32.9 C
Balāngīr
Thursday, July 10, 2025

ଯୁବକଙ୍କୁ ଧକ୍କା ଦେଲା ପୁଲିସ କନେଷ୍ଟବଳଙ୍କ କାର୍‌; ଘୋଷାଡ଼ି ନେଲା ୧୦୦ ମିଟର

Must read

ରିପୋର୍ଟ : ଓଡିଶା ନ୍ୟୁଜ ୨୪ ବ୍ୟୁରୋ //
ଦେଓଗଡ, (୦୯/୦୮) : ଯୁବକଙ୍କୁ ଧକ୍କା ଦେଇ ୧୦୦ ମିଟର ଘୋଷାଡ଼ି ନେଲା ପୁଲିସ କନେଷ୍ଟବଳଙ୍କ କାର୍ । ଦୁର୍ଘଟଣାରେ ଯୁବକଙ୍କ ମୃତ୍ୟୁ ଘଟିଛି ।

ଦେବଗଡ଼ ଜିଲ୍ଲା ବାରକୋଟ ଥାନା ଅନ୍ତର୍ଗତ ବଲଣ୍ଡା ନିକଟରେ ଏହି ଘଟଣା ଘଟିଛି। ମୃତ ଯୁବକ ଜଣଙ୍କ ହେଲେ ବଲଣ୍ଡା ଗାଁର ସିପୁନ ପାତ୍ର । ଗତକାଲି ରାତିରେ ସିପୁନ ଓ ତାଙ୍କ ସହଯୋଗୀ ଶୌଚ ହେବା ପାଇଁ ଗାଁ ନିକଟ ରାସ୍ତାକଡ଼କୁ ଆସିଥିଲେ । ସିପୁନ ରାସ୍ତାକଡ଼ରେ ଠିଆ ହୋଇଥିବା ବେଳେ ତାଙ୍କ ଶୌଚ ପାଇଁ ରାସ୍ତା ତଳକୁ ଯାଇଥିଲେ । ଏହି ସମୟରେ ପୁଲିସ କନେଷ୍ଟବଳ କାର୍ ଦ୍ରୁତ ଗତିରେ ଆସି ସିପୁନଙ୍କୁ ଧକ୍କା ଦେଇଥିଲା । ପରେ ସିପୁନଙ୍କୁ ୧୦୦ ମିଟର ଘୋଷାଡ଼ି ନେଇଥିଲା କାର୍। ପରେ ସିପୁନଙ୍କୁ ଗୁରୁତର ଅବସ୍ଥାରେ ଉଦ୍ଧାର କରି ଡାକ୍ତରଖାନାରେ ଭର୍ତ୍ତି କରିଥିଲେ ପୁଲିସ କନେଷ୍ଟବଳ। ସେଠାରେ ଡାକ୍ତର ଯୁବକଙ୍କୁ ମୃତ ଘୋଷଣା କରିଥିଲେ ।

ଏହାପରେ ଡାକ୍ତରଖାନାରୁ ଚମ୍ପଟ ମାରିଥିଲେ ପୁଲିସ କନେଷ୍ଟବଳ। ପରିବାର ଲୋକେ ଏନେଇ କନେଷ୍ଟବଳଙ୍କ ନାଁରେ ବାରକୋଟ ଥାନାରେ ଅଭିଯୋଗ କରିଛନ୍ତି। ପରିବାରକୁ କ୍ଷତିପୂରଣ ଦେବା ସହ କନେଷ୍ଟବଳଙ୍କୁ ଗିରଫ କରାଯାଉ ବୋଲି ପରିବାର ଲୋକେ ଦାବି କରିଛନ୍ତି । ପୁଲିସ ଘଟଣାର ତଦନ୍ତ କରୁଛି। କନେଷ୍ଟବଳ ନିଜେ କାର୍ ଚଳାଉଥିବା ଜଣାଯାଇଛି । ପୁଲିସ କାରକୁ ଜବତ କରି ଘଟଣାର ତଦନ୍ତ କରୁଛି।

