32.9 C
Balāngīr
Monday, April 28, 2025

ରାଜ୍ୟ ପୋଲିସ ମୁଖ୍ୟ କାର୍ଯ୍ୟାଳୟ ପ୍ରେସ୍ ନୋଟ୍; କଳିଙ୍ଗ ଷ୍ଟାଡିୟମ ଠାରେ ୭୩ ତମ ସର୍ବ ଭାରତୀୟ ହକି ଚାମ୍ପିୟନସିପ – ୨୦୨୫ ଅନୁଷ୍ଠିତ

Must read

କଟକ, (୧୩/୦୩) : ଆ.ପ୍ର. : ଆସନ୍ତା ଏପ୍ରିଲ ୦୭ ତାରିଖରୁ ୧୫ ତାରିଖ ପର୍ଯ୍ୟନ୍ତ ଓଡିଶା ପୋଲିସ ଆନୁକୂଲ୍ୟରେ ଭୁବନେଶ୍ୱର ସ୍ଥିତ କଳିଙ୍ଗ ଷ୍ଟାଡିୟମଠାରେ ୭୩ ତମ ସର୍ବ ଭାରତୀୟ ହକି ଚାମ୍ପିୟନସିପ – ୨୦୨୫ ଅନୁଷ୍ଠିତ ହେବାକୁ ଯାଉଛି ।WhatsApp Image 2025 03 13 at 20.31.43 2 ରାଜ୍ୟ ପୋଲିସ ମୁଖ୍ୟ କାର୍ଯ୍ୟାଳୟ ପ୍ରେସ୍ ନୋଟ୍; କଳିଙ୍ଗ ଷ୍ଟାଡିୟମ ଠାରେ ୭୩ ତମ ସର୍ବ ଭାରତୀୟ ହକି ଚାମ୍ପିୟନସିପ – ୨୦୨୫ ଅନୁଷ୍ଠିତ

ଏହି ପରିପ୍ରେକ୍ଷୀରେ ଆଜି ଅପରାହ୍ନରେ ରାଜ୍ୟ ପୋଲିସ ମୁଖ୍ୟ କାର୍ଯ୍ୟାଳୟଠାରେ ରାଜ୍ୟ ଆରକ୍ଷୀ ମହାନିର୍ଦ୍ଦେଶକ ଶ୍ରୀ ଯୋଗେଶ ବାହାଦୁର ଖୁରାନିଆଙ୍କ ଅଧ୍ୟକ୍ଷତାରେ ଏକ ପ୍ରସ୍ତୁତି ବୈଠକ ଅନୁଷ୍ଠିତ ହୋଇଯାଇଛି । ଉକ୍ତ ଚାମ୍ପିୟନସିପକୁ ଶୃଙ୍ଖଳିତ, ସୁପରିଚାଳନା ସମେତ ବ୍ୟାପକ ବନ୍ଦୋବସ୍ତର ଆୟୋଜନ ସଂକ୍ରାନ୍ତରେ ଡିଜିପି ଶ୍ରୀ ଖୁରାନିଆ ବରିଷ୍ଠ ପୋଲିସ ଅଧିକାରୀଙ୍କୁ ନିର୍ଦ୍ଦେଶ ଦେଇଛନ୍ତି । ଏହି ଚାମ୍ପିୟନସିପରେ ଦେଶର ବିଭିନ୍ନ ରାଜ୍ୟର ୨୭ଟି ପୁରୁଷ ଏବଂ ୧୦ ଟି ମହିଳା ପୋଲିସ ଟିମ ଅଂଶଗ୍ରହଣ କରିବାର ସମ୍ଭାବନା ରହିଛି । ଏହା ସହ ବହୁ ଅନ୍ତର୍ଜାତୀୟ ହକି ଖେଳାଳିଙ୍କ ସମେତ ବିଶିଷ୍ଟ ବ୍ୟକ୍ତି ବିଶେଷ ଯୋଗ ଦେବାର ସମ୍ଭାବନା ରହିଛି । ଏହାକୁ ଦୃଷ୍ଟିରେ ରଖି ଖେଳାଳି ଓ ଅତିଥିଙ୍କ ନିମନ୍ତେ ସ୍ଵତନ୍ତ୍ର ବ୍ୟବସ୍ଥା କରାଯିବା ଉପରେ ଡିଜିପି ଗୁରୁତ୍ଵାରୋପ କରିଥିଲେ ।

