32.9 C
Balāngīr
Tuesday, May 20, 2025

ମୁଖ୍ୟମନ୍ତ୍ରୀଙ୍କ କାର୍ଯ୍ୟାଳୟ, ଓଡିଶା; କୁସୁମିତା ଠାରେ ଧରଣୀଧର ନାଏକଙ୍କ ରାଜ୍ୟସ୍ତରୀୟ ଜୟନ୍ତୀ ପାଳନ

Must read

ଶାହା ଚାରିଟେବୁଲ୍ ଟ୍ରଷ୍ଟ ପକ୍ଷରୁ ୫ଶହ ବୃକ୍ଷ ରୋପଣ

ବ୍ରହ୍ମପୁର, (୨୦/୦୫) : ଆପ୍ର. : ଛତ୍ରପୁର ବ୍ଲକ ଅନ୍ତର୍ଗତ କରାତଳି ଗ୍ରାମରେ ବିଭିନ୍ନ ଜାଗାର ଖାଲି ସ୍ଥାନ ମାନଙ୍କରେ ଶାହା ଚାରିଟେବୁଲ୍ ଟ୍ରଷ୍ଟ ପକ୍ଷରୁ ୫ଶହ ଗୁଆ ବୃକ୍ଷ-ଚାରା ରୋପଣ କରାଯାଇଛି...
  • ବିପ୍ଲବୀ ଧରଣୀଧରଙ୍କ ମାଟିରେ ସ୍ମୃତି ସଂଗ୍ରହାଳୟ ଓ ଵ୍ୟାଖ୍ୟାନ କେନ୍ଦ୍ରର ଭିତ୍ତିପ୍ରସ୍ତର ସ୍ଥାପନ କଲେ ମୁଖ୍ୟମନ୍ତ୍ରୀ, ଖର୍ଚ୍ଚ ହେବ ୫୦ କୋଟି,
  • ମୁଖ୍ୟମନ୍ତ୍ରୀଙ୍କ ଘୋଷଣା- ଧରଣୀଧରଙ୍କ ନାମରେ
  • ଭୁବନେଶ୍ୱରରେ ପ୍ରତିଷ୍ଠା ହେବ ଅତିଥି ଭବନ
  • କେନ୍ଦୁଝରରେ ୮୭ କୋଟି ଟଙ୍କାରେ ୧୦୪ଟି ପ୍ରକଳ୍ପର ଉଦ୍ଘାଟନ, ୪୪୯ କୋଟି ଟଙ୍କାରେ ୨୧୪ଟି ପ୍ରକଳ୍ପର ଭିତ୍ତିପ୍ରସ୍ତର ସ୍ଥାପନ, ୬୨୦ କୋଟି ଟଙ୍କାରେ ୨୨ଟି ନୂତନ ପ୍ରକଳ୍ପର ଘୋଷଣା
  • ସମୁଦାୟ ୧୧୫୫ କୋଟି ଟଙ୍କାରେ ୩୪୦ଟି ପ୍ରକଳ୍ପ
  • ବିପ୍ଳବ ସହିତ ଆଧ୍ୟାତ୍ମିକତାର ପ୍ରତୀକ ଥିଲେ ଧରଣୀଧର
  • ନିଜ ସ୍ୱାଭିମାନ ପାଇଁ ଲଢେଇ କରି ବଞ୍ଚିବା ବିପ୍ଲବୀ ଧରଣୀଧର ଶିଖାଇଛନ୍ତି
  • ଖୁବଶୀଘ୍ର କେନ୍ଦୁଝରରେ ହେବ ମେଗା ଇସ୍ପାତ କାରଖାନା, ୩୫ ହଜାର କୋଟି ଟଙ୍କାରେ JSW ପ୍ରତିଷ୍ଠା କରିବ ଇସ୍ପାତ କାରଖାନା
  • ଆଗକୁ ୧,୨୯,୮୦୦ କୋଟି ଟଙ୍କା ପୁଞ୍ଜିନିବେଶରେ ୩୦ଟି ପ୍ରକଳ୍ପ କେନ୍ଦୁଝର ଅର୍ଥନୀତିକୁ ସମୃଦ୍ଧ କରିବ-ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର/କେନ୍ଦୁଝର, (୦୫/୦୫) : ଆପ୍ର. : ମହାନ ବିପ୍ଳବୀ ଧରଣୀଧର ନାଏକଙ୍କ ରାଜ୍ୟସ୍ତରୀୟ ଜୟନ୍ତୀ ଆଜି ତାଙ୍କ ଜନ୍ମଭୂମି କେନ୍ଦୁଝର ଜିଲ୍ଲାର କୁସୁମିତା ଠାରେ ମହାସମାରୋହରେ ପାଳିତ ହୋଇଛି ।WhatsApp Image 2025 05 05 at 17.59.46 ମୁଖ୍ୟମନ୍ତ୍ରୀଙ୍କ କାର୍ଯ୍ୟାଳୟ, ଓଡିଶା; କୁସୁମିତା ଠାରେ ଧରଣୀଧର ନାଏକଙ୍କ ରାଜ୍ୟସ୍ତରୀୟ ଜୟନ୍ତୀ ପାଳନ

