32.9 C
Balāngīr
Tuesday, May 20, 2025

ରଥଯାତ୍ରା ପ୍ରସ୍ତୁତି ବୈଠକ, ଶୃଙ୍ଖଳିତ ଘୋଷଯାତ୍ରା ନେଇ କାର୍ଯ୍ୟ କରିବାକୁ ମୁଖ୍ୟ ସଚିବଙ୍କ ନିର୍ଦ୍ଦେଶ

Must read

ଶାହା ଚାରିଟେବୁଲ୍ ଟ୍ରଷ୍ଟ ପକ୍ଷରୁ ୫ଶହ ବୃକ୍ଷ ରୋପଣ

ବ୍ରହ୍ମପୁର, (୨୦/୦୫) : ଆପ୍ର. : ଛତ୍ରପୁର ବ୍ଲକ ଅନ୍ତର୍ଗତ କରାତଳି ଗ୍ରାମରେ ବିଭିନ୍ନ ଜାଗାର ଖାଲି ସ୍ଥାନ ମାନଙ୍କରେ ଶାହା ଚାରିଟେବୁଲ୍ ଟ୍ରଷ୍ଟ ପକ୍ଷରୁ ୫ଶହ ଗୁଆ ବୃକ୍ଷ-ଚାରା ରୋପଣ କରାଯାଇଛି...

ପୁରୀ, (୧୯/୦୪) : ଆପ୍ର. : ଚଳିତ ବିଶ୍ବ ପ୍ରସିଦ୍ଧ ରଥଯାତ୍ରା ଶାନ୍ତି ଶୃଙ୍ଖଳାର ସହ ଅନୁଷ୍ଠିତ ନେଇ ଗୁରୁତ୍ବପୂର୍ଣ୍ଣ ବୈଠକ

ଲୋକସେବା ଭବନରେ ମୁଖ୍ୟ ଶାସନ ସଚିବ ମନୋଜ ଆହୁଜାଙ୍କ ଅଧ୍ୟକ୍ଷତାରେ ବୈଠକ ଅନୁଷ୍ଠିତ। ରଥଯାତ୍ରା ପ୍ରସ୍ତୁତିରେ ଯେପରି କୌଣସି ପ୍ରକାର ତ୍ରୁଟି ନହୁଏ, ସେଥିପ୍ରତି ଦୃଷ୍ଟି ଦେଇ କାର୍ଯ୍ୟ କରିବାକୁ ପୋଲିସ ପ୍ରଶାସନ ଓ ସମ୍ପୃକ୍ତ ବିଭାଗଙ୍କୁ ନିର୍ଦ୍ଦେଶ ଦେଇଛନ୍ତି ମୁଖ୍ୟ ଶାସନ ସଚିବ । ଟ୍ରାଫିକ ପରିଚାଳନା ଦୃଷ୍ଟିରୁ ବିଭିନ୍ନ ସ୍ଥାନରେ ସିସିଟିଭି ଲଗାଯିବ, ଭିଡ଼ ନିୟନ୍ତ୍ରଣ ପାଇଁ ଆବଶ୍ୟକ ସଂଖ୍ୟକ ପୋଲିସ ମୁତୟନ, ରଥଯାତ୍ରା ପରିଚାଳନା ଉପରେ ଗୁରୁତ୍ବ ଦିଆଯାଇଛି ।

ସେହିପରି ବିଭିନ୍ନ ବିଭାଗର ସେବା ପ୍ରଦାନକୁ ସମନ୍ୱତ କରିବା ପାଇଁ ଇଣ୍ଟିଗ୍ରେଟେଡ଼ କମାଣ୍ଡ କଣ୍ଟ୍ରୋଲ ସେଣ୍ଟର, ଯାନ ବାହନ ପାଇଁ ପାର୍କିଂ ବ୍ୟବସ୍ଥା, ରଥ ନିର୍ମାଣ ପ୍ରସ୍ତୁତି, ରଥଟଣା ସୁବ୍ୟବସ୍ଥା, ବଡଦାଣ୍ଡର ପ୍ରସ୍ତୁତି, ବିଶିଷ୍ଟ ଅତିଥି ମାନଙ୍କ ନିମନ୍ତେ ସ୍ୱତନ୍ତ୍ର ବ୍ୟବସ୍ଥା ନେଇ ବିସ୍ତୃତ ଆଲୋଚନା ହୋଇଛି । ବୈଠକରେ ଡିଜିପି ୱାଇ. ବି. ଖୁରାନିଆ, ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକ ଡ. ଅରବିନ୍ଦ ପାଢ଼ୀ, ରାଜ୍ୟ ପ୍ରଶାସନର ସମ୍ପୃକ୍ତ ବିଭିନ୍ନ ବିଭାଗର ସଚିବ, ବରିଷ୍ଠ ପଦାଧିକାରୀ ତଥା ପୁଲିସ ପ୍ରଶାସନର ବରିଷ୍ଠ ପଦାଧିକାରୀ ଉପସ୍ଥିତ ଥିଲେ। ସେହିପରି ଆଭାସୀ ମାଧ୍ୟମରେ ଗୃହ ବିଭାଗ ଅତିରିକ୍ତ ମୁଖ୍ୟ ଶାସନ ସଚିବ ସତ୍ୟବ୍ରତ ସାହୁଙ୍କ ସମେତ ପୂର୍ତ୍ତ ବିଭାଗ ପ୍ରମୁଖ ଶାସନ ସଚିବ, ଜିଲ୍ଲପାଳ, ପୁରୀ, ଜିଲ୍ଲା ଆରକ୍ଷୀ ଅଧିକ୍ଷକ, ପୁରୀ ଏବଂ ଅନ୍ୟ ପଦାଧିକାରୀ ଉପସ୍ଥିତ ଥିଲେ ।

