32.9 C
Balāngīr
Sunday, April 20, 2025

ରାଜ୍ୟରେ ୩୮ ଡ଼ିଗ୍ରୀ ଟପିଲା ତାପମାତ୍ରା

Must read

ଅଙ୍ଗନବାଡି କେନ୍ଦ୍ରରେ ପୋଷଣ ପକ୍ଷ ପାଳିତ

ଗଞ୍ଜାମ, (୧୯/୦୪) : ଆପ୍ର. : ଗଞ୍ଜାମ ସହରସ୍ଥିତ ଆଖଡ଼ାବନ୍ଧ ସାହି ଅଙ୍ଗନବାଡି କେନ୍ଦ୍ରରେ ପୋଷଣ ପକ୍ଷ କାର୍ଯ୍ୟକ୍ରମ ପାଳିତ ହୋଇଯାଇଛି । ଆଖଡ଼ାବନ୍ଧ ସାହି, ପଣ୍ଡା ସାହି, ଗୌଡ଼ ସାହି ଓ ମଧ୍ୟଖଣ୍ଡ...

ରିପୋର୍ଟ : ଓଡିଶା ନ୍ୟୁଜ ୨୪ ବ୍ୟୁରୋ //
ଭୁବନେଶ୍ୱର, (୦୨/୦୩) : ମାର୍ଚ୍ଚ ମାସ ଆରମ୍ଭରୁ କଲବଲ କଲାଣି ତାତି । ଜନଜୀବନ ହନ୍ତସନ୍ତ ହୋଇପଡ଼ିଲେଣି । ଗରମ ସହ ଗୁଳୁଗୁଳି ଅସହ୍ୟ ଅନୁଭୂତ ହେଉଛି ।

ଗତକାଲି ତାପମାତ୍ରା ଟିଟିଲାଗଡ଼ରେ ୩୮.୫ ଡିଗ୍ରୀ ସେଲସିଅସ ରେକର୍ଡ କରାଯାଇଛି । ଯଦି ବର୍ତ୍ତମାନରୁ ସ୍ଥିତି ଏମିତି , ଆଗାମୀ ମାସରେ ସ୍ଥିତି କ’ଣ ହେବ ଭାବିଲେ ଭୟ ଲାଗୁଛି । ଗତକାଲି ରାଜ୍ୟର ୧୧ ସହରର ତାପମାତ୍ରା ୩୭ ଡିଗ୍ରୀ ଉପରେ ରହିଛି। ୩୮.୫ ଡିଗ୍ରୀ ସହ ଟିଟିଲାଗଡ଼ ସବୁଠୁ ଉତ୍ତପ୍ତ ସହର ପାଲଟିଛି। ଝାରସୁଗୁଡ଼ା ୩୮.୨ଡିଗ୍ରୀ , ବଲାଙ୍ଗିର ୩୮ ଡିଗ୍ରୀ , ସୋନପୁର ଓ ଅନୁଗୁଳ ୩୭.୭ଡିଗ୍ରୀ, ସମ୍ବଲପୁର ୩୭.୬, ସୁନ୍ଦରଗଡ଼ ୩୭.୫, ଭବାନୀପାଟଣା ୩୭.୨,ହୀରାକୁଦ ୩୭.୧, ବୌଦ୍ଧ ଓ ବାରିପଦା ତାପମାତ୍ରା ୩୭ ଡିଗ୍ରୀ ରେକର୍ଡ କରାଯାଇଛି । ଅଧିକାଂଶ ସ୍ଥାନରେ ତାପମାତ୍ରା ସ୍ୱାଭାବିକ ଠାରୁ ଅଧିକ ରହୁଛି । ଯାହା ମାର୍ଚ୍ଚ ମାସ ଆରମ୍ଭରୁ ଗ୍ରୀଷ୍ମ ଲହରୀ ସୃଷ୍ଟି କରୁଛି । ମାର୍ଚ୍ଚ ମାସରୁ ଏତେ ତାତି ଦେଖି ରାଜ୍ୟବାସୀଙ୍କ ଚିନ୍ତା ବଢ଼ିଯାଇଛି। ଲୋକମାନଙ୍କୁ ସଚେତନ ରହିବା ପାଇଁ ମଧ୍ୟ ସତର୍କ ସୂଚନା ଦିଆଯାଇଛି ।

