32.9 C
Balāngīr
Wednesday, April 30, 2025

ରାଇକିଆ ଆଦର୍ଶ ବିଦ୍ୟାଳୟର ବାର୍ଷିକ ଉତ୍ସବ

Must read

ରିପୋର୍ଟ : ଜଗଦୀଶ ଦାଶ
ରାଇକିଆ, (୨୩/୧୨) : କନ୍ଧମାଳ ଜିଲ୍ଲା ରାଇକିଆ ଓଡ଼ିଶା ଆଦର୍ଶ ବିଦ୍ୟାଳୟର ବାର୍ଷିକ ଉତ୍ସବ ଶନିବାର ଅନୁଷ୍ଠିତ ହୋଇଯାଇଛି ।

ପ୍ରିନସିପଲ୍ ଅମିୟ କୁମାର ମହାପାତ୍ର ଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ କାର୍ଯ୍ୟକ୍ରମରେ ଜି ଉଦୟଗିରି ବିଧାୟକ ପ୍ରଫୁଲ୍ଲଚନ୍ଦ୍ର ପ୍ରଧାନ ମୁଖ୍ୟ ଅତିଥି ଭାବରେ ଯୋଗଦେଇ ଏହି କାର୍ଯ୍ୟକ୍ରମର ଉଦଘାଟନ କରିଥିଲେ ଏବଂ ତାଙ୍କ ଅଭିଭାଷଣରେ ଶୃଙ୍ଖଳିତ ଛାତ୍ର ଜୀବନ ଓ ଉତ୍ତମ ଭବିଷ୍ୟତ ପାଇଁ ଛାତ୍ରମାନଙ୍କୁ ଉତ୍ସାହିତ କରିଥିଲେ । ରାଇକିଆବିଡିଓ ଶ୍ରୀ ସିମାଞ୍ଚଳ ମଣ୍ଡଳ ମୁଖ୍ୟ ବକ୍ତା ଭାବରେ ଯୋଗ ଦେଇ ଥିଲେ ।

ରାଇକିଆ ସରପଞ୍ଚ ଗୀତାଞ୍ଜଳି ନାୟକ ସମ୍ମାନିତ ଅତିଥି ଭାବରେ ଯୋଗ ଦେଇଥିଲେ । ବିଦ୍ୟାଳୟର ସମସ୍ତ ଶିକ୍ଷକ ଓ ଶିକ୍ଷୟତ୍ରୀ ମାନେ ଏହି କାର୍ଯ୍ୟକ୍ରମ କୁ ପରିଚାଳନା ଓ ସଂଯୋଜନା କରିଥିଲେ । ବିଭିନ୍ନ ପ୍ରତିଯୋଗିତାରେ କୃତୀ ପ୍ରତିଯୋଗୀ ମାନଙ୍କୁ ପୁରସ୍କୃତ କରାଯାଇଥିଲା । ଶେଷରେ ଛାତ୍ର ଛାତ୍ରୀ ମାନଙ୍କ ଦ୍ୱାରା ସାଂସ୍କୃତିକ କାର୍ଯ୍ୟକ୍ରମ ପରିବେଷଣ କରାଯାଇଥିଲା ।

- Advertisement -spot_img

More articles

- Advertisement -spot_img

Latest article

ଉପାନ୍ତ ଅଞ୍ଚଳରେ ପାନୀୟ ଜଳ କଷ୍ଟ

କୋଲନରା, (୨୯/୦୪) : ଆପ୍ର. : ବଣ ଜଙ୍ଗଲ ଘେରା ଉପାନ୍ତ ଅଞ୍ଚଳରେ ଟିକର ପଡା ଗ୍ରାମ ଅବସ୍ଥିତ । ଗ୍ରାମରେ ମୋଟ ୪୫ ଗୋଟି ପରିବାର ରହୁଥିବା ବେଳେ ୨୧୫ ଜଣ...

ଅଲ୍ ଓଡିଶା ଈପିଏଫ୍ ପେନସନର୍ ଆସୋସିଏସନର ସ୍ମାରକ ପତ୍ ପ୍ରଦାନ

ରାୟଗଡ଼ା, (୨୯/୪) : ଆପ୍ର. : ଅଲ୍ ଓଡିଶା ଈପିଏଫ୍ ପେନସନର୍ ଆସୋସିଏସନର ଡାକରାରେ ରାୟଗଡ଼ ଜିଲ୍ଲା ଶାଖା ତରଫରୁ ଈପିଏଫ୍ ପେନସନରସ୍ ତଥା ବରିଷ୍ଠ ନାଗରିକ ମାନେ ସ୍ଥାନୀୟ ଜିଲ୍ଲାପାଳଙ୍କ ଜରିଆରେ...

କୁମୁଲି ପ୍ରାଥମିକ ଶିକ୍ଷକ ସଂଘର ନୂତନ କର୍ମକର୍ତ୍ତା ଚୟନ

କୋରାପୁଟ, (୩୦/୪) : ଆପ୍ର. : ନିଖିଳ ଉତ୍କଳ ପ୍ରାଥମିକ ଶିକ୍ଷକ ସଂଘ, କଟକର ବୋରିଗୁମ୍ମା ବ୍ଲକ୍ କୁମୁଲି ସର୍କଲ ଅନ୍ତର୍ଗତ ୮ ଗୋଟି କ୍ଲଷ୍ଟରର ପ୍ରାଥମିକ ଶିକ୍ଷକ ସଂଘର ଅବଧି ସଂପୂର୍ଣ୍ଣ...

କାଶୀନଗର ବିଜ୍ଞାପିତ ଅଞ୍ଚଳ ପରିଷଦରେ କାଉନସିଲ ବୈଠକ ଅନୁଷ୍ଠିତ

କାଶୀନଗର, (୨୯/୪) : ଆପ୍ର. : ଗଜପତି ଜିଲ୍ଲାରେ କାଶୀନଗର ବିଜ୍ଞାପିତ ଅଞ୍ଚଳ ପରିଷଦ ଅସ୍ଥାୟୀ କାର୍ଯ୍ୟାଳୟ ସଭାଗୃହ ଠାରେ କାଉନସିଲ ବୈଠକ ଅନୁଷ୍ଠିତ ହୋଇଥିଲା । ଏନ୍ଏସି ଅଧ୍ୟକ୍ଷା ଏମ. ସୁଧାରାଣୀ, ଉପାଧ୍ୟକ୍ଷ...

ବିବେକାନନ୍ଦ ଙ୍କ ଦର୍ଶନ ଉପରେ ମାର୍ଗ ଦର୍ଶନ କଲେ ସ୍ୱାଧି କାଞ୍ଚନ ସୋମ ଅଗ୍ରୱାଲା

ସୁବର୍ଣ୍ଣପୁର, (୨୯/୦୪) ଆ.ପ୍ର : ମଙ୍ଗଳବାର ସନ୍ଧ୍ୟା ରେ ଶ୍ରୀ ଗୋପାଳଜୀ ଯୋଗାଶ୍ରମ ମହାନଦୀ ଯୋଗବିହାର ସୁବର୍ଣ୍ଣପୁର ଠାରେ ସ୍ୱାମୀ ବିବେକାନନ୍ଦ ଙ୍କର ଦର୍ଶନ ଏବଂ ହିନ୍ଦୁ ଧର୍ମ ପ୍ରଚାର ପ୍ରସାର ରେ...