32.9 C
Balāngīr
Thursday, July 10, 2025

ମୁଖ୍ୟମନ୍ତ୍ରୀ ମୋହନ ମାଝୀଙ୍କ ଘୋଷଣା,ପୁରୀ ହେବ ମହାନଗର ନିଗମ

Must read

ପୁରୀ : ବଢିବ ପୁରୀର କଳେବର । ମହାନଗର ନିଗମ ହେବ ଜଗନ୍ନାଥ ଧାମ ପୁରୀ । ମୁଖ୍ୟମନ୍ତ୍ରୀ ମୋହନ ମାଝୀ କଲେ ଘୋଷଣା ।

କ୍ରମ ବର୍ଦ୍ଧିଷ୍ଣୁ ଜନସଂଖ୍ୟା ସହିତ ବର୍ଷ ସାରା ସହରକୁ ଆସୁଥିବା ଭକ୍ତ ଏବଂ ପର୍ଯ୍ୟଟକଙ୍କୁ ଗୁଣାତ୍ମକ ସୁବିଧା ଯୋଗାଇବା ପାଇଁ, ପୁରୀ ପୌରପାଳିକାକୁ ମହାନଗର ନିଗମରେ ପରିଣତ କରିବା ପାଇଁ ଘୋଷଣା କରିଛନ୍ତି ମୋହନ ମାଝୀ । ପୁରୀ ସହର ଏବଂ ଆଖପାଖ ଅବସ୍ଥିତ ଗ୍ରାମ ପଞ୍ଚାୟତକୁ ସାମିଲ କରି ପୁରୀ ମହାନଗର ନିଗମ ଗଠିତ ହେବ । ପୁରୀ ସଦର ଏବଂ ବ୍ରହ୍ମଗିରି ବ୍ଲକର ପ୍ରାୟ ସାତରୁ ଆଠଗୋଟି ଗ୍ରାମ ପଞ୍ଚାୟତକୁ ସାମିଲ କରାଯିବ । ଫଳରେ ପଞ୍ଚାୟତବାସୀ ସହର ପରି ସୁବିଧା ପାଇ ପାରିବେ । ଆସନ୍ତା କାଲି ଠାରୁ ଏହ ସମ୍ବନ୍ଧୀୟ ସମସ୍ତ ପ୍ରକ୍ରିୟା ଆରମ୍ଭ କରାଯିବ । ପୁରୀକୁ ଦେଶର ସର୍ବଶ୍ରେଷ୍ଠ ଧର୍ମୀୟ ଓ ପର୍ଯ୍ୟଟନସ୍ଥଳ ଭାବେ ଗଢି ତୋଳିବାକୁ ସରକାର ବଦ୍ଧପରିକର । ଏଥିପାଇଁ ଅନେକ ନୂତନ ପ୍ରକଳ୍ପର ନିର୍ମାଣ ଏବଂ ରକ୍ଷଣାବେକ୍ଷଣର ଅବଶ୍ୟକତା ରହିଛି ।

ପୁରୀରେ ବିଶ୍ବସ୍ତରୀୟ ଶ୍ରୀଜଗନ୍ନାଥ ସଂଗ୍ରହାଳୟ ପ୍ରତିଷ୍ଠା କରାଯିବ । ପାଠାଗାର ଓ ଗବେଷଣାଗାର ମଧ୍ୟ ପ୍ରତିଷ୍ଠା କରାଯିବ । ଅଡିଟୋରିୟମ ସହ ମୁକ୍ତାକାଶ ରଙ୍ଗମଞ୍ଚ ନିର୍ମାଣ କରାଯିବ । ୨୦୩୬ ସୁଦ୍ଧା ପୁରୀକୁ ଦେଶର ଏକ ମୁଖ୍ୟ ଧର୍ମୀୟ ଓ ପର୍ଯ୍ୟଟନ ସ୍ଥଳରେ ପରିଣତ କରିବାକୁ ସରକାର ଲକ୍ଷ୍ୟ ରଖିଥିବା ମୁଖ୍ୟମନ୍ତ୍ରୀ କହିଛନ୍ତି ।

