32.9 C
Balāngīr
Monday, April 28, 2025

ରାଜ୍ୟର ୪ ଜିଲ୍ଲାରେ ପ୍ରବଳ ବର୍ଷା ସମ୍ଭାବନା, ଜାରି ହେଲା ଅରେଞ୍ଜ ଆଲର୍ଟ

Must read

ରିପୋର୍ଟ : ଓଡିଶା ନ୍ୟୁଜ ୨୪ ବ୍ୟୁରୋ //
ଭୁବନେଶ୍ୱର, (୨୨/୦୨) : ରାଜ୍ୟର ୪ ଜିଲ୍ଲାରେ ପ୍ରବଳ ବର୍ଷା ସମ୍ଭାବନା । ଭଦ୍ରକ, ମୟୂରଭଞ୍ଜ, କେନ୍ଦୁଝର ଓ ବାଲେଶ୍ୱର ଜିଲ୍ଲାର ବିଭିନ୍ନ ସ୍ଥାନରେ ଘଡ଼ଘଡ଼ି ସହ ବର୍ଷା ହୋଇପାରେ ।

୪୦ରୁ ୫୦ କିମି ବେଗରେ ପବନ ବି ବହିପାରେ । ଏଥିପାଇଁ ଏହି ୪ ଜିଲ୍ଲା ପାଇଁ ଅରେଞ୍ଜ ୱାର୍ଣ୍ଣିଂ ଜାରି କରିଛି ପାଣିପାଗ ବିଭାଗ । ଖାଲି ଏହି ୪ ଜିଲ୍ଲା ନୁହେଁ, ଉପକୂଳ ଓ ଆଭ୍ୟନ୍ତରୀଣ ଓଡ଼ିଶାର ବିଭିନ୍ନ ସ୍ଥାନରେ ଘଡ଼ଘଡ଼ି ସହ ସ୍ୱଳ୍ପରୁ ମଧ୍ୟମ ଧରଣର ବର୍ଷା ସମ୍ଭାବନା ଅଛି । ବାଲେଶ୍ୱର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡ଼ା, କଟକ, ଜଗତ୍ସିଂହପୁର, ମୟୂରଭଞ୍ଜ, କେନ୍ଦୁଝର, ଢେଙ୍କାନାଳ, ଅନୁଗୁଳ, ଖୋର୍ଦ୍ଧା, ପୁରୀ ଓ ନୟାଗଡ଼ର ବିଭିନ୍ନ ସ୍ଥାନରେ ସ୍ୱଳ୍ପରୁ ମଧ୍ୟମ ଧରଣର ବର୍ଷା ହୋଇପାରେ ବୋଲି ପାଣିପାଗ ବିଭାଗ ସତର୍କ କରାଇଛି। ଆଭ୍ୟନ୍ତରୀଣ ଓ ଉପକୂଳ ଓଡ଼ିଶାର ବିଭିନ୍ନ ସ୍ଥାନରେ ୩୦ରୁ ୪୦ କିମି ବେଗରେ ପବନ ବହିପାରେ । ଏ ସବୁ ଜିଲ୍ଲା ପାଇଁ ୟେଲୋ ୱାର୍ଣ୍ଣିଂ ଜାରି ହୋଇଛି ।

୨୩ ତାରିଖରେ ମୟୂରଭଞ୍ଜ, କେନ୍ଦୁଝର, ବାଲେଶ୍ୱର, ଭଦ୍ରକ, ଢେଙ୍କାନାଳ, ଯାଜପୁର ଓ କେନ୍ଦ୍ରାପଡ଼ାରେ ବିଜୁଳି ଓ ଘଡ଼ଘଡ଼ି ସହ ବର୍ଷା ସମ୍ଭାବନା ଅଛି । ଏ ସବୁ ଜିଲ୍ଲା ପାଇଁ ୟେଲୋ ୱାର୍ଣ୍ଣିଂ ଜାରି ହୋଇଛି । ୨୪ ତାରିଖରେ ବି ବାଲେଶ୍ୱର ଓ ମୟୂରଭଞ୍ଜ ପାଇଁ ସତର୍କତା ଜାରି କରାଯାଇଛି । ଉତ୍ତର ଓଡ଼ିଶାର ଗୋଟିଏ ଦୁଇଟି ସ୍ଥାନରେ ଘଡ଼ଘଡ଼ି ସହ ବର୍ଷା ହୋଇପାରେ ।

ସୂଚନା ଥାଉକି, ଗତ ୨୪ ଘଣ୍ଟାରେ ଅନୁଗୁଳରେ ସର୍ବାଧିକ ୨୬ ମିମି ବର୍ଷା ହୋଇଛି । ଭୁବନେଶ୍ୱରରେ ୨୨.୨, ଢେଙ୍କାନାଳରେ ୨୧, ଚାନ୍ଦବାଲିରେ ୧୮.୪, ତାଳଚେରରେ ୧୫, କେନ୍ଦୁଝରରେ ୧୨.୮ ମିମି ବର୍ଷା ରେକର୍ଡ ହୋଇଛି । ଅପରାହ୍ନରେ ରାଜଧାନୀ ଭୁବନେଶ୍ୱରରେ ବର୍ଷା ହୋଇଛି । ଅନେକ ସ୍ଥାନରେ ବର୍ଷା ସତ୍ତେ୍ୱ ରାତିରେ ଶୁକ୍ରବାର ଅଧିକାଂଶ ସ୍ଥାନର ରାତି ତାପମାତ୍ରା ଅଧିକ ଥିଲା । ଭଦ୍ରକର ରାତି ତାପମାତ୍ରା ସର୍ବନିମ୍ନ ୧୪.୪ ଓ ଅନୁଗୁଳର ୧୪.୬ ଡିଗ୍ରୀ ଥିଲା ।

