32.9 C
Balāngīr
Tuesday, May 13, 2025

ରାଜ୍ୟରେ ଗଠନ ହେବ ଅଧିକ ନୂଆ ବ୍ଲକ୍: ରାଜସ୍ୱ ମନ୍ତ୍ରୀ

Must read

ପ୍ରକାଶ ପାଇଲା ସିବିଏସ୍ଇ ଦ୍ୱାଦଶ ପରୀକ୍ଷା ଫଳ, ବାଜି ମାରିନେଲେ ଝିଅ

ଭୁବନେଶ୍ୱର, (୧୩/୦୫) : ଆପ୍ର. : ଚଳିତ ବର୍ଷର କେନ୍ଦ୍ରୀୟ ମାଧ୍ୟମିକ ଶିକ୍ଷା ପରିଷଦ (ସିବିଏସଇ) ଦ୍ୱାଦଶ ଶ୍ରେଣୀ ପରୀକ୍ଷା ଫଳ ପ୍ରକାଶ ପାଇଛି । ସର୍ବ ଭାରତୀୟ ସ୍ତରରେ କୃତକାର୍ଯ୍ୟ ହାର ୮୮.୩୯...

ରିପୋର୍ଟ : ଓଡିଶା ନ୍ୟୁଜ ୨୪ ବ୍ୟୁରୋ //
ଭୁବନେଶ୍ୱର, (୨୯/୧୨) : ରାଜ୍ୟରେ ଅଧିକ ସଂଖ୍ୟକ ନୂଆ ବ୍ଲକ ଗଠନ କରିବା ପାଇଁ ରାଜ୍ୟ ସରକାର ଯୋଜନା କରୁଛନ୍ତି । ଏଥିପାଇଁ ଆବଶ୍ୟକ ପଡ଼ିଲେ ସରକାର ଏକ କମିଶନ ଗଠନ କରିବେ ବୋଲି ରାଜସ୍ୱ ଓ ବିପର୍ଯ୍ୟୟ ପ୍ରଶମନ ମନ୍ତ୍ରୀ ସୁରେଶ ପୂଜାରୀ ସୂଚନା ଦେଇଛନ୍ତି ।

ଆଜି ଗଣମାଧ୍ୟମକୁ ସୂଚନା ଦେଇ ମନ୍ତ୍ରୀ ସୁରେଶ ପୂଜାରୀ କହିଛନ୍ତି ଯେ, ପ୍ରଶାସନକୁ ଲୋକଙ୍କ ଅଧିକ ନିକଟତର କରାଇବା ଉଦ୍ଦେଶ୍ୟରେ ବର୍ତ୍ତମାନର ବ୍ଲକଗୁଡ଼ିକର ପୁନର୍ଗଠନ କରି ନୂଆ ବ୍ଲକ ଗଠନ ପାଇଁ ସରକାର ଚିନ୍ତା କରୁଛନ୍ତି। ରାଜ୍ୟରେ ଶେଷଥର ପାଇଁ ୧୯୮୪ ମସିହାରେ ବ୍ଲକ ପୁନର୍ଗଠନ ହୋଇଥିଲା । ଏବେ ଲୋକସଂଖ୍ୟା ବୃଦ୍ଧି ଓ ପ୍ରଶାସନକୁ ନିକଟତର କରାଇବା ପାଇଁ ଅଧିକ ବ୍ଲକର ଆବଶ୍ୟକତା ରହିଛି । ଏବେ ରାଜ୍ୟରେ ୩୧୪ଟି ବ୍ଲକ ଅଛି।

ଶେଷଥର ପାଇଁ ୧୯୮୪ ମସିହାରେ ରାଜ୍ୟ ସରକାର ୧୦ଟି ନୂଆ ବ୍ଲକ ଗଠନ କରିଥିଲେ । ୪୦ବର୍ଷ ମଧ୍ୟରେ ଜନସଂଖ୍ୟାରେ ବହୁ ପରିମାଣରେ ବଢ଼ିଥିଲେ ମଧ୍ୟ ବ୍ଲକ ସଂଖ୍ୟା ସମାନ ରହିଛି । ଲୋକଙ୍କ ବିଭିନ୍ନ ସମସ୍ୟାକୁ ସମାଧାନ କରିବାରେ ପ୍ରଶାସନକୁ ସମସ୍ୟା ମଧ୍ୟ ହେଉଛି । ଅନେକ ସ୍ଥାନରେ ଲୋକଙ୍କୁ ବ୍ଲକ ଅଫିସ୍ ଯିବା ପାଇଁ ବହୁ ଦୂରତ୍ୱ ଅତିକ୍ରମ କରିବାକୁ ମଧ୍ୟ ପଡ଼ୁଛି । କୋରାପୁଟର ତେନ୍ତୁଳିଗୁମା ପଂଚାୟତର ଲୋକେ ପ୍ରାୟ ୭୫କିମି ବାଟ ଅତିକ୍ରମ କଲେ ତାଙ୍କ ବ୍ଲକ ବୈପାରିଗୁଡ଼ା ଆସୁଛନ୍ତି ।

