32.9 C
Balāngīr
Tuesday, May 13, 2025

ରାୟଗଡ଼ା ଜିଲ୍ଲା ଅଲ୍ ଓଡିଶା ଅଙ୍ଗନୱାଡ଼ି ଲେଡିଜ୍ ୱାର୍ଜରର୍ସ ଆସୋସିଏସନ ର ବୈଠକ

Must read

ପ୍ରକାଶ ପାଇଲା ସିବିଏସ୍ଇ ଦ୍ୱାଦଶ ପରୀକ୍ଷା ଫଳ, ବାଜି ମାରିନେଲେ ଝିଅ

ଭୁବନେଶ୍ୱର, (୧୩/୦୫) : ଆପ୍ର. : ଚଳିତ ବର୍ଷର କେନ୍ଦ୍ରୀୟ ମାଧ୍ୟମିକ ଶିକ୍ଷା ପରିଷଦ (ସିବିଏସଇ) ଦ୍ୱାଦଶ ଶ୍ରେଣୀ ପରୀକ୍ଷା ଫଳ ପ୍ରକାଶ ପାଇଛି । ସର୍ବ ଭାରତୀୟ ସ୍ତରରେ କୃତକାର୍ଯ୍ୟ ହାର ୮୮.୩୯...

ରିପୋର୍ଟ : ଗୋପୀନାଥ ଗୌଡ଼
ରାମନାଗୁଡା/ ରାୟଗଡ଼ା, (୦୬/୦୧) : ଭାରତୀୟ ମଜଦୁର ସଂଘ ଦ୍ୱାରା ପରିଚାଳିତ ଅଲ୍ ଓଡିଶା ଅଙ୍ଗନୱାଡ଼ି ଲେଡିଜ୍ ୱାର୍ଜରର୍ସ ଆସୋସିଏସନ ର ଜିଲ୍ଲା ପ୍ରତିନିଧି ମାନଙ୍କ ଏକ ବୈଠକ ରାମନାଗୁଡା ବ୍ଳକ ଅନ୍ତର୍ଗତ ଗୁମୁଡା ଠାରେ ଅନୁଷ୍ଠିତ ହୋଇଯାଇଛି ।WhatsApp Image 2025 01 05 at 17.54.14 ରାୟଗଡ଼ା ଜିଲ୍ଲା ଅଲ୍ ଓଡିଶା ଅଙ୍ଗନୱାଡ଼ି ଲେଡିଜ୍ ୱାର୍ଜରର୍ସ ଆସୋସିଏସନ ର ବୈଠକ

ଜିଲ୍ଲା ସଭାନେତ୍ରୀ ଶ୍ରୀମତୀ ଜୟନ୍ତୀ ପଦ୍ମାଳୟା ସାହୁ ଏବଂ ସମ୍ପାଦିକା ଶ୍ରୀମତୀ ଉଷା ରାଣୀ ଦାଶଙ୍କ ନେତୃତ୍ବରେ ଆୟୋଜିତ ବୈଠକରେ ମୂଖ୍ୟ ଅତିଥି ଭାବେ ଶ୍ରମିକ ନେତା ତଥା ଭାରତୀୟ ମଜଦୁର ସଂଘର ରାଜ୍ଯ ଉପସଭାପତି ଶ୍ରୀ ଯୋଗେଶ୍ଵର ଦାସ, ସମ୍ମାନିୟ ଅତିଥି ଭାବେ ରାୟଗଡ଼ା ଜିଲ୍ଲା ସମ୍ପାଦକ ଗଣେଶ କୁମାର ସାହୁ ଯୋଗ ଦେଇ ଥିଲେ । ସରକାରଙ୍କ ଯୋଜନାକୁ ସଫଳ କରିବାରେ ମୂଖ୍ୟ ଭୂମିକା ନେଉଥିବା ସହ ଶିଶୁ ମୃତ୍ୟୁହାର ମା ମୃତ୍ୟୁ ହାର କମାଇବାରେ ଏବଂ ରାଜ୍ୟ ସରକାର ଏବଂ କେନ୍ଦ୍ର ସରକାରଙ୍କ ଯୋଜନାକୁ ସଫଳ କରିବାରେ ମୂଖ୍ୟ ଭୂମିକା ନେଉଥିବା ଅଙ୍ଗନୱାଡ଼ି କର୍ମୀ ଏବଂ ସହାୟିକା । ଦୀର୍ଘ ଦିନର ବିଭିନ୍ନ ଦାବିକୁ ନେଇ ଆଲୋଚନା କରାଯାଇ ନୂତନ ସରକାରଙ୍କ ଠାରେ ଦାବି କରିବା ପାଇଁ ନିଷ୍ପତ୍ତି ନେଇଥିଲେ ।

