32.9 C
Balāngīr
Sunday, April 20, 2025

ରାଇକିଆ ଠାରେ ଭାଜପାର ଜିଲ୍ଲା ସାଙ୍ଗଠନିକ ବୈଠକ: ଜନ କଲ୍ୟାଣକାରୀ ଯୋଜନାର ହେବ ସଚେତନତା

Must read

ଅଙ୍ଗନବାଡି କେନ୍ଦ୍ରରେ ପୋଷଣ ପକ୍ଷ ପାଳିତ

ଗଞ୍ଜାମ, (୧୯/୦୪) : ଆପ୍ର. : ଗଞ୍ଜାମ ସହରସ୍ଥିତ ଆଖଡ଼ାବନ୍ଧ ସାହି ଅଙ୍ଗନବାଡି କେନ୍ଦ୍ରରେ ପୋଷଣ ପକ୍ଷ କାର୍ଯ୍ୟକ୍ରମ ପାଳିତ ହୋଇଯାଇଛି । ଆଖଡ଼ାବନ୍ଧ ସାହି, ପଣ୍ଡା ସାହି, ଗୌଡ଼ ସାହି ଓ ମଧ୍ୟଖଣ୍ଡ...

ରାଇକିଆ, (୦୭/୦୪) : ଆପ୍ର : କନ୍ଧମାଳ ଜିଲ୍ଲା ରାଇକିଆ ସ୍ବସ୍ତିକ କଲ୍ୟାଣ ମଣ୍ଡପଠାରେ ଭାଜପାର ଜିଲ୍ଲାସ୍ତରୀୟ ସାଙ୍ଗଠନିକ ବୈଠକ ଅନୁଷ୍ଠିତ ହୋଇଛି ।

ଜିଲ୍ଲା ସଭାପତି ପଣ୍ଡିତ ବିଶି ମାଝିଙ୍କ ଅଧ୍ୟକ୍ଷତାରେ ଅତିଥି ଭାବେ ଜିଲା ନିର୍ବାଚନ ଅଧିକାରୀ ପ୍ରକାଶ ମଙ୍ଗରାଜ, ପୂର୍ବତନ ଜିଲ୍ଲା ସଭାପତି ଜଗନ୍ନାଥ ସାହୁ, ସାଧାରଣ ସମ୍ପାଦକ ଲିଙ୍ଗରାଜ ଦଳବେହେରା, ପୂର୍ବତନ ବିଧାନସଭା ପ୍ରାର୍ଥୀ ମାନଗୋବିନ୍ଦ ପ୍ରଧାନ, ଦେବେନ୍ଦ୍ର କୁଦେଇ, ପୂର୍ବତନ ବିଧାୟିକା ପ୍ରାର୍ଥୀ କଳ୍ପନା କହଁର, ପୂର୍ବତନ ବିଧାୟିକା ଅଜୟନ୍ତୀ ପ୍ରଧାନ ଯୋଗଦେଇ ସାଂଗଠନିକସ୍ତରରେ ଦଳ କିପରି ମଜବୁତ୍‌ ହୋଇ କାମ କରିବ ଏବଂ ସଧାରଣ ଜନତାଙ୍କ ବିଶ୍ୱାସ ଓ ଭରସାକୁ ଅତୁଟ ରଖିବା ପାଇଁ ଉତ୍ସର୍ଗୀକୃତ ଭାବେ କାର୍ଯ୍ୟ କରିବାକୁ ପରାମର୍ଶ ଦେଇଥିଲେ । ଏହାସହ ତୃଣମୂଳସ୍ତରରେ ହେବ ଜନ କଲ୍ୟାଣକାରୀ ଯୋଜନାର ସଚେତନତା, ସଦସ୍ୟତା ଅଭିଯାନ, ମଣ୍ଡଳସ୍ତରୀୟ କମିଟି ଗଠନ, ତ୍ରିସ୍ତରୀୟ ନିର୍ବାଚନ ପ୍ରସ୍ତୁତି ନେଇ ମଧ୍ୟ ଆଲୋଚନା ହୋଇଥିଲା ।

ଦଳୀୟ ବରିଷ୍ଠ କାର୍ଯ୍ୟକର୍ତ୍ତା ମାନେ ନିଜର ମତ ରଖିଥିଲେ। ଜିଲ୍ଲାର ବିଭିନ୍ନ ପଞ୍ଚାୟତରୁ ଆସିଥିବା ଜିଲ୍ଲା ପରିଷଦ ସଭ୍ୟା ସଭ୍ୟ ସରପଞ୍ଚ, ସମିତି ସଭ୍ୟାସଭ୍ୟଙ୍କ ସହିତ ମଣ୍ଡଳ ସଭାପତି, ପୂର୍ବତନ ମଣ୍ଡଳ ସଭାପତି, ସାଧାରଣ ସମ୍ପାଦକ ଓ ଏମ୍‌ପି ପ୍ରତିନିଧି, ବିଧାୟକ ପ୍ରତିନିଧିଙ୍କ ସହିତ ସମସ୍ତ ମୋର୍ଚ୍ଚାର ସଭାପତି ଏବଂ କାର୍ଯ୍ୟକର୍ତ୍ତା ଉପସ୍ଥିତ ରହିଥିଲେ । ରାଇକିଆ ବ୍ଲକ୍‌ ଏମ୍‌ପି ପ୍ରତିନିଧି ସନ୍ତୋଷ ଲେଙ୍କା, ସେବକ ମଣ୍ଡଳ ସଭାପତି ସନ୍ତୋଷ ପାତ୍ର, ବରିଷ୍ଠ କାର୍ଯ୍ୟକର୍ତ୍ତା ନାରାୟଣ ପାତ୍ରଙ୍କ ସମେତ ଅନ୍ୟମାନେ କାର୍ଯ୍ୟକ୍ରମ ପରିଚାଳନାରେ ସହଯୋଗ କରିଥିଲେ ।