ଏହା ବ୍ଯତୀତ ସେମାନଙ୍କ ରହଣି ସ୍ଥାନ, ନିୟମିତ ଅଭ୍ୟାସ, ଅତିଥିଙ୍କୁ ସ୍ୱାଗତ ଓ ସମ୍ବର୍ଦ୍ଧନା, ଉଦଘାଟନ ଓ ଉଦଯାପନୀ ସମାରୋହକୁ ଆକର୍ଷଣୀୟ ତଥା ଶୃଙ୍ଖଳିତ ଭାବେ ଆୟୋଜନ କରିବାକୁ ଡିଜିପି ବୈଠକରେ ଉପସ୍ଥିତ ବରିଷ୍ଠ ପୋଲିସ ଅଧିକାରୀଙ୍କୁ ନିର୍ଦ୍ଦେଶ ଦେଇଥିଲେ । ଖେଳାଳିମାନେ କଳିଙ୍ଗ ଷ୍ଟାଡିୟମ ସମେତ ପୋଖରୀପୁଟ ଓ କିଟ କ୍ୟାମ୍ପସ ଗ୍ରାଉଣ୍ଡରେ ଅଭ୍ୟାସ କରିବେ । ଏଥି ପାଇଁ ସ୍ୱତନ୍ତ୍ର ବ୍ୟବସ୍ଥା କରିବାକୁ ଡିଜିପି ନିର୍ଦ୍ଦେଶ ଦେଇଛନ୍ତି । ଏହାକୁ ଦୃଷ୍ଟିରେ ରଖି ବ୍ୟାପକ ସୁରକ୍ଷା ବ୍ୟବସ୍ଥା ଗ୍ରହଣ କରିବାକୁ ମଧ୍ୟ ଡିଜିପି ନିର୍ଦ୍ଦେଶ ଦେଇଛନ୍ତି । ଏହା ସହ ଖେଳାଳିଙ୍କୁ ଆନୁସଙ୍ଗିକ ସୁବିଧା ସୁଯୋଗ ଯୋଗାଇ ଦେବା ଉପରେ ଡିଜିପି ବୈଠକରେ ଗୁରୁତ୍ୱାରୋପ କରିଥିଲେ ।WhatsApp Image 2025 03 13 at 20.31.43 ରାଜ୍ୟ ପୋଲିସ ମୁଖ୍ୟ କାର୍ଯ୍ୟାଳୟ ପ୍ରେସ୍ ନୋଟ୍; କଳିଙ୍ଗ ଷ୍ଟାଡିୟମ ଠାରେ ୭୩ ତମ ସର୍ବ ଭାରତୀୟ ହକି ଚାମ୍ପିୟନସିପ – ୨୦୨୫ ଅନୁଷ୍ଠିତ

ଉକ୍ତ ବୈଠକରେ ଅତିରିକ୍ତ ଆରକ୍ଷୀ ମହାନିର୍ଦ୍ଦେଶକ (ରେଲୱେ ଏବଂ ଉପକୂଳ ସୁରକ୍ଷା) ଶ୍ରୀ ଅରୁଣ ବୋଥ୍ରା, ଅତିରିକ୍ତ ଆରକ୍ଷୀ ମହାନିର୍ଦ୍ଦେଶକ (ଆଇନ ଓ ଶୃଙ୍ଖଳା) ଶ୍ରୀ ସଞ୍ଜୟ କୁମାର, ଅତିରିକ୍ତ ଆରକ୍ଷୀ ମହାନିର୍ଦ୍ଦେଶକ (ମୁଖ୍ୟାଳୟ) ଶ୍ରୀ ଦୟାଲ ଗଙ୍ଗୱାର, ଅତିରିକ୍ତ ଆରକ୍ଷୀ ମହାନିର୍ଦ୍ଦେଶକ (ଏସଏପି) ଶ୍ରୀ ରାଜେଶ କୁମାର, ଅତିରିକ୍ତ ପୋଲିସ କମିଶନର (କଟକ-ଭୁବନେଶ୍ବର), ଶ୍ରୀ ନରସିଂହ ଭୋଳ, ଆଇଜିପି (ଟ୍ରେନିଂ) ଶ୍ରୀ ଅନୁପ କୁମାର ସାହୁ, ଆଇଜିପି (ଏସଏପି) ଶ୍ରୀ ଅବିନାଶ କୁମାର, ଆଇଜିପି (କ୍ରାଇମବ୍ରାଞ୍ଚ) ଡା ସାର୍ଥକ ଷଡଙ୍ଗୀ, ଡି.ଆଇ.ଜି.ପି (କ୍ରାଇମବ୍ରାଞ୍ଚ) ଶ୍ରୀ ପ୍ରକାଶ ଆର, ଡିଆଇଜିପି (ପ୍ରୋଭିଜନିଂ) ଶ୍ରୀ ଚରଣ ସିଂ ମିନା, ଡିଆଇଜିପି (ପର୍ସୋନେଲ) ଶ୍ରୀ ଯୁଗଳ କିଶୋର କୁମାର ବନୋଥ, ଏସପି (ରେଲୱେ) ଶ୍ରୀ ବିବେକାନନ୍ଦ ଶର୍ମା, ଡିସିପି (କଟକ) ଶ୍ରୀ ଖିଲାରୀ ରିଷିକେଶ ଦ୍ୟାନଦେଓ ପ୍ରମୁଖ ଉପସ୍ଥିତ ଥିଲେ ।

