32.9 C
Balāngīr
Friday, June 13, 2025

ମୁଖ୍ୟମନ୍ତ୍ରୀ ଶିକ୍ଷା ପୁରସ୍କାର ” ପ୍ରଦାନ ପାଇଁ ପ୍ରସ୍ତୁତି ବୈଠକ, ଜିଲ୍ଲାର ୬୫୬ ରୁ ଉର୍ଦ୍ଧ୍ୱ ଛାତ୍ର ଛାତ୍ରୀ ହେବେ ପୁରସ୍କୃତ

Must read

ରିପୋର୍ଟ : ଧୃବରାଜ ମିଶ୍ର
ସୁବର୍ଣ୍ଣପୁର, (୨୨/୦୮) : ସେପ୍ଟେମ୍ବର ୫ ତାରିଖ ତଥା ପବିତ୍ର ଗୁରୁ ଦିବସ ଅବସରରେ ରାଜ୍ୟ ସରକାରଙ୍କ ଆନୁକୂଲ୍ୟରେ ରାଜ୍ୟ ଓ ଜିଲ୍ଲାସ୍ତରରେ ପାଳନ କରାଯିବାକୁ ଥିବା ମୁଖ୍ୟମନ୍ତ୍ରୀ ଶିକ୍ଷା ପୁରସ୍କାର ପ୍ରଦାନ’ କାର୍ଯ୍ୟକ୍ରମ ସୁବର୍ଣ୍ଣପୁର ଜିଲ୍ଲାରେ ଆୟୋଜନ ଓ ପରିଚାଳନା କୁ ସୁବ୍ୟବସ୍ଥିତ ଭାବେ ସମ୍ପାଦନ କରିବା ନିମନ୍ତେ ଜିଲ୍ଲା ପ୍ରଶାସନ ତରଫରୁ ଜିଲ୍ଲାସ୍ତରୀୟ ପ୍ରସ୍ତୁତି ବୈଠକ ଅନୁଷ୍ଠିତ ହୋଇଯାଇଛି ।

ଜିଲ୍ଲା ମୁଖ୍ୟ ଉନ୍ନୟନ ଅଧିକାରୀ ଜିଲ୍ଲାପରିଷଦ ଅଶ୍ୱିନୀ କୁମାର ମେହେର ଙ୍କ ଅଧ୍ୟକ୍ଷତାରେ ଜିଲ୍ଲାପରିଷଦ ସଭାଗୃହରେ ଅନୁଷ୍ଠିତ ବୈଠକରେ କାର୍ଯ୍ୟକ୍ରମର ସଂଯୋଜକ ଜିଲ୍ଲା ଶିକ୍ଷା ଅଧିକାରୀ ଲକ୍ଷ୍ମଣ ଭୋଇ , ଅତିରିକ୍ତ ଜିଲ୍ଲାପାଳ ଅଞ୍ଜଳିନା ପ୍ରଧାନ, ଆଞ୍ଚଳିକ ପରିବହନ ଅଧିକାରୀ ଅକ୍ଷୟ କୁମାର ଜେନା, ଜିଲ୍ଲା ସୂଚନା ଓ ଲୋକ ସମ୍ପର୍କ ଅଧିକାରୀ ଅଶ୍ୱିନୀ କୁମାର ଭୋଇ, ଜିଲ୍ଲା ସଂସ୍କୃତି ଅଧିକାରୀ ଯମୁନା ପ୍ରଧାନ, ଜିଲ୍ଲା ଶିକ୍ଷା ଓ ପ୍ରଶିକ୍ଷଣ ପ୍ରତିଷ୍ଠାନ ଅଧ୍ୟକ୍ଷ, ଅତିରିକ୍ତ ଜିଲ୍ଲା ଶିକ୍ଷା ଅଧିକାରୀ ମଞ୍ଜୁଲତା ଭୋଇ, ସମସ୍ତ ଗୋଷ୍ଠୀ ଶିକ୍ଷା ଅଧିକାରୀ, ସଂପୃକ୍ତ ଶିକ୍ଷା ବିଭାଗୀୟ ଅଧିକାରୀମାନେ ଯୋଗଦେଇ ଆଲୋଚନାରେ ଅଂଶଗ୍ରହଣକରିଥିଲେ ।