- Advertisement -spot_img

More articles

- Advertisement -spot_img

Latest article

ଶାହା ଚାରିଟେବୁଲ୍ ଟ୍ରଷ୍ଟ ପକ୍ଷରୁ ୫ଶହ ବୃକ୍ଷ ରୋପଣ

ବ୍ରହ୍ମପୁର, (୨୦/୦୫) : ଆପ୍ର. : ଛତ୍ରପୁର ବ୍ଲକ ଅନ୍ତର୍ଗତ କରାତଳି ଗ୍ରାମରେ ବିଭିନ୍ନ ଜାଗାର ଖାଲି ସ୍ଥାନ ମାନଙ୍କରେ ଶାହା ଚାରିଟେବୁଲ୍ ଟ୍ରଷ୍ଟ ପକ୍ଷରୁ ୫ଶହ ଗୁଆ ବୃକ୍ଷ-ଚାରା ରୋପଣ କରାଯାଇଛି...

ନୂଆପଡ଼ାରେ ମର୍ମନ୍ତୁଦ ଦୁର୍ଘଟଣା: ସ୍ବାମୀଙ୍କ ଆଖି ଆଗରେ ସ୍ତ୍ରୀଙ୍କ ଉପରେ ଚଢ଼ିଗଲା ଟ୍ରକ୍

ନୂଆପଡ଼ା, (୨୦/୦୫) : ଆପ୍ର. : ନୂଆପଡ଼ା ସଦର ଥାନା ଅନ୍ତର୍ଗତ ଏକତା ଛକରେ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି। ସ୍ବାମୀଙ୍କ ଆଖି ଆଗରେ ସ୍ତ୍ରୀଙ୍କ ଉପରେ ଚଢ଼ିଗଲା ଟ୍ରକ୍ । ଘଟଣାସ୍ଥଳରେ ସ୍ତ୍ରୀ...

ଖଇରକାଠ ଜବତ କଲା ବନ ବିଭାଗ

ବଲାଙ୍ଗିର, (୨୦/୦୫) : ଆପ୍ର. : ବଲାଙ୍ଗିର ଜିଲ୍ଲା ସଇଁନ୍ତଳା ପୋଲିସ ଗତକାଲି ସନ୍ଧ୍ୟାରେ ପେଟ୍ରୋଲିଙ୍ଗ କରୁଥିବା ବେଳେ ମୁରସିଂବିଟ ନିକଟସ୍ଥ ସିକୁଆଁ ଗାଁରୁ ଏକ ପିକ୍‌ଅପ୍‌ ଭ୍ୟାନ୍‌ ଯୋଗେ ବେଆଇନ ଭାବେ...

କାଳବୈଶାଖୀ ବର୍ଷାରେ ବେହାଲ କଟକ ସହର

କଟକ, (୨୦/୦୫) : ଆପ୍ର. : କଟକରେ କାଳବୈଶାଖୀ ପ୍ରଭାବରେ ବର୍ଷା ଜାରି । ଘଡ଼ଘଡ଼ି ସହ ପ୍ରବଳ ବର୍ଷାରେ ବେହାଲ ହୋଇଛି କଟକ ସହର । ପ୍ରବଳ ବର୍ଷା ପାଇଁ ତଳିଆ ଅଞ୍ଚଳରେ...

ବନବାହାଲରେ ୩୫ଟିକିଆ ହାତୀପଲଙ୍କ ଦ୍ଵାରା ପୁଣି ଚାଷୀଙ୍କ ୩ ଏକର ଡ଼ାଳୁଆ ଧାନ ଫସଲ ନଷ୍ଟ

ମୁରିବାହାଲ, (୨୦/୦୫) : ଆପ୍ର. : ବଲାଙ୍ଗିର ଜିଲ୍ଲା ମୁରିବାହାଲ ରେଞ୍ଜର ତିଖାଲି ସଂରକ୍ଷିତ ଜଙ୍ଗଲ ଅଞ୍ଚଳରେ ଆସି ଦୀର୍ଘ ୫ମାସ ହେବ ରହିଯାଇଥିବା ୩୫ଟିକିଆ ହାତୀପଲ ବିଭିନ୍ନ ସମୟରେ ପାର୍ଶ୍ଵବର୍ତ୍ତୀ ବହୁ...