32.9 C
Balāngīr
Wednesday, April 23, 2025

ରଥଯାତ୍ରା ପାଇଁ ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ; ଉତ୍ତରାଛକରୁ ପୁରୀ ଲାଗିବ ସିସି କ୍ୟାମେରା

Must read

ରିପୋର୍ଟ : ଓଡିଶା ନ୍ୟୁଜ ୨୪ ବ୍ୟୁରୋ //
ଭୁବନେଶ୍ୱର, (୧୬/୦୨) : ଆଗକୁ ଆସୁଛି ବିଶ୍ୱପ୍ରସିଦ୍ଧ ରଥଯାତ୍ରା । ଆସନ୍ତା ଜୁନ ୨୭ ତାରିଖରେ ପୁରୀରେ ବିଶ୍ୱପ୍ରସିଦ୍ଧ ରଥଯାତ୍ରା ଅନୁଷ୍ଠିତ ହେବ ।

ତେବେ ରଥଯାତ୍ରାକୁ ଶୃଙ୍ଖଳିତ ତଥା ବ୍ୟବସ୍ଥିତ ଭାବେ ଆୟୋଜନ କରିବା ପାଇଁ ରାଜ୍ୟ ପୋଲିସ ପକ୍ଷରୁ ଏବେଠାରୁ ପ୍ରସ୍ତୁତି ଆରମ୍ଭ ହୋଇଛି। ଶୁକ୍ରବାର ଭୁବନେଶ୍ୱରସ୍ଥିତ ଡିଜିପି କ୍ୟାମ୍ପ ଅଫିସରେ ପୋଲିସ ଡିଜି ଯୋଗେଶ ବାହାଦୂର ଖୁରାନିଆଙ୍କ ଅଧ୍ୟକ୍ଷତାରେ ଏହାର ପ୍ରଥମ ବୈଠକ ଅନୁଷ୍ଠିତ ହୋଇଯାଇଛି ।

ରଥଯାତ୍ରାରେ ସମ୍ଭାବ୍ୟ ଭିଡ଼କୁ ନିୟନ୍ତ୍ରଣ କରିବା ପାଇଁ ଭୁବନେଶ୍ୱର ଉତ୍ତରା ଛକଠାରୁ ପୁରୀ ଯାଏ ସିସିଟିଭି ଲଗାଇବା, ଟ୍ରାଫିକ ସମସ୍ୟାର ସୁପରିଚାଳନା, ଦଳାଚକଟା ଭଳି ପରିସ୍ଥିତିକୁ ଏଡାଇବା ପାଇଁ ସ୍ବତନ୍ତ୍ର ବ୍ୟବସ୍ଥା, ଗାଡି ପାର୍କିଂ, ଅତି ବିଶିଷ୍ଟ ବ୍ୟକ୍ତି ବିଶେଷଙ୍କ ପାଇଁ ସ୍ବତନ୍ତ୍ର ହେଲିପ୍ୟାଡ୍, ପୋଲିସ ଫୋର୍ସଙ୍କ ରହଣୀ ପାଇଁ ସ୍ବତନ୍ତ୍ର ସୁବିଧା, ଶୃଙ୍ଖଳିତ ରଥଟଣା, ବ୍ୟାରିକେଡ଼ ବ୍ୟବସ୍ଥା, ଜିଲା ପ୍ରଶାସନ ସହ ମିଶି ବିଭିନ୍ନ ଅସୁବିଧାର ସମାଧାନ ଏବଂ ଭକ୍ତଙ୍କ ଶୃଙ୍ଖଳିତ ଦର୍ଶନ ପାଇଁ ସ୍ବତନ୍ତ୍ର ସୁବିଧା ଆଦି ସମ୍ପର୍କରେ ଡିଜିପି ଆଲୋଚନା କରାଯାଇଥିଲା । ଏହି ବୈଠକରେ କ୍ରାଇମବ୍ରାଞ୍ଚ ଏଡିଜି ବିନୟତୋଷ ମିଶ୍ର, ଏସସିଆରବି ନିର୍ଦ୍ଦେଶକ ସନ୍ତୋଷ ବାଲା, ଆଧୁନିକୀକରଣ ଏଡିଜି ସୌମେନ୍ଦ୍ର ପ୍ରିୟଦର୍ଶୀ, ଏବଂ ପୁରୀ ଏସପି ଭିନିତ ଅଗ୍ରୱାଲଙ୍କ ସମେତ ଅନେକ ମାନ୍ୟଗଣ୍ୟ ବ୍ୟକ୍ତି ଉପସ୍ଥିତ ଥିଲେ ।