- Advertisement -spot_img

More articles

Leave a Reply

- Advertisement -spot_img

Latest article

ଅଙ୍ଗନବାଡି କେନ୍ଦ୍ରରେ ପୋଷଣ ପକ୍ଷ ପାଳିତ

ଗଞ୍ଜାମ, (୧୯/୦୪) : ଆପ୍ର. : ଗଞ୍ଜାମ ସହରସ୍ଥିତ ଆଖଡ଼ାବନ୍ଧ ସାହି ଅଙ୍ଗନବାଡି କେନ୍ଦ୍ରରେ ପୋଷଣ ପକ୍ଷ କାର୍ଯ୍ୟକ୍ରମ ପାଳିତ ହୋଇଯାଇଛି । ଆଖଡ଼ାବନ୍ଧ ସାହି, ପଣ୍ଡା ସାହି, ଗୌଡ଼ ସାହି ଓ ମଧ୍ୟଖଣ୍ଡ...

ଜଗନ୍ନାଥ ଡିଗ୍ରୀ କଲେଜରେ +୩ ତୃତୀୟ ବର୍ଷର ଛାତ୍ରଛାତ୍ରୀଙ୍କୁ ବିଦାୟ ସମ୍ବର୍ଦ୍ଧନା ଉତ୍ସବ

ବଲାଙ୍ଗିର, (୧୯/୦୪) : ଆପ୍ର. : ଆଜି ବଲାଙ୍ଗିର ସଦରବ୍ଲକ ଅନ୍ତର୍ଗତ ସାହାଜବାହାଲ ଗ୍ରାମର ଜଗନ୍ନାଥ ଡିଗ୍ରୀ କଲେଜରେ, +୩ ତୃତୀୟ ବର୍ଷର ଓଡ଼ିଆ ବିଭାଗର ବିଦାୟ ସମାରୋହ ପାଳନ ହୋଇଯାଇଛି । ଏଇ...

ଖୁବଶୀଘ୍ର ଆସିବ ନୂଆ ରାସନ କାର୍ଡ ଓ ନୂଆ ତାଲିକା

ଭୁବନେଶ୍ୱର, (୧୯/୦୪) : ଆପ୍ର. : ରାସନ କାର୍ଡ ହିତାଧିକାରୀଙ୍କ ପାଇଁ ଆସିଲା ବଡ଼ ଖବର । ରାଜ୍ୟରେ ଖୁବଶୀଘ୍ର ଯୋଗ୍ୟ ହିତାଧିକାରୀଙ୍କୁ ନୂଆ ରାସନ କାର୍ଡ ମିଳିବ । ଏନେଇ ଆଜି ରାଜ୍ୟ...

ବୈତରଣୀ କେଶରି କୁଣ୍ଡରେ ଗାଧୋଇବା ବେଳେ ବୁଡ଼ିଗଲେ ୨ ଦଶମ ଶ୍ରେଣୀ ଛାତ୍ର

କେନ୍ଦୁଝର, (୧୯/୦୪) : ଆପ୍ର. : ଗାଧୋଇବା ବେଳେ ବୁଡ଼ିଗଲେ ୨ ଜଣ ଦଶମ ଛାତ୍ର। ଚମ୍ପୁଆ ସରେଇ ଗାଁଆ ବୈତରଣୀ ନଦୀ କେଶରୀ କୁଣ୍ଡରେ ଗାଧୋଇବା ବେଳେ ଦୁଇ ଛାତ୍ର ବୁଡି...

ରେଳ ଧାରଣରୁ ଅଜଣା ଯୁବକଙ୍କ ମୃତଦେହ ଉଦ୍ଧାର

କଣ୍ଟାବାଞ୍ଜି, (୧୯/୦୪) : ଆପ୍ର. : ହରିଶଙ୍କର ରୋଡ଼ -ତୁରେକେଲା ରୋଡ଼ ରେଳ ଷ୍ଟେସନ ନିକଟରେ ଅଭାବନୀୟ ଘଟଣା । ରେଳ ଧାରଣାରୁ ଜଣେ ଅଜଣା ଯୁବକଙ୍କ ମୃତଦେହ ଉଦ୍ଧାର ହୋଇଛି । ବତ୍ତର୍ମାନ୍...