32.9 C
Balāngīr
Friday, April 25, 2025

ରାୟଗଡ଼ା ସ୍ୱାମୀ ବିବେକାନନ୍ଦ ସେବା ସମିତି ପକ୍ଷରୁ ନେତାଜୀ ଜୟନ୍ତୀ ପାଳିତ

Must read

ରିପୋର୍ଟ : ଗୋପୀନାଥ ଗୌଡ଼
ରାୟଗଡ଼ା , (୨୪/୦୧) : ରାୟଗଡ଼ା ସ୍ଵାମୀ ବିବେକାନନ୍ଦ ସେବା ସମିତି ପକ୍ଷରୁ ନେତାଜୀ ସୁବାଷ ଚନ୍ଦ୍ର ବୋଷ ଏବଂ ବୀର ସୁରେନ୍ଦ୍ର ସାଏଙ୍କ ଜୟନ୍ତୀ ମହାଆଡମ୍ବରରେ ପାଳିତ ହୋଇଯାଇଛି ।WhatsApp Image 2025 01 24 at 10.50.24 ରାୟଗଡ଼ା ସ୍ୱାମୀ ବିବେକାନନ୍ଦ ସେବା ସମିତି ପକ୍ଷରୁ ନେତାଜୀ ଜୟନ୍ତୀ ପାଳିତ

ରାୟଗଡ଼ା ବିଦ୍ୟା ନଗର ସ୍ଥିତ ମହିଳା ସଂସ୍କୃତି ଅନୁଷ୍ଠାନ ଗୃହରେ ସମିତିର ସଭାପତି ଶ୍ରୀ ଯୋଗେଶ୍ଵର ଦାସଙ୍କ ସଭାପତିତ୍ବରେ ଆୟୋଜିତ କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥି ଭାବେ ଭାରତୀୟ ମଜଦୂର ସଂଘର ରାଷ୍ଟ୍ରୀୟ ଉପସଭାପତି ଶ୍ରୀ ଏମ ଜଗଦୀଶ୍ଵର ରାଓ, ମୂଖ୍ୟ ବକ୍ତା ଭାବେ ଓଡ଼ିଶା କର୍ମଜୀବୀ ସାମ୍ବାଦିକ ସଂଘର ରାଜ୍ୟ ସଭାପତି ତଥା ରାଷ୍ଟ୍ରୀୟ ସ୍ଵୟଂ ସେବକ ସଂଘ ସକ୍ଷମ ର ପ୍ରାନ୍ତ ସଂରକ୍ଷକ ଶ୍ରୀଯୁକ୍ତ ବାଦଲ କୁମାର ତା , ସମ୍ମାନୀୟ ଅତିଥି ଭାବେ ରାୟଗଡ଼ା ଜିଲ୍ଲା ଶିଶୁ ମଙ୍ଗଳ ସମିତି ଅଧ୍ୟକ୍ଷା ଶ୍ରୀମତୀ ବିଦୁଲତା ହୁଇକା ଯୋଗ ଦେଇ ନେତାଜୀ ସୁବାଷ ଚନ୍ଦ୍ର ବୋଷଙ୍କ ଫଟୋ ଚିତ୍ରରେ ପୁଷ୍ପମାଲ୍ୟ ଅର୍ପଣ କରି ଛାତ୍ରଛାତ୍ରୀ ମାନଙ୍କ ଦ୍ଵାରା ଦେଶାତ୍ମବୋଧକ ସ୍ଵାଗତ ସଙ୍ଗୀତ ଗାନ କରି କାର୍ଯ୍ୟକ୍ରମ କୁ ଆଗକୁ ନେବା ସହ ନେତାଜୀ ସୁବାଷ ଚନ୍ଦ୍ର ବୋଷଙ୍କ ଜୀବନୀ ବିଷୟରେ ସ୍ମୃତି ଚାରଣ କରିବା ସହ ଛାତ୍ର ଏବଂ ଯୁବ ସମାଜ ନେତାଜୀ ସୁବାଷ ଚନ୍ଦ୍ର ବୋଷଙ୍କ ଆଦର୍ଶକୁ ଗ୍ରହଣ କରି ନିଜ ଜୀବନ କୁ ଆଗକୁ ନେବା ପାଇଁ ମାର୍ଗଦର୍ଶନ କରିଥିଲେ ।

