32.9 C
Balāngīr
Tuesday, May 13, 2025

ଯାତାୟାତ ସଂଯୋଗ ପାଇଁ ପ୍ରଧାନମନ୍ତ୍ରୀଙ୍କ ଦ୍ୱାରା ଏକାଧିକ ରେଳ ପ୍ରକଳ୍ପର ଶୁଭାରମ୍ଭ ଓ ଶିଳାନ୍ୟାସ

Must read

ପ୍ରକାଶ ପାଇଲା ସିବିଏସ୍ଇ ଦ୍ୱାଦଶ ପରୀକ୍ଷା ଫଳ, ବାଜି ମାରିନେଲେ ଝିଅ

ଭୁବନେଶ୍ୱର, (୧୩/୦୫) : ଆପ୍ର. : ଚଳିତ ବର୍ଷର କେନ୍ଦ୍ରୀୟ ମାଧ୍ୟମିକ ଶିକ୍ଷା ପରିଷଦ (ସିବିଏସଇ) ଦ୍ୱାଦଶ ଶ୍ରେଣୀ ପରୀକ୍ଷା ଫଳ ପ୍ରକାଶ ପାଇଛି । ସର୍ବ ଭାରତୀୟ ସ୍ତରରେ କୃତକାର୍ଯ୍ୟ ହାର ୮୮.୩୯...

ରିପୋର୍ଟ : ଗୋପୀନାଥ ଗୌଡ଼
ରାୟଗଡା, (୦୬/୦୧) : ସଂଯୋଗୀକରଣ ବୃଦ୍ଧି ତଥା ସାମାଜିକ, ଅର୍ଥନୈତିକ ବିକାଶକୁ ପ୍ରୋତ୍ସାହିତ କରିବ ରେଳ ପ୍ରକଳ୍ପ । ମାନ୍ୟବର ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଭିଡିଓ କନଫରେନ୍ସିଂ ମାଧ୍ୟମରେ ପ୍ରକଳ୍ପର ଶୁଭାରମ୍ଭ କରିଛନ୍ତିWhatsApp Image 2025 01 06 at 20.43.22 ଯାତାୟାତ ସଂଯୋଗ ପାଇଁ ପ୍ରଧାନମନ୍ତ୍ରୀଙ୍କ ଦ୍ୱାରା ଏକାଧିକ ରେଳ ପ୍ରକଳ୍ପର ଶୁଭାରମ୍ଭ ଓ ଶିଳାନ୍ୟାସ

ଯାତାୟାତ ସଂଯୋଗ ପାଇଁ ପ୍ରଧାନମନ୍ତ୍ରୀଙ୍କ ଦ୍ୱାରା ଏକାଧିକ ରେଳ ପ୍ରକଳ୍ପର ଶୁଭାରମ୍ଭ ଓ ଶିଳାନ୍ୟାସ । ରାୟଗଡା ରେଳ ମଣ୍ଡଳ କାର୍ଯ୍ୟାଳୟ ଭବନ ଭିତ୍ତିପ୍ରସ୍ତର ସ୍ଥାପନ କରିଛନ୍ତି । ଏହି ପ୍ରକଳ୍ପର ନିର୍ମାଣ ପାଇଁ ଆନୁମାନିକ ₹ ୧୦୭ କୋଟି ଟଙ୍କା ମଞ୍ଜୁର କରାଯାଇଅଛି । ଓଡିଶା, ଆନ୍ଧ୍ର- ପ୍ରଦେଶ ଏବଂ ଜାମ୍ମୁକାଶ୍ମୀର ସହ ଆଖପାଖ ଅଞ୍ଚଳରେ ରେଳ ଭିତ୍ତିଭୂମିରେ ଉନ୍ନତି ଆଣିବାକୁ ଲକ୍ଷ୍ୟ ରହିଛି । ଏହି ନିର୍ମାଣ କାର୍ଯ୍ୟ ନୂତନ ରେଳମଣ୍ଡଳ କାର୍ଯ୍ୟାଳୟ ଭବନ ସହ ବିଭାଗୀୟ ନିୟନ୍ତ୍ରଣ କାର୍ଯ୍ୟାଳୟ, ଅଧିକାରୀ ଏବଂ କର୍ମଚାରୀଙ୍କ ରହିବା ପାଇଁ ଆଧୁନିକ ଆବାସ ସୁବିଧା ରହିବ । ରାୟଗଡା ରେଳ ମଣ୍ଡଳ କାର୍ଯ୍ୟାଳୟ ଭବନ ପାଇଁ ଭିତ୍ତିପ୍ରସ୍ତର ସ୍ଥାପନ ସମାରୋହ ଏକ ଉଲ୍ଲେଖନୀୟ ଅବଦାନ । ଯେଉଁଥିରେ ମାନ୍ୟବର ପ୍ରଧାନମନ୍ତ୍ରୀ ଭିଡିଓ କନଫରେନ୍ସିଂ ମାଧ୍ୟମରେ ଉପସ୍ଥିତ ରହି ଏହାର ଶିଳାନ୍ୟାସ କରିଥିଲେ ।