ଉକ୍ତ କାର୍ଯ୍ୟକ୍ରମରେ ମୁଖ୍ୟଅତିଥି ଭାବେ ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀ ଯୋଗଦାନ କରି ୫୦ କୋଟି ଟଙ୍କା ବ୍ୟୟ ବରାଦରେ କୁସୁମୀତା ଠାରେ ସ୍ମୃତି ସଂଗ୍ରହାଳୟ ଓ ଵ୍ୟାଖ୍ୟାନ କେନ୍ଦ୍ରର ଭିତ୍ତିପ୍ରସ୍ତର ସ୍ଥାପନ କରିବା ସହିତ ଜିଲ୍ଲାରେ ପ୍ରାୟ ୧୧୫୫ କୋଟି ଟଙ୍କା ବ୍ୟୟ ବରାଦର ସମୁଦାୟ ୩୪୦ ଗୋଟି ନୂତନ ପ୍ରକଳ୍ପର ଘୋଷଣା, ଶୁଭ ଉଦ୍ଘାଟନ ଓ ଭିତ୍ତିପ୍ରସ୍ତର ସ୍ଥାପନ କରିଛନ୍ତି।

ଏହି ଅବସରରେ ମୁଖ୍ୟମନ୍ତ୍ରୀ କହିଥିଲେଯେ, ବିଳ୍ପବ ସହିତ ଆଧ୍ୟାତ୍ମିକତାର ପ୍ରତୀକ ଥିଲେ ଧରଣୀଧର। ମହାନ ବିପ୍ଲବୀ ଧରଣୀଧର ଓଡ଼ିଶାରେ ବ୍ରିଟିଶ୍ ବିରୋଧୀ ଆନ୍ଦୋଳନରେ ନେତୃତ୍ୱ ଦେଇଥିବା ଏକ ଦୃଢ ସଂଘର୍ଷୀ ନାୟକ। ତାଙ୍କ ଦୃଢ ସଂକଳ୍ପ, ଦେଶପ୍ରେମ ଓ ତ୍ୟାଗ ଆଜି ଯୁବପିଢି ପାଇଁ ପ୍ରେରଣା ସ୍ରୋତ। ରାଜ୍ୟ ସରକାର ତାଙ୍କ ସ୍ମୃତିକୁ ଅମର କରିବା ପାଇଁ ବିଭିନ୍ନ ପଦକ୍ଷେପ ଗ୍ରହଣ କରିଛି । ପୂଜ୍ୟପୂଜା ପରମ୍ପରାକୁ ଗୁରୁତ୍ୱ ଦେଇ ଆଜି ଆମ ସରକାର ସାରା ଓଡିଶାରେ ମହାପୁରୁଷ ମାନଙ୍କ ଜୟନ୍ତୀ ସେମାନଙ୍କ ଜନ୍ମ ମାଟିରେ ପାଳନ କରୁଛି । ଏହାହିଁ ଆମ ଅସ୍ମିତାର ପରିଚୟ ।WhatsApp Image 2025 05 05 at 17.59.26 ମୁଖ୍ୟମନ୍ତ୍ରୀଙ୍କ କାର୍ଯ୍ୟାଳୟ, ଓଡିଶା; କୁସୁମିତା ଠାରେ ଧରଣୀଧର ନାଏକଙ୍କ ରାଜ୍ୟସ୍ତରୀୟ ଜୟନ୍ତୀ ପାଳନ

