32.9 C
Balāngīr
Wednesday, April 23, 2025

ରାୟଗଡ଼ ଠାରେ ଅନ୍ତର୍ଜାତୀୟ ଭିନ୍ନକ୍ଷମ ଦିବସ ପାଳିତ

Must read

sudhir
sudhirhttps://www.odishanews24.in
Editor led his team through the digital news revolution, always prioritizing integrity & accuracy. his legacy endures, an emblem of journalistic dedication.

ରିପୋର୍ଟ: ଗୋପୀନାଥ ଗୌଡ଼ //
ରାୟଗଡ଼ -୪/୧୨/୨୪): ରାୟଗଡା ସଦର ମହକୁମା ଅଶୋକ କଲ୍ୟାଣ ମଣ୍ଡପ ଠାରେ ଆନ୍ତର୍ଜାତୀୟ ଭିନ୍ନକ୍ଷମ ଦିବସ ପାଳିତ ହେଇଯାଇଛି ।7af20341 b4fe 4df1 b844 37116a08f791 ରାୟଗଡ଼ ଠାରେ ଅନ୍ତର୍ଜାତୀୟ ଭିନ୍ନକ୍ଷମ ଦିବସ ପାଳିତ

କାର୍ଯ୍ୟକ୍ରମରେ ପୌର ପରିଷଦ ଅଧ୍ୟକ୍ଷ ଶ୍ରୀଯୁକ୍ତ ମହେଶ ପଟନାୟକ, ପୌର ପରିଷଦର ଉପାଧ୍ୟକ୍ଷା ଶ୍ରୀମତୀ ଶୁଭ୍ରା ପଣ୍ଡା, ପୌର ପରିଷଦର କାର୍ଯ୍ୟନିର୍ବାହୀ ଅଧିକାରୀ ଶ୍ରୀଯୁକ୍ତ ସୌମ୍ୟ ରଞ୍ଜନ ମିଶ୍ର, ୧୩ ନମ୍ବର ୱାର୍ଡ଼ କାଉନସିଲର ପ୍ରତିମା ପାଣିଗ୍ରାହୀ, T. ପ୍ରସାଦ ରାଓ , ମିଲନ ଗଣନାୟକ ପ୍ରମୁଖ ଉପସ୍ଥିତ ଥିଲେ। କାର୍ଯ୍ୟକ୍ରମରେ ଭିନ୍ନକ୍ଷମ ମାନଙ୍କ ସ୍ଵାସ୍ଥ୍ୟ ସଚେତନତା ସୃଷ୍ଟି କରିବା, ଭିନ୍ନକ୍ଷମ ମାନଙ୍କ ମନ ବଳ ବଢ଼ାଇବା, ସେମାନଙ୍କୁ ସମାଜର ମୁଖ୍ୟ ସ୍ରୋତରେ ସାମିଲ କରିବା ଏବଂ ସରକାର ଙ୍କ ପକ୍ଷରୁ ଯାହା ମଧ୍ୟ ସାହାଯ୍ୟ ସହୋଯୋଗ ରହିଛି ତାହା ଯୋଗାଇ ଦିଆଯିବ ବୋଲି ଉପସ୍ଥିତ ଅତିଥି ମାନେ ନିଜ ବକ୍ତବ୍ୟରେ କହିଥିଲେ। ଏହି ଉଦ୍ଧେଶ୍ୟରେ ଉପସ୍ଥିତ ଭିନ୍ନକ୍ଷମ ମାନଙ୍କ ଦ୍ଵାରା ବିଭିନ୍ନ ପ୍ଲାଗ୍ କାର୍ଡ ଧରିଥିବା ପ୍ରଦର୍ଶନ କରୁଥିବାର ଦେଖିବାକୁ ମିଳିଥିଲା।1828c043 5644 4289 b125 1502748f7521 ରାୟଗଡ଼ ଠାରେ ଅନ୍ତର୍ଜାତୀୟ ଭିନ୍ନକ୍ଷମ ଦିବସ ପାଳିତ

ପୁଣି ଉପସ୍ଥିତ ଭିନ୍ନକ୍ଷମ ମାନଙ୍କ ମଧ୍ୟରେ ଟ୍ରାଇ ସାଇକେଲ ପ୍ରତିଯୋଗିତା କରାଯାଇଥିଲା। କାର୍ଯ୍ୟକ୍ରମରେ ଉପସ୍ଥିତ ଥିବା ଅତିଥିମାନେ ଭିନ୍ନକ୍ଷମ ସମ୍ପର୍କରେ ସଚେତନ କରିଥିଲେ । ଟ୍ରାଇ ସାଇକେଲ ପ୍ରତିଯୋଗିତାରେ ଭାଗ ନେଇ କୃତିତ୍ୱ ହେଇଥିବା ଭିନ୍ନକ୍ଷମ ମାନଙ୍କୁ ଉପସ୍ଥିତ ଅତିଥିମାନଙ୍କ ଦ୍ୱାରା ପୁରସ୍କୃତ କରାଯାଇଥିଲା । ତତସହିତ କାର୍ଯ୍ୟକ୍ରମର ଅନ୍ତିମରେ ସମସ୍ତଙ୍କ ନିମନ୍ତେ ସୁସ୍ଵାଦୁ ରନ୍ଧା ଖାଦ୍ୟର ବ୍ୟବସ୍ତା ମଧ୍ୟ କରାଯାଇଥିଲା । ଉକ୍ତ କାର୍ଯ୍ୟକ୍ରମକୁ ସୂଚାରୁ ରୁପେ ସଙ୍ଗୀତା ପଟନାୟକ ପରିଚାଳନା କରିଥିଲେ। ଏହି କାର୍ଯ୍ୟକ୍ରମରେ ଉପସ୍ଥିତ ପୌର ପରିଷଦର କର୍ମଚାରୀ ମାନେ ସମ୍ପୁର୍ଣ୍ଣ ଭାବେ ସହଜୋଗ କରିଥିଲେ ।

