32.9 C
Balāngīr
Tuesday, May 13, 2025

ଯୋଡ଼ାରେ ଭୟଙ୍କର ଦୁର୍ଘଟଣା: ବାଇକ ଧକ୍କା ପରେ ମାଡ଼ିଗଲା ଟ୍ରକ, ୩ ମୃତ ; ୩ ଗୁରୁତର

Must read

ପ୍ରକାଶ ପାଇଲା ସିବିଏସ୍ଇ ଦ୍ୱାଦଶ ପରୀକ୍ଷା ଫଳ, ବାଜି ମାରିନେଲେ ଝିଅ

ଭୁବନେଶ୍ୱର, (୧୩/୦୫) : ଆପ୍ର. : ଚଳିତ ବର୍ଷର କେନ୍ଦ୍ରୀୟ ମାଧ୍ୟମିକ ଶିକ୍ଷା ପରିଷଦ (ସିବିଏସଇ) ଦ୍ୱାଦଶ ଶ୍ରେଣୀ ପରୀକ୍ଷା ଫଳ ପ୍ରକାଶ ପାଇଛି । ସର୍ବ ଭାରତୀୟ ସ୍ତରରେ କୃତକାର୍ଯ୍ୟ ହାର ୮୮.୩୯...

ଯୋଡ଼ା, (୨୨/୦୪) : ଆପ୍ର. : ମର୍ମନ୍ତୁଦ ଦୁର୍ଘଟଣାରେ ୩ ମୃତ ଓ ୩ ଗୁରୁତର । ଯୋଡ଼ା ଡିଏଭି ସ୍କୁଲ ଫ୍ଲାଇଓଭର ନିକଟରେ ଦୁର୍ଘଟଣା ଘଟିଛି ।

ବାଇକ ସହ ବାଇକ ଧକ୍କା ପରେ ମାଡ଼ିଗଲା ଟ୍ରକ । ଏଯାଏ ମୃତକଙ୍କ ପରିଚୟ ମିଳପାରିନାହିଁ । ଗୁରୁତର ଆହତଙ୍କୁ ଚିକିତ୍ସା ପାଇଁ ହସପିଟାଲରେ ଭର୍ତ୍ତି କରାଯାଇଛି । ଘଟଣା ସ୍ଥଳରେ ଯୋଡ଼ା ପୋଲିସ ପହଞ୍ଚି ତଦନ୍ତ ଆରମ୍ଭ କରିଛି । ସୂଚନା ଅନୁସାରେ ସୋମବାର ରାତି ପ୍ରାୟ ୯ଟା ହେବ । ଦୁଇଟି ବାଇକରେ ୬ ଜଣ ଯାତ୍ରା କରୁଥିଲେ । ଉଭୟ ବାଇକ୍ ବିପରୀତ ଦିଗରୁ ଆସି ମୁହାଁମୁହିଁ ଧକ୍କା ହୋଇଥିଲେ । ଦୁର୍ଘଟଣା ପରେ ବାଇକ ଚାଳକ ଓ ଆରୋହୀ ତଳେ ପଡ଼ିଯାଇଥିଲେ ।

ତେବେ ଠିକ୍ ସେତିକି ବେଳେ ଏକ ଅଜଣା ଟ୍ରକ୍ ସେମାନଙ୍କ ଉପରେ ମାଡ଼ି ଯାଇଥିଲା । ଘଟଣାସ୍ଥଳରେ ହିଁ ତିନି ଜଣଙ୍କ ମୃତ୍ୟୁ ହୋଇଥିଲା । ମୃତକମାନେ ହେଲେ ଯୋଡ଼ା ବ୍ଲକ୍ ଜରିବାହାଲ ଅଞ୍ଚଳର ମୋହନ ମୁଣ୍ଡା ଓ ମାସୀ ମୁଣ୍ଡା ଏବଂ ଝୁମ୍ପୁରା ବ୍ଲକ୍ କୁଞ୍ଜରଡିହି ଅଞ୍ଚଳର ବିଜୟ ମୁଣ୍ଡା । ଗୁରୁତରମାନଙ୍କୁ ଟାଟା ଷ୍ଟିଲ୍ ହସ୍ପିଟାଲରେ ଭର୍ତ୍ତି କରାଯାଇଛି । ଯୋଡ଼ା ପୋଲିସ ପହଞ୍ଚି ତଦନ୍ତ ଆରମ୍ଭ କରିଛି ।

