32.9 C
Balāngīr
Tuesday, July 15, 2025

ରାଜ୍ୟ ବାହାରକୁ କଇଁଛ ଚୋରା ଚାଲାଣ, ବିପୁଳ ସଂଖ୍ୟାରେ କଇଁଛ ଜବତ

Must read

ରିପୋର୍ଟ : ଓଡିଶା ନ୍ୟୁଜ ୨୪ ବ୍ୟୁରୋ //
ଟାଙ୍ଗୀ, (୨୪/୦୨) : ରାଜ୍ୟ ବାହାରକୁ ଚୋରା ଚାଲାଣ ହେଉଛି କଇଁଛ । ଚୋରା ଚାଲାଣ ବେଳେ ବିପୁଳ ସଂଖ୍ୟାରେ କଇଁଛ ଜବତ ହୋଇଛି ।

ପଶ୍ଚିମବଙ୍ଗର ନମ୍ବର ଥିବା ଏକ ୪୦୭ ଗାଡ଼ିରେ ଚୋରା ଚାଲାଣ ହେଉଥିଲା । ୪୦୦ରୁ ଅଧିକ ଟ୍ରେ’ରେ ଚାଲାଣ ହେଉଥିଲା କଇଁଛ । ୧୬ ନମ୍ବର ଜାତୀୟ ରାଜପଥ ଖୋର୍ଦ୍ଧା ଜିଲ୍ଲା ଗୋଡ଼ିପଡ଼ା ଟୋଲ୍ ଗେଟ୍ ରେ ସଂଦେହ ହେବାରୁ ଗାଡ଼ିକୁ ଅଟକାଇ ଯାଞ୍ଚ କରିଥିଲେ କର୍ମଚାରୀ । ଯାଞ୍ଚ ବେଳେ କଇଁଛ ଚାଲାଣ ହେଉଥିବା ଜଣା ପଡ଼ିଥିଲା । ଖୋର୍ଦ୍ଧା ବନଖଣ୍ଡ ଟାଙ୍ଗୀ ରୋଞ୍ଜ ବନ ବିଭାଗ ପହଞ୍ଚି ଗାଡ଼ିକୁ ଜବତ କରି ଭୁଷଣ୍ଡପୁର ବିଟ୍ ହାଉସକୁ ନେଇଛନ୍ତି । ଏତେ ପରିମାଣର କଇଁଛ କେଉଁଠୁ ଆସିଛି ଏବଂ କୁଆଡ଼େ ଯାଉଥିଲା, ସେ ନେଇ ତଦନ୍ତ ଚାଲିଛି ।

- Advertisement -spot_img

More articles

- Advertisement -spot_img

Latest article

ତେଜୁଛି ସୌମ୍ୟାଶ୍ରୀ ମୃତ୍ୟୁ ଘଟଣା, ୧୭ରେ ଓଡ଼ିଶା ବନ୍ଦ ଡାକରା ଦେଲା କଂଗ୍ରେସ ଓ ବାମପନ୍ଥୀ ଦଳ

ଭୁବନେଶ୍ୱର, (୧୫/୦୭) : ଆପ୍ର. : ଆସନ୍ତା ୧୭ ତାରିଖରେ ଓଡ଼ିଶା ବନ୍ଦ ଡାକରା ଦେଲା କଂଗ୍ରେସ ଓ ବାମପନ୍ଥୀ ଦଳ । କଂଗ୍ରେସ, ବାମଦଳ ସମେତ ୭ ରାଜନୈତିକ ଦଳର ଓଡ଼ିଶା...

ପରକୀୟା ପ୍ରୀତି କୁ ସ୍ତ୍ରୀ ବିରୋଧ କରିବାରୁ ସ୍ୱାମୀ ଙ୍କ ଆତ୍ମହତ୍ୟା

ବାଲିଗୁଡା, (୧୫/୭) : ଆପ୍ର. : ସ୍ୱାମୀ ର ଅନ୍ୟ ଏକ ଯୁବତୀ ଙ୍କ ସହ ପ୍ରେମ ବ୍ୟାପାର କୁ ନେଇ ପ୍ରଥମ ସ୍ତ୍ରୀ ର ବିରୋଧ ପରେ ସ୍ୱାମୀ ଓ ତାଙ୍କ...

ବାଲିଗୁଡା ବନଖଣ୍ଡ ରେ ବୃକ୍ଷ ରୋପଣ ବୁଲି ଦେଖିଲେ ପିସିସିଏଫ୍

ବାଲିଗୁଡା, (୧୫/୭) : ଆପ୍ର. : ବାଲିଗୁଡା ବନଖଣ୍ଡ ରେ ବୃକ୍ଷ ରୋପଣ ବୁଲି ଦେଖିଲେ ପିସିସିଏଫ୍ l ବାଲିଗୁଡା ବନ ଖଣ୍ଡ ରେ ବନ ମହୋତ୍ସବ ସପ୍ତାହ ପାଳନ ପରେ ଆଜି ବାଲିଗୁଡ଼ା...

ପଞ୍ଚାୟତ ସମିତି ଡିଗ୍ରୀ ମହାବିଦ୍ୟାଳୟରେ ଶୋକସଭା ନାରୀ ନିର୍ଯାତନା କମିଟି ଗଠନ

ମୁରିବାହାଲ, (୧୫/୭) : ଆପ୍ର. : ପଞ୍ଚାୟତ ସମିତି ଡିଗ୍ରୀ ମହାବିଦ୍ୟାଳୟରେ ଶୋକସଭା ନାରୀ ନିର୍ଯାତନା କମିଟି ଗଠନ । ବଲାଙ୍ଗିର ଜିଲ୍ଲା ମୁରିବାହାଲ ବ୍ଲକ ସଦର ମହକୁମା ପଞ୍ଚାୟତ ସମିତି ଡିଗ୍ରୀ ମହାବିଦ୍ୟାଳୟ...

ଉଚ୍ଚଶିକ୍ଷା ବିଭାଗକୁ ବଡ଼ ନିର୍ଦ୍ଦେଶ ଦେଲେ ସରକାର: ୨୪ ଘଣ୍ଟା ମଧ୍ୟରେ

ବାଲେଶ୍ୱର, (୧୫/୦୭) : ଆପ୍ର. : ବାଲେଶ୍ୱର ସ୍ଥିତ ଫକୀର ମୋହନ ସ୍ବୟଂଶାସିତ ମହାବିଦ୍ୟାଳୟ ଛାତ୍ରୀ ଆତ୍ମହତ୍ୟା ଘଟଣା ସାରା ଦେଶକୁ ସ୍ତବ୍ଧ କରିଦେଇଛି । ଏହି ଘଟଣାରେ ବରୋଧୀ ବିଜେଡି ଏବଂ କଂଗ୍ରେସ...