32.9 C
Balāngīr
Wednesday, April 23, 2025

ରାଜ୍ୟରେ ତାତି ପୁଣି କରିବ କଲବଲ; ହୋଲି ପୂର୍ବରୁ ୬ ଜିଲ୍ଲାକୁ ଆଲର୍ଟ

Must read

ରିପୋର୍ଟ : ଓଡିଶା ନ୍ୟୁଜ ୨୪ ବ୍ୟୁରୋ //
ଭୁବନେଶ୍ୱର, (୧୨/୦୩) : ଆଜିଠାରୁ ପୁଣି ବଢ଼ିଲା ତାତି । ତାତିର ତାଉରେ ଜଳିବ ପଶ୍ଚିମ ଓଡ଼ିଶା । ରାଜ୍ୟରେ ଡହ ଡହ ଖରା ସହ କଲବଳ କରାଣି ତାତି । ୩ରୁ ୪ ଦିନ ହେବ ତାତି ସାମାନ୍ୟ କମ ଥିବା ବେଳେ ଆଜିଠାରୁ ପୁଣି ବଢିଛି ତାତି ।

ତାତି ବଢୁଥିବା ବେଳେ ହିଟ ୱେବ ବା ଗ୍ରୀଷ୍ମ ପ୍ରବାହ ସତର୍କତା ଜାରି କରିଛି ପାଣିପାଗ ବିଭାଗ । ୧୩ ଓ ୧୪ ତାରିଖ ଦୁଇଦିନ ହିଟୱେଭ୍ ସତର୍କତା ଜାରି କରାଯାଇଛି । ପଶ୍ଚିମ ଓଡ଼ିଶା ସହ ଆଭ୍ୟନ୍ତରୀଣରେ ଅସମ୍ଭାଳ ହେବ ତାତି । ସମ୍ବଲପୁର, କଳାହାଣ୍ଡି ,ଝାରସୁଗୁଡ଼ା, ବଲାଙ୍ଗିର, ବୌଦ୍ଧ ଓ ସୋନପୁରକୁ ସତର୍କ କଲା ପାଣିପାଗ ବିଭାଗ । ଏହି ସବୁ ଜିଲ୍ଲାଗୁଡିକୁ ୟେଲୋ ୱାର୍ଣ୍ଣିଙ୍ଗ ଜାରି କରାଯାଇଥିବା ବେଳେ ତାପମାତ୍ରା ୪୦ ଡିଗ୍ରୀ ଅତିକ୍ରମ କରିପାରେ ବୋଲି ପାଣିପାଗ ବିଭାଗ ପୂର୍ବାନୁମାନ କରିଛି ।

ସୋମବାରଠାରୁ ଧୀରେ ଧୀରେ ତାପମାତ୍ରା ବଢିଥିବା ବେଳେ ୫ ଦିନ ଭିତରେ ୩ରୁ ୪ ଡିଗ୍ରୀ ବୃଦ୍ଧି ପାଇବ ବୋଲି ଆକଳନ କରିଛି ବିଭାଗ । ୭ ଦିନ ଯାଏ ପାଗ ଶୁଖିଲା ରହିବ । ଏପରିକି ଉପକୂଳ ଓଡ଼ିଶାର କିଛି ଜିଲ୍ଲାରେ ୪୦ ଡିଗ୍ରୀ ତାପମାତ୍ରା ଛୁଇଁପାରେ । ତେଣୁ ବାହାରକୁ ବାହାରିବା ସମୟରେ ପାଣି ବୋତଲ ସହ ପଗଡି ଭିଡିବା ଛତା ଧରି ଯିବା ଓ ସୂତା କପଡା ପିନ୍ଧିବାକୁ ପରାମର୍ଶ ଦେଇଛି ପାଣିପାଗ ବିଭାଗ । ମାର୍ଚ୍ଚ ଦ୍ୱିତୀୟ ସପ୍ତାହରୁ କଲବଲ କଲାଣି ଖରା । ଦିନ ୧୦ଟା ପରେ ଘରୁ ବାହାରିବା ବି ଅସମ୍ଭବ ହେଲାଣି ।

