32.9 C
Balāngīr
Monday, April 28, 2025

ମୁନିଗୁଡ଼ା ବ୍ଳକ ଠାରେ ଜିଲ୍ଲାସ୍ତରୀୟ ଯୁଗ୍ମ ଅଭିଯୋଗ ଶୁଣାଣି ଅନୁଷ୍ଠିତ

Must read

ରିପୋର୍ଟ : କ୍ଷମା ସାଗର ଦାଶ୍
ମୁନିଗୁଡା/ରାୟଗଡା, (୧୭/୦୨) : ୧୭/୦୨/୨୦୨୫ ତାରିଖ ଦିନ ରାୟଗଡା ଜିଲ୍ଲା ପ୍ରଶାସନ ତରଫରୁ ମୁନିଗୁଡ଼ା ବ୍ଲକ ସଦର ମହକୁମାସ୍ଥିତ ସଭାଗୃହ ଠାରେ ଯୁଗ୍ମ ଅଭିଯୋଗ ଶୁଣାଣୀ ଅନୁଷ୍ଠିତ ହୋଇଛି ।WhatsApp Image 2025 02 17 at 18.03.01 ମୁନିଗୁଡ଼ା ବ୍ଳକ ଠାରେ ଜିଲ୍ଲାସ୍ତରୀୟ ଯୁଗ୍ମ ଅଭିଯୋଗ ଶୁଣାଣି ଅନୁଷ୍ଠିତ

ରାୟଗଡା ଜିଲ୍ଲାପାଳ ପାରୁଲ ପାଟାୱରୀଙ୍କ ନିର୍ଦ୍ଦେଶ କ୍ରମେ ଅତିରିକ୍ତ ଜିଲ୍ଲାପାଳ ଶ୍ରୀ ନବୀନ ଚନ୍ଦ୍ର ନାୟକଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ଏହି ଅଭିଯୋଗ ଶୁଣାଣି ଶିବିରରେ ଆରକ୍ଷୀ ଅଧିକ୍ଷକ ସ୍ୱାତୀ ଏସ କୁମାର, ବନଖଣ୍ଡ ଅଧିକାରୀ ଆନ୍ନା ସାହେବ ଓହୋଲେ, ମୁଖ୍ୟ ଉନ୍ନୟନ ଅଧିକାରୀ ତଥା କାର୍ଯ୍ୟ ନିର୍ବାହୀ ଅଧିକାରୀ, ଜିଲ୍ଲା ପରିଷଦ ଶ୍ରୀ ଅକ୍ଷୟ କୁମାର ଖେମୁଣ୍ଡୁ, ଜିଲ୍ଲା ମୁଖ୍ୟ ଚିକିତ୍ସା ଅଧିକାରୀ ତଥା ଜନସ୍ୱାସ୍ଥ୍ୟ ଅଧିକାରୀ ଡାକ୍ତର ଲାଲମହନ ରାଉତରାୟ, ମୁନିଗୁଡା ବ୍ଲକ ଅଧ୍ୟକ୍ଷା ଦୁଃଖିନୀ ନୁଣ୍ଡରୁକା ପ୍ରମୁଖ ଉପସ୍ଥିତ ରହି ଜନସାଧାରଣଙ୍କ ବିଭିନ୍ନ ଅଭିଯୋଗ ଶୁଣାଣି କରିଥିଲେ l

ଆଜି ମୋଟ ୫୯ ଟି ଅଭିଯୋଗ ଶିବିରରେ ଗ୍ରହଣ କରିଥିଲେ । ସେଥି ମଧ୍ୟରୁ ୫୫ଟି ବ୍ୟକ୍ତିଗତ ଅଭିଯୋଗ ଥିଲା ବେଳେ ୪ଗୋଟି ଗ୍ରାମବାସୀ ମାନଙ୍କ ଅଭିଯୋଗ ଥିଲା l ଏହି ଶିବିରରେ ବିଶେଷ କରି ଆବାସ ଯୋଜନାରେ ଘର, ସ୍ବାସ୍ଥ୍ୟଗତ ସମସ୍ୟା, କୃଷି ସମସ୍ୟା, ଭତ୍ତା, ଗୃହ ନିର୍ମାଣ ଓ ଅନ୍ୟାନ ସମସ୍ୟା ଉପସ୍ଥାପିତ ହୋଇଥିଲା । ଏହି ଅଭିଯୋଗ ଶିବିରରେ ଅଭିଯୋଗ ଶୁଣାଣି ଅଧିକାରୀ ସୁସ୍ମିତା ପଟନାୟକ, ଗୋଷ୍ଠୀ ଉନ୍ନୟନ ଅଧିକାରୀ, ମୁନିଗୁଡା କୃଷ୍ଣ ଚନ୍ଦ୍ର ଦଳପତି, ତହସିଲଦାର ମୁନିଗୁଡା ଏମ ଅନୁରାଧା, ଅନ୍ୟାନ୍ୟ ଜିଲ୍ଲା ସ୍ତରୀୟ, ବିଭିନ୍ନ ଅଧିକାରୀ ଅଧିକାରୀ ମାନେ ଉପସ୍ଥିତ ରହି ଜନସାଧାରଣଙ୍କ ବିଭିନ୍ନ ଅଭିଯୋଗ ଗୁଡିକର ଶୁଣାଣୀ କରିଥିଲେ ।