- Advertisement -spot_img

More articles

Leave a Reply

- Advertisement -spot_img

Latest article

ତୃତୀୟ ଦିନ ଓଡ଼ିଶା ଡ୍ରାଇଭର୍ ମହାସଂଘ୍ ବିଷମ କଟକ ବ୍ଲକ୍ ର ଶାନ୍ତିପୂର୍ଣ୍ଣ ଆନ୍ଦୋଳନରେ ବିଜେଡି ପୂର୍ବତନ ଆଇନ ମନ୍ତ୍ରୀ ଶ୍ରୀ ଜଗନ୍ନାଥ ସରକା ଯୋଗଦାନ

ବିଷମ କଟକ, (୧୦/୭) : ଆପ୍ର. : ତୃତୀୟ ଦିନ ଓଡ଼ିଶା ଡ୍ରାଇଭର୍ ମହାସଂଘ୍ ବିଷମ କଟକ ବ୍ଲକ୍ ର ଶାନ୍ତିପୂର୍ଣ୍ଣ ଆନ୍ଦୋଳନରେ ବିଜେଡି ପୂର୍ବତନ ଆଇନ ମନ୍ତ୍ରୀ ଶ୍ରୀ ଜଗନ୍ନାଥ ସରକା...

ଜଙ୍ଗଲରୁ ମିଳିଲା ଯୁବକଙ୍କ ମୃତଦେହ, ଗତ ୪ ତାରିଖରୁ ଥିଲେ ନିଖୋଜ

କନ୍ଧମାଳ, (୧୦/୭) : ଆପ୍ର. : ନିଖୋଜ ଯୁବକଙ୍କ ମୃତଦେହ ଉଦ୍ଧାର । ଫୁଲବାଣୀ ନିକଟସ୍ଥ ଖଜୁରୀପଡା ଥାନା ଅନ୍ତର୍ଗତ ଗୁଦାରୀ ବାଲୁକୁଟୀ ଜଙ୍ଗଲରୁ ମୃତଦେହ ଉଦ୍ଧାର ହୋଇଛି । ସୂଚନାଯୋଗ୍ୟ ଯେ, କନ୍ଧମାଳ...

ରାଇକିଆ ଅଞ୍ଚଳରେ ହାତୀ ଉପଦ୍ରବ : ଘରଦ୍ୱାର ଭାଙ୍ଗିଲେ ହାତୀପଲ

ରାଇକିଆ, (୧୦/୦୭) :ଆପ୍ର. : କନ୍ଧମାଳ ଜିଲ୍ଲା ରାଇକିଆ ବ୍ଲକ ରଣବା ଅଞ୍ଚଳରେ କିଛି ଦିନ ହେଲା ହାତୀ ଉପଦ୍ରବ ଲାଗି ରହିଛି । ମଙ୍ଗଳବାର ୧୦ରୁ ୧୫ ଟିକିଆ ହାତୀପଲ ରଣବା ପଞ୍ଚାୟତ...

ପଞ୍ଚମ ଓ ଅଷ୍ଟମ ଶ୍ରେଣୀ ପିଲାଙ୍କ ପାଇଁ ନୂଆ ନିୟମ, ଫେଲ ହେଲେ ପୁଣି ସୁଯୋଗ

ଭୁବନେଶ୍ବର, (୧୦/୦୭) : ଆପ୍ର. : ପଞ୍ଚମ ଓ ଅଷ୍ଟମ ଶ୍ରେଣୀ ପିଲାଙ୍କ ପାଇଁ ନୂଆ ନିୟମ ଲାଗୁ ହୋଇଛି । ପ୍ରାଥମିକ ଶିକ୍ଷା ବ୍ୟବସ୍ଥା ସଂଶୋଧନ ନେଇ ଗଣଶିକ୍ଷା ବିଭାଗର ବିଜ୍ଞପ୍ତି ଅନୁସାରେ...

ହିନ୍ଦୁ ଠାରୁ ବୌଦ୍ଧ ସମସ୍ତେ ପାଳନ କରନ୍ତି ଗୁରୁ ପୂର୍ଣ୍ଣିମା

ଭୁବନେଶ୍ୱର, (୧୦/୦୭) : ଆପ୍ର. : ଆଜି ହେଉଛି ଗୁରୁ ପୂର୍ଣ୍ଣିମା । ଗୁରୁଙ୍କ ବିନା ଏ ସଂସାର ଅନ୍ଧକାର ମୟ । ପିତା ଓ ମାତା ଆମର ପ୍ରଥମ ଗୁରୁ ।...