32.9 C
Balāngīr
Saturday, April 26, 2025

ମୁରିବାହାଲ ବ୍ଲକ ସଭାଗୃହରେ ୭୬ତମ ସାଧାରଣତନ୍ତ୍ର ଦିବସ ପ୍ରସ୍ତୁତି ବୈଠକ ଅନୁଷ୍ଠିତ

Must read

ରିପୋର୍ଟ : ଭଗବାନ ମହାନ୍ତି
ମୁରିବାହାଲ, (୧୮/୦୧) : ମୁରିବାହାଲ ବ୍ଲକ ସଭାଗୃହରେ ଶନିବାର ଆଗାମୀ ଜାନୁୟାରୀ ୨୬, ୭୭ତମ ସାଧାରଣତନ୍ତ୍ର ଦିବସ ପାଳନ ନିମନ୍ତେ ଏକ ପ୍ରସ୍ତୁତି ବୈଠକ ବିଡ଼ିଓ ଶ୍ରୀମତୀ ବାସନ୍ତୀ ସେଠି ଙ୍କ ସଭାପତିତ୍ବ ରେ ଅନୁଷ୍ଠିତ ହୋଇଯାଇଛି ।

ବ୍ଲକ ବିଏସଏସଓ ରିଙ୍କୁ ମେହେରଙ୍କ ସଂଯୋଜନାରେ ଅନୁଷ୍ଠିତ ଏହି ପ୍ରସ୍ତୁତି ବୈଠକରେ ସାଧାରଣତନ୍ତ୍ର ଦିବସକୁ ମହାଆଡମ୍ବର ସହକାରେ ପାଳନ କରିବା ପାଇଁ ବିସ୍ତ୍ରୁତ ରୂପେ ଆଲୋଚନା କରାଯାଇଥିଲା । ସେହିଦିନ ସକାଳୁ ପ୍ରଭାତ ଫେରି, ରାମଧୁନ ଗାନ, ନିଜ ନିଜ କାର୍ଯାଳୟ, ସ୍କୁଲରେ ପତାକା ଉତ୍ତୋଳନ ପରେ ପଂଚାୟତ ହାଇସ୍କୁଲ ଖେଳ ପଡିଆରେ ବ୍ଲକସ୍ତରୀୟ ସାଧାରଣତନ୍ତ୍ର ଦିବସ ପାଳନ କରାଯିବା ପାଇଁ ନିଷ୍ପତ୍ତି ନିଆଯାଇଥିଲା।ଏଥିରେ ଅତିଥିଙ୍କ ଦ୍ଵାରା ସମବେତ ପ୍ୟାରେଡ ଅଭିବାଦନ ଗ୍ରହଣ କରିସାରିବା ପରେ ପୂର୍ବରୁ ଅନୁଷ୍ଠିତ ବିଭିନ୍ନ ପ୍ରତିଯୋଗିତାର କୃତିପ୍ରତିଯୋଗୀଙ୍କୁ ପୁରସ୍କୃତ କରାଯିବାକୁ ନିଷ୍ପତ୍ତି ନିଆଯାଇଥିଲା।

ଏହି ପ୍ରସ୍ତୁତି ବୈଠକରେ ଆକାଉଣ୍ଟସ ଅଫିସର ଘେନୁରାମ ତାଣ୍ଡି, ସାଂସଦ ପ୍ରତିନିଧି ଶ୍ରୀବତ୍ସ ବେହେରା, ସେକ୍ସନ ଅଫିସର ମହମ୍ମଦ ଜୁନେଦ, ମୁଖ୍ୟ ଅଗ୍ନୀକ ଅମ୍ବରିଶ ପଧାନ, ଡବ୍ଲୁଇଓ ଭୀମରାମ ମାଝୀ, ପ୍ରୋଗ୍ରାମ ଆସିଷ୍ଟାଣ୍ଡ ରାଜ ସିଂ ବାବୁ, ବିଇଓ କାର୍ଯ୍ୟାଳୟ ସେକ୍ସନ ଅଫିସର ସାଧୁରାମ ପାଣିଗ୍ରାହୀ,ରୁପେଶ ଷାଣ୍ଢ, ମୁରିବାହାଲ ବିକାଶ ମଞ୍ଚ ସଭାପତି ଫାଲ୍ଗୁନୀ ହାତୀ, ସମାଜସେବୀ ଅଗସ୍ତି ବଘାର, ପ୍ରଫୁଲ୍ଲ ବଘାର ସହ, ଜେଇ, ପିଇଓ, ଏଡିଇଓ, ବିଭାଗୀୟ ଅଧିକାରୀ, ଗଣ ମାଧ୍ୟମ ପ୍ରତିନିଧି,ଖେଳ ଶିକ୍ଷକ ପ୍ରମୁଖ ଉପସ୍ଥିତ ରହି ଆଲୋଚନାରେ ଅଂଶଗ୍ରହଣ କରିଥିଲେ । ଏଇଇ ଅଭିନାଶ ମୋଦି ଧନ୍ୟବାଦ ଅର୍ପଣ କରିଥିଲେ ।

