32.9 C
Balāngīr
Friday, June 13, 2025

ମୁନିଗୁଡା ବ୍ଲକରେ ଯୁଗ୍ମ ଅଭିଯୋଗ ଶୁଣାଣୀ ଶିବିର

Must read

ମୁନିଗୁଡା/ରାୟଗଡା, (୨୮/୦୫) : ଆପ୍ର. : ତା ୨୭/୦୫/୨୦୨୫ରିଖ ଦିନ ମୁନିଗୁଡା ବ୍ଲକ କାର୍ଯ୍ୟାଳୟର ସଭାଗୃହ ରେ ଜିଲ୍ଲାସ୍ତରୀୟ ଯୁଗ୍ମ ଅଭିଯୋଗ ଶୁଣାଣୀ ଶିବିର ଅନୁଷ୍ଠିତ ହୋଇ ଯାଇଛି ।WhatsApp Image 2025 05 27 at 17.46.28 ମୁନିଗୁଡା ବ୍ଲକରେ ଯୁଗ୍ମ ଅଭିଯୋଗ ଶୁଣାଣୀ ଶିବିର

ଜିଲ୍ଲାପାଳ ପାରୁଲ ପଟlୱରୀଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ଏହି ଶିବିରରେ ଅତିରିକ୍ତ ଆରକ୍ଷୀ ଅଧିକ୍ଷକ ଶ୍ରୀ ବିଷ୍ଣୁ ପ୍ରସାଦ ପାତ୍ର, ଗୁଣପୁର ଉପ ଜିଲ୍ଲାପାଳ କିରନଦୀପ କୌର ସହତା, ଗୁଣପୁର ସମନ୍ୱିତ ଆଦିବାସୀ ଉନ୍ନୟନ ସଂସ୍ଥା ପ୍ରକଳ୍ପ ପ୍ରଶାସକ ଅଜୟ କୁମାର ପ୍ରଧାନ, ସିଡିଏମଓ ପ୍ରଫୁଲ୍ଲ କୁମାର ପାଢ଼ୀ ଯୋଗଦେଇ ଅଭିଯୋଗର ଶୁଣାଣୀ କରିଥିଲେ । ଗୋଷ୍ଠୀ ଉନ୍ନୟନ ଅଧିକାରୀ ମୁନିଗୁଡାଙ୍କ ତତ୍ୱାବଧାନ ରେ ପରିଚାଳିତ ଏହି କାର୍ଯ୍ୟକ୍ରମରେ ଆଜି ମୋଟ ୪୪ଟି ଅଭିଯୋଗ ର ଶୁଣାଣୀ ହୋଇଥିବା ବେଳେ, ସେଥିରୁ ୩୦ଟି ବ୍ୟକ୍ତିଗତ, ୧୨ଟି ସାମୁହିକ, ଦୁଇଟି ସ୍ବାସ୍ଥ୍ୟଗତ ଦରଖାସ୍ତ ପଞ୍ଜିକରଣ ହୋଇଥିବା ବେଳେ ଜଣଙ୍କୁ ୫୦୦୦ହିସାବରେ ଦୁଇ ଜଣଙ୍କୁ ଦଶ ହଜାର ଟଙ୍କା ଆର୍ଥିକ ସାହାଯ୍ୟ ପ୍ରଦାନ କରାଯାଇଥିଲା । ପାଞ୍ଚଟି ଦରଖାସ୍ତର ଅଭିଯୋଗ ତୁରନ୍ତ ସମାଧାନ କରାଯାଇଥିଲା ।WhatsApp Image 2025 05 27 at 17.46.29 ମୁନିଗୁଡା ବ୍ଲକରେ ଯୁଗ୍ମ ଅଭିଯୋଗ ଶୁଣାଣୀ ଶିବିର

ଏହି ଅଭିଯୋଗ ଶିବିରରେ ଜିଲ୍ଲା ସ୍ତରୀୟ ଅଧିକାରୀ, ଉପଖଣ୍ଡ ସ୍ତରୀୟ ଅଧିକାରୀ ଓ ମୁନିଗୁଡା ବ୍ଲକର ବିଭିନ୍ନ ବିଭାଗର ଅଧିକାରୀଙ୍କ ସମେତ ଅନ୍ୟାନ୍ୟ ଅଧିକାରୀ ଆଦି ଯୋଗଦାନ କରି ଅଭିଯୋଗ ମାନ ଶୁଣାଣୀ କରିଥିଲେ । ସହକାରି ଜିଲ୍ଲାପାଳ ତଥା ଅଭିଯୋଗ ଶୁଣାଣି ଅଧିକାରୀ ସସ୍ମିତା ପଟ୍ଟନାୟକ, ଅଭିଯୋଗ ଶୁଣାଣି ସହାୟକ ଅଚ୍ୟୁତାନନ୍ଦ ଲିମା ଶିବିର ପରିଚାଳନା କରିଥିବା ବେଳେ ମୁନିଗୁଡା ଥାନା ଅଧିକାରୀ ଆଇନ ଶୃଙ୍ଖଳା ରକ୍ଷା କରିଥିଲେ ।

