32.9 C
Balāngīr
Friday, June 13, 2025

ମୁରିବାହାଲ ବ୍ଲକ ସଭାଗୃହରେ ଲକ୍ଷପତି ଦିଦି କାର୍ଯ୍ୟକ୍ରମର ସିଧାପ୍ରସାରଣ ଅନୁଷ୍ଠିତ

Must read

ରିପୋର୍ଟ : ଭଗବାନ ମହାନ୍ତି
ମୁରିବାହାଲ, (୨୬/୦୮) : ମୁରିବାହାଲ ବ୍ଲକ ସଭାଗୃହରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କ ବହୁ ପ୍ରତିକ୍ଷିତ ଲକ୍ଷପତି ଦିଦି କାର୍ଯ୍ୟକ୍ରମର ସିଧାପ୍ରସାରଣ କାର୍ଯ୍ୟକ୍ରମ ରବିବାର ଦିନ ଅନୁଷ୍ଠିତ ହୋଇଯାଇଛି ।

ବିଡ଼ିଓ ପୂର୍ଣ୍ଣାନନ୍ଦ ପଟେଲଙ୍କ ସଭାପତିତ୍ୱରେ ତଥା ଓଏଲଏମ ଵିପିଏମ ଡଃ. ଗୋପାଳକୃଷ୍ଣ ଦୀପଙ୍କ ସଂଯୋଜନାରେ ଅନୁଷ୍ଠିତ କାର୍ଯ୍ୟକ୍ରମରେ ବ୍ଲକ ଅଧ୍ୟକ୍ଷ ହରିବନ୍ଧୁ ମେହେର ମୁଖ୍ୟ ଅତିଥି ଭାବରେ ଯୋଗଦାନ କରିଥିଲେ । ଏହି କାର୍ଯ୍ୟକ୍ରମରେ ସାଂସଦ ପ୍ରତିନିଧି ଶ୍ରୀବତ୍ସ ବେହେରା, ବିଧାୟକ ପ୍ରତିନିଧି ପୂର୍ଣ୍ଣ ବାଗ, ସ୍ଵେଚ୍ଛାସେବୀ ରାଜୀବ ମହାନ୍ତି ପ୍ରମୁଖ ଉପସ୍ଥିତ ଥିଲେ । ଏହି କାର୍ଯ୍ୟକ୍ରମରେ ଆଜି ମାନ୍ୟବର ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ମହାରାଷ୍ଟ୍ରର ଜଳଗାଁଓ ଠାରେ ୧୧ଲକ୍ଷ ଲକ୍ଷପତି ଦିଦିଙ୍କୁ ସମ୍ବର୍ଦ୍ଧିତ କରିବା ସହ କାର୍ଯ୍ୟକ୍ରମକୁ ସମ୍ବୋଧିତ ଓ ସ୍ଵୟଂ ସହାୟକ ଗୋଷ୍ଠୀଗୁଡ଼ିକ ପାଇଁ ୨୫ଶହ କୋଟିର ପ୍ୟାକେଜ ଘୋଷଣା କରିଥିଲେ ।

ଏହି କାର୍ଯ୍ୟକ୍ରମର ସିଧାପ୍ରସାରଣରେ ଏନଆରଏଲଏମ, ଓଏଲଏମ, ମିସନ ଶକ୍ତି ବିଭାଗରେ କାର୍ଯ୍ୟରତ ସମସ୍ତ ଏମବିକେ, ବ୍ୟାଙ୍କମିତ୍ର, ସିଆରପି, ପ୍ରାଣୀ ମିତ୍ର, କୃଷି ମିତ୍ର ପ୍ରମୁଖ ଯୋଗଦାନ କରିଥିଲେ । ଏହି ଅବସରରେ ଏନଆରଏଲଏମ ଓ ଓଏଲଏମ କାର୍ଯ୍ୟକ୍ରମକୁ ଆହୁରି ଅଧିକ ସବଳ କରିବା ପାଇଁ ଆଲୋଚନା କରାଯାଇଥିଲା । ମୁରିବାହାଲ ବ୍ଲକରେ ପାଞ୍ଚ ହଜାର(୫୦୦୦)ରୁ ଅଧିକ ଏସଏଚଜି ମହିଳା ଲକ୍ଷପତି ଦିଦି ଭାବେ ଚିହ୍ନଟ ହୋଇଥିବା ସୂଚନା ଦିଆଯାଇଥିଲା । ବିଏଲସି ବ୍ରଜମୋହନ ସ୍ଵାଇଁ ଧନ୍ୟବାଦ ଅର୍ପଣ କରିଥିଲେ ।”