ସମିତିର ସହ ସହସଂପାଦକ ଶ୍ରୀ ଗଣେଷ କୁମାର ସାହୁ ସମିତିର କାର୍ଯ୍ୟ ଶୈଳୀ, କାର୍ଯ୍ୟକ୍ରମ ଉପରେ ଉପସ୍ଥାପନା କରିଥିଲେ । ଏହି ଅବସରରେ ସମିତି ପକ୍ଷରୁ ଛାତ୍ର ଛାତ୍ରୀ, ସମାଜ ସେବୀ, ଲେଖକ ଲେଖିକା ମାନଙ୍କୁ ମାନପତ୍ର ସହ ଗୋଟିଏ ଚାରା ଗଛ ଦେଇ ସମ୍ମାନୀତ କରିବା ସହ ଦେଶରେ ପର୍ଯ୍ୟାବରଣକୁ ରକ୍ଷା କରିବା ଏବଂ ପଲିଥିନ ମୁକ୍ତ କରିବା ପାଇଁ ଅତିଥିବୃନ୍ଦ ଅନୁରୋଧ କରିବା ସହ ସଚେତନତା କରିଥିଲେ । ଏକଲ ରଥ ଉତ୍ସବ ପ୍ରଭାରୀ ଦକ୍ଷିଣ ଭାଗ ଓଡିଶା ଓ ସଂସ୍କାର ଶିକ୍ଷା ପ୍ରମୁଖ ରାୟଗଡ଼ା ଜୟଦେବ ସିଠ କାର୍ଯ୍ୟକ୍ରମରେ ମଞ୍ଚ ପରିଚାଳନା କରିଥିଲେ।ସମାପନରେ ନାରୀ କବି ଶିକ୍ଷିକା ଶ୍ରୀମତୀ ପଦ୍ମିନୀ ମିଶ୍ର ଉପସ୍ଥିତ ଛାତ୍ର ଛାତ୍ରୀ , ମାନ୍ୟଗଣ୍ୟ ବ୍ୟକ୍ତି ମାନଙ୍କୁ ଧନ୍ୟବାଦ ଅର୍ପଣ କରିଥିଲେ ।

ଉକ୍ତ କାର୍ଯ୍ୟକ୍ରମକୁ ଦୂର୍ଗା ମାଧବ ଘୋଷ, ଶ୍ରୀମତୀ ଉଷା ରାଣୀ ଦାଶ, ରାମ କୃଷ୍ଣ ପାଣିଗ୍ରାହୀ, ପ୍ରଦୀପ ସାହୁ, ଅଶ୍ଵିନୀ ନାୟକ, ନେହା ସିଂ ପରିଚାଳନା କରିଥିଲେ । ଉକ୍ତ କାର୍ଯ୍ୟକ୍ରମରେ ରାୟଗଡ଼ା ସ୍ବୟଂ ଶାସିତ ମହାବିଦ୍ୟାଳୟ‌ର ଏନ.ସି.ସି ଶିକ୍ଷକ ଶ୍ରୀ ଉଦୟ ନାୟକଙ୍କ ସହ ଛାତ୍ରମାନେ, ଅଧିବକ୍ତା ପରିଷଦର ସଭାପତି ଶ୍ରୀ କିଶୋର କୁମାର ସାହୁ , ଜେ କେ ପେପର ମଜଦୂର ସଂଘର ସମ୍ପାଦକ ଶ୍ରୀ ଏ ତିରୁପତି ରାଓ, ସଭାପତି ଏସ ଦୂର୍ଗା , ଗାୟତ୍ରୀ ନଗର ସରସ୍ୱତୀ ଶିଶୁ ବିଦ୍ୟା ମନ୍ଦିର ଛାତ୍ର ଛାତ୍ରୀ ଏବଂ ଗୁରୁମା । ଗୁରୁଜୀ, ସ୍ଵାମୀ ବିବେକାନନ୍ଦ ସ୍କୁଲ ର ଛାତ୍ର ଛାତ୍ରୀ , ଭାରତୀୟ ମଜଦୂର ସଂଘ ର କାର୍ଯ୍ୟକର୍ତ୍ତାଙ୍କ ସହ ବିଭିନ୍ନ ସଂଗଠନର ନେତୃବୃନ୍ଦ ଏବଂ ମାନ୍ୟଗଣ୍ୟ ବ୍ୟକ୍ତି ଯୋଗ ଦେଇଥିଲେ ।

