32.9 C
Balāngīr
Tuesday, July 15, 2025

ରଥଯାତ୍ରା ପାଇଁ ହେବ ସ୍ୱତନ୍ତ୍ର ଆପ୍; ପ୍ରଥମ ପ୍ରସ୍ତୁତି ବୈଠକରେ ନିଆଗଲା ନିଷ୍ପତି, ଭିଡ଼ ଉପରେ ନଜର ରଖିବ ଏଆଇ କ୍ୟାମେରା

Must read

ରିପୋର୍ଟ : ଓଡିଶା ନ୍ୟୁଜ ୨୪ ବ୍ୟୁରୋ //
ପୁରୀ, (୦୫/୦୩) : ଆସନ୍ତା ରଥଯାତ୍ରା ପାଇଁ ଏବେ ଠାରୁ ପ୍ରସ୍ତୁତି ଆରମ୍ଭ କଲାଣି ପ୍ରଶାସନ । ବିଶ୍ବ ପ୍ରସିଦ୍ଧ ରଥଯାତ୍ରାଙ୍କୁ ଶୃଙ୍ଖଳିତ କରିବା ପାଇଁ ବିଭିନ୍ନ ପଦକ୍ଷେପ ନିଆଯାଉଛି ।

ଏଥର ରଥଯାତ୍ରା ପାଇଁ ଲଞ୍ଚ କରାଯିବ ସ୍ୱତନ୍ତ୍ର ଆପ୍ । ଯାହା ଜରିଆରେ ଭକ୍ତ ଓ ଶ୍ରଦ୍ଧାଳୁ ସୁବିଧାରେ ସୂଚନା ପାଇପାରିବେ । ଏନେଇ ପୁରୀ ସର୍କିଟ ହାଉସରେ ଜିଲ୍ଲାପାଳଙ୍କ ଅଧ୍ୟକ୍ଷତା ବସିଥିବା ବୈଠକରେ ନିଷ୍ପତି ନିଆଯାଇଛି । ଏଥିସହ ଚଳିତ ବର୍ଷ ଭିଡ଼ ନିୟନ୍ତ୍ରଣ ଓ ଟ୍ରାଫିକ୍ ସୁପରିଚାଳନା ପାଇଁ ଏଆଇ କ୍ୟାମେରାର ବ୍ୟବହାର କରାଯିବ । ପ୍ରତିବର୍ଷ କୋଟି କୋଟି ଭକ୍ତ ରଥଯାତ୍ରା ଦେଖିବାକୁ ବଡ଼ଦାଣ୍ଡରେ ଜମା ହେଉଥିବାବେଳେ ସେମାନଙ୍କ ଉପରେ ନଜର ରଖିବ ଏହି ସ୍ୱତନ୍ତ୍ର କ୍ୟାମେରା । ଗତବର୍ଷ ରଥଯାତ୍ରାରେ ହୋଇଥିବା ତ୍ରୁଟି ବିଚ୍ୟୁତି ଓ ସମସ୍ୟାକୁ ସୁଧାରି ସମସ୍ତ ବିଭାଗ ନିଜ ନିଜ ପ୍ରସ୍ତୁତି ଓ ଆକ୍ସନ ପ୍ଲାନ୍ ଚୁଡାନ୍ତ କରିବାକୁ ପୁରୀ ଜିଲ୍ଲାପାଳ ସିଦ୍ଧାର୍ଥ ଶଙ୍କର ସ୍ବାଇଁ ନିର୍ଦ୍ଦେଶ ଦେଇଛନ୍ତି।

ଅକ୍ଷୟ ତୃତୀୟା ଠାରୁ ନିଳାଦ୍ରୀ ବିଜେ ପର୍ଯ୍ୟନ୍ତ ମହାପ୍ରଭୁଙ୍କ ନୀତି କାନ୍ତି, ଜନଗହଳି ନିୟନ୍ତ୍ରଣ, ନିରବଚ୍ଛିନ୍ନ ବିଦ୍ୟୁତ୍ ସେବା, ପାନୀୟ ଜଳ ଯୋଗାଣ, ସ୍ବାସ୍ଥ୍ୟ ଓ ପରିମଳ ସହ ସୁରକ୍ଷା ଓ ଆଇନଶୃଙ୍ଖଳା ନେଇ ପ୍ରସ୍ତୁତି ବୈଠକରେ ଆଲୋଚନା ହୋଇଥିଲା । ସେହିପରି ପ୍ରଚଣ୍ଡ ଖରା ଓ ଗ୍ରୀଷ୍ମପ୍ରବାହକୁ ଦୃଷ୍ଟିରେ ରଖି ପର୍ଯ୍ୟାପ୍ତ ଜଳ ସିଞ୍ଚନ, ପାନୀୟ ଜଳ ଯୋଗାଣ, ଷ୍ଟାଣ୍ଡ ପୋଷ୍ଟ ପ୍ରସ୍ତୁତ ରଖିବାକୁ ଜନସ୍ବାସ୍ଥ୍ୟ ବିଭାଗ ଏବଂ ପୌରପାଳିକାକୁ ନିର୍ଦ୍ଦେଶ ଦିଆଯାଇଛି ।