- Advertisement -spot_img

More articles

- Advertisement -spot_img

Latest article

ପୁଅର ପ୍ରେମ ପାଇଁ ବାପାକୁ ହତ୍ୟା, ପୋଲିସର ତଦନ୍ତ ଜାରି

ଗଞ୍ଜାମ, (୨୨/୦୪) : ଆପ୍ର. : ପୁଅର ପ୍ରେମ ପାଇଁ ବାପାକୁ ନୃଶଂସ ଭାବେ ହତ୍ୟା କରାଯାଇଥିବା ଅଭିଯୋଗ ହୋଇଛି । ଗଂଜାମ ଜିଲ୍ଲା ଜଗନ୍ନାଥପ୍ରସାଦ ଥାନା ଅନ୍ତର୍ଗତ କୁମୁଣ୍ଡା ଗାଁରେ ଘଟିଛି...

କାଶୀନଗର ବ୍ଲକ ରେ ମଦ ବିରୋଧୀ ଆନ୍ଦୋଳନ

କାଶୀନଗର, (୨୨/୪) : ଆପ୍ର. : କାଶୀନଗର ବ୍ଲକ ରେ ମଦ ବିରୋଧୀ ଆନ୍ଦୋଳନ ମୁଣ୍ଡ ଟେକିଛି । ଗତ କାଲି ଅଲଡା ପଂଚାୟତ ରେ ବିଭିନ୍ନ ମହିଳା ସଂଘଠନ ଗୁଡିକ ତରଫରୁ ଅଲଡା...

ଶ୍ରୀମନ୍ଦିରରେ ଆଜି ମହାପ୍ରଭୁଙ୍କ ରାମାଭିଷେକ ନୀତି, ଶେଷ ହେବ ସାହିଯାତ

ପୁରୀ, (୨୨/୦୪) : ଆପ୍ର. : ଶ୍ରୀମନ୍ଦିରରେ ଆଜି ମହାପ୍ରଭୁଙ୍କ ରାମାଭିଷେକ ନୀତି । ଏହାସହ ଶ୍ରୀରାମ ନବମୀରୁ ଆରମ୍ଭ ହୋଇଥିବା ଶ୍ରୀକ୍ଷେତ୍ର ସାହିଯାତ ମଧ୍ୟ ଶେଷ ହେବ । ଆଜି ଶ୍ରୀମନ୍ଦିରରେ ମଧ୍ୟାହ୍ନ...

ରାଜଧାନୀରେ ବ୍ୟାପୁଛି ଝାଡ଼ାବାନ୍ତି, ନୀଳାଦ୍ରି ନିବାସ ପରେ ଖଣ୍ଡଗିରିରେ ୬ଜଣ ଆକ୍ରାନ୍ତ

ଭୁବନେଶ୍ୱର, (୨୨/୦୪) : ଆପ୍ର. : ଭୁବନେଶ୍ୱରରେ ଝାଡ଼ାବାନ୍ତି ଆତଙ୍କ। ନୀଳାଦ୍ରି ନିବାସ ପରେ ଖଣ୍ଡଗିରିରେ ବ୍ୟାପୁଛି ଝାଡ଼ାବାନ୍ତି। ଗାନ୍ଧି ଯୁକ୍ତ ୨ ବିଦ୍ୟାପୀଠରେ ଝାଡ଼ାବାନ୍ତିରେ ୬ ଛାତ୍ରଛାତ୍ରୀ ଆକ୍ରାନ୍ତ ହୋଇଛନ୍ତି । ବର୍ତ୍ତମାନ...

ପାଣିରେ ବୁଡି ଚାଲିଗଲା ନାବାଳକର ଜୀବନ

ବଲାଙ୍ଗିର, (୨୨/୦୪) : ଆପ୍ର. : ପାଣିରେ ବୁଡି ନାବାଳକ ପୁଅ ର ଚାଲିଗଲା ଜୀବନ । ଗାଧୋଇବା ପାଇଁ ଚାରି ଜଣ ସାଙ୍ଗ ଯାଇ ଥିବା ବେଳେ ଜଣେ ସାଙ୍ଗ ପାଣିରେ...