- Advertisement -spot_img

More articles

- Advertisement -spot_img

Latest article

ଅବକାରୀ ଚଢ଼ାଉରେ ମହୁଲି ମଦ ସହ ୨ଟି ସ୍କୁଟି : ୨ଟି ମୋଟର ସାଇକେଲ ଜବତ

ରାଉରକେଲା, (୨୮/୦୪) : ଆପ୍ର. : ଆଜି ରାଉରକେଲା ଅବକାରୀ ଅଧୀକ୍ଷକ ଝସକେତନ ବରିହାଙ୍କ ନିର୍ଦ୍ଦେଶ କ୍ରମେ, ରାଉରକେଲା ଅବକାରୀ ବିଭାଗ ପକ୍ଷରୁ ଜିଅବାହାଲ, ରୁପୁଟୋଲା, ସେକ୍ଟର-୩, ଝିରପାଣି, ଅଚଂଳରେ ଚଢ଼ାଉ କରି...

ହାଇୱା-ବାଇକ ଧକ୍କା : ଜଣେ ମୃତ, ତିନି ଗୁରୁତର

ପାଟଣାଗଡ଼, (୨୮/୦୪): ଆପ୍ର. : ବଲାଙ୍ଗିର ଜିଲ୍ଲା ଲରମ୍ଭା ଥାନା ଘସିଏନ ଲରମ୍ଭା ମୁଖ୍ୟରାସ୍ତା ମଝିରେ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା । ହାଇୱାକୁ ପଛପଟୁ ପିଟିଲା ବାଇକ, ଜଣେ ମୃତ ତିନିଜଣ ଗୁରୁତର ।...

ଗଞ୍ଜାମରେ ବିଭତ୍ସ ହତ୍ୟା; ଦୁଇ ଭାଇଙ୍କୁ ହତ୍ୟା କରି ଶାଳବଣ ଜଙ୍ଗଲରେ ଜାଳିଦେଲେ ଦୁବୃର୍ତ

ଗଞ୍ଜାମ, (୨୮/୦୪) : ଆପ୍ର. : ପୁଣି ଅଶାନ୍ତ ହେଲା ଗଞ୍ଜାମ । ଖଲ୍ଲିକୋର୍ଟ ବେଗୁନିଆପଡ଼ା ଥାନା ଅଞ୍ଚଳରେ ଦୁଇ ଭାଇଙ୍କୁ ମାରି ଜଙ୍ଗଲରେ ଜାଳିଦେଲେ ଦୁର୍ବୁତ୍ତ । ବେଗୁନିଆପଡା ଥାନାଞ୍ଚଳର ଶାଳବଣ ଗାଁ...

ଯାଜପୁରରେ ଚାଞ୍ଚଲ୍ୟ ,ମହିଳାଙ୍କ ହାତମୁହଁ ବାନ୍ଧି ଦୁଷ୍କର୍ମ କଲେ ,ମାଡ଼ ମାରିଲେ ଦୁର୍ବୁତ୍ତ

ଯାଜପୁର, (୨୮/୦୪) : ଆପ୍ର. : ଯାଜପୁରରେ ଲଜ୍ୟା । ଯାଜପୁର ସହରରେ ଜଣେ କର୍ମଜୀବୀ ମହିଳାଙ୍କ ହାତମୁହଁ ବାନ୍ଧି ଦୁଷ୍କର୍ମ ଘଟଣା ପୁରା ଅଞ୍ଚଳରେ ଚାଞ୍ଚଲ୍ୟ ସୃଷ୍ଟି କରିଛି । ପୀଡିତା ଲୋକଲଜ୍ୟା...

ଶଶୁର ଘରକୁ ଫେରିବା ବାଟରେ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା; ଗଛରେ ପିଟି ହେଲା ସ୍କର୍ପିଓ, ନବ ବିବାହିତଙ୍କ ସମେତ ୪ ମୃତ

ରାଉଲକେଲା, (୨୮/୦୪) : ଆପ୍ର. : ଦିଅଁ ଦର୍ଶନ ସାରି ଫେରୁଥିବା ବେଳେ ଗଛରେ ପିଟିହେଲା ସ୍କର୍ପିଓ । ଦୁର୍ଘଟଣାରେ ନବ ବିବାହିତାଙ୍କ ସମେତ ଚାଲିଗଲା ୪ ଜଣଙ୍କର ଜୀବନ ଓ ଜଣେ...