 

- Advertisement -spot_img

More articles

- Advertisement -spot_img

Latest article

ପ୍ରକାଶ ପାଇଲା ସିବିଏସ୍ଇ ଦ୍ୱାଦଶ ପରୀକ୍ଷା ଫଳ, ବାଜି ମାରିନେଲେ ଝିଅ

ଭୁବନେଶ୍ୱର, (୧୩/୦୫) : ଆପ୍ର. : ଚଳିତ ବର୍ଷର କେନ୍ଦ୍ରୀୟ ମାଧ୍ୟମିକ ଶିକ୍ଷା ପରିଷଦ (ସିବିଏସଇ) ଦ୍ୱାଦଶ ଶ୍ରେଣୀ ପରୀକ୍ଷା ଫଳ ପ୍ରକାଶ ପାଇଛି । ସର୍ବ ଭାରତୀୟ ସ୍ତରରେ କୃତକାର୍ଯ୍ୟ ହାର ୮୮.୩୯...

ଯାତ୍ରୀବାହୀ ବସକୁ ପିଟିଲା ଟ୍ରକ, ୨୦ ଆହତ

କରଞ୍ଜିଆ, (୧୩/୦୫) : ଆପ୍ର. : କରଞ୍ଜିଆ ଥାନା ଚଢ଼େଇଭୋଳ ନିକଟରେ ମର୍ମନ୍ତୁଦ ସଡକ ଦୁର୍ଘଟଣା । ଯାତ୍ରୀବାହୀ ବସକୁ ପଛ ପଟେ ଧକା ଦେଲା ଟ୍ରକ । ଦୁର୍ଘଟଣାରେ ଓଲଟି ପଡିଛି ଶିବ...

ମଦ ନେଲା ଜୀବନ, ଭିଣୋଇ ମାଡ଼ରେ ୩ ଶଳାଙ୍କ ମୃତ୍ୟୁ

ମାଲକାନଗିରି, (୧୩/୦୫) : ଆପ୍ର. : ମଦ ନେଲା ୩ ଜୀବନ । ଭିଣୋଇ ମାଡ଼ରେ ୩ ଶଳାଙ୍କ ମୃତ୍ୟୁ । ମାଲକାନଗିରି ଜିଲ୍ଲା ଚିତ୍ରକୋଣ୍ଡା ଥାନା ଅଞ୍ଚଳରେ ଚାଞ୍ଚଲ୍ୟ । ମୃତକ ହେଲେ...

କସ୍ତୁରବା ସବିକା ମହାବିଦ୍ୟାଳୟରେ ଆନ୍ତର୍ଜାତିକ ନର୍ସ ଦିବସ ପାଳନ

ପୁରୁଷୋତ୍ତମପୁର, (୧୩/୦୫) : ଆପ୍ର. : କସ୍ତୁରବା ସେବିକା ମହାବିଦ୍ୟାଳୟ ରେ ଆନ୍ତର୍ଜାତିକ ନର୍ସ ଦିବସ ପାଳିତ ହୋଇଛି । କଥା ରେ ଅଛି ମାନବ ସେବା ହିଁ ନରାୟଣ ସେବା, ଏହି ପରିପ୍ରେକ୍ଷୀରେ...

ଅଙ୍ଗଦାନ କରି ଅମର ହୋଇଗଲେ ଆଦିବାସୀ ଯୁବକ

ଗୁଣପୁର, (୧୩/୫) : ଆପ୍ର. : କଥାରେ ଅଛି ମଣିଷ ଜୀବନ ପାଣି ଫୋଟକା । ଖୁସିରେ ଘରୁ ବାହାରି ଥିଲେ କିନ୍ତୁ ବିଧାତାର ଲେଖା ଅଲଗା ଥିଲା, ଦୂର୍ଘଟଣାର ଶିକାର ହେଲେ...