32.9 C
Balāngīr
Saturday, April 26, 2025

ମୁରିବାହାଲ ବ୍ଲକସ୍ତରୀୟ ଷଷ୍ଠ ରଜନୀ କଂସ ଦରବାରରେ ରଙ୍ଗ ସଭା -ଅକ୍ରୁର ପ୍ରେରଣ

Must read

ରିପୋର୍ଟ : ଭଗବାନ ମହାନ୍ତି
ମୁରିବାହାଲ, (୧୯/୨) : ମୁରିବାହାଲ ବ୍ଲକ ସ୍ତରୀୟ ଧନୁଯାତ୍ରା ମୋହତ୍ସବ ବୁଧବାର ଷଷ୍ଠ ରଜନୀରେ କଂସ ଦରବାରରେ ରଙ୍ଗସଭା -ଅକ୍ରୁର ପ୍ରେରଣ ନାଟକ ମଞ୍ଚସ୍ଥ ହୋଇଥିଲା ।WhatsApp Image 2025 02 20 at 10.13.59 ମୁରିବାହାଲ ବ୍ଲକସ୍ତରୀୟ ଷଷ୍ଠ ରଜନୀ କଂସ ଦରବାରରେ ରଙ୍ଗ ସଭା -ଅକ୍ରୁର ପ୍ରେରଣ

କମିଟି ସଭାପତି ଶ୍ରୀବତ୍ସ ବେହେରାଙ୍କ ସଭାପତିତ୍ୱରେ ମୁଖ୍ୟ ଅତିଥି ରୂପେ କଣ୍ଟାବାଞ୍ଜି ପୂର୍ବତନ ବିଧାୟକ ଆଜି ମହମ୍ମଦ ଆୟୁବ ଖାଁ, ସ୍ୱତନ୍ତ୍ର ଅତିଥି ବଙ୍ଗୋମୁଣ୍ଡା ବ୍ଲକ ସରପଞ୍ଚ ସଙ୍ଘ ସଭାପତି ଅଜିତ କୁମାର ଯୋଶୀ, ସମ୍ମାନିତ ଅତିଥି ରୂପେ ମାଲିଶିରା ହାଇସ୍କୁଲ ପ୍ରଧାନ ଶିକ୍ଷକ ପୁରୁଷୋତ୍ତମ ବାଗ,ପତ୍ରାପାଲି (ଖ )ସରପଞ୍ଚ ପ୍ରତିନିଧି ଜିତେନ୍ଦ୍ରିୟ ନାଗ ,ଟିକ୍ରାପଡା ବରିଷ୍ଠ ବିଜେପି ନେତା ଗଦାଧର ବଗର୍ତ୍ତୀ,,ହଳଦୀ ସରପଞ୍ଚ ପ୍ରତିନିଧି ରମାରଞ୍ଜନ ସେଠ,କମିଟି ଉପସଭାପତି ଲକ୍ଷ୍ମୀକାନ୍ତ ଧରୁଆ, କାର୍ଯ୍ୟରୀ ସଭାପତି ସୁଦାମ ସାହୁ ମଞ୍ଚାସିନ ଥିଲେ । ବିରାଟ ଧନୁଯାତ୍ରା ମହୋତ୍ସବରେ ମୁରିବାହାଲ ଗ୍ରାମ ମଥୁରା ନଗରୀ ଓ ବନବାହାଲ ଗ୍ରାମ ଗୋପପୁର ପାଲଟିଛି ।

ଏହି ଅବସରରେ ଅଞ୍ଚଳର ପ୍ରତିଭାମାନଙ୍କୁ ସମ୍ବର୍ଦ୍ଧନା ଦେବା ସହ ସାଂସ୍କୃତିକ ରଙ୍ଗାରଙ୍ଗ କାର୍ଯ୍ୟକ୍ରମ, ଅନୁଷ୍ଠିତ ହୋଇଛି |ଦର୍ଶକମାନେ ସୁବିଧାରେ ଧନୁଯାତ୍ରା ଦେଖିବା ପାଇଁ ସମସ୍ତ ପ୍ରକାରର ବ୍ୟବସ୍ଥା କରାଯାଇଛି । ଧନୁଯାତ୍ରାର ମହାରାଜ କଂସ ଭୂମିକାରେ ଲାଠୋରର ଆର୍ତ୍ତତ୍ରାଣ ସୁନାନୀ ଓ ସାଥୀ ବିଭିନ୍ନ ଭୂମିକାରେ ଅଭିନୟ କରୁଛନ୍ତି । ଏଥିପାଇଁ ମୁରିବାହାଲ ପୋଲିସ ପ୍ରଶାସନ ପକ୍ଷରୁ ସମ୍ପୂର୍ଣ୍ଣ ଶାନ୍ତିଶୃଙ୍ଖଳାର ବ୍ୟବସ୍ଥା କରାଯାଇଛି । କମିଟି ଉପସଭାପତି ନାରାୟଣ ସାହୁ ମଞ୍ଚ ପରିଚାଳନା କରିଥିବାବେଳେ କୋଷାଧକ୍ଷ ପଦ୍ମଲୋଚନ ସାହୁ ଧନ୍ୟବାଦ ଅର୍ପଣ କରିଥିଲେ ।

