32.9 C
Balāngīr
Wednesday, April 30, 2025

ଯାତ୍ରା ଦେଖିବାକୁ ଯାଇଥିଲେ ଘର ଲୋକେ, ୪ ଘରେ କଳା କନା ବୁଲାଇଦେଲେ ଲୁଟେରା

Must read

ରିପୋର୍ଟ : ଓଡିଶା ନ୍ୟୁଜ ୨୪ ବ୍ୟୁରୋ //
ବାଲେଶ୍ୱର, (୩୦/୦୧) : ଏପଟେ ଯାତ୍ରା ଦେଖୁଥିବାବେଳେ ସେପଟେ ଘରେ କଳାକନା ବୁଲାଇଦେଲେ ଲୁଟେରା ।

ବାଲେଶ୍ୱର ଜିଲ୍ଲା ସୋର ଥାନା ଅନ୍ତର୍ଗତ ତୁଣ୍ଡପଡ଼ା ଗ୍ରାମରେ ଗୋଟିଏ ରାତିରେ ୪ ଘରୁ ହୋଇଛି ସିରିଜ୍ ଲୁଟ୍ । ଦୁର୍ବୃତମାନେ ଲକ୍ଷାଧିକ ଟଙ୍କାର ଅଳଙ୍କାର ଏବଂ ନଗଦ ଟଙ୍କା ନେଇଯାଇଥିବା ଅଭିଯୋଗ ହୋଇଛି । ପୋଲିସ ଘଟଣାର ଯାଞ୍ଚ ଆରମ୍ଭ କରିଛି । ବାଲେଶ୍ବର ଜିଲ୍ଲା ସୋର ଥାନା ଅନ୍ତର୍ଗତ ତୁଣ୍ଡପଡା ଗ୍ରାମର ସଞ୍ଜୟ ନାୟକ, ମାର୍କଣ୍ଡ ନାୟକ, ଧୀରେନ ଦାସ ଓ ମନ୍ମଥ ନାୟକଙ୍କ ପରିବାର ବୁଧବାର ରାତିରେ ଯାତ୍ରା ଦେଖିବାକୁ ଯାଇଥିଲେ ।

ଘରେ କେହି ନ ଥିବାର ସୁଯୋଗ ନେଇ ଚୋର ଗୋଟିଏ ପରେ ଗୋଟିଏ ଘରେ ପଶିଥିଲେ । କବାଟ ଭାଙ୍ଗିବା ସହିତ ସୁନା ଗହଣା ଲୁଟି ନେଇଛନ୍ତି । ପରିବାର ଲୋକ ଯାତ୍ରାରୁ ଫେରିବା ପରେ ଘରେ କଳା କନା ବୁଲିଥିବା ଦେଖିବାକୁ ପାଇଥିଲେ । ଏ ନେଇ ସୋର ଥାନାରେ ଲିଖିତ ଅଭିଯୋଗ ହୋଇଛି । ତେବେ ଏ ସମସ୍ତ ଘଟଣା ସିସିଟିଭିରେ କଏଦ ହୋଇଛି । ପ୍ରାୟ ୧୦ ଜଣିଆ ଲୁଟେରା ଗ୍ୟାଙ୍ଗ୍ ଏଥିରେ ସମ୍ପୃକ୍ତି ଥିବା ଅନୁମାନ କରାଯାଉଛି । ପୋଲିସ ଘଟଣା ସ୍ଥଳରେ ପହଁଚି ଛାନଭିନ ଆରମ୍ଭ କରିଛି ।

- Advertisement -spot_img

More articles

- Advertisement -spot_img

Latest article

ଉପାନ୍ତ ଅଞ୍ଚଳରେ ପାନୀୟ ଜଳ କଷ୍ଟ

କୋଲନରା, (୨୯/୦୪) : ଆପ୍ର. : ବଣ ଜଙ୍ଗଲ ଘେରା ଉପାନ୍ତ ଅଞ୍ଚଳରେ ଟିକର ପଡା ଗ୍ରାମ ଅବସ୍ଥିତ । ଗ୍ରାମରେ ମୋଟ ୪୫ ଗୋଟି ପରିବାର ରହୁଥିବା ବେଳେ ୨୧୫ ଜଣ...

