32.9 C
Balāngīr
Thursday, July 10, 2025

ଯୁବ କୁଲୁତା ସମାଜକୁ ଜିଲ୍ଲା ପ୍ରଶାସନର ପ୍ରଶଂସା

Must read

ବଲାଙ୍ଗିର, (୨୭/୦୬) : ଗତ ଜୁନ ୫ ତାରିଖ ବିଶ୍ୱ ପରିବେଶ ଦିବସ ଅବସରରେ ଭୁବନେଶ୍ୱର ସ୍ଥିତ କୃଷି ଶିକ୍ଷାସଦନ ଠାରେ ବଲାଙ୍ଗିର ଜିଲ୍ଲା ଯୁବ କୁଲୁତା ସମାଜକୁ ରାଜ୍ୟ ସରକାର ପ୍ରକୃତି ମିତ୍ର ପୁରସ୍କାରରେ ସମ୍ମାନିତ କରିଥିଲେ ।

ଏହି ଖବରଟି ଜାଣିବା ପରେ ବଲାଙ୍ଗିର ଜିଲ୍ଲା ପ୍ରଶାସନ ତରଫରୁ ବଲାଙ୍ଗିର ଉପ-ଜିଲ୍ଲାପାଳ ଆଲୋକ ପଟେଲ ବଲାଙ୍ଗିର ଜିଲ୍ଲା ଯୁବ କୁଲୁତା ସମାଜକୁ ପ୍ରଶଂସାପତ୍ର ପ୍ରଦାନ କରିଛନ୍ତି । ଜିଲ୍ଲା ଯୁବ କୁଲୁତା ସମାଜ ସଭାପତି ଅସୀମ କୁମାର ଭୋଇ ଉପ-ଜିଲ୍ଲାପାଳଙ୍କ ଠାରୁ ଏହି ପ୍ରଶଂସା ପତ୍ର ଗ୍ରହଣ କରିଛନ୍ତି । ଯୁବ କୁଲୁତା ସମାଜର ଏଭଳି ପ୍ରାରମ୍ଭିକ ପଦକ୍ଷେପ ସମାଜ ଏବଂ ପରିବେଶ ଉପରେ ଭଲ ପ୍ରଭାବ ପକାଇବ ଓ ଏଭଳି ଉଦ୍ୟମ ଜାରି ରଖନ୍ତୁ ବୋଲି ଉପ-ଜିଲ୍ଲାପାଳ ମତ ପ୍ରକାଶ କରିଛନ୍ତି । ଜିଲ୍ଲା ପ୍ରଶାସନର ଏଭଳି ପ୍ରଶଂସା ଆଗାମୀ ଦିନରେ ଆମ ଯୁବ କୁଲୁତା ସମାଜର ସଦସ୍ୟମାନଙ୍କୁ କାମ କରିବାକୁ ଅଧିକ ପ୍ରେରଣା ପ୍ରଦାନ କରିବ ବୋଲି ସଭାପତି ଅସୀମ ଭୋଇ ମତ ପ୍ରକାଶ କରିଛନ୍ତି ।

- Advertisement -spot_img

More articles

Leave a Reply

- Advertisement -spot_img

Latest article

ତୃତୀୟ ଦିନ ଓଡ଼ିଶା ଡ୍ରାଇଭର୍ ମହାସଂଘ୍ ବିଷମ କଟକ ବ୍ଲକ୍ ର ଶାନ୍ତିପୂର୍ଣ୍ଣ ଆନ୍ଦୋଳନରେ ବିଜେଡି ପୂର୍ବତନ ଆଇନ ମନ୍ତ୍ରୀ ଶ୍ରୀ ଜଗନ୍ନାଥ ସରକା ଯୋଗଦାନ

ବିଷମ କଟକ, (୧୦/୭) : ଆପ୍ର. : ତୃତୀୟ ଦିନ ଓଡ଼ିଶା ଡ୍ରାଇଭର୍ ମହାସଂଘ୍ ବିଷମ କଟକ ବ୍ଲକ୍ ର ଶାନ୍ତିପୂର୍ଣ୍ଣ ଆନ୍ଦୋଳନରେ ବିଜେଡି ପୂର୍ବତନ ଆଇନ ମନ୍ତ୍ରୀ ଶ୍ରୀ ଜଗନ୍ନାଥ ସରକା...

ଜଙ୍ଗଲରୁ ମିଳିଲା ଯୁବକଙ୍କ ମୃତଦେହ, ଗତ ୪ ତାରିଖରୁ ଥିଲେ ନିଖୋଜ

କନ୍ଧମାଳ, (୧୦/୭) : ଆପ୍ର. : ନିଖୋଜ ଯୁବକଙ୍କ ମୃତଦେହ ଉଦ୍ଧାର । ଫୁଲବାଣୀ ନିକଟସ୍ଥ ଖଜୁରୀପଡା ଥାନା ଅନ୍ତର୍ଗତ ଗୁଦାରୀ ବାଲୁକୁଟୀ ଜଙ୍ଗଲରୁ ମୃତଦେହ ଉଦ୍ଧାର ହୋଇଛି । ସୂଚନାଯୋଗ୍ୟ ଯେ, କନ୍ଧମାଳ...

ରାଇକିଆ ଅଞ୍ଚଳରେ ହାତୀ ଉପଦ୍ରବ : ଘରଦ୍ୱାର ଭାଙ୍ଗିଲେ ହାତୀପଲ

ରାଇକିଆ, (୧୦/୦୭) :ଆପ୍ର. : କନ୍ଧମାଳ ଜିଲ୍ଲା ରାଇକିଆ ବ୍ଲକ ରଣବା ଅଞ୍ଚଳରେ କିଛି ଦିନ ହେଲା ହାତୀ ଉପଦ୍ରବ ଲାଗି ରହିଛି । ମଙ୍ଗଳବାର ୧୦ରୁ ୧୫ ଟିକିଆ ହାତୀପଲ ରଣବା ପଞ୍ଚାୟତ...

ପଞ୍ଚମ ଓ ଅଷ୍ଟମ ଶ୍ରେଣୀ ପିଲାଙ୍କ ପାଇଁ ନୂଆ ନିୟମ, ଫେଲ ହେଲେ ପୁଣି ସୁଯୋଗ

ଭୁବନେଶ୍ବର, (୧୦/୦୭) : ଆପ୍ର. : ପଞ୍ଚମ ଓ ଅଷ୍ଟମ ଶ୍ରେଣୀ ପିଲାଙ୍କ ପାଇଁ ନୂଆ ନିୟମ ଲାଗୁ ହୋଇଛି । ପ୍ରାଥମିକ ଶିକ୍ଷା ବ୍ୟବସ୍ଥା ସଂଶୋଧନ ନେଇ ଗଣଶିକ୍ଷା ବିଭାଗର ବିଜ୍ଞପ୍ତି ଅନୁସାରେ...

ହିନ୍ଦୁ ଠାରୁ ବୌଦ୍ଧ ସମସ୍ତେ ପାଳନ କରନ୍ତି ଗୁରୁ ପୂର୍ଣ୍ଣିମା

ଭୁବନେଶ୍ୱର, (୧୦/୦୭) : ଆପ୍ର. : ଆଜି ହେଉଛି ଗୁରୁ ପୂର୍ଣ୍ଣିମା । ଗୁରୁଙ୍କ ବିନା ଏ ସଂସାର ଅନ୍ଧକାର ମୟ । ପିତା ଓ ମାତା ଆମର ପ୍ରଥମ ଗୁରୁ ।...