32.9 C
Balāngīr
Sunday, April 20, 2025

ରାତିରେ ଭୋଜି ପାଇଁ ଘରୁ ଡାକିନେଲେ, ସକାଳୁ ପୋଖରୀରୁ ମିଳିଲା ମୃତଦେହ

Must read

ଅଙ୍ଗନବାଡି କେନ୍ଦ୍ରରେ ପୋଷଣ ପକ୍ଷ ପାଳିତ

ଗଞ୍ଜାମ, (୧୯/୦୪) : ଆପ୍ର. : ଗଞ୍ଜାମ ସହରସ୍ଥିତ ଆଖଡ଼ାବନ୍ଧ ସାହି ଅଙ୍ଗନବାଡି କେନ୍ଦ୍ରରେ ପୋଷଣ ପକ୍ଷ କାର୍ଯ୍ୟକ୍ରମ ପାଳିତ ହୋଇଯାଇଛି । ଆଖଡ଼ାବନ୍ଧ ସାହି, ପଣ୍ଡା ସାହି, ଗୌଡ଼ ସାହି ଓ ମଧ୍ୟଖଣ୍ଡ...

ରିପୋର୍ଟ : ଓଡିଶା ନ୍ୟୁଜ ୨୪ ବ୍ୟୁରୋ //
କେନ୍ଦ୍ରାପଡା, (୦୧/୦୧) : ରାତିରେ ଭୋଜି ହେଉଛି କହି ଘରୁ ଡାକି ଆଣିଲେ। ମାତ୍ର ଆଉ ଘରକୁ ଫେରିଲେନି । ସକାଳୁ ପୋଖରୀରୁ ମିଳିଲା ମୃତଦେହ

ଏପରି ଏକ ଚାଞ୍ଚଲ୍ୟକର ଘଟଣା କେନ୍ଦ୍ରାପଡ଼ା ଜିଲ୍ଲା ସଦର ଥାନା ଅନ୍ତର୍ଗତ ବିରସୋତୀ ଗାଁରେ ଘଟିଛି । ମୃତକ ହେଲେ କାହ୍ନୁଚରଣ ନାଥ । ତାଙ୍କୁ ହତ୍ୟା କରାଯାଇଥିବା ପରିବାର ଲୋକେ ଅଭିଯୋଗ କରିଛନ୍ତି । ମୃତକଙ୍କ ପରିବାର ପକ୍ଷରୁ ମିଳିଥିବା ସୂଚନା ଅନୁଯାୟୀ, ଗତକାଲି ସନ୍ଧ୍ୟା ସମୟରେ କାହ୍ନୁ ଚିକେନ ଧରି ଘରକୁ ଫେରିଥିଲେ । ନିଜେ ରୋଷେଇ କରି ପରିବାର ଲୋକଙ୍କୁ ଖାଇବାକୁ ଦେଇଥିଲେ । ଏହାପରେ ସମସ୍ତେ ଶୋଇ ପଡ଼ିଥିଲେ । ରାତି ପ୍ରାୟ ୧୧ଟା ପରେ ଭୋଜି ହେଉଛି କହି କିଛି ବନ୍ଧୁ ଘରୁ ଡାକି ନେଇଥିଲେ । ମାତ୍ର ବିଳମ୍ବିତ ରାତି ସୁଦ୍ଧା କାହ୍ନୁ ଆଉ ଘରକୁ ଫେରି ନ ଥିଲେ । ପରିବାର ଲୋକେ ଫୋନ୍‌ ବାରମ୍ବାର କରିଥିବା ବେଳେ ସେ ଆଉ ଫୋନ୍‌ ଉଠାଇ ନ ଥିଲେ ।

ଏହାପରେ ଖୋଜାଖୋଜି କରିବାରୁ ତାଙ୍କ ଲୁଙ୍ଗି, ଗାମୁଛା ଓ ମୋବାଇଲ ଫୋନ୍‌ ପାଇଥିଲେ ବି କାହ୍ନୁଙ୍କ ସନ୍ଧାନ ପାଇ ନ ଥିଲେ। ଆଜି ସକାଳେ ବିରସୋତୀ ଗାଁରେ ଥିବା ପାଟ ପୋଖରୀରେ କାହ୍ନୁଙ୍କ ମୃତଦେହ ଭାସୁଥିବା ଅବସ୍ଥାରେ ପରିବାର ଲୋକେ ଦେଖିବାକୁ ପାଇଥିଲେ । ଖବର ପାଇ ପରିବାର ଲୋକେ ଓ ପୁଲିସ୍‌ ଘଟଣାସ୍ଥଳରେ ପହଞ୍ଚିଥିଲା। ପୁଲିସ୍‌ ମୃତଦେହ ଜବତ କରି ବ୍ୟବଚ୍ଛେଦ ପାଇଁ ପଠାଇଛି । ଏହା ଏକ ହତ୍ୟା ଘଟଣା ଓ ଷଡଯନ୍ତ୍ର କରି ସ୍ୱାମୀଙ୍କୁ କେହି ମାରି ଦେଇଥିବା କାହ୍ନୁଙ୍କ ପତ୍ନୀ ଅଭିଯୋଗ କରିଛନ୍ତି। ତେବେ କିଏ ଓ କାହିଁକି କାହ୍ନୁକୁ ମାରିଛି ଓ ଏହା ପଛର ରହସ୍ୟ କ’ଣ ତାହାର ତଦନ୍ତ ଆରମ୍ଭ କରିଛି ପୁଲିସ୍‌ ।

