32.9 C
Balāngīr
Sunday, April 20, 2025

ରାଇକିଆ ରେ ବ୍ଲକ ସ୍ତରୀୟ ଜନ ଶୁଣାଣୀ ଶିବିର

Must read

ଅଙ୍ଗନବାଡି କେନ୍ଦ୍ରରେ ପୋଷଣ ପକ୍ଷ ପାଳିତ

ଗଞ୍ଜାମ, (୧୯/୦୪) : ଆପ୍ର. : ଗଞ୍ଜାମ ସହରସ୍ଥିତ ଆଖଡ଼ାବନ୍ଧ ସାହି ଅଙ୍ଗନବାଡି କେନ୍ଦ୍ରରେ ପୋଷଣ ପକ୍ଷ କାର୍ଯ୍ୟକ୍ରମ ପାଳିତ ହୋଇଯାଇଛି । ଆଖଡ଼ାବନ୍ଧ ସାହି, ପଣ୍ଡା ସାହି, ଗୌଡ଼ ସାହି ଓ ମଧ୍ୟଖଣ୍ଡ...

ରିପୋର୍ଟ : ଜଗଦୀଶ ଦାଶ
ରାଇକିଆ, (୦୮/୦୨) : କନ୍ଧମାଳ ଜିଲ୍ଲା ରାଇକିଆ ବ୍ଲକ୍ କାର୍ଯ୍ୟାଳୟ ପରିସରରେ ମହାତ୍ମାଗାନ୍ଧୀ ଜାତୀୟ ଗ୍ରାମୀଣ ନିଶ୍ଚିତ କର୍ମନିଯୁକ୍ତି ଯୋଜନାର ବ୍ଲକ୍ ସ୍ତରୀୟ ଜନଶୁଣାଣୀ ଶିବିର ଅନୁଷ୍ଠିତ ହୋଇଛି ।WhatsApp Image 2025 02 08 at 12.17.52 1 ରାଇକିଆ ରେ ବ୍ଲକ ସ୍ତରୀୟ ଜନ ଶୁଣାଣୀ ଶିବିର

ବିଡ଼ିଓ ମନୋଜ କୁମାର ଦେବତାଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ଶୁଣାଣୀ କାର୍ଯ୍ୟକ୍ରମରେ ବ୍ଲକର ବିଭିନ୍ନ ପଞ୍ଚାୟତର ମନରେଗା ସମ୍ପର୍କୀତ ଅଭିଯୋଗର ଶୁଣାଣି କରାଯାଇଥିଲା । ଏପିଓ ସମୀର ଦାସ କାର୍ଯ୍ୟକ୍ରମ ସଂଯୋଜନା କରିଥିଲେ । ଅନ୍ୟମାନଙ୍କ ମଧ୍ୟରେ ବାଲିଗୁଡା ଆଇଟିଡିଏର ପ୍ରକଳ୍ପ ପ୍ରଶାସକ ଗଦାଧର ପାତ୍ର, ଏଇଇ ରୁଦ୍ର ନାରାୟଣ ମାଝୀ, ଅତିରିକ୍ତ ଗୋଷ୍ଠୀ ଉନ୍ନୟନ ଅଧିକାରୀ ଦିବ୍ୟ ସିଂହ କହଁର, ଅତିରିକ୍ତ ଉଦ୍ୟାନକୃଷି ଅଧିକାରିଣୀ ଲିପ୍ସା ରାଣୀ ଦଳବେହେରା ପ୍ରମୁଖ ଯୋଗଦେଇଥିଲେ । ଆର୍ଥିକ ବର୍ଷ ୨୦୨୪-୨୫ ସାମାଜିକ ସମୀକ୍ଷା ସମ୍ପର୍କରେ ଜନ ଶୁଣାଣୀ ହୋଇଥିଲା ।WhatsApp Image 2025 02 08 at 12.17.52 ରାଇକିଆ ରେ ବ୍ଲକ ସ୍ତରୀୟ ଜନ ଶୁଣାଣୀ ଶିବିର

ମହାତ୍ମାଗାନ୍ଧୀ ଜାତୀୟ ଗ୍ରାମୀଣ ନିଶ୍ଚିତ କର୍ମନିଯୁକ୍ତି ଯୋଜନାରେ ଅନୁମୋଦିତ ପ୍ରକଳ୍ପ, କାର୍ଯ୍ୟକାରୀ ହେଉଥିବା ବ୍ୟକ୍ତିଗତ ଓ ଗୋଷ୍ଠୀଗତ ପ୍ରକଳ୍ପ, ସମ୍ପୂର୍ଣ୍ଣ ହୋଇଥିବା ପ୍ରକଳ୍ପ, ପ୍ରାପ୍ତ ଅନୁଦାନ, ବ୍ୟୟ ବରାଦ, ପଞ୍ଜିକୃତ ପରିବାର,ଜାରିତ ଜବକାର୍ଡ, କାମ ପାଇଁ ଆବେଦନ କରିଥିବା ପରିବାର, କର୍ମ ନିଯୁକ୍ତି ପାଇଥିବା ପରିବାର, ଶହେ ଦିନ ସମ୍ପୂର୍ଣ୍ଣ କରିଥିବା ପରିବାର, ଶ୍ରମିକ ଦିବସ ସଂଖ୍ୟା,ସକ୍ରିୟ ଥିବା ଜବକାର୍ଡ ଧାରି ସଂଖ୍ୟା ଆଦି ସମ୍ପର୍କରେ ବିସ୍ତୃତ ଆଲୋଚନା ହୋଇଥିଲା । ଉକ୍ତ କାର୍ଯ୍ୟକ୍ରମରେ ବିଭିନ୍ନ ପଞ୍ଚାୟତରୁ ଆସିଥିବା ସରପଞ୍ଚ, ପଞ୍ଚାୟତ କାର୍ଯ୍ୟନିର୍ବାହୀ ଅଧିକାରୀ, ଗ୍ରାମ ରୋଜଗାର ସେବକ , ଗ୍ରାମସାଥୀ ଉପସ୍ଥିତଥିଲେ ଓ ବ୍ଲକକର୍ମଚାରୀ ମାନେ କାର୍ଯ୍ୟକ୍ରମ ପରିଚାଳନାରେ ସହଯୋଗ କରିଥିଲେ ।