ଆୟୋଜିତ ଏହି କାର୍ଯ୍ୟକ୍ରମରେ ପ୍ରମୁଖ ମାନ୍ୟଗଣ୍ୟ ବ୍ୟକ୍ତି ମାନଙ୍କ ମଧ୍ୟରେ ଓଡିଶାର ମାନ୍ୟବର ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀ, ଭାରତ ସରକାରଙ୍କ ରେଳବାଇ ଏବଂ ଖାଦ୍ୟ ପ୍ରକ୍ରିୟାକରଣ ଶିଳ୍ପ ରାଷ୍ଟ୍ରମନ୍ତ୍ରୀ ଶ୍ରୀ ରବନୀତ ସିଂ ଏବଂ କୋରାପୁଟ ଲୋକସଭା ସାଂସଦ ଶ୍ରୀଯୁକ୍ତ ସପ୍ତଗିରି ଶଙ୍କର ଉଲ୍ଲାକା, ବିଧାୟକ ରାୟଗଡ଼ ଶ୍ରୀଯୁକ୍ତ କାଡ୍ରାକା ଆପ୍ପାଲା ସ୍ଵାମୀ, ସାଂସଦ ଶ୍ରୀଯୁକ୍ତ ବଳଭଦ୍ର ମାଝି, କୋରାପୁଟ୍ ବିଧାୟକ ଶ୍ରୀଯୁକ୍ତ ରଘୁରାମ ମାଛ ଏବଂ ବହୁ ବିଶିଷ୍ଟ ସାଂସଦ ମାନଙ୍କ ସହ ସ୍ଥାନୀୟ ଜନପ୍ରତିନିଧି ଯୋଗ ଦେଇଥିଲେ ।

ଏକ ଆଧୁନିକ ମଣ୍ଡଳ ରେଳବାଇ କାର୍ଯ୍ୟାଳୟ ଭବନ ପ୍ରାୟ ୧୨,୦୦୦ ବର୍ଗ ମିଟର କ୍ଷେତ୍ରରେ ନିର୍ମାଣ ହେବ। ଯାହାକି ଗ୍ରାଉଣ୍ଡ ଫ୍ଲୋର ସହିତ ଆଉ ଦୁଇଟି ଫ୍ଲୋର ଉପଲବ୍ଧ ରହିବ। ବିଭାଗୀୟ ନିୟନ୍ତ୍ରଣ କାର୍ଯ୍ୟାଳୟ ରହିବ । ଦୈନନ୍ଦିନ ରେଳ କାର୍ଯ୍ୟ ପରିଚାଳନା ଏବଂ ତଦାରଖ କରିବ। ଅଧିକାରୀ ଏବଂ କର୍ମଚାରୀଙ୍କ ପାଇଁ ଆବାସ ସୁବିଧା ରହିବ। ଉନ୍ନତ ପରିବହନ ସଂଯୋଗ ହେବା ଦ୍ୱାରା ଯୋଗାଯୋଗ କ୍ଷେତ୍ରରେ ବିକାଶ ହେବ ।

ସ୍ଥିରତାକୁ ପ୍ରୋତ୍ସାହିତ କରିବା ପାଇଁ ଏହି ରେଳ ମଣ୍ଡଳ ଭବନରେ ବର୍ଷା ଜଳ ଅମଳ ବ୍ୟବସ୍ଥା ରହିବ । ରାୟଗଡା ରେଳ ମଣ୍ଡଳ କାର୍ଯ୍ୟାଳୟ ଭବନ ପ୍ରତିଷ୍ଠା ଦକ୍ଷିଣ ଓଡିଶାର ଆଦିବାସୀ ବହୁଳ ଅଞ୍ଚଳରେ ଅର୍ଥନୈତିକ ଅଭିବୃଦ୍ଧି, ସ୍ଥାନୀୟ ଶିଳ୍ପ ସହିତ ଯୋଗାଯୋଗ ବୃଦ୍ଧି ଏବଂ ନିଯୁକ୍ତି ସୁଯୋଗ ସୃଷ୍ଟି କରିବ । ଏହି ପ୍ରକଳ୍ପଟି ସ୍ଥାନୀୟ ଅଞ୍ଚଳର ବିକାଶକୁ ସକରାତ୍ମକ ଭାବରେ ପ୍ରଭାବିତ କରିବ ଏବଂ ସ୍ଥାନୀୟ ଜନସମୁଦାୟର ଉନ୍ନତ କରିବ ବୋଲି ଆଶା କରାଯାଉଛି । ଉକ୍ତ କାର୍ଯ୍ୟକ୍ରମରେ ଓଡ଼ିଶାର ମାନ୍ୟବର ରାଜ୍ୟପାଳ ଡକ୍ଟର କମ୍ଭମପତି ହରି ବାବୁ ଭିଡିଓ କନଫରେନ୍ସିଂ ମାଧ୍ୟମରେ ଯୋଗଦାନ କରିଥିଲେ ।

