32.9 C
Balāngīr
Friday, April 25, 2025

ରତାଖଣ୍ଡିରେ କ୍ଲଷ୍ଟର ସ୍ତରୀୟ ନିପୁଣ ଓଡ଼ିଶା ମେଳା

Must read

ରିପୋର୍ଟ : ଓଡିଶା ନ୍ୟୁଜ ୨୪ ବ୍ୟୁରୋ //
ଲୋଇସିଂହା, (୦୮/୦୨) : ଲୋଇସିଂହା ବ୍ଲକ ଅନ୍ତର୍ଗତ ରତାଖଣ୍ଡି ସରକାରୀ ଉନ୍ନୀତ ଉଚ୍ଚ ବିଦ୍ୟାଳୟରେ ବବଜା କ୍ଲଷ୍ଟର ସ୍ତରୀୟ ନିପୁଣ ଓଡ଼ିଶା ମେଳା ଅନୁଷ୍ଠିତ ହୋଇଯାଇଛି ।

ଶିକ୍ଷୟିତ୍ରୀ ସୁଭଦ୍ରା କୁମ୍ଭାରଙ୍କ ସଭାପତିତ୍ୱରେ ଶିକ୍ଷକ ଶମ୍ଭୁ ପ୍ରସାଦ ସାଏ ପଟେଲ ସଂଯୋଜନା କରିଥିଲେ । ଏଥିରେ ଲୋଇସିଂହା ଗୋଷ୍ଠୀ ଶିକ୍ଷାଧିକାରୀ ରୀନା କୁମାରୀ ବେହେରା ମୁଖ୍ୟ ଅତିଥି, ସ୍କୁଲ ପରିଚାଳନା କମିଟି ସଭାପତି ରାହାସ ବିହାରୀ ପଟେଲ ମୁଖ୍ୟବକ୍ତା, ସରପଞ୍ଚ ହିମାଞ୍ଚଳ ମେହେର ଓ ଏବିଇଓ ଟଙ୍କଧର ଭୋଇ ପ୍ରମୁଖ ମଞ୍ଚାସୀନ ଥିଲେ । ଏହି ଅବସରରେ ସାକ୍ଷରତା ଓ ସଂଖ୍ୟାଜ୍ଞାନ ଉପରେ ଆଲୋଚନା ହେବା ସହିତ ଶିକ୍ଷଣ ସାମଗ୍ରୀ ପ୍ରଦର୍ଶନ କରାଯାଇଥିଲା । ଏଥିରେ ୧୨ଟି ସ୍କୁଲର ୧୦ ଜଣ ଲେଖାଏଁ ପ୍ରଥମରୁ ତୃତୀୟ ଶ୍ରେଣୀ ଛାତ୍ରଛାତ୍ରୀ ଯୋଗ ଦେଇଥିଲେ । ଶେଷରେ ସିଆର୍‌ସିସି ଶରତ କୁମାର ପଧାନ ଧନ୍ୟବାଦ୍ ଅର୍ପଣ କରିଥିଲେ ।

- Advertisement -spot_img

More articles

- Advertisement -spot_img

Latest article

ଲିଫ୍ଟରେ ଚାପି ହୋଇ ମହିଳା ରୋଗୀଙ୍କ ମୃତ୍ୟୁ, ଡାକ୍ତରଖାନାରେ ତୀବ୍ର ଉତ୍ତେଜନା

ଭଦ୍ରକ, (୨୪/୦୪) : ଆପ୍ର. : ଲିଫ୍ଟରେ ଚାପି ହୋଇ ମହିଳା ରୋଗୀଙ୍କ ମୃତ୍ୟୁ । ଏଭଳି ଅଭାବନୀୟ ଘଟଣା ଘଟିଛି ଭଦ୍ରକ ଜିଲ୍ଲା ହସ୍ପିଟାଲରେ । ମୃତ ମହିଳା ହେଲେ ରାନ୍ଦୀଆ ପଂଚାୟତ...

ଧାନ ସଂଗ୍ରହ କମିଟି ବୈଠକ: ଆରମ୍ଭ ହେବ ଧାନ କିଣା ବିକା ପ୍ରକ୍ରିୟା

ବରଗଡ, (୨୪/୦୪) : ଆପ୍ର. : ଚଳିତ ରବି ଋତୁ ପାଇଁ ବୁଧବାର ବରଗଡ଼ ଜିଲ୍ଲା ଧାନ ସଂଗ୍ରହ କମିଟିର ବୈଠକ ଜିଲ୍ଲାପାଳଙ୍କ ସମ୍ମିଳନୀ କକ୍ଷରେ ଅନୁଷ୍ଠିତ ହୋଇଯାଇଛି । ଆସନ୍ତା ମଇ ୧୪...

ରାଜ୍ୟରେ ଗ୍ରୀଷ୍ମପ୍ରବାହ ଜାରି, ରେକର୍ଡ ଭାଙ୍ଗୁଛି ତାତି

ଭୁବନେଶ୍ୱର, (୨୪/୦୪) : ଆପ୍ର. : କାଳବୈଶାଖୀ ପରେ ରାଜ୍ୟରେ ଗ୍ରୀଷ୍ମପ୍ରବାହ ଜାରି ରହିଛି । ପାରଦ ବଢିବା ସହିତ ତାତି ଓ ଗୁଳୁଗୁଳି ଅସହ୍ୟ ହେବାକୁ ବସିଲାଣି । ଘରୁ ବାହାରିବା ମଧ୍ୟ...

ଟ୍ରେନ ରୁ ଖସି ପଡ଼ି ଯୁବକ ମୃତ

ସୁବର୍ଣ୍ଣପୁର, (୨୩/୦୪) : ଆ.ପ୍ର : ସୁବର୍ଣ୍ଣପୁର ଜିଲ୍ଲା ଡୁଙ୍ଗୁରିପାଲି ସହଲା ଫାଟକ ନିକଟରେ ଜଣେ ବ୍ୟକ୍ତି ଟ୍ରେନ ନମ୍ୱର ୧୮୫୨୩ ବିଶାଖାପାଟନା ବନାରସ ଏକ୍ସପ୍ରେସରେ ଆସୁଥିବା ସମୟରେ ଅସାବଧାନତାରୁ ଟ୍ରେନରୁ ଖସି...

ଏପ୍ରିଲ ୧୫ରୁ ଜୁନ ୧୪ ସମୁଦ୍ରରୁ ମାଛ ଧରିବା ଉପରେ କଟକଣା, ଚିନ୍ତାରେ ମତ୍ସ୍ୟଜୀବୀ ପରିବାର

ବାଲେଶ୍ବର, (୨୪/୦୪) : ଆପ୍ର. : ଏପ୍ରିଲ ୧୫ରୁ ଜୁନ୍ ୧୪ ତାରିଖ ପର୍ଯ୍ୟନ୍ତ ସମୂଦ୍ରରୁ ମାଛ ଧରିବା ଉପରେ କଟକଣା ଲାଗିବା ପରେ ଚିନ୍ତାରେ ମତ୍ସ୍ୟଜୀବୀ ପରିବାର । ମାଛ ବଂଶ ବୃଦ୍ଧି...