ଧରଣୀଧରଙ୍କ ଜୀବନୀ ହିଁ ଆମକୁ ଅଖଣ୍ଡତା ଓ ବିକାଶର ଦିଗରେ କାର୍ଯ୍ୟ କରିବାକୁ ଶିକ୍ଷା ପ୍ରଦାନ କରେ। ଜୀବନର ପ୍ରଥମ ଭାଗ ସେ ବିଦ୍ରୋହ କରି ସ୍ୱାଧୀନତାର ଅଗ୍ନି ଜଳାଇଥିଲେ ଓ ଶେଷ ଭାଗକୁ ସେ ଆଧ୍ୟାତ୍ମିକ ମାର୍ଗରେ ଯାଇ ଦେଶର ସ୍ୱାଧୀନତା ପାଇଁ ଇଶ୍ୱରଙ୍କ ଆଶୀର୍ବାଦ ଲାଭ କରିଥିଲେ। ଆଜି ଧରଣୀଧର ନାହାନ୍ତି, ତାଙ୍କ ସ୍ମୃତି ଅଛି। ବିପ୍ଲବ କରିବାର ଯେଉଁ ଚେତନା ସେ ସୃଷ୍ଟି କରିଥିଲେ, ସେ ଚେତନା ଅଛି। ଆଜି ସ୍ୱାଧୀନତା ପାଇଁ ଲଢିବାର ନାହିଁ । ଆଜିର ସମୟ ହେଉଛି ବିକାଶ ପାଇଁ ଲଢିବାର ସମୟ। ଦୀର୍ଘ ଦିନ ଧରି କେନ୍ଦୁଝରକୁ ଯେଉଁ ଅବହେଳା ହୋଇଥିଲା, ତାକୁ ଦୂର କରିବାର ସମୟ ଆଜି ଆସିଛି ବୋଲି ମୁଖ୍ୟମନ୍ତ୍ରୀ କହିଥିଲେ ।WhatsApp Image 2025 05 05 at 17.59.25 ମୁଖ୍ୟମନ୍ତ୍ରୀଙ୍କ କାର୍ଯ୍ୟାଳୟ, ଓଡିଶା; କୁସୁମିତା ଠାରେ ଧରଣୀଧର ନାଏକଙ୍କ ରାଜ୍ୟସ୍ତରୀୟ ଜୟନ୍ତୀ ପାଳନ

ଲଢେଇ କରି ବଞ୍ଚିବା ପାଇଁ ଏ ମାଟିର ବରପୁତ୍ର ଧରଣୀଧର ଆହ୍ୱାନ ଦେଇଥିଲେ ଏବଂ ସେହି ଆହ୍ୱାନକୁ କାମରେ ଲଗାଇ ଆଜି ମୁଁ ମୋ ରାଜ୍ୟର ସେବା କରିବାର ସୁଯୋଗ ପାଇଛି। ଏ ମାଟିର ଶକ୍ତି ଆମକୁ ଆହୁରି ସଶକ୍ତ କରିଛି ଏବଂ ଏକ ସମୃଦ୍ଧ ଓଡିଶା ଗଠନ କରିବା ପାଇଁ ଏହି ଶକ୍ତି ଆମକୁ ପ୍ରେରଣା ଦେଉଛି ବୋଲି ମୁଖ୍ୟମନ୍ତ୍ରୀ କହିଥିଲେ ।