ଚଳିତ ବର୍ଷ ନିମନ୍ତେ ପ୍ରଦାନ କରାଯାଉଥିବା ମୁଖ୍ୟମନ୍ତ୍ରୀ ଶିକ୍ଷା ପୁରସ୍କାର ଯୋଜନାରେ ସୁବର୍ଣ୍ଣପୁର ଜିଲ୍ଲାରେ ୬୫୬ ଜଣରୁ ଉର୍ଦ୍ଧ ଛାତ୍ରଛାତ୍ରୀ ଏହି ପୁରସ୍କାର ପାଇବା ନିମନ୍ତେ ଯୋଗ୍ୟ ବିବେଚିତ ହୋଇଛନ୍ତି । ପୁନଶ୍ଚ ଏହି ପରିପ୍ରେକ୍ଷୀ ରେ ଜିଲ୍ଲାର ୨୭ ଜଣଙ୍କୁ ମୁଖ୍ୟମନ୍ତ୍ରୀ ଭାଷାବୃତ୍ତି ପୁରସ୍କାର ମଧ୍ୟ ପ୍ରଦାନ କରାଯିବ । ଜିଲ୍ଲାସ୍ତରରେ ଏହି ପୁରସ୍କାର ରାଶି ୧୦ ହଜାର ଟଙ୍କା, ବ୍ଲକ୍‌ସ୍ତରରେ ୫ ହଜାର ଓ ମେରିଟ୍ ସ୍କଲାରସିପ୍ ପାଇଁ ୫୦ ହଜାର ଟଙ୍କା ପ୍ରଦାନ କରାଯିବ। ଏହି କାର୍ଯ୍ୟକ୍ରମ ସମସ୍ତ ଜିଲ୍ଲା ସ୍ତରରେ ପୂର୍ବାହ୍ଣ ୧୦ ଟାରେ ଆରମ୍ଭ ହେବ ଏବଂ ମଧ୍ୟାହ୍ନ ୧୨ ଘଟିକାରେ ଆୟୋଜିତ ରାଜ୍ୟ ସ୍ତରୀୟ କାର୍ଯ୍ୟକ୍ରମକୁ ସମସ୍ତ ଜିଲ୍ଲାସ୍ତରରେ ପ୍ରସାରଣ କରାଯିବ । ଚଳିତ ବର୍ଷ ହାଇସ୍କୁଲ ପରୀକ୍ଷା ଫଳାଫଳ ଆଧାରରେ ମୁଖ୍ୟମନ୍ତ୍ରୀ ଶିକ୍ଷା ପୁରସ୍କାର ଓ ଓଡ଼ିଆ ଭାଷା ସାହିତ୍ୟରେ ୯୦ ପ୍ରତିଶତ ରୁ ଉର୍ଦ୍ଧ ନମ୍ବର ରଖିଥିବା ପିଲାଙ୍କୁ ମୁଖ୍ୟମନ୍ତ୍ରୀ ଭାଷାବୃତ୍ତି ପୁରସ୍କାର ପ୍ରଦାନ କରାଯାଉଛି ।

ଏହି କାର୍ଯ୍ୟକ୍ରମର ସଫଳ ଆୟୋଜନ ନିମନ୍ତେ ସ୍ଥାନ ନିରୂପଣ, ଶାନ୍ତିଙ୍ଖଳାର ସହିତ ପରିଚାଳନା ତଥା ଶୁଙ୍ଖଳିତ ଗମନା ଗମନ ପାଇଁ ପୋଲିସ ପ୍ରଶାସନ ର ସହଯୋଗ, ଛାତ୍ର ଛାତ୍ରୀ ତଥା ଗାଇଡ଼ ଶିକ୍ଷକ ଶିକ୍ଷୟିତ୍ରୀ ମାନଙ୍କ ଯିବା ଆସିବା ପାଇଁ ଆରଟିଓ ଙ୍କ ମାଧ୍ୟମ ରେ ଯାନ ଯୋଗାଣ, ଆବଶ୍ୟକ ଶୌଚାଳୟ ଓ ପାନୀୟଜଳ ଆଦି ବ୍ୟବସ୍ଥା ସହ ଆନୁସଙ୍ଗିକ ବ୍ୟବସ୍ଥା ସମ୍ବନ୍ଧରେ ବିଚାର ବିମର୍ଷ କରାଯାଇ କାର୍ଯ୍ୟକ୍ରମକୁ ଶୃଙ୍ଖଳିତ,ବ୍ୟବସ୍ଥିତ ତଥା ସୁଚାରୁରୂପେ ସମ୍ପାଦନ ପାଇଁ ଅଧ୍ୟକ୍ଷ ତଥା ଜିଲ୍ଲା ମୁଖ୍ୟ ଉନ୍ନୟନ ଅଧିକାରୀ ଶ୍ରୀ ମେହେର ବୈଠକରେ ଆବଶ୍ୟକ ପରାମର୍ଶ ପ୍ରଦାନ କରିଥିଲେ l

