍ଦେଶ ଦେଇଥିଲେ । ମୁଖ୍ୟମନ୍ତ୍ରୀ କହିଥିଲେ ଯେ ପଞ୍ଚାୟତିରାଜ ବିଭାଗ ପକ୍ଷରୁ ୧୭ ହଜାରରୁ ଅଧିକ ନଳକୂପ ମଞ୍ଜୁର କରାଯାଇଛି । କୌଣସି ଜାଗାରେ ଯେପରି ପାଣି ପାଇଁ ଅସୁବିଧା ନ ହୁଏ, ତାହାକୁ ଦୃଷ୍ଟିରେ ରଖି ସପ୍ତାହକ ମଧ୍ୟରେ ନଳକୂପ ସ୍ଥାପନ ଓ ମରାମତି କରିବା ପାଇଁ ଜିଲ୍ଲାପାଳ ମାନଙ୍କୁ ପଦକ୍ଷେପ ନେବାକୁ କଡା ନିର୍ଦ୍ଦେଶ ଦେଇଥିଲେ ।

ଯେଉଁସବୁ ଅଞ୍ଚଳରେ ପାନୀୟ ଜଳର ଅଭାବ ପରିଲକ୍ଷିତ ହେଉଛି, ସେ ସବୁ ଅଞ୍ଚଳକୁ ଚିହ୍ନଟ କରି ବୋର୍‌ୱେଲ ଓ ନଳକୂପର ବ୍ୟବସ୍ଥା କରିବା ପାଇଁ ମୁଖ୍ୟମନ୍ତ୍ରୀ ଜିଲ୍ଲାପାଳ ମାନଙ୍କୁ ପରାମର୍ଶ ଦେଇଥିଲେ । ସେହିପରି ଉଭୟ ସରକାରୀ ଓ ବେସରକାରୀ କ୍ଷେତ୍ରରେ କାର୍ଯ୍ୟରତ ଶ୍ରମିକ ମାନଙ୍କ ପାଇଁ ଦିନ ୧୧ଟା ରୁ ଅପରାହ୍ନ ୩ଟା ପର୍ଯ୍ୟନ୍ତ କାମ ବନ୍ଦ ରଖିବା ପାଇଁ ନିର୍ଦ୍ଦେଶନାମା ଜାରି କରିବା ପାଇଁ ସଂପୃକ୍ତ ବିଭାଗକୁ ନିର୍ଦ୍ଦେଶ ଦେଇଥିଲେ ।

ଖରା ଦିନେ ବିଦ୍ୟୁତ କାଟ୍‌ ଉପରେ ଆଲୋକପାତ କରି ମୁଖ୍ୟମନ୍ତ୍ରୀ କହିଥିଲେ ଯେ ଦିନ ୧୧ଟା ରୁ ୫ଟା ଏବଂ ରାତି ୯ଟା ରୁ ସକାଳ ୬ଟା ପର୍ଯ୍ୟନ୍ତ ଯେପରି ବିଦ୍ୟୁତ କାଟ୍‌ ନ ହୁଏ, ସେଥିପ୍ରତି ଦୃଷ୍ଟି ଦେବାକୁ ସେ ଶକ୍ତି ବିଭାଗକୁ କଡା ନିର୍ଦ୍ଦେଶ ଦେଇଥିଲେ । ଅଘୋଷିତ ବିଦ୍ୟୁତ କାଟ୍‌ ଯେପରି ନ ହୁଏ, ସେଥିପ୍ରତି ଧ୍ୟାନ ଦେବାକୁ ମଧ୍ୟ ସେ କହିଥିଲେ। କାଳବୈଶାଖୀ ସମୟରେ ବିଦ୍ୟୁତ ସରବରାହ ବିଚ୍ଛିନ୍ନ ନ ହେବା ପାଇଁ ଆଗୁଆ ସତର୍କ ରହିବାକୁ ମୁଖ୍ୟମନ୍ତ୍ରୀ ପରାମର୍ଶ ଦେଇଥିଲେ। ସଭା, ସମିତି ଗୁଡିକୁ ପିକ୍‌ ଟାଇମ୍‌ରେ ଅନୁମତି ନ ଦେଇ ସକାଳେ ଓ ମଧ୍ୟାହ୍ନ ରେ କରିବା ପାଇଁ ସେ କହିଥିଲେ। ସାଂସଦ ଓ ବିଧାୟକ ମାନଙ୍କୁ ଏ ବିଷୟରେ ଅବଗତ କରିବା ପାଇଁ ମୁଖ୍ୟମନ୍ତ୍ରୀ ପରାମର୍ଶ ଦେଇଥିଲେ । ଏଥିସହିତ ଖରାଦିନେ ଗ୍ରାମାଞ୍ଚଳରେ ନିଆଁ ଲାଗିବାର ସମ୍ଭାବନା ଥିବାରୁ ଅଗ୍ନିଶମ ବିଭାଗ ସଜାଗ ରହିବାକୁ ସେ କହିଥିଲେ ।