- Advertisement -spot_img

More articles

- Advertisement -spot_img

Latest article

ଅଙ୍ଗନବାଡି କେନ୍ଦ୍ରରେ ପୋଷଣ ପକ୍ଷ ପାଳିତ

ଗଞ୍ଜାମ, (୧୯/୦୪) : ଆପ୍ର. : ଗଞ୍ଜାମ ସହରସ୍ଥିତ ଆଖଡ଼ାବନ୍ଧ ସାହି ଅଙ୍ଗନବାଡି କେନ୍ଦ୍ରରେ ପୋଷଣ ପକ୍ଷ କାର୍ଯ୍ୟକ୍ରମ ପାଳିତ ହୋଇଯାଇଛି । ଆଖଡ଼ାବନ୍ଧ ସାହି, ପଣ୍ଡା ସାହି, ଗୌଡ଼ ସାହି ଓ ମଧ୍ୟଖଣ୍ଡ...

ଜଗନ୍ନାଥ ଡିଗ୍ରୀ କଲେଜରେ +୩ ତୃତୀୟ ବର୍ଷର ଛାତ୍ରଛାତ୍ରୀଙ୍କୁ ବିଦାୟ ସମ୍ବର୍ଦ୍ଧନା ଉତ୍ସବ

ବଲାଙ୍ଗିର, (୧୯/୦୪) : ଆପ୍ର. : ଆଜି ବଲାଙ୍ଗିର ସଦରବ୍ଲକ ଅନ୍ତର୍ଗତ ସାହାଜବାହାଲ ଗ୍ରାମର ଜଗନ୍ନାଥ ଡିଗ୍ରୀ କଲେଜରେ, +୩ ତୃତୀୟ ବର୍ଷର ଓଡ଼ିଆ ବିଭାଗର ବିଦାୟ ସମାରୋହ ପାଳନ ହୋଇଯାଇଛି । ଏଇ...

ଖୁବଶୀଘ୍ର ଆସିବ ନୂଆ ରାସନ କାର୍ଡ ଓ ନୂଆ ତାଲିକା

ଭୁବନେଶ୍ୱର, (୧୯/୦୪) : ଆପ୍ର. : ରାସନ କାର୍ଡ ହିତାଧିକାରୀଙ୍କ ପାଇଁ ଆସିଲା ବଡ଼ ଖବର । ରାଜ୍ୟରେ ଖୁବଶୀଘ୍ର ଯୋଗ୍ୟ ହିତାଧିକାରୀଙ୍କୁ ନୂଆ ରାସନ କାର୍ଡ ମିଳିବ । ଏନେଇ ଆଜି ରାଜ୍ୟ...

ବୈତରଣୀ କେଶରି କୁଣ୍ଡରେ ଗାଧୋଇବା ବେଳେ ବୁଡ଼ିଗଲେ ୨ ଦଶମ ଶ୍ରେଣୀ ଛାତ୍ର

କେନ୍ଦୁଝର, (୧୯/୦୪) : ଆପ୍ର. : ଗାଧୋଇବା ବେଳେ ବୁଡ଼ିଗଲେ ୨ ଜଣ ଦଶମ ଛାତ୍ର। ଚମ୍ପୁଆ ସରେଇ ଗାଁଆ ବୈତରଣୀ ନଦୀ କେଶରୀ କୁଣ୍ଡରେ ଗାଧୋଇବା ବେଳେ ଦୁଇ ଛାତ୍ର ବୁଡି...

ରେଳ ଧାରଣରୁ ଅଜଣା ଯୁବକଙ୍କ ମୃତଦେହ ଉଦ୍ଧାର

କଣ୍ଟାବାଞ୍ଜି, (୧୯/୦୪) : ଆପ୍ର. : ହରିଶଙ୍କର ରୋଡ଼ -ତୁରେକେଲା ରୋଡ଼ ରେଳ ଷ୍ଟେସନ ନିକଟରେ ଅଭାବନୀୟ ଘଟଣା । ରେଳ ଧାରଣାରୁ ଜଣେ ଅଜଣା ଯୁବକଙ୍କ ମୃତଦେହ ଉଦ୍ଧାର ହୋଇଛି । ବତ୍ତର୍ମାନ୍...