- Advertisement -spot_img

More articles

- Advertisement -spot_img

Latest article

ଅବକାରୀ ଚଢ଼ାଉରେ ମହୁଲି ମଦ ସହ ୨ଟି ସ୍କୁଟି : ୨ଟି ମୋଟର ସାଇକେଲ ଜବତ

ରାଉରକେଲା, (୨୮/୦୪) : ଆପ୍ର. : ଆଜି ରାଉରକେଲା ଅବକାରୀ ଅଧୀକ୍ଷକ ଝସକେତନ ବରିହାଙ୍କ ନିର୍ଦ୍ଦେଶ କ୍ରମେ, ରାଉରକେଲା ଅବକାରୀ ବିଭାଗ ପକ୍ଷରୁ ଜିଅବାହାଲ, ରୁପୁଟୋଲା, ସେକ୍ଟର-୩, ଝିରପାଣି, ଅଚଂଳରେ ଚଢ଼ାଉ କରି...

ହାଇୱା-ବାଇକ ଧକ୍କା : ଜଣେ ମୃତ, ତିନି ଗୁରୁତର

ପାଟଣାଗଡ଼, (୨୮/୦୪): ଆପ୍ର. : ବଲାଙ୍ଗିର ଜିଲ୍ଲା ଲରମ୍ଭା ଥାନା ଘସିଏନ ଲରମ୍ଭା ମୁଖ୍ୟରାସ୍ତା ମଝିରେ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା । ହାଇୱାକୁ ପଛପଟୁ ପିଟିଲା ବାଇକ, ଜଣେ ମୃତ ତିନିଜଣ ଗୁରୁତର ।...

ଗଞ୍ଜାମରେ ବିଭତ୍ସ ହତ୍ୟା; ଦୁଇ ଭାଇଙ୍କୁ ହତ୍ୟା କରି ଶାଳବଣ ଜଙ୍ଗଲରେ ଜାଳିଦେଲେ ଦୁବୃର୍ତ

ଗଞ୍ଜାମ, (୨୮/୦୪) : ଆପ୍ର. : ପୁଣି ଅଶାନ୍ତ ହେଲା ଗଞ୍ଜାମ । ଖଲ୍ଲିକୋର୍ଟ ବେଗୁନିଆପଡ଼ା ଥାନା ଅଞ୍ଚଳରେ ଦୁଇ ଭାଇଙ୍କୁ ମାରି ଜଙ୍ଗଲରେ ଜାଳିଦେଲେ ଦୁର୍ବୁତ୍ତ । ବେଗୁନିଆପଡା ଥାନାଞ୍ଚଳର ଶାଳବଣ ଗାଁ...

ଯାଜପୁରରେ ଚାଞ୍ଚଲ୍ୟ ,ମହିଳାଙ୍କ ହାତମୁହଁ ବାନ୍ଧି ଦୁଷ୍କର୍ମ କଲେ ,ମାଡ଼ ମାରିଲେ ଦୁର୍ବୁତ୍ତ

ଯାଜପୁର, (୨୮/୦୪) : ଆପ୍ର. : ଯାଜପୁରରେ ଲଜ୍ୟା । ଯାଜପୁର ସହରରେ ଜଣେ କର୍ମଜୀବୀ ମହିଳାଙ୍କ ହାତମୁହଁ ବାନ୍ଧି ଦୁଷ୍କର୍ମ ଘଟଣା ପୁରା ଅଞ୍ଚଳରେ ଚାଞ୍ଚଲ୍ୟ ସୃଷ୍ଟି କରିଛି । ପୀଡିତା ଲୋକଲଜ୍ୟା...

ଶଶୁର ଘରକୁ ଫେରିବା ବାଟରେ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା; ଗଛରେ ପିଟି ହେଲା ସ୍କର୍ପିଓ, ନବ ବିବାହିତଙ୍କ ସମେତ ୪ ମୃତ

ରାଉଲକେଲା, (୨୮/୦୪) : ଆପ୍ର. : ଦିଅଁ ଦର୍ଶନ ସାରି ଫେରୁଥିବା ବେଳେ ଗଛରେ ପିଟିହେଲା ସ୍କର୍ପିଓ । ଦୁର୍ଘଟଣାରେ ନବ ବିବାହିତାଙ୍କ ସମେତ ଚାଲିଗଲା ୪ ଜଣଙ୍କର ଜୀବନ ଓ ଜଣେ...