ଗ୍ରାମାଞ୍ଚଳରେ ଗ୍ରୀଷ୍ମଜନିତ ସମସ୍ୟାର ନିରାକରଣ ପାଇଁ ସରକାରୀ ଅଧିକାରୀ ମାନଙ୍କୁ କ୍ଷେତ୍ରକୁ ପଠାଇବା ସହିତ ଜିଲ୍ଲାପାଳ ମାନେ ନିଜେ ମଧ୍ୟ ଏ କ୍ଷେତ୍ରରେ ସଂଶ୍ଳିଷ୍ଟ ରୁହନ୍ତୁ ବୋଲି ମୁଖ୍ୟମନ୍ତ୍ରୀ କହିଥିଲେ । ଲୋକଙ୍କ ସମସ୍ୟାକୁ ଦୃଷ୍ଟିରେ ରଖି, ଜିଲ୍ଲାସ୍ତରରେ ହେଉଥିବା ଅଭିଯୋଗ ପ୍ରକୋଷ୍ଠର ଶୁଣାଣୀ ସମୟ ପରିବର୍ତ୍ତନ କରି ସକାଳ ୭ଟା ରୁ ୧୦ଟା ମଧ୍ୟରେ ଶେଷ କରିବା ପାଇଁ ମୁଖ୍ୟମନ୍ତ୍ରୀ ଜିଲ୍ଲାପାଳ ମାନଙ୍କୁ ନିର୍ଦ୍ଦେଶ ଦେଇଥିଲେ ।

ଶେଷରେ ମୁଖ୍ୟମନ୍ତ୍ରୀ କହିଥିଲେ ଯେ ଏସବୁ କାମ ପାଇଁ ଆମ ସରକାରରେ ଇଛା ଶକ୍ତି କିମ୍ବା ଅର୍ଥର ଅଭାବ ରହିବ ନାହିଁ । ନୂଆ ସରକାର ଆସିବା ପରେ ସମସ୍ତଙ୍କ ସହଯୋଗରେ ଆମେ ଅନେକ ବଡ ବଡ କାର୍ଯ୍ୟ ସଫଳତାର ସହ କରିଛୁ । ତେଣୁ ଆମେ ଏହି ଗ୍ରୀଷ୍ମ ପ୍ରବାହ ପ୍ରତି ସତର୍କ ରହିଲେ, ଆମର ଜିରୋ କାଜୁଆଲିଟି ଲକ୍ଷ୍ୟ ବଜାୟ ରହିବ । ବୈଠକରେ ରାଜସ୍ବ ଓ ବିପର୍ଯ୍ୟୟ ପରିଚାଳନା ମନ୍ତ୍ରୀ ଶ୍ରୀ ସୁରେଶ ପୂଜାରୀ ଜିରୋ କାଜୁଆଲିଟି ପ୍ରତି ସଜାଗ ରହି ସମସ୍ତେ କାମ କରିବା ପାଇଁ ପରାମର୍ଶ ଦେଇଥିଲେ । ରାଜସ୍ବ ଓ ବିପର୍ଯ୍ୟୟ ପରିଚାଳନା ବିଭାଗର ଅତିରିକ୍ତ ମୁଖ୍ୟ ଶାସନ ସଚିବ ତଥା ସ୍ବତନ୍ତ୍ର ରିଲିଫ କମିଶନର ଶ୍ରୀ ଦେଓ ରଞ୍ଜନ କୁମାର ସିଂହ ଗ୍ରୀଷ୍ମ ପ୍ରବାହ ପାଇଁ ନିଆଯାଇଥିବା ବିଭିନ୍ନ ପଦକ୍ଷେପ ସଂପର୍କରେ ସୂଚନା ଦେଇଥିଲେ ।