- Advertisement -spot_img

More articles

- Advertisement -spot_img

Latest article

ଜାତିପ୍ରଥାକୁ ନେଇ ଲଣ୍ଡା ହେଲେ ବଂଶଧର ଲୋକେ

ରାୟଗଡ଼ା, (୧୨/୦୬) : ଆପ୍ର. : ଜାତିପ୍ରଥାକୁ ନେଇ ଲଣ୍ଡା ହେଲେ ବଂଶଧର ଲୋକେ । ଜଣେ ଆଦିବାସୀ ଝିଅକୁ ଜଣେ ଦଳିତ ଯୁବକ ପ୍ରେମ କରି ସାଂଗରେ ନେଇଯିବାବାରୁ ଜାତି ଆଳରେ...

ଗୁଣପୁର ପୌରପରିଷଦ କେଳେଙ୍କାରୀ (ଦଲାଲ୍ ସାଜିଛନ୍ତି ଆଉଟ୍ ସୋର୍ସିଙ୍ଗ କର୍ମଚାରୀ)

ଗୁଣପୁର, (୧୧/୬) : ଆପ୍ର. : ଗୁଣପୁର ପୌରପରିଷଦ ହେବା ଦିନଠାରୁ ସହରର ଉନ୍ନତି ଅପେକ୍ଷା ଦୁର୍ନୀତି ବହୁ ମାତ୍ରାରେ ବୃଦ୍ଧି ପାଇଥିବା ଦେଖିବାକୁ ମିଳିଛି । ସରକାରୀ ବାବୁମାନେ ସିଧାସଳଖ ଲାଞ୍ଚ ନନେଇ...

ଘାରିଲାଣି ଝାଡ଼ାବାନ୍ତି ଡର; ମୃତ୍ୟୁ ସଂଖ୍ୟା ଛୁଇଁଲା ୪

ଯାଜପୁର, (୧୨/୦୬) : ଆପ୍ର. : ଯାଜପୁର ଜିଲ୍ଲାକୁ ଘାରିଲାଣି ଝାଡାବାନ୍ତି ଡର । ଯାହାକୁ ନେଇ ଏବେ ଚିନ୍ତାରେ ଗ୍ରାମବାସୀଙ୍କ ଠାରୁ ସ୍ୱାସ୍ଥ୍ୟବିଭାଗ । ଦିନକୁ ଦିନ ଝାଡାବାନ୍ତି ଆକ୍ରାନ୍ତଙ୍କ ସଂଖ୍ୟା...

ଭାରସାମ୍ୟ ହରାଇ ରାସ୍ତା ଉପରେ ଓଲଟିଲା ଟ୍ରାକ୍ଟର, ଜଣେ ମୃତ

ଯାଜପୁର, (୧୨/୦୬) : ଆପ୍ର. : ଯାଜପୁର ଜିଲ୍ଲା ସଦର ଥାନା ଅଞ୍ଚଳରେ ଅଭାବନୀୟ ଘଟଣା ଘଟିଛି । ଭାରସାମ୍ୟ ହରାଇ ରାସ୍ତା କଡକୁ ଓଲଟିଲା ଟ୍ରାକ୍ଟର । ଦୁର୍ଘଟଣାରେ ଜଣଙ୍କର ମୃତ୍ୟୁ ହୋଇଥିବାବେଳେ...

ରାଜ୍ୟ ପୋଲିସ ମୁଖ୍ୟାଳୟ ପ୍ରେସ୍ ନୋଟ୍; ଜାଲ ଶିକ୍ଷା ଗତ ପ୍ରମାଣ ପତ୍ର ପ୍ରଦାନ କରି ଜିଡିଏସ୍ ଚାକିରି ପାଇବାକୁ ଉଦ୍ୟମ କରିବା ଅଭିଯୋଗରେ ରାଜ୍ୟ କ୍ରାଇମବ୍ରାଞ୍ଚ ଟିମ ପାଞ୍ଚ ଜଣ ଅଭିଯୁକ୍ତଙ୍କୁ...

ଭୁବନେଶ୍ୱର, (୧୧/୦୬) : ଆପ୍ର. : ଜାଲ ଶିକ୍ଷା ଗତ ପ୍ରମାଣ ପତ୍ର ପ୍ରଦାନ କରି ଗ୍ରାମୀଣ ଡାକ ସେବକ (ଜିଡିଏସ୍) ଚାକିରି ପାଇବାକୁ ଉଦ୍ୟମ କରିବା ଅଭିଯୋଗରେ ରାଜ୍ୟ କ୍ରାଇମବ୍ରାଞ୍ଚ ଟିମ...