ମୁଖ୍ୟମନ୍ତ୍ରୀ କହିଥିଲେ ଯେ ଧରଣୀଧରଙ୍କ ସ୍ମୃତିରେ ଭୁବନେଶ୍ୱରରେ ଏକ ଅତିଥି ଭବନ ପ୍ରତିଷ୍ଠା କରାଯିବ। ଯେଉଁ ସ୍ମୃତି ପୀଠ ପାଇଁ ଭିତ୍ତିପ୍ରସ୍ତର ରଖା ଯାଇଛି ସେଥିରେ ଧରଣୀଧରଙ୍କ ପୈତୃକ ବାସ ଗୃହର ସଂରକ୍ଷଣ କରାଯିବ ଏବଂ ତାଙ୍କ ବ୍ୟବହୃତ ସାମଗ୍ରୀ ଗୁଡିକୁ ସୁରକ୍ଷିତ କରି ରଖାଯିବ। ଧରଣୀଧରଙ୍କ ଘର ପାଖରେ ଦୁଇ ଏକର ଜମିରେ ଏକ ସଂଗ୍ରହାଳୟ ପ୍ରତିଷ୍ଠା କରାଯିବା ସହିତ ଏକ ବ୍ୟାଖ୍ୟାନ କେନ୍ଦ୍ର ମଧ୍ୟ ସ୍ଥାପନ କରାଯିବ। ଏହାକୁ ଏକ ପର୍ଯ୍ୟଟନ ଭାବେ ବିକଶିତ କରିବା ପାଇଁ ପାର୍କ ଓ ଅନ୍ୟାନ୍ୟ ସୁବିଧାର ବିକାଶ କରାଯିବ ବୋଲି ମୁଖ୍ୟମନ୍ତ୍ରୀ ଘୋଷଣା କରିଥିଲେ ।

ମୁଖ୍ୟମନ୍ତ୍ରୀ କହିଥିଲେ ଯେ, କେନ୍ଦୁଝରରେ ଖୁବଶୀଘ୍ର ଜେଏସ୍‌ଡବ୍ଲୁ ଦ୍ୱାରା ଏକ ମେଗା ଇସ୍ପାତ କାରଖାନା ପ୍ରତିଷ୍ଠା ହେବାକୁ ଯାଉଛି। ଷ୍ଟିଲପ୍ଲାଣ୍ଟ ପାଇଁ ପ୍ରଥମ ପର୍ଯ୍ୟାୟରେ ୩୫ ହଜାର କୋଟି ଟଙ୍କା ବିନିଯୋଗ ହେବ। ଏଥି ସହିତ କେନ୍ଦୁଝରରେ ସମୁଦାୟ ୧,୨୯,୮୦୦ କୋଟି ଟଙ୍କା ପୁଞ୍ଜିନିବେଶରେ ୩୦ଟି ପ୍ରକଳ୍ପ କାର୍ଯ୍ୟକାରୀ ହେବ । ଯାହାଦ୍ୱାରା ୩୦ରୁ ୩୫ ହଜାର ଯୁବକ ଯୁବତୀ ରୋଜଗାର ପାଇବେ। ଶିଳ୍ପ ପ୍ରତିଷ୍ଠାନ ସହିତ ଶିକ୍ଷା, ସ୍ୱାସ୍ଥ୍ୟ, ଗମନାଗମନ ଓ ଜଳସେଚନ ପ୍ରକଳ୍ପ ଗୁଡିକୁ ମଧ୍ୟ ପ୍ରାଧାନ୍ୟ ଦିଆଯିବ ଯାହା ଦ୍ୱାରା କେନ୍ଦୁଝର ଜିଲ୍ଲା ଅର୍ଥନୈତିକ ଦୃଷ୍ଟିକୋଣରୁ ମଧ୍ୟ ଆଗକୁ ଯିବ।WhatsApp Image 2025 05 05 at 17.59.25 1 ମୁଖ୍ୟମନ୍ତ୍ରୀଙ୍କ କାର୍ଯ୍ୟାଳୟ, ଓଡିଶା; କୁସୁମିତା ଠାରେ ଧରଣୀଧର ନାଏକଙ୍କ ରାଜ୍ୟସ୍ତରୀୟ ଜୟନ୍ତୀ ପାଳନ

