32.9 C
Balāngīr
Wednesday, April 23, 2025

ରାଇକିଆ ବ୍ଳକ୍ ଅଫିସ୍ ଠାରେ ସାଧାରଣତନ୍ତ୍ର ଦିବସ ଉପଲକ୍ଷେ ପ୍ରସ୍ତୁତି ବୈଠକ

Must read

ରିପୋର୍ଟ : ଜଗଦୀଶ ଦାଶ
ରାଇକିଆ, (୧୧/୦୧) : କନ୍ଧମାଳ ଜିଲ୍ଲା ରାଇକିଆ ବ୍ଲକ ସଭାଗୃହଠାରେ ଆସନ୍ତା ଜାନୁଆରି ସାଧାରଣତନ୍ତ୍ର ଦିବସ ଉପଲକ୍ଷେ ପ୍ରସ୍ତୁତି ବୈଠକ ଆଜି ଅନୁଷ୍ଠିତ ହୋଇଯାଇଛି ।WhatsApp Image 2025 01 10 at 18.29.43 ରାଇକିଆ ବ୍ଳକ୍ ଅଫିସ୍ ଠାରେ ସାଧାରଣତନ୍ତ୍ର ଦିବସ ଉପଲକ୍ଷେ ପ୍ରସ୍ତୁତି ବୈଠକ

ରାଇକିଆ ବ୍ଲକ ଅଧ୍ୟକ୍ଷ ପ୍ରୀତମ ପ୍ରଧାନଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ବୈଠକରେ ଜି.ଉଦୟଗିରି ବିଧାୟକ ପ୍ରଫୁଲ୍ଲ ପ୍ରଧାନ ପତାକା ଉତ୍ତୋଳନ କରି ଅଭିବାଦନ ଗ୍ରହଣ କରିବା ନିମନ୍ତେ ସର୍ବସମ୍ମତି କ୍ରମେ ନିଷ୍ପତ୍ତି ନିଆଯାଇଥିଲା । ଏହି ଅବସରରେ ବିଦ୍ୟାଳୟ ଛାତ୍ରୀଛାତ୍ରଙ୍କୁ ନେଇ ବିଭିନ୍ନ ପ୍ରତିଯୋଗିତା ଆୟୋଜନ ପାଇଁ ମଧ୍ୟ ସ୍ଥିର କରାଯାଇଥିଲା । ସାଧାରଣତନ୍ତ୍ର ଦିବସ ଉପଲକ୍ଷେ ସମସ୍ତ କାର୍ଯ୍ୟକ୍ରମ ପାଇଁ ସବ୍‌ କମିଟି ଗଠନ କରି ଦାୟିତ୍ୱ ବଣ୍ଟନ କରାଯାଇଥିଲା ।

ଅନ୍ୟମାନଙ୍କ ମଧ୍ୟରେ ରାଇକିଆଗୋଷ୍ଠୀ ଉନ୍ନୟନ ଅଧିକାରୀ ମନୋଜ ଦେବତା, ବ୍ଲକ ସାମାଜିକ ସୁରକ୍ଷା ଅଧିକାରୀ ରାମକୃଷ୍ଣ ବେହେରା, ରାଇକିଆ ସରପଞ୍ଚ ଗୀତାଞ୍ଜଳି ନାୟକ, ବେରେଡ଼ାକିଆ ସରପଞ୍ଚ ଅକ୍ଷୟ ପ୍ରଧାନ, ଏମ୍‌ପି ପ୍ରତିନିଧି ସନ୍ତୋଷ ଲେଙ୍କା, ରାଇକିଆ ଅତିରିକ୍ତ ତହସିଲଦାର ଦିଲ୍ଲୀପ ବେହେରା, ଲୋକପ୍ରତିନିଧି ବିଭିନ୍ନ ବିଦ୍ୟାଳୟରୁ ଆସିଥିବା ଶିକ୍ଷୟିତ୍ରୀ,ଶିକ୍ଷକ, ବୁଦ୍ଧିଜୀବୀ, ଯୋଗ ଦେଇଥିଲେ ।

- Advertisement -spot_img

More articles

1 COMMENT

Comments are closed.