ଅତିରିକ୍ତ ଜିଲ୍ଲାପାଳ ଶ୍ରୀ ନାୟକ ଆଜିର ଅଭିଯୋଗ ଗୁଡିକୁ ପାଇଲା ପରେ ବିଭାଗୀୟ ଅଧିକାରୀ ମାନଙ୍କୁ ତୁରନ୍ତ ଫଇସଲା ନିମନ୍ତେ ନିର୍ଦ୍ଦେଶ ଦେଇଥିଲେ । ମୁନିଗୁଡା ଥାନା ଅଧିକାରୀ ଶାନ୍ତି ଶୃଙ୍ଖଳା ରକ୍ଷା କରିଥିବା ବେଳେ ମୁନିଗୁଡା ବ୍ଲକ କାର୍ଯ୍ୟାଳୟ କର୍ମଚାରୀ ସହଯୋଗ କରିଥିଲେ ।

- Advertisement -spot_img

More articles

- Advertisement -spot_img

Latest article

ଅବକାରୀ ଚଢ଼ାଉରେ ମହୁଲି ମଦ ସହ ୨ଟି ସ୍କୁଟି : ୨ଟି ମୋଟର ସାଇକେଲ ଜବତ

ରାଉରକେଲା, (୨୮/୦୪) : ଆପ୍ର. : ଆଜି ରାଉରକେଲା ଅବକାରୀ ଅଧୀକ୍ଷକ ଝସକେତନ ବରିହାଙ୍କ ନିର୍ଦ୍ଦେଶ କ୍ରମେ, ରାଉରକେଲା ଅବକାରୀ ବିଭାଗ ପକ୍ଷରୁ ଜିଅବାହାଲ, ରୁପୁଟୋଲା, ସେକ୍ଟର-୩, ଝିରପାଣି, ଅଚଂଳରେ ଚଢ଼ାଉ କରି...

ହାଇୱା-ବାଇକ ଧକ୍କା : ଜଣେ ମୃତ, ତିନି ଗୁରୁତର

ପାଟଣାଗଡ଼, (୨୮/୦୪): ଆପ୍ର. : ବଲାଙ୍ଗିର ଜିଲ୍ଲା ଲରମ୍ଭା ଥାନା ଘସିଏନ ଲରମ୍ଭା ମୁଖ୍ୟରାସ୍ତା ମଝିରେ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା । ହାଇୱାକୁ ପଛପଟୁ ପିଟିଲା ବାଇକ, ଜଣେ ମୃତ ତିନିଜଣ ଗୁରୁତର ।...

ଗଞ୍ଜାମରେ ବିଭତ୍ସ ହତ୍ୟା; ଦୁଇ ଭାଇଙ୍କୁ ହତ୍ୟା କରି ଶାଳବଣ ଜଙ୍ଗଲରେ ଜାଳିଦେଲେ ଦୁବୃର୍ତ

ଗଞ୍ଜାମ, (୨୮/୦୪) : ଆପ୍ର. : ପୁଣି ଅଶାନ୍ତ ହେଲା ଗଞ୍ଜାମ । ଖଲ୍ଲିକୋର୍ଟ ବେଗୁନିଆପଡ଼ା ଥାନା ଅଞ୍ଚଳରେ ଦୁଇ ଭାଇଙ୍କୁ ମାରି ଜଙ୍ଗଲରେ ଜାଳିଦେଲେ ଦୁର୍ବୁତ୍ତ । ବେଗୁନିଆପଡା ଥାନାଞ୍ଚଳର ଶାଳବଣ ଗାଁ...

ଯାଜପୁରରେ ଚାଞ୍ଚଲ୍ୟ ,ମହିଳାଙ୍କ ହାତମୁହଁ ବାନ୍ଧି ଦୁଷ୍କର୍ମ କଲେ ,ମାଡ଼ ମାରିଲେ ଦୁର୍ବୁତ୍ତ

ଯାଜପୁର, (୨୮/୦୪) : ଆପ୍ର. : ଯାଜପୁରରେ ଲଜ୍ୟା । ଯାଜପୁର ସହରରେ ଜଣେ କର୍ମଜୀବୀ ମହିଳାଙ୍କ ହାତମୁହଁ ବାନ୍ଧି ଦୁଷ୍କର୍ମ ଘଟଣା ପୁରା ଅଞ୍ଚଳରେ ଚାଞ୍ଚଲ୍ୟ ସୃଷ୍ଟି କରିଛି । ପୀଡିତା ଲୋକଲଜ୍ୟା...

ଶଶୁର ଘରକୁ ଫେରିବା ବାଟରେ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା; ଗଛରେ ପିଟି ହେଲା ସ୍କର୍ପିଓ, ନବ ବିବାହିତଙ୍କ ସମେତ ୪ ମୃତ

ରାଉଲକେଲା, (୨୮/୦୪) : ଆପ୍ର. : ଦିଅଁ ଦର୍ଶନ ସାରି ଫେରୁଥିବା ବେଳେ ଗଛରେ ପିଟିହେଲା ସ୍କର୍ପିଓ । ଦୁର୍ଘଟଣାରେ ନବ ବିବାହିତାଙ୍କ ସମେତ ଚାଲିଗଲା ୪ ଜଣଙ୍କର ଜୀବନ ଓ ଜଣେ...