 

- Advertisement -spot_img

More articles

- Advertisement -spot_img

Latest article

ଅଭିଯୁକ୍ତର କାଠ ଫାଳିଆ ମାଡ଼ରେ କନେଷ୍ଟବଳ ଗୁରୁତର, ବଲାଙ୍ଗିର ଭୀମ ଭୋଇ ମେଡିକାଲରେ ଭର୍ତ୍ତି

ବଲାଙ୍ଗିର, (୨୩/୦୪) : ଆପ୍ର. : ଥାନା ଭିତରେ ପୋଲିସକୁ ଆକ୍ରମଣ । କାଠ ଫାଳିଆ ମାଡ଼ରେ କନେଷ୍ଟବଳ ସୁଦାମ ନାଗ ଗୁରୁତର । ବଲାଙ୍ଗିର ଭୀମ ଭୋଇ ମେଡିକାଲରେ ଗୁରୁତର କନେଷ୍ଟବଳଙ୍କୁ ଭର୍ତ୍ତି...

ନାବାଳିକାକୁ ଗଣ ଦୁଷ୍କର୍ମ: ୩ ଯୁବକଙ୍କ ସଂପୃକ୍ତ, ପୁଲିସ ତଦନ୍ତ ଆରମ୍ଭ

ସୁନ୍ଦରଗଡ଼଼, (୨୩/୦୪) : ଆପ୍ର. : ସୁନ୍ଦରଗଡ଼଼ ଜିଲ୍ଲା ତଳସରା ଥାନା ଅଞ୍ଚଳରେ ଲଜ୍ଜା। ଜଙ୍ଗଲକୁ ଟେକି ନେଇ ନାବାଳିକାକୁ ଗଣ ଦୁଷ୍କର୍ମ କରାଯାଇଥିବା ଅଭିଯୋଗ ହୋଇଛି । ଏକୋଇଶିଆ ଭୋଜି ଖାଇ ସାଙ୍ଗମାନଙ୍କ...

ଓଡ଼ିଶା ଆଦର୍ଶ ବିଦ୍ୟାଳୟରେ ବିଶ୍ୱ ପୃଥିବୀ ଦିବସ ପାଳିତ

ପାଟଣା, (୨୪/୦୩) : ଆପ୍ର. : ଢେଙ୍କିକୋଟ ଟିକିରା ସ୍ଥିତ ଘଟଗାଁ ବ୍ଲକ ଓଡ଼ିଶା ଆଦର୍ଶ ବିଦ୍ୟାଳୟରେ ଆଜି ବିଶ୍ୱ ପୃଥିବୀ ଦିବସ ଉତ୍ସାହପୂର୍ଣ୍ଣ ଭାବେ ପାଳନ ହୋଇଯାଇଛି । ପ୍ରାକୃତିକ ସଂପଦର ରକ୍ଷା,...

ବସ୍‌ରୁ ପଡି ଛାତ୍ରୀ ଗୁରୁତର

କଣ୍ଟାବାଞ୍ଜି, (୨୩/୦୪) : ଆପ୍ର. : ବସ୍‌ରୁ ପଡି ନବମ ଶ୍ରେଣୀ ଛାତ୍ରୀ ଗୁରୁତର । ବଲାଙ୍ଗୀର ଜିଲ୍ଲା କଣ୍ଟାବାଞ୍ଜି କୁକୁଡାହାଟ ଗାଁ ନିକଟରେ ଅଭାବନୀୟ ଘଟଣା ଘଟିଛି । ଆଜି ବସ୍‌ ରୁ...

ସରାସକୋଲା ଉଚ୍ଚ ବିଦ୍ୟାଳୟରେ ଛାତ୍ରଛାତ୍ରୀ ମାନଙ୍କୁ ପୋଷାକ ବଣ୍ଟନ

ପାଟଣା, (୨୩/୦୪) : ଆପ୍ର. : ପାଟଣା ବ୍ଲକ ସରାସକୋଲା ଉଚ୍ଚ ବିଦ୍ୟାଳୟରେ ଛାତ୍ରଛାତ୍ରୀ ମାନଙ୍କୁ ଆଜି ନୂତନ ପୋଷାକ ବଣ୍ଟନ କରାଯାଇଛି । ଏଠାରେ ୧୩୫ ଜଣ ଛାତ୍ରଛାତ୍ରୀ ପୋଷାକ ବଣ୍ଟନ କରାଯାଇଥିବା...