- Advertisement -spot_img

Latest article

ଅଭିଯୁକ୍ତର କାଠ ଫାଳିଆ ମାଡ଼ରେ କନେଷ୍ଟବଳ ଗୁରୁତର, ବଲାଙ୍ଗିର ଭୀମ ଭୋଇ ମେଡିକାଲରେ ଭର୍ତ୍ତି

ବଲାଙ୍ଗିର, (୨୩/୦୪) : ଆପ୍ର. : ଥାନା ଭିତରେ ପୋଲିସକୁ ଆକ୍ରମଣ । କାଠ ଫାଳିଆ ମାଡ଼ରେ କନେଷ୍ଟବଳ ସୁଦାମ ନାଗ ଗୁରୁତର । ବଲାଙ୍ଗିର ଭୀମ ଭୋଇ ମେଡିକାଲରେ ଗୁରୁତର କନେଷ୍ଟବଳଙ୍କୁ ଭର୍ତ୍ତି...

ନାବାଳିକାକୁ ଗଣ ଦୁଷ୍କର୍ମ: ୩ ଯୁବକଙ୍କ ସଂପୃକ୍ତ, ପୁଲିସ ତଦନ୍ତ ଆରମ୍ଭ

ସୁନ୍ଦରଗଡ଼଼, (୨୩/୦୪) : ଆପ୍ର. : ସୁନ୍ଦରଗଡ଼଼ ଜିଲ୍ଲା ତଳସରା ଥାନା ଅଞ୍ଚଳରେ ଲଜ୍ଜା। ଜଙ୍ଗଲକୁ ଟେକି ନେଇ ନାବାଳିକାକୁ ଗଣ ଦୁଷ୍କର୍ମ କରାଯାଇଥିବା ଅଭିଯୋଗ ହୋଇଛି । ଏକୋଇଶିଆ ଭୋଜି ଖାଇ ସାଙ୍ଗମାନଙ୍କ...

ଓଡ଼ିଶା ଆଦର୍ଶ ବିଦ୍ୟାଳୟରେ ବିଶ୍ୱ ପୃଥିବୀ ଦିବସ ପାଳିତ

ପାଟଣା, (୨୪/୦୩) : ଆପ୍ର. : ଢେଙ୍କିକୋଟ ଟିକିରା ସ୍ଥିତ ଘଟଗାଁ ବ୍ଲକ ଓଡ଼ିଶା ଆଦର୍ଶ ବିଦ୍ୟାଳୟରେ ଆଜି ବିଶ୍ୱ ପୃଥିବୀ ଦିବସ ଉତ୍ସାହପୂର୍ଣ୍ଣ ଭାବେ ପାଳନ ହୋଇଯାଇଛି । ପ୍ରାକୃତିକ ସଂପଦର ରକ୍ଷା,...

ବସ୍‌ରୁ ପଡି ଛାତ୍ରୀ ଗୁରୁତର

କଣ୍ଟାବାଞ୍ଜି, (୨୩/୦୪) : ଆପ୍ର. : ବସ୍‌ରୁ ପଡି ନବମ ଶ୍ରେଣୀ ଛାତ୍ରୀ ଗୁରୁତର । ବଲାଙ୍ଗୀର ଜିଲ୍ଲା କଣ୍ଟାବାଞ୍ଜି କୁକୁଡାହାଟ ଗାଁ ନିକଟରେ ଅଭାବନୀୟ ଘଟଣା ଘଟିଛି । ଆଜି ବସ୍‌ ରୁ...

ସରାସକୋଲା ଉଚ୍ଚ ବିଦ୍ୟାଳୟରେ ଛାତ୍ରଛାତ୍ରୀ ମାନଙ୍କୁ ପୋଷାକ ବଣ୍ଟନ

ପାଟଣା, (୨୩/୦୪) : ଆପ୍ର. : ପାଟଣା ବ୍ଲକ ସରାସକୋଲା ଉଚ୍ଚ ବିଦ୍ୟାଳୟରେ ଛାତ୍ରଛାତ୍ରୀ ମାନଙ୍କୁ ଆଜି ନୂତନ ପୋଷାକ ବଣ୍ଟନ କରାଯାଇଛି । ଏଠାରେ ୧୩୫ ଜଣ ଛାତ୍ରଛାତ୍ରୀ ପୋଷାକ ବଣ୍ଟନ କରାଯାଇଥିବା...