32.9 C
Balāngīr
Sunday, July 20, 2025

ରାଜ୍ୟରେ ଆହୁରି ୩ ଦିନ ପ୍ରବଳ ବର୍ଷା, ଆଜି ୪ ଜିଲ୍ଲାକୁ ଅରେଞ୍ଜ ୱାର୍ଣ୍ଣିଂ

Must read

ଭୁବନେଶ୍ୱର, (୦୪/୦୭) : ଆପ୍ର. : ରାଜ୍ୟରେ ଆହୁରି ୩ ଦିନ ପ୍ରବଳ ବର୍ଷା । ୭ ତାରିଖ ଯାଏଁ ଲାଗି ରହିବ ବର୍ଷା । ଉତ୍ତର ଓଡ଼ିଶା ସଂଲଗ୍ନ ଗାଙ୍ଗେୟ ପଶ୍ଚିମବଙ୍ଗ ଉପରେ ଏକ ଘୂର୍ଣ୍ଣିବଳୟ ସକ୍ରିୟ ରହିଛି ।

ଏହାର ପ୍ରଭାବରେ ରାଜ୍ୟର ବିଭିନ୍ନ ଜିଲ୍ଲାରେ ତିନି ଦିନ ଯାଏ ବର୍ଷା ସମ୍ଭାବନା ରହିଛି । ଭୁବନେଶ୍ବର ସମେତ ବିଭିନ୍ନ ସ୍ଥାନରେ ସକାଳୁ ଝିପି ଝିପି ବର୍ଷା ଲାଗି ରହିଛି । ଆଗାମୀ ୨୪ ଘଣ୍ଟାରେ ପ୍ରବଳରୁ ଅତିପ୍ରବଳ ବର୍ଷା ପାଇଁ ୪ ଜିଲ୍ଲା ସୁନ୍ଦରଗଡ, ଝାରସୁଗୁଡ଼ା, ସମ୍ବଲପୁର ଓ ବରଗଡ଼କୁ ଅରେଞ୍ଜ ୱାର୍ଣ୍ଣିଂ ଜାରି କରାଯାଇଛି। ଏହି ଜିଲ୍ଲାମାନଙ୍କରେ ବିଜୁଳି, ଘଡ଼ଘଡ଼ି ବର୍ଷା ସହ ଘଣ୍ଟା ପ୍ରତି ୩୦ରୁ ୪୦ କିମି ବେଗରେ ପବନ ବହିପାରେ ।

ପ୍ରବଳ ବର୍ଷା ନେଇ ୧୧ ଜିଲ୍ଲାକୁ ୟେଲୋ ଆଲର୍ଟ ଜାରି ହୋଇଛି । ପ୍ରବଳରୁ ଅତିପ୍ରବଳ ବର୍ଷା ପାଇଁ ସୁନ୍ଦରଗଡ଼ ଜିଲ୍ଲାକୁ ଅରେଞ୍ଜ ୱାର୍ଣ୍ଣିଂ ଜାରି ହୋଇଛି । ପ୍ରବଳ ବର୍ଷା ପାଇଁ ୭ ଜିଲ୍ଲାକୁ ୟେଲୋ ଆଲର୍ଟ ଜାରି ହୋଇଛି । ୭ ତାରିଖ ପରଠାରୁ ରାଜ୍ୟରେ କମିବ ବର୍ଷାର ପ୍ରଭାବ । ଗୋଟିଏ ପରେ ଗୋଟିଏ ଘୂର୍ଣ୍ଣିବଳୟ ବର୍ଷା ଜାରି ରହିଥିବା ବେଳେ ଆହୁରି ୨ଟି ଘୂର୍ଣ୍ଣିବଳୟ ଆଗକୁ ରହିଛି । ଜୁନ୍ ୨୬ରୁ ଜୁଲାଇ ୨ ତାରିଖ ଭିତରେ ରାଜ୍ୟରେ ଯେତିକି ବର୍ଷା ହେବା କଥା ଅଧିକ ଅଜାଡ଼ିଛି ।