- Advertisement -spot_img

More articles

- Advertisement -spot_img

Latest article

ଅଭିଯୁକ୍ତର କାଠ ଫାଳିଆ ମାଡ଼ରେ କନେଷ୍ଟବଳ ଗୁରୁତର, ବଲାଙ୍ଗିର ଭୀମ ଭୋଇ ମେଡିକାଲରେ ଭର୍ତ୍ତି

ବଲାଙ୍ଗିର, (୨୩/୦୪) : ଆପ୍ର. : ଥାନା ଭିତରେ ପୋଲିସକୁ ଆକ୍ରମଣ । କାଠ ଫାଳିଆ ମାଡ଼ରେ କନେଷ୍ଟବଳ ସୁଦାମ ନାଗ ଗୁରୁତର । ବଲାଙ୍ଗିର ଭୀମ ଭୋଇ ମେଡିକାଲରେ ଗୁରୁତର କନେଷ୍ଟବଳଙ୍କୁ ଭର୍ତ୍ତି...

ନାବାଳିକାକୁ ଗଣ ଦୁଷ୍କର୍ମ: ୩ ଯୁବକଙ୍କ ସଂପୃକ୍ତ, ପୁଲିସ ତଦନ୍ତ ଆରମ୍ଭ

ସୁନ୍ଦରଗଡ଼଼, (୨୩/୦୪) : ଆପ୍ର. : ସୁନ୍ଦରଗଡ଼଼ ଜିଲ୍ଲା ତଳସରା ଥାନା ଅଞ୍ଚଳରେ ଲଜ୍ଜା। ଜଙ୍ଗଲକୁ ଟେକି ନେଇ ନାବାଳିକାକୁ ଗଣ ଦୁଷ୍କର୍ମ କରାଯାଇଥିବା ଅଭିଯୋଗ ହୋଇଛି । ଏକୋଇଶିଆ ଭୋଜି ଖାଇ ସାଙ୍ଗମାନଙ୍କ...

ଓଡ଼ିଶା ଆଦର୍ଶ ବିଦ୍ୟାଳୟରେ ବିଶ୍ୱ ପୃଥିବୀ ଦିବସ ପାଳିତ

ପାଟଣା, (୨୪/୦୩) : ଆପ୍ର. : ଢେଙ୍କିକୋଟ ଟିକିରା ସ୍ଥିତ ଘଟଗାଁ ବ୍ଲକ ଓଡ଼ିଶା ଆଦର୍ଶ ବିଦ୍ୟାଳୟରେ ଆଜି ବିଶ୍ୱ ପୃଥିବୀ ଦିବସ ଉତ୍ସାହପୂର୍ଣ୍ଣ ଭାବେ ପାଳନ ହୋଇଯାଇଛି । ପ୍ରାକୃତିକ ସଂପଦର ରକ୍ଷା,...

ବସ୍‌ରୁ ପଡି ଛାତ୍ରୀ ଗୁରୁତର

କଣ୍ଟାବାଞ୍ଜି, (୨୩/୦୪) : ଆପ୍ର. : ବସ୍‌ରୁ ପଡି ନବମ ଶ୍ରେଣୀ ଛାତ୍ରୀ ଗୁରୁତର । ବଲାଙ୍ଗୀର ଜିଲ୍ଲା କଣ୍ଟାବାଞ୍ଜି କୁକୁଡାହାଟ ଗାଁ ନିକଟରେ ଅଭାବନୀୟ ଘଟଣା ଘଟିଛି । ଆଜି ବସ୍‌ ରୁ...

ସରାସକୋଲା ଉଚ୍ଚ ବିଦ୍ୟାଳୟରେ ଛାତ୍ରଛାତ୍ରୀ ମାନଙ୍କୁ ପୋଷାକ ବଣ୍ଟନ

ପାଟଣା, (୨୩/୦୪) : ଆପ୍ର. : ପାଟଣା ବ୍ଲକ ସରାସକୋଲା ଉଚ୍ଚ ବିଦ୍ୟାଳୟରେ ଛାତ୍ରଛାତ୍ରୀ ମାନଙ୍କୁ ଆଜି ନୂତନ ପୋଷାକ ବଣ୍ଟନ କରାଯାଇଛି । ଏଠାରେ ୧୩୫ ଜଣ ଛାତ୍ରଛାତ୍ରୀ ପୋଷାକ ବଣ୍ଟନ କରାଯାଇଥିବା...