- Advertisement -spot_img

More articles

- Advertisement -spot_img

Latest article

ଲିଫ୍ଟରେ ଚାପି ହୋଇ ମହିଳା ରୋଗୀଙ୍କ ମୃତ୍ୟୁ, ଡାକ୍ତରଖାନାରେ ତୀବ୍ର ଉତ୍ତେଜନା

ଭଦ୍ରକ, (୨୪/୦୪) : ଆପ୍ର. : ଲିଫ୍ଟରେ ଚାପି ହୋଇ ମହିଳା ରୋଗୀଙ୍କ ମୃତ୍ୟୁ । ଏଭଳି ଅଭାବନୀୟ ଘଟଣା ଘଟିଛି ଭଦ୍ରକ ଜିଲ୍ଲା ହସ୍ପିଟାଲରେ । ମୃତ ମହିଳା ହେଲେ ରାନ୍ଦୀଆ ପଂଚାୟତ...

ଧାନ ସଂଗ୍ରହ କମିଟି ବୈଠକ: ଆରମ୍ଭ ହେବ ଧାନ କିଣା ବିକା ପ୍ରକ୍ରିୟା

ବରଗଡ, (୨୪/୦୪) : ଆପ୍ର. : ଚଳିତ ରବି ଋତୁ ପାଇଁ ବୁଧବାର ବରଗଡ଼ ଜିଲ୍ଲା ଧାନ ସଂଗ୍ରହ କମିଟିର ବୈଠକ ଜିଲ୍ଲାପାଳଙ୍କ ସମ୍ମିଳନୀ କକ୍ଷରେ ଅନୁଷ୍ଠିତ ହୋଇଯାଇଛି । ଆସନ୍ତା ମଇ ୧୪...

ରାଜ୍ୟରେ ଗ୍ରୀଷ୍ମପ୍ରବାହ ଜାରି, ରେକର୍ଡ ଭାଙ୍ଗୁଛି ତାତି

ଭୁବନେଶ୍ୱର, (୨୪/୦୪) : ଆପ୍ର. : କାଳବୈଶାଖୀ ପରେ ରାଜ୍ୟରେ ଗ୍ରୀଷ୍ମପ୍ରବାହ ଜାରି ରହିଛି । ପାରଦ ବଢିବା ସହିତ ତାତି ଓ ଗୁଳୁଗୁଳି ଅସହ୍ୟ ହେବାକୁ ବସିଲାଣି । ଘରୁ ବାହାରିବା ମଧ୍ୟ...

ଟ୍ରେନ ରୁ ଖସି ପଡ଼ି ଯୁବକ ମୃତ

ସୁବର୍ଣ୍ଣପୁର, (୨୩/୦୪) : ଆ.ପ୍ର : ସୁବର୍ଣ୍ଣପୁର ଜିଲ୍ଲା ଡୁଙ୍ଗୁରିପାଲି ସହଲା ଫାଟକ ନିକଟରେ ଜଣେ ବ୍ୟକ୍ତି ଟ୍ରେନ ନମ୍ୱର ୧୮୫୨୩ ବିଶାଖାପାଟନା ବନାରସ ଏକ୍ସପ୍ରେସରେ ଆସୁଥିବା ସମୟରେ ଅସାବଧାନତାରୁ ଟ୍ରେନରୁ ଖସି...

ଏପ୍ରିଲ ୧୫ରୁ ଜୁନ ୧୪ ସମୁଦ୍ରରୁ ମାଛ ଧରିବା ଉପରେ କଟକଣା, ଚିନ୍ତାରେ ମତ୍ସ୍ୟଜୀବୀ ପରିବାର

ବାଲେଶ୍ବର, (୨୪/୦୪) : ଆପ୍ର. : ଏପ୍ରିଲ ୧୫ରୁ ଜୁନ୍ ୧୪ ତାରିଖ ପର୍ଯ୍ୟନ୍ତ ସମୂଦ୍ରରୁ ମାଛ ଧରିବା ଉପରେ କଟକଣା ଲାଗିବା ପରେ ଚିନ୍ତାରେ ମତ୍ସ୍ୟଜୀବୀ ପରିବାର । ମାଛ ବଂଶ ବୃଦ୍ଧି...