32.9 C
Balāngīr
Thursday, July 10, 2025

ରାଇସ ମିଲରୁ ଡ୍ରାଇଭରଙ୍କ ମୃତଦେହ ଉଦ୍ଧାର

Must read

ରିପୋର୍ଟ : ଓଡିଶା ନ୍ୟୁଜ ୨୪ ବ୍ୟୁରୋ //
ବଲାଙ୍ଗୀର, (୨୭/୦୫) : ରାଇସ ମିଲରେ ଜଣେ ଟ୍ରକ ଚାଳକଙ୍କ ସନ୍ଦେହଜନକ ମୃତ୍ୟୁ । ମୃତକ ଜଣକ ହେଉଛନ୍ତି ଉସତ୍ ମଟାରି (୬୫) । ତାଙ୍କ ଘର ହେଉଛି ବଲାଙ୍ଗିର ଜିଲ୍ଲାର କଅଗାଁ ରେ ।

ମୃତ୍ୟୁର ପ୍ରକୃତ କାରଣ ଜଣାପଡ଼ି ନାହିଁ । ପୁଲିସ ଘଟଣାର ତଦନ୍ତ କରୁଛି । ଆଜି ସକାଳେ ଟ୍ରକ୍ ନେଇ ମିଲ ଭିତରକୁ କୁଣ୍ଡା ଲୋଡ କରିବା ପାଇଁ ଯାଇଥିଲେ । ହେଲେ ସେ ଆଉ ମିଲ୍‌ ଭିତରୁ ବାହାରି ନଥିଲେ। ଅନେକ ସମୟ ପରେ ମିଲର ଅନ୍ୟ କର୍ମଚାରୀ ମାନେ ମିଲ୍‌କୁ ଯାଇଥିଲେ । ମିଲ୍‌ ଭିତରେ ଏକ ଗଛ ମୂଳରେ ଟ୍ରକ ଚାଳକଙ୍କର ମୃତଦେହ ପଡ଼ିଥିବା ମିଲ୍‌ର କର୍ମଚାରୀ ମାନେ ଦେଖିବାକୁ ପାଇଥିଲେ । ମୃତଦେହ ପଡ଼ିଥିବାର ମିଲର କର୍ମଚାରୀ ମାନେ ଦେଖି କେସିଙ୍ଗା ପୁଲିସକୁ ଖବର ଦେଇଥିଲେ । ଖବର ପାଇଁ ପୁଲିସ ଘଟଣା ସ୍ଥଳରେ ପହଞ୍ଚି ତଦନ୍ତ ଜାରୀ ରଖିଛି । ମୃତ୍ୟୁର କାରଣ ଜଣା ପଡ଼ିନାହିଁ । ପୁଲିସ ଶବ ଜବତ କରି ବ୍ୟବଚ୍ଛେଦ ପାଇଁ ପଠାଇଛି ।

- Advertisement -spot_img

More articles

- Advertisement -spot_img

Latest article

ତୃତୀୟ ଦିନ ଓଡ଼ିଶା ଡ୍ରାଇଭର୍ ମହାସଂଘ୍ ବିଷମ କଟକ ବ୍ଲକ୍ ର ଶାନ୍ତିପୂର୍ଣ୍ଣ ଆନ୍ଦୋଳନରେ ବିଜେଡି ପୂର୍ବତନ ଆଇନ ମନ୍ତ୍ରୀ ଶ୍ରୀ ଜଗନ୍ନାଥ ସରକା ଯୋଗଦାନ

ବିଷମ କଟକ, (୧୦/୭) : ଆପ୍ର. : ତୃତୀୟ ଦିନ ଓଡ଼ିଶା ଡ୍ରାଇଭର୍ ମହାସଂଘ୍ ବିଷମ କଟକ ବ୍ଲକ୍ ର ଶାନ୍ତିପୂର୍ଣ୍ଣ ଆନ୍ଦୋଳନରେ ବିଜେଡି ପୂର୍ବତନ ଆଇନ ମନ୍ତ୍ରୀ ଶ୍ରୀ ଜଗନ୍ନାଥ ସରକା...

ଜଙ୍ଗଲରୁ ମିଳିଲା ଯୁବକଙ୍କ ମୃତଦେହ, ଗତ ୪ ତାରିଖରୁ ଥିଲେ ନିଖୋଜ

କନ୍ଧମାଳ, (୧୦/୭) : ଆପ୍ର. : ନିଖୋଜ ଯୁବକଙ୍କ ମୃତଦେହ ଉଦ୍ଧାର । ଫୁଲବାଣୀ ନିକଟସ୍ଥ ଖଜୁରୀପଡା ଥାନା ଅନ୍ତର୍ଗତ ଗୁଦାରୀ ବାଲୁକୁଟୀ ଜଙ୍ଗଲରୁ ମୃତଦେହ ଉଦ୍ଧାର ହୋଇଛି । ସୂଚନାଯୋଗ୍ୟ ଯେ, କନ୍ଧମାଳ...

ରାଇକିଆ ଅଞ୍ଚଳରେ ହାତୀ ଉପଦ୍ରବ : ଘରଦ୍ୱାର ଭାଙ୍ଗିଲେ ହାତୀପଲ

ରାଇକିଆ, (୧୦/୦୭) :ଆପ୍ର. : କନ୍ଧମାଳ ଜିଲ୍ଲା ରାଇକିଆ ବ୍ଲକ ରଣବା ଅଞ୍ଚଳରେ କିଛି ଦିନ ହେଲା ହାତୀ ଉପଦ୍ରବ ଲାଗି ରହିଛି । ମଙ୍ଗଳବାର ୧୦ରୁ ୧୫ ଟିକିଆ ହାତୀପଲ ରଣବା ପଞ୍ଚାୟତ...

ପଞ୍ଚମ ଓ ଅଷ୍ଟମ ଶ୍ରେଣୀ ପିଲାଙ୍କ ପାଇଁ ନୂଆ ନିୟମ, ଫେଲ ହେଲେ ପୁଣି ସୁଯୋଗ

ଭୁବନେଶ୍ବର, (୧୦/୦୭) : ଆପ୍ର. : ପଞ୍ଚମ ଓ ଅଷ୍ଟମ ଶ୍ରେଣୀ ପିଲାଙ୍କ ପାଇଁ ନୂଆ ନିୟମ ଲାଗୁ ହୋଇଛି । ପ୍ରାଥମିକ ଶିକ୍ଷା ବ୍ୟବସ୍ଥା ସଂଶୋଧନ ନେଇ ଗଣଶିକ୍ଷା ବିଭାଗର ବିଜ୍ଞପ୍ତି ଅନୁସାରେ...

ହିନ୍ଦୁ ଠାରୁ ବୌଦ୍ଧ ସମସ୍ତେ ପାଳନ କରନ୍ତି ଗୁରୁ ପୂର୍ଣ୍ଣିମା

ଭୁବନେଶ୍ୱର, (୧୦/୦୭) : ଆପ୍ର. : ଆଜି ହେଉଛି ଗୁରୁ ପୂର୍ଣ୍ଣିମା । ଗୁରୁଙ୍କ ବିନା ଏ ସଂସାର ଅନ୍ଧକାର ମୟ । ପିତା ଓ ମାତା ଆମର ପ୍ରଥମ ଗୁରୁ ।...