32.9 C
Balāngīr
Saturday, July 12, 2025

ରାଇକିଆ ଜଗନ୍ନାଥ ମନ୍ଦିର ପ୍ରତିଷ୍ଠା ପାଇଁ ପ୍ରସ୍ତୁତି ବୈଠକ ମାର୍ଚ୍ଚ ୪ରୁ ଏକ ସପ୍ତାହ ବ୍ୟାପି କାର୍ଯ୍ୟକ୍ରମ ହେବ

Must read

ରିପୋର୍ଟ : ଜଗଦୀଶ ଦାଶ
ରାଇକିଆ, (୧୩/୦୧) : କନ୍ଧମାଳ ଜିଲ୍ଲା ରାଇକିଆ ଜଗନ୍ନାଥ ମନ୍ଦିର ର ପ୍ରତିଷ୍ଠା କାର୍ଯ୍ୟକ୍ରମ ପାଇଁ ଏକ ପ୍ରସ୍ତୁତି ବୈଠକ ଅନୁଷ୍ଠିତ ହୋଇଯାଇଅଛି ।WhatsApp Image 2025 01 13 at 11.28.28 ରାଇକିଆ ଜଗନ୍ନାଥ ମନ୍ଦିର ପ୍ରତିଷ୍ଠା ପାଇଁ ପ୍ରସ୍ତୁତି ବୈଠକ ମାର୍ଚ୍ଚ ୪ରୁ ଏକ ସପ୍ତାହ ବ୍ୟାପି କାର୍ଯ୍ୟକ୍ରମ ହେବ

ଏହି କାର୍ଯ୍ୟ ରେ ସଭାପତି ସତ୍ୟବାନ ପାତ୍ର ଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ କାର୍ଯ୍ୟକ୍ରମରେ ସହରବାସୀଙ୍କ ଉପସ୍ଥିତିରେ ଏହାର ଆୟୋଜନ ନେଇ ଆଲୋଚନା କରଯାଇଥିଲା । ମାର୍ଚ୍ଚ ୪ତାରିଖ ରୁ ଏକ ସପ୍ତାହ ବ୍ୟାପି କାର୍ଯ୍ୟକ୍ରମ ଅନୁଷ୍ଠିତ ହେବାକୁ ଥିବା ବେଳେ କଳସ ଯାତ୍ରା, ବନଯାଗ, ରତ୍ନ ମୁଦ ପ୍ରତିଷ୍ଠା, ପଞ୍ଚ ଯଜ୍ଞ, ରତ୍ନ ସିଂହାସନାରୋହଣ, ଧ୍ଵଜ ଭ୍ରମଣ , ପୂର୍ଣ୍ଣାହୂତି, ଭାଗବତ ସପ୍ତାହ କାର୍ଯ୍ୟକ୍ରମ ଅନୁଷ୍ଠିତ ହେବ । ଏହାର ସଫଳ ଆୟୋଜନ ପାଇଁ ମତାମତ ନିଆ ଯାଇଥିଲା । ପୂର୍ବତନ ବିଧାୟକ ମନୋଜ ପ୍ରଧାନ, ସମ୍ପାଦକ ବାଇନଥ ଦାସ, ଯୁଗ୍ମ ସମ୍ପାଦକ ସନ୍ତୋଷ ଲେଙ୍କା, ବଣିକ ସଂଘ ସଭାପତି ପଦ୍ମ ଚରଣ ପଣ୍ଡା, ସମ୍ପାଦକ ଦୁର୍ଯୋଧନ ଲେଙ୍କା, କୋଷାଧ୍ୟକ୍ଷ ସନ୍ତୋଷ ପଣ୍ଡା ,ଙ୍କ ସମେତ ପରିଚାଳନା କମିଟି ସଦସ୍ୟ ମାନେ ଉପସ୍ଥିତ ଥିଲେ ।

- Advertisement -spot_img

More articles

1 COMMENT

Comments are closed.