କାର୍ଯ୍ୟକ୍ରମରେ ଯୋଗଦେଇ ଓଡିଆ ଭାଷା, ସାହିତ୍ୟ ଓ ସଂସ୍କୃତି ମନ୍ତ୍ରୀ ଶ୍ରୀ ସୂର୍ଯ୍ୟବଂଶୀ ସୂରଜ ବିପ୍ଲବୀ ଧରଣୀଧରଙ୍କୁ ସ୍ୱାଭିମାନର ପ୍ରତୀକ ବୋଲି କହିବା ସହିତ ତାଙ୍କ ଜୀବନୀରୁ ପ୍ରତ୍ୟେକ ବର୍ଗ ଅନୁପ୍ରାଣିତ ହେବା ପାଇଁ କହିଥିଲେ। ଏହି ଅବସରରେ ମୁଖ୍ୟମନ୍ତ୍ରୀ କେନ୍ଦୁଝରର ଶ୍ରୀ କାଙ୍ଗାଳି ଚରଣ ନାଏକଙ୍କୁ ଧରଣୀଧର ସମ୍ମାନରେ ସମ୍ମାନିତ କରାଯାଇଥିଲା। ଉକ୍ତ କାର୍ଯ୍ୟକ୍ରମରେ କେନ୍ଦୁଝର ସାଂସଦ ଶ୍ରୀ ଅନନ୍ତ ନାୟକ, ତେଲକୋଇ ବିଧାୟକ ଡଃ ଫକୀର ମୋହନ ନାୟକ, ପାଟଣା ବିଧାୟକ ଶ୍ରୀ ଅଖିଳ ଚନ୍ଦ୍ର ନାଏକ, ଚମ୍ପୁଆ ବିଧାୟକ ଶ୍ରୀ ସନାତନ ମହାକୁଢ ପ୍ରମୁଖ ନିଜ ଅଭିଭାଷଣ ରଖିଥିଲେ ।

କାର୍ଯ୍ୟକ୍ରମରେ ବିପ୍ଲବୀ ଧରଣୀଧର ନାଏକଙ୍କ ବଂଶଧର ଶ୍ରୀ କଳାକର ନାଏକ ଯୋଗଦେଇଥିବା ବେଳେ ଭୂୟାଁ ସାଂସ୍କୃତିକ ସଂଗଠନର ସମ୍ପାଦକ ଶ୍ରୀ ଶ୍ୟାମ ସୁନ୍ଦର ନାଏକ ବିବରଣୀ ପାଠ କରିଥିଲେ । କାର୍ଯ୍ୟକ୍ରମ ପ୍ରାରମ୍ଭରେ କେନ୍ଦୁଝର ଜିଲ୍ଲାପାଳ ଶ୍ରୀ ବିଶାଲ ସିଂହ ସ୍ୱାଗତ ଭାଷଣ ଦେଇଥିବା ବେଳେ ଭୂୟାଁ ସାଂସ୍କୃତିକ ସଂଗଠନର ଉପଦେଷ୍ଟା ଶ୍ରୀମତୀ ମମିତା ନାଏକ ଧନ୍ୟବାଦ ଅର୍ପଣ କରିଥିଲେ ।