- Advertisement -spot_img

More articles

- Advertisement -spot_img

Latest article

ଅଙ୍ଗନବାଡି କେନ୍ଦ୍ରରେ ପୋଷଣ ପକ୍ଷ ପାଳିତ

ଗଞ୍ଜାମ, (୧୯/୦୪) : ଆପ୍ର. : ଗଞ୍ଜାମ ସହରସ୍ଥିତ ଆଖଡ଼ାବନ୍ଧ ସାହି ଅଙ୍ଗନବାଡି କେନ୍ଦ୍ରରେ ପୋଷଣ ପକ୍ଷ କାର୍ଯ୍ୟକ୍ରମ ପାଳିତ ହୋଇଯାଇଛି । ଆଖଡ଼ାବନ୍ଧ ସାହି, ପଣ୍ଡା ସାହି, ଗୌଡ଼ ସାହି ଓ ମଧ୍ୟଖଣ୍ଡ...

ଜଗନ୍ନାଥ ଡିଗ୍ରୀ କଲେଜରେ +୩ ତୃତୀୟ ବର୍ଷର ଛାତ୍ରଛାତ୍ରୀଙ୍କୁ ବିଦାୟ ସମ୍ବର୍ଦ୍ଧନା ଉତ୍ସବ

ବଲାଙ୍ଗିର, (୧୯/୦୪) : ଆପ୍ର. : ଆଜି ବଲାଙ୍ଗିର ସଦରବ୍ଲକ ଅନ୍ତର୍ଗତ ସାହାଜବାହାଲ ଗ୍ରାମର ଜଗନ୍ନାଥ ଡିଗ୍ରୀ କଲେଜରେ, +୩ ତୃତୀୟ ବର୍ଷର ଓଡ଼ିଆ ବିଭାଗର ବିଦାୟ ସମାରୋହ ପାଳନ ହୋଇଯାଇଛି । ଏଇ...

ଖୁବଶୀଘ୍ର ଆସିବ ନୂଆ ରାସନ କାର୍ଡ ଓ ନୂଆ ତାଲିକା

ଭୁବନେଶ୍ୱର, (୧୯/୦୪) : ଆପ୍ର. : ରାସନ କାର୍ଡ ହିତାଧିକାରୀଙ୍କ ପାଇଁ ଆସିଲା ବଡ଼ ଖବର । ରାଜ୍ୟରେ ଖୁବଶୀଘ୍ର ଯୋଗ୍ୟ ହିତାଧିକାରୀଙ୍କୁ ନୂଆ ରାସନ କାର୍ଡ ମିଳିବ । ଏନେଇ ଆଜି ରାଜ୍ୟ...

ବୈତରଣୀ କେଶରି କୁଣ୍ଡରେ ଗାଧୋଇବା ବେଳେ ବୁଡ଼ିଗଲେ ୨ ଦଶମ ଶ୍ରେଣୀ ଛାତ୍ର

କେନ୍ଦୁଝର, (୧୯/୦୪) : ଆପ୍ର. : ଗାଧୋଇବା ବେଳେ ବୁଡ଼ିଗଲେ ୨ ଜଣ ଦଶମ ଛାତ୍ର। ଚମ୍ପୁଆ ସରେଇ ଗାଁଆ ବୈତରଣୀ ନଦୀ କେଶରୀ କୁଣ୍ଡରେ ଗାଧୋଇବା ବେଳେ ଦୁଇ ଛାତ୍ର ବୁଡି...

ରେଳ ଧାରଣରୁ ଅଜଣା ଯୁବକଙ୍କ ମୃତଦେହ ଉଦ୍ଧାର

କଣ୍ଟାବାଞ୍ଜି, (୧୯/୦୪) : ଆପ୍ର. : ହରିଶଙ୍କର ରୋଡ଼ -ତୁରେକେଲା ରୋଡ଼ ରେଳ ଷ୍ଟେସନ ନିକଟରେ ଅଭାବନୀୟ ଘଟଣା । ରେଳ ଧାରଣାରୁ ଜଣେ ଅଜଣା ଯୁବକଙ୍କ ମୃତଦେହ ଉଦ୍ଧାର ହୋଇଛି । ବତ୍ତର୍ମାନ୍...