- Advertisement -spot_img

More articles

- Advertisement -spot_img

Latest article

ଯୋବ୍ରା ନିକଟରେ ମହାନଦୀରେ ବୁଡିଗଲେ ୩ ଜଣ, ଦୁଇ ଉଦ୍ଧାର

କଟକ, (୨୫/୦୪) : ଆପ୍ର. : ଯୋବ୍ରା ନିକଟରେ ମହାନଦୀରେ ବୁଡିଗଲେ ୩ ଜଣ । ସ୍ଥାନୀୟ ଲୋକଙ୍କ ଦ୍ୱାରା ଜଣେ ସୁରକ୍ଷିତ ଭାବେ ଉଦ୍ଧାର ହୋଇଛନ୍ତି । ଗାଧୋଉଥିବା ବେଳେ ଘଟିଛି...

ବାହ୍ୟ ରାଜ୍ୟ କୁ ଗଞ୍ଜେଇ ଚୋରା ଚାଲାଣ ବେଳେ ଦୁଇ ବ୍ୟବସାୟୀ ଗିରଫ

ବଲାଙ୍ଗୀର/ଟିଟିଲାଗଡ, (୨୪/୦୪) : ଆପ୍ର. : ଟିଟିଲାଗଡ ରେଳ ଷ୍ଟେସନ ରୁ କ୍ରମାଗତ ଭାବେ ଗଞ୍ଜେଇ ଚୋରା ଚାଲାଣ ଚାଲିଥିବା ବେଳେ ମଝିରେ ମଝିରେ ଅନେକ ଗଞ୍ଜେଇ ମାଫିଆ ଙ୍କୁ କାବୁ କରାଯାଉଛି...

ଜଳିଗଲା ବୁଲେଟ ଗାଡ଼ି, ଦୁଇ ଯୁବକ ଗୁରୁତର

ବଲାଙ୍ଗୀର, (୨୫/୦୪) : ଆପ୍ର. : ବଲାଙ୍ଗୀର ଜିଲ୍ଲା ଅନ୍ତର୍ଗତ ବେଲପଡ଼ା ସହର ନିବାସୀ ସୁମନ୍ତ ବଛା ଓ ଅଜିତ ନାଗ ନାମକ ଦୁଇ ଯୁବକ ବୁଲେଟ ଯୋଗେ ଟିଟିଲାଗଡ ଦେଇ ଖୋଲାନ...

ଖବର ପ୍ରସାରଣ ପରେ ବିଭାଗୀୟ ଅଧିକାରୀ ଙ୍କୁ ତୁରନ୍ତ ଆବଶ୍ୟକ କାର୍ଯ୍ୟାନୁଷ୍ଠାନ ନିର୍ଦ୍ଦେଶ

ବଲାଙ୍ଗୀର/ଟିଟିଲାଗଡ, (୨୪/୦୪) : ଆପ୍ର. : ଖବର ପ୍ରସାରଣ ପରେ ବିଭାଗୀୟ ଅଧିକାରୀ ଙ୍କୁ ତୁରନ୍ତ ଆବଶ୍ୟକ କାର୍ଯ୍ୟାନୁଷ୍ଠାନ ନିର୍ଦ୍ଦେଶ । ବଲାଙ୍ଗୀର ଜିଲ୍ଲା ଅନ୍ତର୍ଗତ ଟିଟିଲାଗଡ ପୌର ପରିଷଦ ଅଧିକାରୀ ତଥା ପଦାଧିକାରୀ...

ସାନନ୍ଦ ମେହେରକୁ ଗିରଫ ଓ ପ୍ରକାଶ ଲୁହାଙ୍କୁ ନ୍ୟାୟ ଦାବିରେ ଥାନା ଘେରିଲେ ହଜାର ହଜାର ପୁରୁଷ ମହିଳା

ସୁବର୍ଣ୍ଣପୁର, (୨୪/୦୪) : ଆ.ପ୍ର : ସୁବର୍ଣ୍ଣପୁର ଜିଲ୍ଲା ବୀରମହାରାଜପୁର ଥାନା ଘେରିଲେ ହଜାର ହଜାର ପୁରୁଷ ମହିଳା । ପ୍ରାପ୍ତ ସୂଚନା ଅନୁସାରେ କିଛିଦିନ ପୂର୍ବରୁ ବୀରମହାରାଜପୁର ବ୍ଲକ ଉପାଧ୍ୟକ୍ଷ ନାରାୟଣ ଲୁହାଙ୍କ...