32.9 C
Balāngīr
Wednesday, April 30, 2025

ରାଜ୍ୟ ପୋଲିସ ମୁଖ୍ୟ କାର୍ଯ୍ୟାଳୟ ପ୍ରେସ୍ ନୋଟ; ୭୩ତମ ସର୍ବଭାରତୀୟ ପୋଲିସ୍ ହକି ଚାମ୍ପିୟନସିପ୍ ୨୦୨୫ ର Curtain Raiser ସମାରୋହ ଅନୁଷ୍ଠିତ

Must read

ଭୁବନେଶ୍ୱର, (୦୭/୦୪) : ଆପ୍ର. : ଆଜି ଭୁବନେଶ୍ବର ସ୍ଥିତ ପୋଲିସ୍ ଭବନରେ ୭୩ତମ ସର୍ବଭାରତୀୟ ପୋଲିସ୍ ହକି ଚାମ୍ପିୟନସିପ୍ ୨୦୨୫ ର Curtain Raiser ସମାରୋହ ଅନୁଷ୍ଠିତ ହୋଇଯାଇଛି ।

ରାଜ୍ୟ ଆରକ୍ଷୀ ମହାନିର୍ଦ୍ଦେଶକ ଶ୍ରୀ ଯୋଗେଶ ବାହାଦୁର ଖୁରାନିଆ ଏହି କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥି ଭାବେ ଯୋଗ ଦେଇ ୭୩ତମ ସର୍ବଭାରତୀୟ ପୋଲିସ୍ ହକି ଚାମ୍ପିୟନସିପ୍ ୨୦୨୫ର “ଲୋଗୋ ଏବଂ ମାସ୍କଟ-ଆଶା” କୁ ଲୋକାର୍ପଣ କରିଛନ୍ତି । କେନ୍ଦୁଝର ଜିଲ୍ଲାର ଏକ ଜଙ୍ଗଲରୁ ଗୁରୁତର ଆହତ ଅବସ୍ଥାରେ ରାଜ୍ୟ ସରକାରଙ୍କ ଜଙ୍ଗଲ ବିଭାଗର କର୍ମଚାରୀମାନେ ଏକ ଗଜ ଶାବକ (ହାତୀ ଛୁଆ)କୁ ଉଦ୍ଧାର କରିଥିଲେ । ପରେ ତାକୁ ସେଠାରୁ ନନ୍ଦନକାନନକୁ ସ୍ଥାନାନ୍ତର କରାଯାଇଥିଲା । ତାର ଏହି ସଂଘର୍ଷମୟ କାହାଣୀ ଉପରେ “ଆଶା” ଆଧାରିତ । ଯିଏକି ବର୍ତ୍ତମାନ ନନ୍ଦନକାନନରେ ସୁସ୍ଥ ଓ ସୁରକ୍ଷିତ ଅବସ୍ଥାରେ ଅଛି । ଏହି ମାସକଟ୍‌ “ଆଶା” ଦୟା, ସାହସ ଓ ପରିବେଶ ସଂରକ୍ଷଣ ପ୍ରତି ଓଡ଼ିଶାର ପ୍ରତିବଦ୍ଧତାକୁ ପ୍ରତିନିଧିତ୍ୱ କରୁଛି ବୋଲି ଡିଜିପି ନିଜ ଅଭିଭାଷଣରେ କହିଥିଲେ ।

ଓଡ଼ିଶା ପୋଲିସ ଏହି ଚାମ୍ପିୟନସିପ୍‌ କୁ ଦ୍ବିତୀୟ ଥର ପାଇଁ ଆୟୋଜନ କରୁଥିବାରୁ ଶ୍ରୀ ଖୁରାନିଆ ଖୁସି ବ୍ୟକ୍ତ କରିବା ସହ ଏଥି ନିମନ୍ତେ ସେ ସର୍ବଭାରତୀୟ ପୋଲିସ୍ କ୍ରୀଡା ନିୟନ୍ତ୍ରଣ ବୋର୍ଡ୍‌ କୁ ଧନ୍ୟବାଦ ଜଣାଇଥିଲେ । ଏହି ଚାମ୍ପିୟନସିପ୍ ଭୁବନେଶ୍ବର କଳିଙ୍ଗ ଷ୍ଟାଡିୟମ୍ ଠାରେ ଅପ୍ରେଲ ୭ ରୁ ୧୪ ତାରିଖ ପର୍ଯ୍ୟନ୍ତ ଆୟୋଜିତ ହେବାକୁ ଯାଉଛି ।

ଏଥିରେ ୨୬ଟି ପୁରୁଷ ଦଳ ଓ ୯ଟି ମହିଳା ଦଳ ଅଂଶଗ୍ରହଣ କରୁଥିବା ବେଳେ ମୋଟ ୪୮ଟି ମ୍ୟାଚ୍‌ ଖେଳାଯିବ । ସିଆଇଏସଏଫ୍‌, ସିଆରପିଏଫ୍‌, ବିଏସଏଫ୍‌, ଆଇଟିବିପି ଓ ଏସଏସବି ଭଳି କେନ୍ଦ୍ରୀୟ ସଶସ୍ତ୍ର ବାହିନୀ ଦଳଗୁଡ଼ିକ ଏହି ପ୍ରତିଯୋଗିତାର ମଧ୍ୟ ଅଂଶ ଗ୍ରହଣ କରୁଛନ୍ତି ବୋଲି ଡିଜିପି ସୂଚନା ଦେଇଥିଲେ ।

