32.9 C
Balāngīr
Tuesday, May 20, 2025

ରାଜଧାନୀରେ ବ୍ୟାପୁଛି ଝାଡ଼ାବାନ୍ତି, ନୀଳାଦ୍ରି ନିବାସ ପରେ ଖଣ୍ଡଗିରିରେ ୬ଜଣ ଆକ୍ରାନ୍ତ

Must read

ଶାହା ଚାରିଟେବୁଲ୍ ଟ୍ରଷ୍ଟ ପକ୍ଷରୁ ୫ଶହ ବୃକ୍ଷ ରୋପଣ

ବ୍ରହ୍ମପୁର, (୨୦/୦୫) : ଆପ୍ର. : ଛତ୍ରପୁର ବ୍ଲକ ଅନ୍ତର୍ଗତ କରାତଳି ଗ୍ରାମରେ ବିଭିନ୍ନ ଜାଗାର ଖାଲି ସ୍ଥାନ ମାନଙ୍କରେ ଶାହା ଚାରିଟେବୁଲ୍ ଟ୍ରଷ୍ଟ ପକ୍ଷରୁ ୫ଶହ ଗୁଆ ବୃକ୍ଷ-ଚାରା ରୋପଣ କରାଯାଇଛି...

ଭୁବନେଶ୍ୱର, (୨୨/୦୪) : ଆପ୍ର. : ଭୁବନେଶ୍ୱରରେ ଝାଡ଼ାବାନ୍ତି ଆତଙ୍କ। ନୀଳାଦ୍ରି ନିବାସ ପରେ ଖଣ୍ଡଗିରିରେ ବ୍ୟାପୁଛି ଝାଡ଼ାବାନ୍ତି। ଗାନ୍ଧି ଯୁକ୍ତ ୨ ବିଦ୍ୟାପୀଠରେ ଝାଡ଼ାବାନ୍ତିରେ ୬ ଛାତ୍ରଛାତ୍ରୀ ଆକ୍ରାନ୍ତ ହୋଇଛନ୍ତି ।

ବର୍ତ୍ତମାନ ଚିକିତ୍ସା ପରେ ୬ ଛାତ୍ରଛାତ୍ରୀ ସୁସ୍ଥ ଥିବା ମେୟର ସୂଚନା ଦେଇଛନ୍ତି । ଗାନ୍ଧି ଯୁକ୍ତ ୨ କଲେଜ ଓ ହଷ୍ଟେଲର ୪ଟି ସ୍ଥାନର ନମୁନା ପରୀକ୍ଷା ପାଇଁ ପଠାଯାଇଛି । କଲେଜ ପରିସରରେ ସ୍ବାସ୍ଥ୍ୟ ଟିମ୍‌ ଡେରା ପକାଇଛନ୍ତି । ସୂଚନାଯୋଗ୍ୟ ଚାରିଦିନ ହେବ ନୀଳାଦ୍ରି ବିହାର ସ୍ଥିତ ୧୩ ନମ୍ବର ୱାର୍ଡରେ ଥିବା ନୀଳାଦ୍ରି ନିବାସରେ ଝାଡାବାନ୍ତି ବ୍ୟାପିଥିଲା । ପ୍ରାୟ ୧୫୦ରୁ ଅଧିକ ରୋଗୀ ଆକ୍ରାନ୍ତ ହୋଇଥିଲେ । ଦୂଷିତ ପାଣିପିଇ ଡାଇରିଆ ବ୍ୟାପୁଥିବା ଆଶଙ୍କା କରାଯାଉଛି ।

ସ୍ବାସ୍ଥ୍ୟ ବିଭାଗର ଟିମ୍ ପହଞ୍ଚି ସ୍ଥିତି ଅନୁଧ୍ୟାନ କରିବା ସହ ଓଆରଏସ୍ ସହ ଔଷଧ ପ୍ରଦାନ କରୁଛନ୍ତି । ଏପଟେ ପାଣି ସମ୍ପରୁ ଦୂଷିତ ପାଣି ପିଇ ଝାଡାବାନ୍ତି ବ୍ୟାପୁଥିବା ଲୋକେ ଅଭିଯୋଗ କରିଛନ୍ତି । କାହିଁକି ନା ସମ୍ପ ଭିତରୁ କାଦୁଅ, ସିମେଣ୍ଟ, ଅଖା, କାଠ ବାହାରୁଥିବା ଲୋକେ ଅଭିଯୋଗ କରିଛନ୍ତି। ତେବେ ଲୋକଙ୍କ ସ୍ୱାସ୍ଥ୍ୟ ସହ କି ପ୍ରକାରର ଖେଳ ଚାଲିଛି ତାକୁ ନେଇ ପ୍ରଶ୍ନ ଉଠିଛି।