- Advertisement -spot_img

More articles

- Advertisement -spot_img

Latest article

ପ୍ରକାଶ ପାଇଲା ସିବିଏସ୍ଇ ଦ୍ୱାଦଶ ପରୀକ୍ଷା ଫଳ, ବାଜି ମାରିନେଲେ ଝିଅ

ଭୁବନେଶ୍ୱର, (୧୩/୦୫) : ଆପ୍ର. : ଚଳିତ ବର୍ଷର କେନ୍ଦ୍ରୀୟ ମାଧ୍ୟମିକ ଶିକ୍ଷା ପରିଷଦ (ସିବିଏସଇ) ଦ୍ୱାଦଶ ଶ୍ରେଣୀ ପରୀକ୍ଷା ଫଳ ପ୍ରକାଶ ପାଇଛି । ସର୍ବ ଭାରତୀୟ ସ୍ତରରେ କୃତକାର୍ଯ୍ୟ ହାର ୮୮.୩୯...

ଯାତ୍ରୀବାହୀ ବସକୁ ପିଟିଲା ଟ୍ରକ, ୨୦ ଆହତ

କରଞ୍ଜିଆ, (୧୩/୦୫) : ଆପ୍ର. : କରଞ୍ଜିଆ ଥାନା ଚଢ଼େଇଭୋଳ ନିକଟରେ ମର୍ମନ୍ତୁଦ ସଡକ ଦୁର୍ଘଟଣା । ଯାତ୍ରୀବାହୀ ବସକୁ ପଛ ପଟେ ଧକା ଦେଲା ଟ୍ରକ । ଦୁର୍ଘଟଣାରେ ଓଲଟି ପଡିଛି ଶିବ...

ମଦ ନେଲା ଜୀବନ, ଭିଣୋଇ ମାଡ଼ରେ ୩ ଶଳାଙ୍କ ମୃତ୍ୟୁ

ମାଲକାନଗିରି, (୧୩/୦୫) : ଆପ୍ର. : ମଦ ନେଲା ୩ ଜୀବନ । ଭିଣୋଇ ମାଡ଼ରେ ୩ ଶଳାଙ୍କ ମୃତ୍ୟୁ । ମାଲକାନଗିରି ଜିଲ୍ଲା ଚିତ୍ରକୋଣ୍ଡା ଥାନା ଅଞ୍ଚଳରେ ଚାଞ୍ଚଲ୍ୟ । ମୃତକ ହେଲେ...

କସ୍ତୁରବା ସବିକା ମହାବିଦ୍ୟାଳୟରେ ଆନ୍ତର୍ଜାତିକ ନର୍ସ ଦିବସ ପାଳନ

ପୁରୁଷୋତ୍ତମପୁର, (୧୩/୦୫) : ଆପ୍ର. : କସ୍ତୁରବା ସେବିକା ମହାବିଦ୍ୟାଳୟ ରେ ଆନ୍ତର୍ଜାତିକ ନର୍ସ ଦିବସ ପାଳିତ ହୋଇଛି । କଥା ରେ ଅଛି ମାନବ ସେବା ହିଁ ନରାୟଣ ସେବା, ଏହି ପରିପ୍ରେକ୍ଷୀରେ...

ଅଙ୍ଗଦାନ କରି ଅମର ହୋଇଗଲେ ଆଦିବାସୀ ଯୁବକ

ଗୁଣପୁର, (୧୩/୫) : ଆପ୍ର. : କଥାରେ ଅଛି ମଣିଷ ଜୀବନ ପାଣି ଫୋଟକା । ଖୁସିରେ ଘରୁ ବାହାରି ଥିଲେ କିନ୍ତୁ ବିଧାତାର ଲେଖା ଅଲଗା ଥିଲା, ଦୂର୍ଘଟଣାର ଶିକାର ହେଲେ...