- Advertisement -spot_img

More articles

- Advertisement -spot_img

Latest article

ଜାତିପ୍ରଥାକୁ ନେଇ ଲଣ୍ଡା ହେଲେ ବଂଶଧର ଲୋକେ

ରାୟଗଡ଼ା, (୧୨/୦୬) : ଆପ୍ର. : ଜାତିପ୍ରଥାକୁ ନେଇ ଲଣ୍ଡା ହେଲେ ବଂଶଧର ଲୋକେ । ଜଣେ ଆଦିବାସୀ ଝିଅକୁ ଜଣେ ଦଳିତ ଯୁବକ ପ୍ରେମ କରି ସାଂଗରେ ନେଇଯିବାବାରୁ ଜାତି ଆଳରେ...

ଗୁଣପୁର ପୌରପରିଷଦ କେଳେଙ୍କାରୀ (ଦଲାଲ୍ ସାଜିଛନ୍ତି ଆଉଟ୍ ସୋର୍ସିଙ୍ଗ କର୍ମଚାରୀ)

ଗୁଣପୁର, (୧୧/୬) : ଆପ୍ର. : ଗୁଣପୁର ପୌରପରିଷଦ ହେବା ଦିନଠାରୁ ସହରର ଉନ୍ନତି ଅପେକ୍ଷା ଦୁର୍ନୀତି ବହୁ ମାତ୍ରାରେ ବୃଦ୍ଧି ପାଇଥିବା ଦେଖିବାକୁ ମିଳିଛି । ସରକାରୀ ବାବୁମାନେ ସିଧାସଳଖ ଲାଞ୍ଚ ନନେଇ...

ଘାରିଲାଣି ଝାଡ଼ାବାନ୍ତି ଡର; ମୃତ୍ୟୁ ସଂଖ୍ୟା ଛୁଇଁଲା ୪

ଯାଜପୁର, (୧୨/୦୬) : ଆପ୍ର. : ଯାଜପୁର ଜିଲ୍ଲାକୁ ଘାରିଲାଣି ଝାଡାବାନ୍ତି ଡର । ଯାହାକୁ ନେଇ ଏବେ ଚିନ୍ତାରେ ଗ୍ରାମବାସୀଙ୍କ ଠାରୁ ସ୍ୱାସ୍ଥ୍ୟବିଭାଗ । ଦିନକୁ ଦିନ ଝାଡାବାନ୍ତି ଆକ୍ରାନ୍ତଙ୍କ ସଂଖ୍ୟା...

ଭାରସାମ୍ୟ ହରାଇ ରାସ୍ତା ଉପରେ ଓଲଟିଲା ଟ୍ରାକ୍ଟର, ଜଣେ ମୃତ

ଯାଜପୁର, (୧୨/୦୬) : ଆପ୍ର. : ଯାଜପୁର ଜିଲ୍ଲା ସଦର ଥାନା ଅଞ୍ଚଳରେ ଅଭାବନୀୟ ଘଟଣା ଘଟିଛି । ଭାରସାମ୍ୟ ହରାଇ ରାସ୍ତା କଡକୁ ଓଲଟିଲା ଟ୍ରାକ୍ଟର । ଦୁର୍ଘଟଣାରେ ଜଣଙ୍କର ମୃତ୍ୟୁ ହୋଇଥିବାବେଳେ...

ରାଜ୍ୟ ପୋଲିସ ମୁଖ୍ୟାଳୟ ପ୍ରେସ୍ ନୋଟ୍; ଜାଲ ଶିକ୍ଷା ଗତ ପ୍ରମାଣ ପତ୍ର ପ୍ରଦାନ କରି ଜିଡିଏସ୍ ଚାକିରି ପାଇବାକୁ ଉଦ୍ୟମ କରିବା ଅଭିଯୋଗରେ ରାଜ୍ୟ କ୍ରାଇମବ୍ରାଞ୍ଚ ଟିମ ପାଞ୍ଚ ଜଣ ଅଭିଯୁକ୍ତଙ୍କୁ...

ଭୁବନେଶ୍ୱର, (୧୧/୦୬) : ଆପ୍ର. : ଜାଲ ଶିକ୍ଷା ଗତ ପ୍ରମାଣ ପତ୍ର ପ୍ରଦାନ କରି ଗ୍ରାମୀଣ ଡାକ ସେବକ (ଜିଡିଏସ୍) ଚାକିରି ପାଇବାକୁ ଉଦ୍ୟମ କରିବା ଅଭିଯୋଗରେ ରାଜ୍ୟ କ୍ରାଇମବ୍ରାଞ୍ଚ ଟିମ...