- Advertisement -spot_img

Latest article

ତିନି ଲକ୍ଷ ୫୫ ହଜାର ଟଙ୍କା ର ଚୋରା ଗଞ୍ଜେଇ ଜବତ, ତିନି ଅଭିଯୁକ୍ତ ଗିରଫ

ବଲାଙ୍ଗୀର/ଟିଟିଲାଗଡ଼, (୧୦/୦୭) : ଆପ୍ର. : ବଲାଙ୍ଗୀର ଜିଲ୍ଲା ଅନ୍ତର୍ଗତ ଟିଟିଲାଗଡ଼ ରେଳ ଷ୍ଟେସନ ରୁ ତିନି ଗଞ୍ଜେଇ ଚୋରା ଚାଲାଣ କରୁଥିବା ଯୁବକ ଶହ ତିରିଶ କେଜି ୫୦୦ ଗ୍ରାମ ଗଞ୍ଜେଇ...

ଡେଲାଙ୍ଗରେ ସ୍ପଷ୍ଟ ହେଲା ବାର୍ଡ ଫ୍ଲୁ: ସଂକ୍ରମିତ ସ୍ଥାନରୁ ୧୦ କି.ମି ମଧ୍ୟରେ କୁକୁଡ଼ା ଦୋକାନ ବନ୍ଦ

ପିପିଲି, (୧୨/୦୭) : ଆପ୍ର. : ରାଜ୍ୟରେ ବଢ଼ିଲାଣି ବାର୍ଡ ଫ୍ଲୁ ଭୟ । ଡେଲାଙ୍ଗରେ ସ୍ପଷ୍ଟ ହେଲା ବାର୍ଡ ଫ୍ଲୁ। ନମୁନା ପରୀକ୍ଷାରୁ ଆସିଲା ପଜିଟିଭ୍ ରିପୋର୍ଟ । ନH5N1 ଆଭିଏନ୍‌...

ଭୁବନେଶ୍ୱରରେ ପହଞ୍ଚିଲେ ରାହୁଲ ଗାନ୍ଧୀ: ସମ୍ୱିଧାନ ବଞ୍ଚାଅ ସମାବେଶରେ ହେବେ ସାମିଲ

ଭୁବନେଶ୍ୱର, (୧୨/୦୭) :ଆପ୍ର. : ଓଡ଼ିଶାରେ ରାହୁଲ । ଭୁବନେଶ୍ବରରେ ପହଞ୍ଚିଲେ ରାହୁଲ ଗାନ୍ଧୀ । ଦିଲ୍ଲୀରୁ ବିମାନରେ ଆସି ପହଞ୍ଚିବା ପରେ ତାଙ୍କୁ ବିମାନବନ୍ଦରରେ କଂଗ୍ରେସ ନେତାମାନେ ଭବ୍ୟ ସ୍ବାଗତ କରିଛନ୍ତି...

ସଡ଼କ ଦୁର୍ଘଟଣାରେ ବାଇକ ଚାଳକ ମୃତ

ସୋନପୁର, (୧୨/୦୭) : ଆପ୍ର. : ଅଜଣା ଗାଡ଼ିରେ ବାଇକ ପିଟି ହୋଇ ଚାଲିଗଲା ବାଇକ ଚାଳକଙ୍କ ଜୀବନ । ଘଟଣା ଘଟିଛି ସୋନପୁର - ବଲାଙ୍ଗିର ସୀମାନ୍ତ ବିଲେଇସର୍ଡ଼ା ଗ୍ରାମ ନିକଟରେ...

ଘଞ୍ଚ ଜଙ୍ଗଲରୁ ମିଳିଲା ମୃତଦେହ, ପରିଚୟ ଅସ୍ପଷ୍ଟ

ଭଞ୍ଜନଗର, (୧୨/୦୭) : ଆପ୍ର. : ଘଞ୍ଚ ଜଙ୍ଗଲରେ ପୋତା ଯାଇଥିଲା ମୃତଦେହ । ମୃତଦେହ ନିକଟରେ ଲାଗିଛି ଧୂପକାଠି । ପାଖରେ ପଡ଼ିଛି କିଛି ଖଇ, ଚାଉଳ ଏବଂ ଖୁଚୁରା ପଇସା...