ଏହି କାର୍ଯ୍ୟକ୍ରମରେ ଅନ୍ୟମାନଙ୍କ ମଧ୍ୟରେ ଆୟୋଜନ କମିଟିର ଉପସଭାପତି ତଥା ଅତିରିକ୍ତ ଆରକ୍ଷୀ ମହାନିର୍ଦ୍ଦେଶକ (ମୁଖ୍ୟାଳୟ) ଶ୍ରୀ ଦୟାଲ ଗଙ୍ଗୱାର, ଆୟୋଜନ କମିଟିର ଉପସଭାପତି ତଥା ଅତିରିକ୍ତ ଆରକ୍ଷୀ ମହାନିର୍ଦ୍ଦେଶକ (ସଶସ୍ତ୍ର ) ଶ୍ରୀ ରାଜେଶ କୁମାର, ଆୟୋଜନ କମିଟିର ସମ୍ପାଦକ ତଥା ଆଇଜି(ତାଲିମ) ଶ୍ରୀ ଅନୁପ କୁମାର ସାହୁ, ସମସ୍ତ ଟିମର ମ୍ୟାନେଜର ଏବଂ ଅଧିନାୟକ, ପୋଲିସ ଅଧିକାରୀ ପ୍ରମୁଖ ଉପସ୍ଥିତ ଥିଲେ ।

- Advertisement -spot_img

More articles

- Advertisement -spot_img

Latest article

ଉପାନ୍ତ ଅଞ୍ଚଳରେ ପାନୀୟ ଜଳ କଷ୍ଟ

କୋଲନରା, (୨୯/୦୪) : ଆପ୍ର. : ବଣ ଜଙ୍ଗଲ ଘେରା ଉପାନ୍ତ ଅଞ୍ଚଳରେ ଟିକର ପଡା ଗ୍ରାମ ଅବସ୍ଥିତ । ଗ୍ରାମରେ ମୋଟ ୪୫ ଗୋଟି ପରିବାର ରହୁଥିବା ବେଳେ ୨୧୫ ଜଣ...

ଅଲ୍ ଓଡିଶା ଈପିଏଫ୍ ପେନସନର୍ ଆସୋସିଏସନର ସ୍ମାରକ ପତ୍ ପ୍ରଦାନ

ରାୟଗଡ଼ା, (୨୯/୪) : ଆପ୍ର. : ଅଲ୍ ଓଡିଶା ଈପିଏଫ୍ ପେନସନର୍ ଆସୋସିଏସନର ଡାକରାରେ ରାୟଗଡ଼ ଜିଲ୍ଲା ଶାଖା ତରଫରୁ ଈପିଏଫ୍ ପେନସନରସ୍ ତଥା ବରିଷ୍ଠ ନାଗରିକ ମାନେ ସ୍ଥାନୀୟ ଜିଲ୍ଲାପାଳଙ୍କ ଜରିଆରେ...

କୁମୁଲି ପ୍ରାଥମିକ ଶିକ୍ଷକ ସଂଘର ନୂତନ କର୍ମକର୍ତ୍ତା ଚୟନ

କୋରାପୁଟ, (୩୦/୪) : ଆପ୍ର. : ନିଖିଳ ଉତ୍କଳ ପ୍ରାଥମିକ ଶିକ୍ଷକ ସଂଘ, କଟକର ବୋରିଗୁମ୍ମା ବ୍ଲକ୍ କୁମୁଲି ସର୍କଲ ଅନ୍ତର୍ଗତ ୮ ଗୋଟି କ୍ଲଷ୍ଟରର ପ୍ରାଥମିକ ଶିକ୍ଷକ ସଂଘର ଅବଧି ସଂପୂର୍ଣ୍ଣ...

କାଶୀନଗର ବିଜ୍ଞାପିତ ଅଞ୍ଚଳ ପରିଷଦରେ କାଉନସିଲ ବୈଠକ ଅନୁଷ୍ଠିତ

କାଶୀନଗର, (୨୯/୪) : ଆପ୍ର. : ଗଜପତି ଜିଲ୍ଲାରେ କାଶୀନଗର ବିଜ୍ଞାପିତ ଅଞ୍ଚଳ ପରିଷଦ ଅସ୍ଥାୟୀ କାର୍ଯ୍ୟାଳୟ ସଭାଗୃହ ଠାରେ କାଉନସିଲ ବୈଠକ ଅନୁଷ୍ଠିତ ହୋଇଥିଲା । ଏନ୍ଏସି ଅଧ୍ୟକ୍ଷା ଏମ. ସୁଧାରାଣୀ, ଉପାଧ୍ୟକ୍ଷ...

ବିବେକାନନ୍ଦ ଙ୍କ ଦର୍ଶନ ଉପରେ ମାର୍ଗ ଦର୍ଶନ କଲେ ସ୍ୱାଧି କାଞ୍ଚନ ସୋମ ଅଗ୍ରୱାଲା

ସୁବର୍ଣ୍ଣପୁର, (୨୯/୦୪) ଆ.ପ୍ର : ମଙ୍ଗଳବାର ସନ୍ଧ୍ୟା ରେ ଶ୍ରୀ ଗୋପାଳଜୀ ଯୋଗାଶ୍ରମ ମହାନଦୀ ଯୋଗବିହାର ସୁବର୍ଣ୍ଣପୁର ଠାରେ ସ୍ୱାମୀ ବିବେକାନନ୍ଦ ଙ୍କର ଦର୍ଶନ ଏବଂ ହିନ୍ଦୁ ଧର୍ମ ପ୍ରଚାର ପ୍ରସାର ରେ...