- Advertisement -spot_img

More articles

- Advertisement -spot_img

Latest article

ଜାତିପ୍ରଥାକୁ ନେଇ ଲଣ୍ଡା ହେଲେ ବଂଶଧର ଲୋକେ

ରାୟଗଡ଼ା, (୧୨/୦୬) : ଆପ୍ର. : ଜାତିପ୍ରଥାକୁ ନେଇ ଲଣ୍ଡା ହେଲେ ବଂଶଧର ଲୋକେ । ଜଣେ ଆଦିବାସୀ ଝିଅକୁ ଜଣେ ଦଳିତ ଯୁବକ ପ୍ରେମ କରି ସାଂଗରେ ନେଇଯିବାବାରୁ ଜାତି ଆଳରେ...

ଗୁଣପୁର ପୌରପରିଷଦ କେଳେଙ୍କାରୀ (ଦଲାଲ୍ ସାଜିଛନ୍ତି ଆଉଟ୍ ସୋର୍ସିଙ୍ଗ କର୍ମଚାରୀ)

ଗୁଣପୁର, (୧୧/୬) : ଆପ୍ର. : ଗୁଣପୁର ପୌରପରିଷଦ ହେବା ଦିନଠାରୁ ସହରର ଉନ୍ନତି ଅପେକ୍ଷା ଦୁର୍ନୀତି ବହୁ ମାତ୍ରାରେ ବୃଦ୍ଧି ପାଇଥିବା ଦେଖିବାକୁ ମିଳିଛି । ସରକାରୀ ବାବୁମାନେ ସିଧାସଳଖ ଲାଞ୍ଚ ନନେଇ...

ଘାରିଲାଣି ଝାଡ଼ାବାନ୍ତି ଡର; ମୃତ୍ୟୁ ସଂଖ୍ୟା ଛୁଇଁଲା ୪

ଯାଜପୁର, (୧୨/୦୬) : ଆପ୍ର. : ଯାଜପୁର ଜିଲ୍ଲାକୁ ଘାରିଲାଣି ଝାଡାବାନ୍ତି ଡର । ଯାହାକୁ ନେଇ ଏବେ ଚିନ୍ତାରେ ଗ୍ରାମବାସୀଙ୍କ ଠାରୁ ସ୍ୱାସ୍ଥ୍ୟବିଭାଗ । ଦିନକୁ ଦିନ ଝାଡାବାନ୍ତି ଆକ୍ରାନ୍ତଙ୍କ ସଂଖ୍ୟା...

ଭାରସାମ୍ୟ ହରାଇ ରାସ୍ତା ଉପରେ ଓଲଟିଲା ଟ୍ରାକ୍ଟର, ଜଣେ ମୃତ

ଯାଜପୁର, (୧୨/୦୬) : ଆପ୍ର. : ଯାଜପୁର ଜିଲ୍ଲା ସଦର ଥାନା ଅଞ୍ଚଳରେ ଅଭାବନୀୟ ଘଟଣା ଘଟିଛି । ଭାରସାମ୍ୟ ହରାଇ ରାସ୍ତା କଡକୁ ଓଲଟିଲା ଟ୍ରାକ୍ଟର । ଦୁର୍ଘଟଣାରେ ଜଣଙ୍କର ମୃତ୍ୟୁ ହୋଇଥିବାବେଳେ...

ରାଜ୍ୟ ପୋଲିସ ମୁଖ୍ୟାଳୟ ପ୍ରେସ୍ ନୋଟ୍; ଜାଲ ଶିକ୍ଷା ଗତ ପ୍ରମାଣ ପତ୍ର ପ୍ରଦାନ କରି ଜିଡିଏସ୍ ଚାକିରି ପାଇବାକୁ ଉଦ୍ୟମ କରିବା ଅଭିଯୋଗରେ ରାଜ୍ୟ କ୍ରାଇମବ୍ରାଞ୍ଚ ଟିମ ପାଞ୍ଚ ଜଣ ଅଭିଯୁକ୍ତଙ୍କୁ...

ଭୁବନେଶ୍ୱର, (୧୧/୦୬) : ଆପ୍ର. : ଜାଲ ଶିକ୍ଷା ଗତ ପ୍ରମାଣ ପତ୍ର ପ୍ରଦାନ କରି ଗ୍ରାମୀଣ ଡାକ ସେବକ (ଜିଡିଏସ୍) ଚାକିରି ପାଇବାକୁ ଉଦ୍ୟମ କରିବା ଅଭିଯୋଗରେ ରାଜ୍ୟ କ୍ରାଇମବ୍ରାଞ୍ଚ ଟିମ...