32.9 C
Balāngīr
Monday, April 28, 2025

ରାସ୍ତା କଡ଼ରୁ ବାଇକ ସହ ଯୁବକର ମୃତଦେହ ଉଦ୍ଧାର, ମୃତ୍ୟୁର କାରଣ ଅସ୍ପଷ୍ଟ

Must read

ରିପୋର୍ଟ : ଓଡିଶା ନ୍ୟୁଜ ୨୪ ବ୍ୟୁରୋ //
ଭୁବନେଶ୍ୱର, (୦୩/୦୩) : ରାଜନଗର ବ୍ଲକ ମହୁଲିଆ ପଞ୍ଚାୟତ କଣି ଛକରୁ ଆଦର୍ଶ ବିଦ୍ୟାଳୟକୁ ଯାଇଥିବା ରାସ୍ତା ପାର୍ଶ୍ବରୁ ଜଣେ ଯୁବକର ମୃତ ଦେହ ଉଦ୍ଧାର କରାଯାଇଛି ।

ମୃତକ ଯୁବକ ଜଣକ ହେଉଛନ୍ତି ରାଜନଗର ଗାଁର ବସନ୍ତ ମଳିକଙ୍କ ପୁଅ ପର୍ଶୁରାମ ମଳିକ ବୋଲି ଜଣାପଡ଼ିଛି।ପର୍ଶୁରାମ ରାସ୍ତା କଡରେ ସକାଳୁ ଏକ ଚାଷଜମିରେ ମରି ପଡ଼ିଥିବା ଦେଖିବାକୁ ମିଳିଥିଲା। ସ୍ଥାନୀୟ ଲୋକଙ୍କ କହିବା ଅନୁଯାୟୀ ରାସ୍ତା କଡରେ ଭୋର ସମୟରେ ରକ୍ତ ଜୁଡୁବୁଡୁ ଅବସ୍ଥାରେ ପର୍ଶୁରାମଙ୍କ ମୃତଦେହ ବାଇକ ସହ ପଡି ରହିଥିଲା। ଖବର ପାଇ ରାଜନଗର ପୁଲିସ ମୃତଦେହକୁ ଜବତ ପରେ ରାଜନଗର ଗୋଷ୍ଠୀ ସ୍ୱାସ୍ଥ୍ୟ କେନ୍ଦ୍ରକୁ ଆଣିଥିଲା।

ବିଳମ୍ବିତ ରାତିରେ ଅଜଣା ଗାଡ଼ି ଧକ୍କାରେ ପର୍ଶୁରାମ ମଳିକଙ୍କ ମୃତ୍ୟୁ ସନ୍ଦେହ କରାଯାଉଛି। ତେବେ ଏହା ଏକ ହତ୍ୟାକାଣ୍ଡ କିମ୍ବା ସଡ଼କ ଦୁର୍ଘଟଣା କାରଣ ଅସ୍ପଷ୍ଟ ରହିଛି ଏବଂ ଏହି ଘଟଣାର ତଦନ୍ତ ଆରମ୍ଭ ହୋଇଛି ବୋଲି ପୁଲିସ ସୂଚନା ଦେଇଛି।

- Advertisement -spot_img

More articles

- Advertisement -spot_img

Latest article

ଅବକାରୀ ଚଢ଼ାଉରେ ମହୁଲି ମଦ ସହ ୨ଟି ସ୍କୁଟି : ୨ଟି ମୋଟର ସାଇକେଲ ଜବତ

ରାଉରକେଲା, (୨୮/୦୪) : ଆପ୍ର. : ଆଜି ରାଉରକେଲା ଅବକାରୀ ଅଧୀକ୍ଷକ ଝସକେତନ ବରିହାଙ୍କ ନିର୍ଦ୍ଦେଶ କ୍ରମେ, ରାଉରକେଲା ଅବକାରୀ ବିଭାଗ ପକ୍ଷରୁ ଜିଅବାହାଲ, ରୁପୁଟୋଲା, ସେକ୍ଟର-୩, ଝିରପାଣି, ଅଚଂଳରେ ଚଢ଼ାଉ କରି...

ହାଇୱା-ବାଇକ ଧକ୍କା : ଜଣେ ମୃତ, ତିନି ଗୁରୁତର

ପାଟଣାଗଡ଼, (୨୮/୦୪): ଆପ୍ର. : ବଲାଙ୍ଗିର ଜିଲ୍ଲା ଲରମ୍ଭା ଥାନା ଘସିଏନ ଲରମ୍ଭା ମୁଖ୍ୟରାସ୍ତା ମଝିରେ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା । ହାଇୱାକୁ ପଛପଟୁ ପିଟିଲା ବାଇକ, ଜଣେ ମୃତ ତିନିଜଣ ଗୁରୁତର ।...

ଗଞ୍ଜାମରେ ବିଭତ୍ସ ହତ୍ୟା; ଦୁଇ ଭାଇଙ୍କୁ ହତ୍ୟା କରି ଶାଳବଣ ଜଙ୍ଗଲରେ ଜାଳିଦେଲେ ଦୁବୃର୍ତ

ଗଞ୍ଜାମ, (୨୮/୦୪) : ଆପ୍ର. : ପୁଣି ଅଶାନ୍ତ ହେଲା ଗଞ୍ଜାମ । ଖଲ୍ଲିକୋର୍ଟ ବେଗୁନିଆପଡ଼ା ଥାନା ଅଞ୍ଚଳରେ ଦୁଇ ଭାଇଙ୍କୁ ମାରି ଜଙ୍ଗଲରେ ଜାଳିଦେଲେ ଦୁର୍ବୁତ୍ତ । ବେଗୁନିଆପଡା ଥାନାଞ୍ଚଳର ଶାଳବଣ ଗାଁ...

ଯାଜପୁରରେ ଚାଞ୍ଚଲ୍ୟ ,ମହିଳାଙ୍କ ହାତମୁହଁ ବାନ୍ଧି ଦୁଷ୍କର୍ମ କଲେ ,ମାଡ଼ ମାରିଲେ ଦୁର୍ବୁତ୍ତ

ଯାଜପୁର, (୨୮/୦୪) : ଆପ୍ର. : ଯାଜପୁରରେ ଲଜ୍ୟା । ଯାଜପୁର ସହରରେ ଜଣେ କର୍ମଜୀବୀ ମହିଳାଙ୍କ ହାତମୁହଁ ବାନ୍ଧି ଦୁଷ୍କର୍ମ ଘଟଣା ପୁରା ଅଞ୍ଚଳରେ ଚାଞ୍ଚଲ୍ୟ ସୃଷ୍ଟି କରିଛି । ପୀଡିତା ଲୋକଲଜ୍ୟା...

ଶଶୁର ଘରକୁ ଫେରିବା ବାଟରେ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା; ଗଛରେ ପିଟି ହେଲା ସ୍କର୍ପିଓ, ନବ ବିବାହିତଙ୍କ ସମେତ ୪ ମୃତ

ରାଉଲକେଲା, (୨୮/୦୪) : ଆପ୍ର. : ଦିଅଁ ଦର୍ଶନ ସାରି ଫେରୁଥିବା ବେଳେ ଗଛରେ ପିଟିହେଲା ସ୍କର୍ପିଓ । ଦୁର୍ଘଟଣାରେ ନବ ବିବାହିତାଙ୍କ ସମେତ ଚାଲିଗଲା ୪ ଜଣଙ୍କର ଜୀବନ ଓ ଜଣେ...