 

- Advertisement -spot_img

More articles

- Advertisement -spot_img

Latest article

ତେଜୁଛି ସୌମ୍ୟାଶ୍ରୀ ମୃତ୍ୟୁ ଘଟଣା, ୧୭ରେ ଓଡ଼ିଶା ବନ୍ଦ ଡାକରା ଦେଲା କଂଗ୍ରେସ ଓ ବାମପନ୍ଥୀ ଦଳ

ଭୁବନେଶ୍ୱର, (୧୫/୦୭) : ଆପ୍ର. : ଆସନ୍ତା ୧୭ ତାରିଖରେ ଓଡ଼ିଶା ବନ୍ଦ ଡାକରା ଦେଲା କଂଗ୍ରେସ ଓ ବାମପନ୍ଥୀ ଦଳ । କଂଗ୍ରେସ, ବାମଦଳ ସମେତ ୭ ରାଜନୈତିକ ଦଳର ଓଡ଼ିଶା...

ପରକୀୟା ପ୍ରୀତି କୁ ସ୍ତ୍ରୀ ବିରୋଧ କରିବାରୁ ସ୍ୱାମୀ ଙ୍କ ଆତ୍ମହତ୍ୟା

ବାଲିଗୁଡା, (୧୫/୭) : ଆପ୍ର. : ସ୍ୱାମୀ ର ଅନ୍ୟ ଏକ ଯୁବତୀ ଙ୍କ ସହ ପ୍ରେମ ବ୍ୟାପାର କୁ ନେଇ ପ୍ରଥମ ସ୍ତ୍ରୀ ର ବିରୋଧ ପରେ ସ୍ୱାମୀ ଓ ତାଙ୍କ...

ବାଲିଗୁଡା ବନଖଣ୍ଡ ରେ ବୃକ୍ଷ ରୋପଣ ବୁଲି ଦେଖିଲେ ପିସିସିଏଫ୍

ବାଲିଗୁଡା, (୧୫/୭) : ଆପ୍ର. : ବାଲିଗୁଡା ବନଖଣ୍ଡ ରେ ବୃକ୍ଷ ରୋପଣ ବୁଲି ଦେଖିଲେ ପିସିସିଏଫ୍ l ବାଲିଗୁଡା ବନ ଖଣ୍ଡ ରେ ବନ ମହୋତ୍ସବ ସପ୍ତାହ ପାଳନ ପରେ ଆଜି ବାଲିଗୁଡ଼ା...

ପଞ୍ଚାୟତ ସମିତି ଡିଗ୍ରୀ ମହାବିଦ୍ୟାଳୟରେ ଶୋକସଭା ନାରୀ ନିର୍ଯାତନା କମିଟି ଗଠନ

ମୁରିବାହାଲ, (୧୫/୭) : ଆପ୍ର. : ପଞ୍ଚାୟତ ସମିତି ଡିଗ୍ରୀ ମହାବିଦ୍ୟାଳୟରେ ଶୋକସଭା ନାରୀ ନିର୍ଯାତନା କମିଟି ଗଠନ । ବଲାଙ୍ଗିର ଜିଲ୍ଲା ମୁରିବାହାଲ ବ୍ଲକ ସଦର ମହକୁମା ପଞ୍ଚାୟତ ସମିତି ଡିଗ୍ରୀ ମହାବିଦ୍ୟାଳୟ...

ଉଚ୍ଚଶିକ୍ଷା ବିଭାଗକୁ ବଡ଼ ନିର୍ଦ୍ଦେଶ ଦେଲେ ସରକାର: ୨୪ ଘଣ୍ଟା ମଧ୍ୟରେ

ବାଲେଶ୍ୱର, (୧୫/୦୭) : ଆପ୍ର. : ବାଲେଶ୍ୱର ସ୍ଥିତ ଫକୀର ମୋହନ ସ୍ବୟଂଶାସିତ ମହାବିଦ୍ୟାଳୟ ଛାତ୍ରୀ ଆତ୍ମହତ୍ୟା ଘଟଣା ସାରା ଦେଶକୁ ସ୍ତବ୍ଧ କରିଦେଇଛି । ଏହି ଘଟଣାରେ ବରୋଧୀ ବିଜେଡି ଏବଂ କଂଗ୍ରେସ...