32.9 C
Balāngīr
Thursday, June 12, 2025

ଯାତ୍ରୀବାହୀ ବସକୁ ପିଟିଲା ଟ୍ରକ, ୨୦ ଆହତ

Must read

କରଞ୍ଜିଆ, (୧୩/୦୫) : ଆପ୍ର. : କରଞ୍ଜିଆ ଥାନା ଚଢ଼େଇଭୋଳ ନିକଟରେ ମର୍ମନ୍ତୁଦ ସଡକ ଦୁର୍ଘଟଣା । ଯାତ୍ରୀବାହୀ ବସକୁ ପଛ ପଟେ ଧକା ଦେଲା ଟ୍ରକ ।

ଦୁର୍ଘଟଣାରେ ଓଲଟି ପଡିଛି ଶିବ ଶକ୍ତି ଯାତ୍ରୀବାହୀ ବସ । ବସରେ ଥିବା ଯାତ୍ରୀଙ୍କ ମଧ୍ୟରୁ ୨୦ରୁ ଅଧିକ ଆହତ ହୋଇ ପୋଲିସ ଓ ସ୍ଥାନୀୟ ଲୋକଙ୍କ ସହାୟତାରେ କରଞ୍ଜିଆ ମେଡ଼ିକାଲକୁ ସ୍ଥାନାନ୍ତର ହୋଇ ଚିକିତ୍ସିତ ହେଉଛନ୍ତି । ବସ ଟି ବଡ଼ବିଲ ରୁ କରଞ୍ଜିଆ ଫେରୁଥିବା ବେଳେ କିଛି ସମୟ ପୂର୍ବରୁ ଏହି ଦୁର୍ଘଟଣା ଘଟିଛି । ୪୯ ନମ୍ବର ଜାତୀୟ ରାଜପଥର ଚଢ଼େଇଭୋଳ ନିକଟରେ ଏହି ଦୁର୍ଘଟଣା ଘଟିଛି । ବସ-ଟ୍ରକ ମଧ୍ୟରେ ଧକ୍କା ହୋଇଥିବା ଖବର ପାଇ ଅଗ୍ନିଶମ ବାହିନୀ ଓ ପୁଲିସ ଘଟଣାସ୍ଥଳରେ ପହଞ୍ଚି ଯାତ୍ରୀମାନଙ୍କୁ ଉଦ୍ଧାର କରିଥିଲେ । ଦୁର୍ଘଟଣାର ପ୍ରକୃତ କାରଣ ଜଣାପଡ଼ିନାହିଁ ।

- Advertisement -spot_img

More articles

- Advertisement -spot_img

Latest article

ଜାତିପ୍ରଥାକୁ ନେଇ ଲଣ୍ଡା ହେଲେ ବଂଶଧର ଲୋକେ

ରାୟଗଡ଼ା, (୧୨/୦୬) : ଆପ୍ର. : ଜାତିପ୍ରଥାକୁ ନେଇ ଲଣ୍ଡା ହେଲେ ବଂଶଧର ଲୋକେ । ଜଣେ ଆଦିବାସୀ ଝିଅକୁ ଜଣେ ଦଳିତ ଯୁବକ ପ୍ରେମ କରି ସାଂଗରେ ନେଇଯିବାବାରୁ ଜାତି ଆଳରେ...

ଗୁଣପୁର ପୌରପରିଷଦ କେଳେଙ୍କାରୀ (ଦଲାଲ୍ ସାଜିଛନ୍ତି ଆଉଟ୍ ସୋର୍ସିଙ୍ଗ କର୍ମଚାରୀ)

ଗୁଣପୁର, (୧୧/୬) : ଆପ୍ର. : ଗୁଣପୁର ପୌରପରିଷଦ ହେବା ଦିନଠାରୁ ସହରର ଉନ୍ନତି ଅପେକ୍ଷା ଦୁର୍ନୀତି ବହୁ ମାତ୍ରାରେ ବୃଦ୍ଧି ପାଇଥିବା ଦେଖିବାକୁ ମିଳିଛି । ସରକାରୀ ବାବୁମାନେ ସିଧାସଳଖ ଲାଞ୍ଚ ନନେଇ...

ଘାରିଲାଣି ଝାଡ଼ାବାନ୍ତି ଡର; ମୃତ୍ୟୁ ସଂଖ୍ୟା ଛୁଇଁଲା ୪

ଯାଜପୁର, (୧୨/୦୬) : ଆପ୍ର. : ଯାଜପୁର ଜିଲ୍ଲାକୁ ଘାରିଲାଣି ଝାଡାବାନ୍ତି ଡର । ଯାହାକୁ ନେଇ ଏବେ ଚିନ୍ତାରେ ଗ୍ରାମବାସୀଙ୍କ ଠାରୁ ସ୍ୱାସ୍ଥ୍ୟବିଭାଗ । ଦିନକୁ ଦିନ ଝାଡାବାନ୍ତି ଆକ୍ରାନ୍ତଙ୍କ ସଂଖ୍ୟା...

ଭାରସାମ୍ୟ ହରାଇ ରାସ୍ତା ଉପରେ ଓଲଟିଲା ଟ୍ରାକ୍ଟର, ଜଣେ ମୃତ

ଯାଜପୁର, (୧୨/୦୬) : ଆପ୍ର. : ଯାଜପୁର ଜିଲ୍ଲା ସଦର ଥାନା ଅଞ୍ଚଳରେ ଅଭାବନୀୟ ଘଟଣା ଘଟିଛି । ଭାରସାମ୍ୟ ହରାଇ ରାସ୍ତା କଡକୁ ଓଲଟିଲା ଟ୍ରାକ୍ଟର । ଦୁର୍ଘଟଣାରେ ଜଣଙ୍କର ମୃତ୍ୟୁ ହୋଇଥିବାବେଳେ...

ରାଜ୍ୟ ପୋଲିସ ମୁଖ୍ୟାଳୟ ପ୍ରେସ୍ ନୋଟ୍; ଜାଲ ଶିକ୍ଷା ଗତ ପ୍ରମାଣ ପତ୍ର ପ୍ରଦାନ କରି ଜିଡିଏସ୍ ଚାକିରି ପାଇବାକୁ ଉଦ୍ୟମ କରିବା ଅଭିଯୋଗରେ ରାଜ୍ୟ କ୍ରାଇମବ୍ରାଞ୍ଚ ଟିମ ପାଞ୍ଚ ଜଣ ଅଭିଯୁକ୍ତଙ୍କୁ...

ଭୁବନେଶ୍ୱର, (୧୧/୦୬) : ଆପ୍ର. : ଜାଲ ଶିକ୍ଷା ଗତ ପ୍ରମାଣ ପତ୍ର ପ୍ରଦାନ କରି ଗ୍ରାମୀଣ ଡାକ ସେବକ (ଜିଡିଏସ୍) ଚାକିରି ପାଇବାକୁ ଉଦ୍ୟମ କରିବା ଅଭିଯୋଗରେ ରାଜ୍ୟ କ୍ରାଇମବ୍ରାଞ୍ଚ ଟିମ...