ଅଙ୍ଗନୱାଡ଼ି କର୍ମୀ ଏବଂ ସହାୟିକା ମାନଙ୍କ ପାଇଁ ଥିବା ସମସ୍ତ ସୁବିଧା ଯୋଗାଇବା ଉପରେ ଜିଲ୍ଲା ପ୍ରଶାସନ ସହ ଆଲୋଚନା କରି ସମସ୍ୟାର ସମାଧାନ କରିବା ପାଇଁ ମଧ୍ୟ ଆଲୋଚନା କରାଯାଇଥିଲା । ଅଙ୍ଗନୱାଡ଼ି କର୍ମୀ ମାନଙ୍କ ପ୍ରତି ହେଉଥିବା ଅନ୍ୟାୟ ଅବହେଳା ଏବଂ ଅଣଦେଖାକୁ ବିରୋଧ କରିବା ସହ ଆସନ୍ତା ଦିନରେ ସରକାର ଏବଂ ପ୍ରଶାସନ ଏଥିପ୍ରତି ଦୃଷ୍ଟି ଦେଇ ସମାଧାନ ନ କରନ୍ତି ତାହା ହେଲେ ଆସନ୍ତା ଦିନରେ ଭାରତୀୟ ମଜଦୁର ସଂଘ ରାଜରାସ୍ତାକୁ ଓହ୍ଲାଇବା ପାଇଁ ବାଧ୍ୟ ହେବେ ବୋଲି ଶ୍ରମିକ ନେତା ଶ୍ରୀ ଯୋଗେଶ୍ଵର ଦାସ ଚେତାବନୀ ଦେଇଛନ୍ତି ।
ଉକ୍ତ ବୈଠକରେ ଜିଲ୍ଲାର ୧୧ ଗୋଟି ବ୍ଳକର ନେତୃବୃନ୍ଦ ମାନେ ଯୋଗ ଦେଇଥିଲେ। ଉକ୍ତ ବୈଠକକୁ ସଞ୍ଜୁକ୍ତା ହରପାଲ , ସଞ୍ଜୁକ୍ତା ରଥ, ରୀତା ପଣ୍ଡା, ମଞ୍ଜୁଳା ମଣ୍ଡଳ, ମହିନି ପାଲାକା, ସ୍ନେହାଞ୍ଜଳୀ ମିଶ୍ର, ଗୀତା ଖାଡାଙ୍ଗା, ସୁନିତା ମିଶ୍ର ପ୍ରମୁଖ ପରିଚାଳନା କରିଥିଲେ ।

- Advertisement -spot_img

More articles

- Advertisement -spot_img

Latest article

ପ୍ରକାଶ ପାଇଲା ସିବିଏସ୍ଇ ଦ୍ୱାଦଶ ପରୀକ୍ଷା ଫଳ, ବାଜି ମାରିନେଲେ ଝିଅ

ଭୁବନେଶ୍ୱର, (୧୩/୦୫) : ଆପ୍ର. : ଚଳିତ ବର୍ଷର କେନ୍ଦ୍ରୀୟ ମାଧ୍ୟମିକ ଶିକ୍ଷା ପରିଷଦ (ସିବିଏସଇ) ଦ୍ୱାଦଶ ଶ୍ରେଣୀ ପରୀକ୍ଷା ଫଳ ପ୍ରକାଶ ପାଇଛି । ସର୍ବ ଭାରତୀୟ ସ୍ତରରେ କୃତକାର୍ଯ୍ୟ ହାର ୮୮.୩୯...

ଯାତ୍ରୀବାହୀ ବସକୁ ପିଟିଲା ଟ୍ରକ, ୨୦ ଆହତ

କରଞ୍ଜିଆ, (୧୩/୦୫) : ଆପ୍ର. : କରଞ୍ଜିଆ ଥାନା ଚଢ଼େଇଭୋଳ ନିକଟରେ ମର୍ମନ୍ତୁଦ ସଡକ ଦୁର୍ଘଟଣା । ଯାତ୍ରୀବାହୀ ବସକୁ ପଛ ପଟେ ଧକା ଦେଲା ଟ୍ରକ । ଦୁର୍ଘଟଣାରେ ଓଲଟି ପଡିଛି ଶିବ...

ମଦ ନେଲା ଜୀବନ, ଭିଣୋଇ ମାଡ଼ରେ ୩ ଶଳାଙ୍କ ମୃତ୍ୟୁ

ମାଲକାନଗିରି, (୧୩/୦୫) : ଆପ୍ର. : ମଦ ନେଲା ୩ ଜୀବନ । ଭିଣୋଇ ମାଡ଼ରେ ୩ ଶଳାଙ୍କ ମୃତ୍ୟୁ । ମାଲକାନଗିରି ଜିଲ୍ଲା ଚିତ୍ରକୋଣ୍ଡା ଥାନା ଅଞ୍ଚଳରେ ଚାଞ୍ଚଲ୍ୟ । ମୃତକ ହେଲେ...

କସ୍ତୁରବା ସବିକା ମହାବିଦ୍ୟାଳୟରେ ଆନ୍ତର୍ଜାତିକ ନର୍ସ ଦିବସ ପାଳନ

ପୁରୁଷୋତ୍ତମପୁର, (୧୩/୦୫) : ଆପ୍ର. : କସ୍ତୁରବା ସେବିକା ମହାବିଦ୍ୟାଳୟ ରେ ଆନ୍ତର୍ଜାତିକ ନର୍ସ ଦିବସ ପାଳିତ ହୋଇଛି । କଥା ରେ ଅଛି ମାନବ ସେବା ହିଁ ନରାୟଣ ସେବା, ଏହି ପରିପ୍ରେକ୍ଷୀରେ...

ଅଙ୍ଗଦାନ କରି ଅମର ହୋଇଗଲେ ଆଦିବାସୀ ଯୁବକ

ଗୁଣପୁର, (୧୩/୫) : ଆପ୍ର. : କଥାରେ ଅଛି ମଣିଷ ଜୀବନ ପାଣି ଫୋଟକା । ଖୁସିରେ ଘରୁ ବାହାରି ଥିଲେ କିନ୍ତୁ ବିଧାତାର ଲେଖା ଅଲଗା ଥିଲା, ଦୂର୍ଘଟଣାର ଶିକାର ହେଲେ...