32.9 C
Balāngīr
Wednesday, April 23, 2025

ରାୟଗଡାରେ ରାଷ୍ଟ୍ରୀୟ ଲୋକଅଦାଲତରେ ୨,୩୪୮ଟି ମାମଲା ଫଇସଲା ହୋଇ ସେଟେଲମେଣ୍ଟ ବାବଦକୁ ୫୯,୧୧,୦୭୪ ଟଙ୍କା ଆଦାୟ ହୋଇଅଛି

Must read

ରିପୋର୍ଟ : ଗୋପୀନାଥ ଗୌଡ଼
ରାୟଗଡା, (୦୯/୦୩) : ଜିଲ୍ଲା ଆଇନ ସେବା ପ୍ରାଧିକରଣ, ରାୟଗଡା ତତ୍ତ୍ୱାବଧାନରେ ରାୟଗଡା ଜିଲ୍ଲା ସିଭିଲକୋର୍ଟ ପରିସରରେ ଆଜି ରାଷ୍ଟ୍ରୀୟ ଲୋକଅଦାଲତ ଅନୁଷ୍ଠିତ ହୋଇଯାଇଅଛି l

ଏହି ଲୋକ ଅଦାଲତରେ ରାୟଗଡା ଜିଲ୍ଲା ଅଦାଲତ ସମେତ ଗୁଣୁପୁର, ବିଷମକଟକ, କାଶିପୁର, ପଦ୍ମପୁର ଓ ମୁନିଗୁଡା ଅଦାଲତ ରେ ଦୀର୍ଘ ଦିନ ଧରି ପଡିରହିଥିବା ୧୮୭ ଟି ମାମଲାର ଫଇସଲା ହୋଇ, ସମୁଦାୟ ଟ. ୫୧,୧୯,୪୭୪/-(ଏକାବନ ଲକ୍ଷ ଉଣେଇଶ ହଜାର ଚାରି ଶହ ଚଉସ୍ତରୀ) ଟଙ୍କା ର ସେଟେଲମେଣ୍ଟ କରାଯାଇଅଛି l ସେହିପରି ରାଜସ୍ୱ ସମ୍ବନ୍ଧିତ ୨୧୩୫ ଟି ମାମଲା ଫଇସଲା ହୋଇଅଛି ଓ ପ୍ରିଲିଟିଗେସନ ସମ୍ବନ୍ଧିତ ୨୬ ଟି ମାମଲାର ଫଇସଲା ହୋଇ ସମୁଦାୟ ଟ.୭,୯୧,୬୦୦ (ସାତ ଲକ୍ଷ ଏକାନବେ ହଜାର ଛଅସହ) ଟଙ୍କା ର ସେଟେଲମେଣ୍ଟ କରାଯାଇଅଛି l ଏହି ଲୋକ ଅଦାଲତ ଜିଲ୍ଲା ଆଇନ ସେବା ପ୍ରାଧିକରଣ ର ଅଧ୍ୟକ୍ଷ ତଥା ଜିଲ୍ଲା ଦୌରା ଜଜ୍ ଶ୍ରୀ ସତ୍ୟନାରାୟଣ ଷଡଙ୍ଗୀ ଙ୍କ ତତ୍ତ୍ବାବଧାନରେ ଅନୁଷ୍ଠିତ ହୋଇଥିବା ଏହି ଲୋକ ଅଦାଲତ କୁ ଜିଲ୍ଲା ଆଇନ ସେବା ପ୍ରାଧିକରଣର ସଚିବ ଶ୍ରୀ ସୁବ୍ରତ ଆଚାର୍ଯ୍ୟ ପରିଚାଳନା କରିଥିଲେ l

ଏଥିରେ ସ୍ଥାୟୀ ଲୋକଅଦାଲତର ଅଧ୍ୟକ୍ଷ ଶ୍ରୀ ଏସ.ଏ.କେ ଜାହିରା ଅହମଦ, ପରିବାର ଅଦାଲତ ର ବିଚାରପତି ଶ୍ରୀ ସଞ୍ଜିତ କୁମାର ବେହେରା, ଅତିରିକ୍ତ ଜିଲ୍ଲା ଦୌରା ଜଜ୍ ଶ୍ରୀମତି ଅଳ୍ପନା ସ୍ୱାଇଁ, ମୂଖ୍ୟ ବିଚାର ବିଭାଗୀୟ ଦଣ୍ଡାଧିକାରୀ ଶ୍ରୀମତି ଅପର୍ନା ମହାପାତ୍ର, ମହିଳା କୋର୍ଟ ର ବିଚାରପତି ଶ୍ରୀମତି ସସ୍ମିତା ମିଶ୍ର, ବରିଷ୍ଟ ଦେୱାନି ବିଚାରପତି ଶ୍ରୀ ଆଶିସ ପଟ୍ଟନାଏକ, ରେଜିଷ୍ଟ୍ରାର ଶ୍ରୀ ରାଣା ଘୋସ୍, ଉପଖଣ୍ଡୀୟ ବିଚାରବିଭାଗୀୟ ଦଣ୍ଡାଧିକାରୀ ଶ୍ରୀମତି ବର୍ଷା ଦାସ, ଗ୍ରାମ ନ୍ୟାୟଧିକାରୀ, କୋଲନରା ଶ୍ରୀମତି ଜ୍ୟୋତିରମୟୀ ଷଡଙ୍ଗୀ, ଜେ.ଏମ୍.ଏଫ୍.ସି ଶ୍ରୀ ରିଚିମିଲନ ପାତ୍ର, ରାୟଗଡା ବାର ଆସୋସିଏସନର ସଭାପତି ଶ୍ରୀ ପଦ୍ମନାଭ ଦାସ ସହିତ ଅନ୍ୟ ଆଇନଜୀବି ପ୍ରମୁଖ ଯୋଗଦେଇଥିଲେ l ଏହି ଲୋକ ଅଦାଲତ ଟିକୁ ସଫଳ କରିଥିବାରୁ ଜିଲ୍ଲା ଆଇନ ସେବା ପ୍ରାଧିକରଣର ସଚିବ ଶ୍ରୀ ଆଚାର୍ଯ୍ୟ ଜିଲ୍ଳାର ଜନସାଧାରଣ ତଥା ଆଇନଜୀବି ଓ ସରକାରୀ ଅଧିକାରୀ, ବ୍ୟାଙ୍କ ଅଧିକାରୀ ଓ କର୍ମଚାରୀ ମାନଙ୍କୁ ଧନ୍ୟବାଦ ଜ୍ଞାପନ କରିଛନ୍ତି l