- Advertisement -spot_img

More articles

- Advertisement -spot_img

Latest article

ଅଙ୍ଗନବାଡି କେନ୍ଦ୍ରରେ ପୋଷଣ ପକ୍ଷ ପାଳିତ

ଗଞ୍ଜାମ, (୧୯/୦୪) : ଆପ୍ର. : ଗଞ୍ଜାମ ସହରସ୍ଥିତ ଆଖଡ଼ାବନ୍ଧ ସାହି ଅଙ୍ଗନବାଡି କେନ୍ଦ୍ରରେ ପୋଷଣ ପକ୍ଷ କାର୍ଯ୍ୟକ୍ରମ ପାଳିତ ହୋଇଯାଇଛି । ଆଖଡ଼ାବନ୍ଧ ସାହି, ପଣ୍ଡା ସାହି, ଗୌଡ଼ ସାହି ଓ ମଧ୍ୟଖଣ୍ଡ...

ଜଗନ୍ନାଥ ଡିଗ୍ରୀ କଲେଜରେ +୩ ତୃତୀୟ ବର୍ଷର ଛାତ୍ରଛାତ୍ରୀଙ୍କୁ ବିଦାୟ ସମ୍ବର୍ଦ୍ଧନା ଉତ୍ସବ

ବଲାଙ୍ଗିର, (୧୯/୦୪) : ଆପ୍ର. : ଆଜି ବଲାଙ୍ଗିର ସଦରବ୍ଲକ ଅନ୍ତର୍ଗତ ସାହାଜବାହାଲ ଗ୍ରାମର ଜଗନ୍ନାଥ ଡିଗ୍ରୀ କଲେଜରେ, +୩ ତୃତୀୟ ବର୍ଷର ଓଡ଼ିଆ ବିଭାଗର ବିଦାୟ ସମାରୋହ ପାଳନ ହୋଇଯାଇଛି । ଏଇ...

ଖୁବଶୀଘ୍ର ଆସିବ ନୂଆ ରାସନ କାର୍ଡ ଓ ନୂଆ ତାଲିକା

ଭୁବନେଶ୍ୱର, (୧୯/୦୪) : ଆପ୍ର. : ରାସନ କାର୍ଡ ହିତାଧିକାରୀଙ୍କ ପାଇଁ ଆସିଲା ବଡ଼ ଖବର । ରାଜ୍ୟରେ ଖୁବଶୀଘ୍ର ଯୋଗ୍ୟ ହିତାଧିକାରୀଙ୍କୁ ନୂଆ ରାସନ କାର୍ଡ ମିଳିବ । ଏନେଇ ଆଜି ରାଜ୍ୟ...

ବୈତରଣୀ କେଶରି କୁଣ୍ଡରେ ଗାଧୋଇବା ବେଳେ ବୁଡ଼ିଗଲେ ୨ ଦଶମ ଶ୍ରେଣୀ ଛାତ୍ର

କେନ୍ଦୁଝର, (୧୯/୦୪) : ଆପ୍ର. : ଗାଧୋଇବା ବେଳେ ବୁଡ଼ିଗଲେ ୨ ଜଣ ଦଶମ ଛାତ୍ର। ଚମ୍ପୁଆ ସରେଇ ଗାଁଆ ବୈତରଣୀ ନଦୀ କେଶରୀ କୁଣ୍ଡରେ ଗାଧୋଇବା ବେଳେ ଦୁଇ ଛାତ୍ର ବୁଡି...

ରେଳ ଧାରଣରୁ ଅଜଣା ଯୁବକଙ୍କ ମୃତଦେହ ଉଦ୍ଧାର

କଣ୍ଟାବାଞ୍ଜି, (୧୯/୦୪) : ଆପ୍ର. : ହରିଶଙ୍କର ରୋଡ଼ -ତୁରେକେଲା ରୋଡ଼ ରେଳ ଷ୍ଟେସନ ନିକଟରେ ଅଭାବନୀୟ ଘଟଣା । ରେଳ ଧାରଣାରୁ ଜଣେ ଅଜଣା ଯୁବକଙ୍କ ମୃତଦେହ ଉଦ୍ଧାର ହୋଇଛି । ବତ୍ତର୍ମାନ୍...