ଏହି ବୈଠକରେ ଉନ୍ନୟନ କମିଶନର ତଥା ଅତିରିକ୍ତ ମୁଖ୍ୟ ଶାସନ ସଚିବ ଶ୍ରୀମତୀ ଅନୁ ଗର୍ଗ, ଗୃହ ବିଭାଗର ଅତିରିକ୍ତ ମୁଖ୍ୟ ଶାସନ ସଚିବ ଶ୍ରୀ ସତ୍ୟବ୍ରତ ସାହୁ, ପୋଲିସ ମହାନିର୍ଦ୍ଦେଶକ ଶ୍ରୀ ୱାଇ.ବି ଖୁରାନିଆ, ମୁଖ୍ୟମନ୍ତ୍ରୀଙ୍କ ଅତିରିକ୍ତ ମୁଖ୍ୟ ଶାସନ ସଚିବ ଶ୍ରୀ ନିକୁଞ୍ଜ ବିହାରୀ ଧଳ, ସାଧାରଣ ଅଭିଯୋଗ ଓ ସାଧାରଣ ପ୍ରଶାସନ ବିଭାଗର ଅତିରିକ୍ତ ମୁଖ୍ୟ ଶାସନ ସଚିବ ଶ୍ରୀ ସୁରେନ୍ଦ୍ର କୁମାର ଏବଂ ବିଭିନ୍ନ ବିଭାଗର ସଚିବସ୍ତରୀୟ ଅଧିକାରୀ, ଭୁବନେଶ୍ବର ପାଣିପାଗ ବିଭାଗର ମୁଖ୍ୟ ଶ୍ରୀମତୀ ମନୋରମା ମହାନ୍ତି ଓ ଆଭାସୀ ଜରିଆରେ ବିଭିନ୍ନ ଜିଲ୍ଲାର ଜିଲ୍ଲାପାଳ ମାନେ ଉପସ୍ଥିତ ଥିଲେ । ବୈଠକରେ ମୁଖ୍ୟ ଶାସନ ସଚିବ ଶ୍ରୀ ମନୋଜ ଆହୁଜା ସମସ୍ତଙ୍କୁ ସ୍ବାଗତ କରିଥିଲେ ଏବଂ ସ୍ବତନ୍ତ୍ର ରିଲିଫ କମିଶନର ଶ୍ରୀ ଦେଓ ରଞ୍ଜନ କୁମାର ସିଂହ ଧନ୍ୟବାଦ ଅର୍ପଣ କରିଥିଲେ ।

- Advertisement -spot_img

More articles

- Advertisement -spot_img

Latest article

ଅବକାରୀ ଚଢ଼ାଉରେ ମହୁଲି ମଦ ସହ ୨ଟି ସ୍କୁଟି : ୨ଟି ମୋଟର ସାଇକେଲ ଜବତ

ରାଉରକେଲା, (୨୮/୦୪) : ଆପ୍ର. : ଆଜି ରାଉରକେଲା ଅବକାରୀ ଅଧୀକ୍ଷକ ଝସକେତନ ବରିହାଙ୍କ ନିର୍ଦ୍ଦେଶ କ୍ରମେ, ରାଉରକେଲା ଅବକାରୀ ବିଭାଗ ପକ୍ଷରୁ ଜିଅବାହାଲ, ରୁପୁଟୋଲା, ସେକ୍ଟର-୩, ଝିରପାଣି, ଅଚଂଳରେ ଚଢ଼ାଉ କରି...