- Advertisement -spot_img

More articles

- Advertisement -spot_img

Latest article

ଅଭିଯୁକ୍ତର କାଠ ଫାଳିଆ ମାଡ଼ରେ କନେଷ୍ଟବଳ ଗୁରୁତର, ବଲାଙ୍ଗିର ଭୀମ ଭୋଇ ମେଡିକାଲରେ ଭର୍ତ୍ତି

ବଲାଙ୍ଗିର, (୨୩/୦୪) : ଆପ୍ର. : ଥାନା ଭିତରେ ପୋଲିସକୁ ଆକ୍ରମଣ । କାଠ ଫାଳିଆ ମାଡ଼ରେ କନେଷ୍ଟବଳ ସୁଦାମ ନାଗ ଗୁରୁତର । ବଲାଙ୍ଗିର ଭୀମ ଭୋଇ ମେଡିକାଲରେ ଗୁରୁତର କନେଷ୍ଟବଳଙ୍କୁ ଭର୍ତ୍ତି...

ନାବାଳିକାକୁ ଗଣ ଦୁଷ୍କର୍ମ: ୩ ଯୁବକଙ୍କ ସଂପୃକ୍ତ, ପୁଲିସ ତଦନ୍ତ ଆରମ୍ଭ

ସୁନ୍ଦରଗଡ଼଼, (୨୩/୦୪) : ଆପ୍ର. : ସୁନ୍ଦରଗଡ଼଼ ଜିଲ୍ଲା ତଳସରା ଥାନା ଅଞ୍ଚଳରେ ଲଜ୍ଜା। ଜଙ୍ଗଲକୁ ଟେକି ନେଇ ନାବାଳିକାକୁ ଗଣ ଦୁଷ୍କର୍ମ କରାଯାଇଥିବା ଅଭିଯୋଗ ହୋଇଛି । ଏକୋଇଶିଆ ଭୋଜି ଖାଇ ସାଙ୍ଗମାନଙ୍କ...

ଓଡ଼ିଶା ଆଦର୍ଶ ବିଦ୍ୟାଳୟରେ ବିଶ୍ୱ ପୃଥିବୀ ଦିବସ ପାଳିତ

ପାଟଣା, (୨୪/୦୩) : ଆପ୍ର. : ଢେଙ୍କିକୋଟ ଟିକିରା ସ୍ଥିତ ଘଟଗାଁ ବ୍ଲକ ଓଡ଼ିଶା ଆଦର୍ଶ ବିଦ୍ୟାଳୟରେ ଆଜି ବିଶ୍ୱ ପୃଥିବୀ ଦିବସ ଉତ୍ସାହପୂର୍ଣ୍ଣ ଭାବେ ପାଳନ ହୋଇଯାଇଛି । ପ୍ରାକୃତିକ ସଂପଦର ରକ୍ଷା,...

ବସ୍‌ରୁ ପଡି ଛାତ୍ରୀ ଗୁରୁତର

କଣ୍ଟାବାଞ୍ଜି, (୨୩/୦୪) : ଆପ୍ର. : ବସ୍‌ରୁ ପଡି ନବମ ଶ୍ରେଣୀ ଛାତ୍ରୀ ଗୁରୁତର । ବଲାଙ୍ଗୀର ଜିଲ୍ଲା କଣ୍ଟାବାଞ୍ଜି କୁକୁଡାହାଟ ଗାଁ ନିକଟରେ ଅଭାବନୀୟ ଘଟଣା ଘଟିଛି । ଆଜି ବସ୍‌ ରୁ...

ସରାସକୋଲା ଉଚ୍ଚ ବିଦ୍ୟାଳୟରେ ଛାତ୍ରଛାତ୍ରୀ ମାନଙ୍କୁ ପୋଷାକ ବଣ୍ଟନ

ପାଟଣା, (୨୩/୦୪) : ଆପ୍ର. : ପାଟଣା ବ୍ଲକ ସରାସକୋଲା ଉଚ୍ଚ ବିଦ୍ୟାଳୟରେ ଛାତ୍ରଛାତ୍ରୀ ମାନଙ୍କୁ ଆଜି ନୂତନ ପୋଷାକ ବଣ୍ଟନ କରାଯାଇଛି । ଏଠାରେ ୧୩୫ ଜଣ ଛାତ୍ରଛାତ୍ରୀ ପୋଷାକ ବଣ୍ଟନ କରାଯାଇଥିବା...