- Advertisement -spot_img

More articles

- Advertisement -spot_img

Latest article

ତୃତୀୟ ଦିନ ଓଡ଼ିଶା ଡ୍ରାଇଭର୍ ମହାସଂଘ୍ ବିଷମ କଟକ ବ୍ଲକ୍ ର ଶାନ୍ତିପୂର୍ଣ୍ଣ ଆନ୍ଦୋଳନରେ ବିଜେଡି ପୂର୍ବତନ ଆଇନ ମନ୍ତ୍ରୀ ଶ୍ରୀ ଜଗନ୍ନାଥ ସରକା ଯୋଗଦାନ

ବିଷମ କଟକ, (୧୦/୭) : ଆପ୍ର. : ତୃତୀୟ ଦିନ ଓଡ଼ିଶା ଡ୍ରାଇଭର୍ ମହାସଂଘ୍ ବିଷମ କଟକ ବ୍ଲକ୍ ର ଶାନ୍ତିପୂର୍ଣ୍ଣ ଆନ୍ଦୋଳନରେ ବିଜେଡି ପୂର୍ବତନ ଆଇନ ମନ୍ତ୍ରୀ ଶ୍ରୀ ଜଗନ୍ନାଥ ସରକା...

ଜଙ୍ଗଲରୁ ମିଳିଲା ଯୁବକଙ୍କ ମୃତଦେହ, ଗତ ୪ ତାରିଖରୁ ଥିଲେ ନିଖୋଜ

କନ୍ଧମାଳ, (୧୦/୭) : ଆପ୍ର. : ନିଖୋଜ ଯୁବକଙ୍କ ମୃତଦେହ ଉଦ୍ଧାର । ଫୁଲବାଣୀ ନିକଟସ୍ଥ ଖଜୁରୀପଡା ଥାନା ଅନ୍ତର୍ଗତ ଗୁଦାରୀ ବାଲୁକୁଟୀ ଜଙ୍ଗଲରୁ ମୃତଦେହ ଉଦ୍ଧାର ହୋଇଛି । ସୂଚନାଯୋଗ୍ୟ ଯେ, କନ୍ଧମାଳ...

ରାଇକିଆ ଅଞ୍ଚଳରେ ହାତୀ ଉପଦ୍ରବ : ଘରଦ୍ୱାର ଭାଙ୍ଗିଲେ ହାତୀପଲ

ରାଇକିଆ, (୧୦/୦୭) :ଆପ୍ର. : କନ୍ଧମାଳ ଜିଲ୍ଲା ରାଇକିଆ ବ୍ଲକ ରଣବା ଅଞ୍ଚଳରେ କିଛି ଦିନ ହେଲା ହାତୀ ଉପଦ୍ରବ ଲାଗି ରହିଛି । ମଙ୍ଗଳବାର ୧୦ରୁ ୧୫ ଟିକିଆ ହାତୀପଲ ରଣବା ପଞ୍ଚାୟତ...

ପଞ୍ଚମ ଓ ଅଷ୍ଟମ ଶ୍ରେଣୀ ପିଲାଙ୍କ ପାଇଁ ନୂଆ ନିୟମ, ଫେଲ ହେଲେ ପୁଣି ସୁଯୋଗ

ଭୁବନେଶ୍ବର, (୧୦/୦୭) : ଆପ୍ର. : ପଞ୍ଚମ ଓ ଅଷ୍ଟମ ଶ୍ରେଣୀ ପିଲାଙ୍କ ପାଇଁ ନୂଆ ନିୟମ ଲାଗୁ ହୋଇଛି । ପ୍ରାଥମିକ ଶିକ୍ଷା ବ୍ୟବସ୍ଥା ସଂଶୋଧନ ନେଇ ଗଣଶିକ୍ଷା ବିଭାଗର ବିଜ୍ଞପ୍ତି ଅନୁସାରେ...

ହିନ୍ଦୁ ଠାରୁ ବୌଦ୍ଧ ସମସ୍ତେ ପାଳନ କରନ୍ତି ଗୁରୁ ପୂର୍ଣ୍ଣିମା

ଭୁବନେଶ୍ୱର, (୧୦/୦୭) : ଆପ୍ର. : ଆଜି ହେଉଛି ଗୁରୁ ପୂର୍ଣ୍ଣିମା । ଗୁରୁଙ୍କ ବିନା ଏ ସଂସାର ଅନ୍ଧକାର ମୟ । ପିତା ଓ ମାତା ଆମର ପ୍ରଥମ ଗୁରୁ ।...