ହାଇୱା-ବାଇକ ଧକ୍କା : ଜଣେ ମୃତ, ତିନି ଗୁରୁତର

ପାଟଣାଗଡ଼, (୨୮/୦୪): ଆପ୍ର. : ବଲାଙ୍ଗିର ଜିଲ୍ଲା ଲରମ୍ଭା ଥାନା ଘସିଏନ ଲରମ୍ଭା ମୁଖ୍ୟରାସ୍ତା ମଝିରେ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା । ହାଇୱାକୁ ପଛପଟୁ ପିଟିଲା ବାଇକ, ଜଣେ ମୃତ ତିନିଜଣ ଗୁରୁତର ।...

ଗଞ୍ଜାମରେ ବିଭତ୍ସ ହତ୍ୟା; ଦୁଇ ଭାଇଙ୍କୁ ହତ୍ୟା କରି ଶାଳବଣ ଜଙ୍ଗଲରେ ଜାଳିଦେଲେ ଦୁବୃର୍ତ

ଗଞ୍ଜାମ, (୨୮/୦୪) : ଆପ୍ର. : ପୁଣି ଅଶାନ୍ତ ହେଲା ଗଞ୍ଜାମ । ଖଲ୍ଲିକୋର୍ଟ ବେଗୁନିଆପଡ଼ା ଥାନା ଅଞ୍ଚଳରେ ଦୁଇ ଭାଇଙ୍କୁ ମାରି ଜଙ୍ଗଲରେ ଜାଳିଦେଲେ ଦୁର୍ବୁତ୍ତ । ବେଗୁନିଆପଡା ଥାନାଞ୍ଚଳର ଶାଳବଣ ଗାଁ...

ଯାଜପୁରରେ ଚାଞ୍ଚଲ୍ୟ ,ମହିଳାଙ୍କ ହାତମୁହଁ ବାନ୍ଧି ଦୁଷ୍କର୍ମ କଲେ ,ମାଡ଼ ମାରିଲେ ଦୁର୍ବୁତ୍ତ

ଯାଜପୁର, (୨୮/୦୪) : ଆପ୍ର. : ଯାଜପୁରରେ ଲଜ୍ୟା । ଯାଜପୁର ସହରରେ ଜଣେ କର୍ମଜୀବୀ ମହିଳାଙ୍କ ହାତମୁହଁ ବାନ୍ଧି ଦୁଷ୍କର୍ମ ଘଟଣା ପୁରା ଅଞ୍ଚଳରେ ଚାଞ୍ଚଲ୍ୟ ସୃଷ୍ଟି କରିଛି । ପୀଡିତା ଲୋକଲଜ୍ୟା...

ଶଶୁର ଘରକୁ ଫେରିବା ବାଟରେ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା; ଗଛରେ ପିଟି ହେଲା ସ୍କର୍ପିଓ, ନବ ବିବାହିତଙ୍କ ସମେତ ୪ ମୃତ

ରାଉଲକେଲା, (୨୮/୦୪) : ଆପ୍ର. : ଦିଅଁ ଦର୍ଶନ ସାରି ଫେରୁଥିବା ବେଳେ ଗଛରେ ପିଟିହେଲା ସ୍କର୍ପିଓ । ଦୁର୍ଘଟଣାରେ ନବ ବିବାହିତାଙ୍କ ସମେତ ଚାଲିଗଲା ୪ ଜଣଙ୍କର ଜୀବନ ଓ ଜଣେ...