ମନ୍ତ୍ରୀ ପୂଜାରୀ ଆହୁରି କହିଛନ୍ତି ଯେ, ନୂଆ ବ୍ଲକ ଗଠନ କରିବା ଏକ ଜଟିଳ ପ୍ରକ୍ରିୟା। ଆଇନଗତ ଦିଗ ମଧ୍ୟ ରହିଛି। ଏଥିପାଇଁ ଦୃଢ଼ ରାଜନୈତିକ ଇଚ୍ଛାଶକ୍ତିର ମଧ୍ୟ ଆବଶ୍ୟକତା ରହିଛି। ବର୍ତ୍ତମାନର ସରକାର ଏ ଦିଗରେ ପଦକ୍ଷେପ ନେଇଛନ୍ତି। ସେ ନିଜେ ପଂଚାୟତିରାଜ ବିଭାଗର ବରିଷ୍ଠ ଅଧିକାରୀମାନଙ୍କ ସହ ଏନେଇ ଦୁଇଥର ଆଲୋଚନା କରିସାରିଛନ୍ତି। ଆବଶ୍ୟକ ପଡ଼ିଲେ ଏଥିପାଇଁ ସରକାର ଏକ କମିଶନ ଗଠନ ମଧ୍ୟ କରିବେ। ସୂଚନାଯୋଗ୍ୟ, ରାଜ୍ୟରେ ୧୯୫୮ ମସିହାରେ ବ୍ଲକ ସଂଖ୍ୟା ୧୨୪ ଥିବାବେଳେ ୧୯୬୧ରେ ଏହା ୨୧୪କୁ ଓ ୧୯୮୪ରେ ଏହା କ୍ରମାଗତ ବୃଦ୍ଧି ପାଇ ୩୧୪ରେ ପହଂଚିଛି।

- Advertisement -spot_img

More articles

- Advertisement -spot_img

Latest article

ପ୍ରକାଶ ପାଇଲା ସିବିଏସ୍ଇ ଦ୍ୱାଦଶ ପରୀକ୍ଷା ଫଳ, ବାଜି ମାରିନେଲେ ଝିଅ

ଭୁବନେଶ୍ୱର, (୧୩/୦୫) : ଆପ୍ର. : ଚଳିତ ବର୍ଷର କେନ୍ଦ୍ରୀୟ ମାଧ୍ୟମିକ ଶିକ୍ଷା ପରିଷଦ (ସିବିଏସଇ) ଦ୍ୱାଦଶ ଶ୍ରେଣୀ ପରୀକ୍ଷା ଫଳ ପ୍ରକାଶ ପାଇଛି । ସର୍ବ ଭାରତୀୟ ସ୍ତରରେ କୃତକାର୍ଯ୍ୟ ହାର ୮୮.୩୯...

ଯାତ୍ରୀବାହୀ ବସକୁ ପିଟିଲା ଟ୍ରକ, ୨୦ ଆହତ

କରଞ୍ଜିଆ, (୧୩/୦୫) : ଆପ୍ର. : କରଞ୍ଜିଆ ଥାନା ଚଢ଼େଇଭୋଳ ନିକଟରେ ମର୍ମନ୍ତୁଦ ସଡକ ଦୁର୍ଘଟଣା । ଯାତ୍ରୀବାହୀ ବସକୁ ପଛ ପଟେ ଧକା ଦେଲା ଟ୍ରକ । ଦୁର୍ଘଟଣାରେ ଓଲଟି ପଡିଛି ଶିବ...

ମଦ ନେଲା ଜୀବନ, ଭିଣୋଇ ମାଡ଼ରେ ୩ ଶଳାଙ୍କ ମୃତ୍ୟୁ

ମାଲକାନଗିରି, (୧୩/୦୫) : ଆପ୍ର. : ମଦ ନେଲା ୩ ଜୀବନ । ଭିଣୋଇ ମାଡ଼ରେ ୩ ଶଳାଙ୍କ ମୃତ୍ୟୁ । ମାଲକାନଗିରି ଜିଲ୍ଲା ଚିତ୍ରକୋଣ୍ଡା ଥାନା ଅଞ୍ଚଳରେ ଚାଞ୍ଚଲ୍ୟ । ମୃତକ ହେଲେ...

କସ୍ତୁରବା ସବିକା ମହାବିଦ୍ୟାଳୟରେ ଆନ୍ତର୍ଜାତିକ ନର୍ସ ଦିବସ ପାଳନ

ପୁରୁଷୋତ୍ତମପୁର, (୧୩/୦୫) : ଆପ୍ର. : କସ୍ତୁରବା ସେବିକା ମହାବିଦ୍ୟାଳୟ ରେ ଆନ୍ତର୍ଜାତିକ ନର୍ସ ଦିବସ ପାଳିତ ହୋଇଛି । କଥା ରେ ଅଛି ମାନବ ସେବା ହିଁ ନରାୟଣ ସେବା, ଏହି ପରିପ୍ରେକ୍ଷୀରେ...

ଅଙ୍ଗଦାନ କରି ଅମର ହୋଇଗଲେ ଆଦିବାସୀ ଯୁବକ

ଗୁଣପୁର, (୧୩/୫) : ଆପ୍ର. : କଥାରେ ଅଛି ମଣିଷ ଜୀବନ ପାଣି ଫୋଟକା । ଖୁସିରେ ଘରୁ ବାହାରି ଥିଲେ କିନ୍ତୁ ବିଧାତାର ଲେଖା ଅଲଗା ଥିଲା, ଦୂର୍ଘଟଣାର ଶିକାର ହେଲେ...