- Advertisement -spot_img

More articles

- Advertisement -spot_img

Latest article

ଶାହା ଚାରିଟେବୁଲ୍ ଟ୍ରଷ୍ଟ ପକ୍ଷରୁ ୫ଶହ ବୃକ୍ଷ ରୋପଣ

ବ୍ରହ୍ମପୁର, (୨୦/୦୫) : ଆପ୍ର. : ଛତ୍ରପୁର ବ୍ଲକ ଅନ୍ତର୍ଗତ କରାତଳି ଗ୍ରାମରେ ବିଭିନ୍ନ ଜାଗାର ଖାଲି ସ୍ଥାନ ମାନଙ୍କରେ ଶାହା ଚାରିଟେବୁଲ୍ ଟ୍ରଷ୍ଟ ପକ୍ଷରୁ ୫ଶହ ଗୁଆ ବୃକ୍ଷ-ଚାରା ରୋପଣ କରାଯାଇଛି...

ନୂଆପଡ଼ାରେ ମର୍ମନ୍ତୁଦ ଦୁର୍ଘଟଣା: ସ୍ବାମୀଙ୍କ ଆଖି ଆଗରେ ସ୍ତ୍ରୀଙ୍କ ଉପରେ ଚଢ଼ିଗଲା ଟ୍ରକ୍

ନୂଆପଡ଼ା, (୨୦/୦୫) : ଆପ୍ର. : ନୂଆପଡ଼ା ସଦର ଥାନା ଅନ୍ତର୍ଗତ ଏକତା ଛକରେ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି। ସ୍ବାମୀଙ୍କ ଆଖି ଆଗରେ ସ୍ତ୍ରୀଙ୍କ ଉପରେ ଚଢ଼ିଗଲା ଟ୍ରକ୍ । ଘଟଣାସ୍ଥଳରେ ସ୍ତ୍ରୀ...

ଖଇରକାଠ ଜବତ କଲା ବନ ବିଭାଗ

ବଲାଙ୍ଗିର, (୨୦/୦୫) : ଆପ୍ର. : ବଲାଙ୍ଗିର ଜିଲ୍ଲା ସଇଁନ୍ତଳା ପୋଲିସ ଗତକାଲି ସନ୍ଧ୍ୟାରେ ପେଟ୍ରୋଲିଙ୍ଗ କରୁଥିବା ବେଳେ ମୁରସିଂବିଟ ନିକଟସ୍ଥ ସିକୁଆଁ ଗାଁରୁ ଏକ ପିକ୍‌ଅପ୍‌ ଭ୍ୟାନ୍‌ ଯୋଗେ ବେଆଇନ ଭାବେ...

କାଳବୈଶାଖୀ ବର୍ଷାରେ ବେହାଲ କଟକ ସହର

କଟକ, (୨୦/୦୫) : ଆପ୍ର. : କଟକରେ କାଳବୈଶାଖୀ ପ୍ରଭାବରେ ବର୍ଷା ଜାରି । ଘଡ଼ଘଡ଼ି ସହ ପ୍ରବଳ ବର୍ଷାରେ ବେହାଲ ହୋଇଛି କଟକ ସହର । ପ୍ରବଳ ବର୍ଷା ପାଇଁ ତଳିଆ ଅଞ୍ଚଳରେ...

ବନବାହାଲରେ ୩୫ଟିକିଆ ହାତୀପଲଙ୍କ ଦ୍ଵାରା ପୁଣି ଚାଷୀଙ୍କ ୩ ଏକର ଡ଼ାଳୁଆ ଧାନ ଫସଲ ନଷ୍ଟ

ମୁରିବାହାଲ, (୨୦/୦୫) : ଆପ୍ର. : ବଲାଙ୍ଗିର ଜିଲ୍ଲା ମୁରିବାହାଲ ରେଞ୍ଜର ତିଖାଲି ସଂରକ୍ଷିତ ଜଙ୍ଗଲ ଅଞ୍ଚଳରେ ଆସି ଦୀର୍ଘ ୫ମାସ ହେବ ରହିଯାଇଥିବା ୩୫ଟିକିଆ ହାତୀପଲ ବିଭିନ୍ନ ସମୟରେ ପାର୍ଶ୍ଵବର୍ତ୍ତୀ ବହୁ...