32.9 C
Balāngīr
Thursday, June 12, 2025

ରାସ୍ତା ପାରି ହେଉଥିବା ବେଳେ ଅଘଟଣ ,ଟ୍ରକ ଧକ୍କାରେ ଜଣେ ମୃତ

Must read

କଟକ, (୦୫/୦୬) : ଆପ୍ର. : କଟକ ଶିଖରପୁର ନିକଟରେ ୧୬ ନମ୍ବର ଜାତୀୟ ରାଜପଥ ଉପରେ ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି ।

ଯାହାଫଳରେ ଜଣେ ବ୍ୟକ୍ତିଙ୍କର ଜୀବନ ଯାଇଛି । ଓଭରବ୍ରିଜ ଉପରେ ଜାତୀୟ ରାଜପଥରେ ରାସ୍ତା ପାରି ହେଉଥିବା ବେଳେ ଏହି ଦୁର୍ଘଟଣା ଘଟିଛି । କଲିକତା ରୁ ଆନ୍ଧ୍ରପ୍ରଦେଶ ଯାଉଥିବା AP 16TJ 5821 ନମ୍ବର ବିଶିଷ୍ଟ ଟ୍ରକଟି ଚାଲି ଚାଲି ରାସ୍ତା ପାର ହେଉଥିବା ଏହି ବ୍ୟକ୍ତିଙ୍କୁ ଧକ୍କା ଦେଇଥିଲା ।

ବ୍ୟକ୍ତି ଜଣଙ୍କର ମୁଣ୍ଡ ଉପରେ ଟ୍ରକ ଚଢି ଯାଇଥିବା ବେଳେ ଟ୍ରକ ଡ୍ରାଇଭର ଟ୍ରକ ଛାଡି ଚାଉଳିଆଗଞ୍ଜ ଥାନାରେ ଆତ୍ମ ସମର୍ପଣ କରିଥିଲା । ଦୁର୍ଘଟଣା ପରେ କିଛି ସମୟ ଧରି ଜାତୀୟ ରାଜପଥ ଜାମ ରହିଥିଲା । ଚାଉଳିଆଗଞ୍ଜ ଥାନା ପୋଲିସ ଘଟଣାସ୍ଥଳରେ ପହଞ୍ଚି ମୃତଦେହ ଜବତ କରି ବ୍ୟବଚ୍ଛେଦ ପାଇଁ ପଠାଇଥିବା ବେଳେ ଟ୍ରକଟିକୁ ଜବତ କରି ଥାନାକୁ ଆଣିଥିଲା । ମୃତକ ବ୍ୟକ୍ତିଙ୍କ ଘର ଭଦ୍ରକ ଅଞ୍ଚଳରେ ବୋଲି ଜଣାପଡିଛି ।

- Advertisement -spot_img

More articles

Leave a Reply

- Advertisement -spot_img

Latest article

ଜାତିପ୍ରଥାକୁ ନେଇ ଲଣ୍ଡା ହେଲେ ବଂଶଧର ଲୋକେ

ରାୟଗଡ଼ା, (୧୨/୦୬) : ଆପ୍ର. : ଜାତିପ୍ରଥାକୁ ନେଇ ଲଣ୍ଡା ହେଲେ ବଂଶଧର ଲୋକେ । ଜଣେ ଆଦିବାସୀ ଝିଅକୁ ଜଣେ ଦଳିତ ଯୁବକ ପ୍ରେମ କରି ସାଂଗରେ ନେଇଯିବାବାରୁ ଜାତି ଆଳରେ...

ଗୁଣପୁର ପୌରପରିଷଦ କେଳେଙ୍କାରୀ (ଦଲାଲ୍ ସାଜିଛନ୍ତି ଆଉଟ୍ ସୋର୍ସିଙ୍ଗ କର୍ମଚାରୀ)

ଗୁଣପୁର, (୧୧/୬) : ଆପ୍ର. : ଗୁଣପୁର ପୌରପରିଷଦ ହେବା ଦିନଠାରୁ ସହରର ଉନ୍ନତି ଅପେକ୍ଷା ଦୁର୍ନୀତି ବହୁ ମାତ୍ରାରେ ବୃଦ୍ଧି ପାଇଥିବା ଦେଖିବାକୁ ମିଳିଛି । ସରକାରୀ ବାବୁମାନେ ସିଧାସଳଖ ଲାଞ୍ଚ ନନେଇ...

ଘାରିଲାଣି ଝାଡ଼ାବାନ୍ତି ଡର; ମୃତ୍ୟୁ ସଂଖ୍ୟା ଛୁଇଁଲା ୪

ଯାଜପୁର, (୧୨/୦୬) : ଆପ୍ର. : ଯାଜପୁର ଜିଲ୍ଲାକୁ ଘାରିଲାଣି ଝାଡାବାନ୍ତି ଡର । ଯାହାକୁ ନେଇ ଏବେ ଚିନ୍ତାରେ ଗ୍ରାମବାସୀଙ୍କ ଠାରୁ ସ୍ୱାସ୍ଥ୍ୟବିଭାଗ । ଦିନକୁ ଦିନ ଝାଡାବାନ୍ତି ଆକ୍ରାନ୍ତଙ୍କ ସଂଖ୍ୟା...

ଭାରସାମ୍ୟ ହରାଇ ରାସ୍ତା ଉପରେ ଓଲଟିଲା ଟ୍ରାକ୍ଟର, ଜଣେ ମୃତ

ଯାଜପୁର, (୧୨/୦୬) : ଆପ୍ର. : ଯାଜପୁର ଜିଲ୍ଲା ସଦର ଥାନା ଅଞ୍ଚଳରେ ଅଭାବନୀୟ ଘଟଣା ଘଟିଛି । ଭାରସାମ୍ୟ ହରାଇ ରାସ୍ତା କଡକୁ ଓଲଟିଲା ଟ୍ରାକ୍ଟର । ଦୁର୍ଘଟଣାରେ ଜଣଙ୍କର ମୃତ୍ୟୁ ହୋଇଥିବାବେଳେ...

ରାଜ୍ୟ ପୋଲିସ ମୁଖ୍ୟାଳୟ ପ୍ରେସ୍ ନୋଟ୍; ଜାଲ ଶିକ୍ଷା ଗତ ପ୍ରମାଣ ପତ୍ର ପ୍ରଦାନ କରି ଜିଡିଏସ୍ ଚାକିରି ପାଇବାକୁ ଉଦ୍ୟମ କରିବା ଅଭିଯୋଗରେ ରାଜ୍ୟ କ୍ରାଇମବ୍ରାଞ୍ଚ ଟିମ ପାଞ୍ଚ ଜଣ ଅଭିଯୁକ୍ତଙ୍କୁ...

ଭୁବନେଶ୍ୱର, (୧୧/୦୬) : ଆପ୍ର. : ଜାଲ ଶିକ୍ଷା ଗତ ପ୍ରମାଣ ପତ୍ର ପ୍ରଦାନ କରି ଗ୍ରାମୀଣ ଡାକ ସେବକ (ଜିଡିଏସ୍) ଚାକିରି ପାଇବାକୁ ଉଦ୍ୟମ କରିବା ଅଭିଯୋଗରେ ରାଜ୍ୟ କ୍ରାଇମବ୍ରାଞ୍ଚ ଟିମ...