- Advertisement -spot_img

More articles

- Advertisement -spot_img

Latest article

ପୁରୁଷୋତ୍ତମପୁର ଅଟୋ ୟୁନିଅନ ଦ୍ୱାରା ଚକ୍ଷୁ ପରୀକ୍ଷା ଶିବିର ଅନୁଷ୍ଠିତ

ପୁରୁଷୋତ୍ତମପୁର, (୧୯/୦୭) : ଆପ୍ର. : ପୁରୁଷୋତ୍ତମପୁର ସହର ରେ ସ୍ଥାନୀୟ ମା କନକା ଅଟୋ ମୋବାଇଲ ସଂଘ ଚାଳକ ସଂଘ ଦ୍ୱାରା ଏକ ମାଗଣା ଚକ୍ଷୁ ଚିକିତ୍ସା ଶିବିରର ଆୟୋଜନ କରାଯାଇଥିଲା...

ଅର୍ଜୁନପୁର ଜଙ୍ଗଲ ରୁ ଚୋରି ଶାଳ କାଠ ସହ ବ୍ୟବହୃତ ଗାଡି ଓ ବାଇକ ଜବତ : ୨ ଅଭିଯୁକ୍ତ କୁ ଗିରଫ 

ସୁବର୍ଣ୍ଣପୁର, (୧୯/୦୭) : ଆ.ପ୍ର : ସୁବର୍ଣ୍ଣପୁର ବନ ବିଭାଗ ରେଞ୍ଜର କୌଣସି ସୂତ୍ର ରୁ ଖବର ପାଇ ରେଞ୍ଜର ସୁବାସ ମହାପାତ୍ର ବିଶ୍ଵସ୍ତ ସୂତ୍ରରୁ ଖବର ପାଇବାରୁ ତାଙ୍କ ନିର୍ଦ୍ଦେଶ କ୍ରମେ...

ମାନସିକ ଚାପଗ୍ରସ୍ତ ଯୁବକଙ୍କ ଆତ୍ମହତ୍ୟା

ବୁର୍ଲା, (୧୯/୦୭) : ଆପ୍ର. : ବୁର୍ଲା ସହର ଶ୍ରୀରାମ ବିହାରର ଜଣେ ଯୁବକ ବେକରେ ଦୌଡ଼ି ଲଗାଇ ଆତ୍ମହତ୍ୟା କରିବା ପରି ଏକ ଅଭାବନୀୟ ଘଟଣା ଘଟିଯାଇଛି । ପୁଲିସ ଶବ ଜବତ...

ଧାନ ବିକ୍ରି ପାଇଁ ଆଜିଠୁ ଆରମ୍ଭ ହେଲା ଚାଷୀ ପଞ୍ଜୀକରଣ: ଅଗଷ୍ଟ ୨୦ ଯାଏଁ କରିପାରିବେ ଆବେଦନ; ଜାଣନ୍ତୁ ପଞ୍ଜୀକରଣର ପୂରା ପ୍ରକ୍ରିୟା

ଭୁବନେଶ୍ୱର, (୧୯/୦୭) : ଆପ୍ର. : ଆଜି ଠାରୁ ଆରମ୍ଭ ହେଉଛି ଖରିଫ ଧାନ ବିକ୍ରି ପାଇଁ ଚାଷୀ ପଞ୍ଜୀକରଣ ପ୍ରକିୟା। ଏହା ଆସନ୍ତା ଅଗଷ୍ଟ ୨୦ ତାରିଖ ପର୍ଯ୍ୟନ୍ତ ଚାଲିବ । ସେପ୍ଟେମ୍ବର...

ଫାସଡ ସୁକତେଲ ବ୍ରିଜଠାରେ ଦୁଇଟ୍ରକ ମୁହାଁମୁହିଁ ଧକ୍କା

ଲୋଇସିଂହା, (୧୯/୦୭) :ଆପ୍ର. : ବଲାଙ୍ଗିର ଜିଲ୍ଲା ଲୋଇସିଂହା ଥାନା ଫାସଡ ନିକଟସ୍ଥ ସୁକ୍‌ତେଲ ପୋଲ ଉପରେ ଗତକାଲି ରାତିରେ ଦୁଇଟ୍ରକ୍ ମଧ୍ୟରେ ଧକ୍କା ହେବା ଫଳରେ ରାସ୍ତା ଅବରୋଧ ହୋଇଥିଲା । ଦୁର୍ଘଟଣାଗ୍ରସ୍ତ...