- Advertisement -spot_img

More articles

- Advertisement -spot_img

Latest article

ଯୋବ୍ରା ନିକଟରେ ମହାନଦୀରେ ବୁଡିଗଲେ ୩ ଜଣ, ଦୁଇ ଉଦ୍ଧାର

କଟକ, (୨୫/୦୪) : ଆପ୍ର. : ଯୋବ୍ରା ନିକଟରେ ମହାନଦୀରେ ବୁଡିଗଲେ ୩ ଜଣ । ସ୍ଥାନୀୟ ଲୋକଙ୍କ ଦ୍ୱାରା ଜଣେ ସୁରକ୍ଷିତ ଭାବେ ଉଦ୍ଧାର ହୋଇଛନ୍ତି । ଗାଧୋଉଥିବା ବେଳେ ଘଟିଛି...

ବାହ୍ୟ ରାଜ୍ୟ କୁ ଗଞ୍ଜେଇ ଚୋରା ଚାଲାଣ ବେଳେ ଦୁଇ ବ୍ୟବସାୟୀ ଗିରଫ

ବଲାଙ୍ଗୀର/ଟିଟିଲାଗଡ, (୨୪/୦୪) : ଆପ୍ର. : ଟିଟିଲାଗଡ ରେଳ ଷ୍ଟେସନ ରୁ କ୍ରମାଗତ ଭାବେ ଗଞ୍ଜେଇ ଚୋରା ଚାଲାଣ ଚାଲିଥିବା ବେଳେ ମଝିରେ ମଝିରେ ଅନେକ ଗଞ୍ଜେଇ ମାଫିଆ ଙ୍କୁ କାବୁ କରାଯାଉଛି...

ଜଳିଗଲା ବୁଲେଟ ଗାଡ଼ି, ଦୁଇ ଯୁବକ ଗୁରୁତର

ବଲାଙ୍ଗୀର, (୨୫/୦୪) : ଆପ୍ର. : ବଲାଙ୍ଗୀର ଜିଲ୍ଲା ଅନ୍ତର୍ଗତ ବେଲପଡ଼ା ସହର ନିବାସୀ ସୁମନ୍ତ ବଛା ଓ ଅଜିତ ନାଗ ନାମକ ଦୁଇ ଯୁବକ ବୁଲେଟ ଯୋଗେ ଟିଟିଲାଗଡ ଦେଇ ଖୋଲାନ...

ଖବର ପ୍ରସାରଣ ପରେ ବିଭାଗୀୟ ଅଧିକାରୀ ଙ୍କୁ ତୁରନ୍ତ ଆବଶ୍ୟକ କାର୍ଯ୍ୟାନୁଷ୍ଠାନ ନିର୍ଦ୍ଦେଶ

ବଲାଙ୍ଗୀର/ଟିଟିଲାଗଡ, (୨୪/୦୪) : ଆପ୍ର. : ଖବର ପ୍ରସାରଣ ପରେ ବିଭାଗୀୟ ଅଧିକାରୀ ଙ୍କୁ ତୁରନ୍ତ ଆବଶ୍ୟକ କାର୍ଯ୍ୟାନୁଷ୍ଠାନ ନିର୍ଦ୍ଦେଶ । ବଲାଙ୍ଗୀର ଜିଲ୍ଲା ଅନ୍ତର୍ଗତ ଟିଟିଲାଗଡ ପୌର ପରିଷଦ ଅଧିକାରୀ ତଥା ପଦାଧିକାରୀ...

ସାନନ୍ଦ ମେହେରକୁ ଗିରଫ ଓ ପ୍ରକାଶ ଲୁହାଙ୍କୁ ନ୍ୟାୟ ଦାବିରେ ଥାନା ଘେରିଲେ ହଜାର ହଜାର ପୁରୁଷ ମହିଳା

ସୁବର୍ଣ୍ଣପୁର, (୨୪/୦୪) : ଆ.ପ୍ର : ସୁବର୍ଣ୍ଣପୁର ଜିଲ୍ଲା ବୀରମହାରାଜପୁର ଥାନା ଘେରିଲେ ହଜାର ହଜାର ପୁରୁଷ ମହିଳା । ପ୍ରାପ୍ତ ସୂଚନା ଅନୁସାରେ କିଛିଦିନ ପୂର୍ବରୁ ବୀରମହାରାଜପୁର ବ୍ଲକ ଉପାଧ୍ୟକ୍ଷ ନାରାୟଣ ଲୁହାଙ୍କ...