ଅଲ୍ ଓଡିଶା ଈପିଏଫ୍ ପେନସନର୍ ଆସୋସିଏସନର ସ୍ମାରକ ପତ୍ ପ୍ରଦାନ

ରାୟଗଡ଼ା, (୨୯/୪) : ଆପ୍ର. : ଅଲ୍ ଓଡିଶା ଈପିଏଫ୍ ପେନସନର୍ ଆସୋସିଏସନର ଡାକରାରେ ରାୟଗଡ଼ ଜିଲ୍ଲା ଶାଖା ତରଫରୁ ଈପିଏଫ୍ ପେନସନରସ୍ ତଥା ବରିଷ୍ଠ ନାଗରିକ ମାନେ ସ୍ଥାନୀୟ ଜିଲ୍ଲାପାଳଙ୍କ ଜରିଆରେ...

କୁମୁଲି ପ୍ରାଥମିକ ଶିକ୍ଷକ ସଂଘର ନୂତନ କର୍ମକର୍ତ୍ତା ଚୟନ

କୋରାପୁଟ, (୩୦/୪) : ଆପ୍ର. : ନିଖିଳ ଉତ୍କଳ ପ୍ରାଥମିକ ଶିକ୍ଷକ ସଂଘ, କଟକର ବୋରିଗୁମ୍ମା ବ୍ଲକ୍ କୁମୁଲି ସର୍କଲ ଅନ୍ତର୍ଗତ ୮ ଗୋଟି କ୍ଲଷ୍ଟରର ପ୍ରାଥମିକ ଶିକ୍ଷକ ସଂଘର ଅବଧି ସଂପୂର୍ଣ୍ଣ...

କାଶୀନଗର ବିଜ୍ଞାପିତ ଅଞ୍ଚଳ ପରିଷଦରେ କାଉନସିଲ ବୈଠକ ଅନୁଷ୍ଠିତ

କାଶୀନଗର, (୨୯/୪) : ଆପ୍ର. : ଗଜପତି ଜିଲ୍ଲାରେ କାଶୀନଗର ବିଜ୍ଞାପିତ ଅଞ୍ଚଳ ପରିଷଦ ଅସ୍ଥାୟୀ କାର୍ଯ୍ୟାଳୟ ସଭାଗୃହ ଠାରେ କାଉନସିଲ ବୈଠକ ଅନୁଷ୍ଠିତ ହୋଇଥିଲା । ଏନ୍ଏସି ଅଧ୍ୟକ୍ଷା ଏମ. ସୁଧାରାଣୀ, ଉପାଧ୍ୟକ୍ଷ...

ବିବେକାନନ୍ଦ ଙ୍କ ଦର୍ଶନ ଉପରେ ମାର୍ଗ ଦର୍ଶନ କଲେ ସ୍ୱାଧି କାଞ୍ଚନ ସୋମ ଅଗ୍ରୱାଲା

ସୁବର୍ଣ୍ଣପୁର, (୨୯/୦୪) ଆ.ପ୍ର : ମଙ୍ଗଳବାର ସନ୍ଧ୍ୟା ରେ ଶ୍ରୀ ଗୋପାଳଜୀ ଯୋଗାଶ୍ରମ ମହାନଦୀ ଯୋଗବିହାର ସୁବର୍ଣ୍ଣପୁର ଠାରେ ସ୍ୱାମୀ ବିବେକାନନ୍ଦ ଙ୍କର ଦର୍ଶନ ଏବଂ ହିନ୍ଦୁ ଧର୍ମ ପ୍ରଚାର ପ୍ରସାର ରେ...