- Advertisement -spot_img

More articles

- Advertisement -spot_img

Latest article

ଶାହା ଚାରିଟେବୁଲ୍ ଟ୍ରଷ୍ଟ ପକ୍ଷରୁ ୫ଶହ ବୃକ୍ଷ ରୋପଣ

ବ୍ରହ୍ମପୁର, (୨୦/୦୫) : ଆପ୍ର. : ଛତ୍ରପୁର ବ୍ଲକ ଅନ୍ତର୍ଗତ କରାତଳି ଗ୍ରାମରେ ବିଭିନ୍ନ ଜାଗାର ଖାଲି ସ୍ଥାନ ମାନଙ୍କରେ ଶାହା ଚାରିଟେବୁଲ୍ ଟ୍ରଷ୍ଟ ପକ୍ଷରୁ ୫ଶହ ଗୁଆ ବୃକ୍ଷ-ଚାରା ରୋପଣ କରାଯାଇଛି...

ନୂଆପଡ଼ାରେ ମର୍ମନ୍ତୁଦ ଦୁର୍ଘଟଣା: ସ୍ବାମୀଙ୍କ ଆଖି ଆଗରେ ସ୍ତ୍ରୀଙ୍କ ଉପରେ ଚଢ଼ିଗଲା ଟ୍ରକ୍

ନୂଆପଡ଼ା, (୨୦/୦୫) : ଆପ୍ର. : ନୂଆପଡ଼ା ସଦର ଥାନା ଅନ୍ତର୍ଗତ ଏକତା ଛକରେ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି। ସ୍ବାମୀଙ୍କ ଆଖି ଆଗରେ ସ୍ତ୍ରୀଙ୍କ ଉପରେ ଚଢ଼ିଗଲା ଟ୍ରକ୍ । ଘଟଣାସ୍ଥଳରେ ସ୍ତ୍ରୀ...

ଖଇରକାଠ ଜବତ କଲା ବନ ବିଭାଗ

ବଲାଙ୍ଗିର, (୨୦/୦୫) : ଆପ୍ର. : ବଲାଙ୍ଗିର ଜିଲ୍ଲା ସଇଁନ୍ତଳା ପୋଲିସ ଗତକାଲି ସନ୍ଧ୍ୟାରେ ପେଟ୍ରୋଲିଙ୍ଗ କରୁଥିବା ବେଳେ ମୁରସିଂବିଟ ନିକଟସ୍ଥ ସିକୁଆଁ ଗାଁରୁ ଏକ ପିକ୍‌ଅପ୍‌ ଭ୍ୟାନ୍‌ ଯୋଗେ ବେଆଇନ ଭାବେ...

କାଳବୈଶାଖୀ ବର୍ଷାରେ ବେହାଲ କଟକ ସହର

କଟକ, (୨୦/୦୫) : ଆପ୍ର. : କଟକରେ କାଳବୈଶାଖୀ ପ୍ରଭାବରେ ବର୍ଷା ଜାରି । ଘଡ଼ଘଡ଼ି ସହ ପ୍ରବଳ ବର୍ଷାରେ ବେହାଲ ହୋଇଛି କଟକ ସହର । ପ୍ରବଳ ବର୍ଷା ପାଇଁ ତଳିଆ ଅଞ୍ଚଳରେ...

ବନବାହାଲରେ ୩୫ଟିକିଆ ହାତୀପଲଙ୍କ ଦ୍ଵାରା ପୁଣି ଚାଷୀଙ୍କ ୩ ଏକର ଡ଼ାଳୁଆ ଧାନ ଫସଲ ନଷ୍ଟ

ମୁରିବାହାଲ, (୨୦/୦୫) : ଆପ୍ର. : ବଲାଙ୍ଗିର ଜିଲ୍ଲା ମୁରିବାହାଲ ରେଞ୍ଜର ତିଖାଲି ସଂରକ୍ଷିତ ଜଙ୍ଗଲ ଅଞ୍ଚଳରେ ଆସି ଦୀର୍ଘ ୫ମାସ ହେବ ରହିଯାଇଥିବା ୩୫ଟିକିଆ ହାତୀପଲ ବିଭିନ୍ନ ସମୟରେ ପାର୍ଶ୍ଵବର୍ତ୍ତୀ ବହୁ...