32.9 C
Balāngīr
Wednesday, April 30, 2025

ରାୟଗଡା ଚଇତି ଅବସରରେ ଅନୁଷ୍ଠିତ କ୍ରୀଡା ପ୍ରତିଯୋଗିତାର ପୁରସ୍କାର ବିତରଣ ଉତ୍ସବ ଅନୁଷ୍ଠିତ

Must read

ରିପୋର୍ଟ : ଗୋପୀନାଥ ଗୌଡ଼
ରାୟଗଡ଼ା, (୨୦/୧୨) : ଚଇତି ୨୦୨୪ ଅବସରରେ ଅନୁଷ୍ଠିତ ଜିଲ୍ଳା ସ୍ତରୀୟ କ୍ରୀଡା ପ୍ରତିଯୋଗିତାର ପୁରସ୍କାର ବିତରଣ ଉତ୍ସବ ଶୁକ୍ରବାର ରାୟଗଡ଼ା ସ୍ଵୟଂ ଶାସିତ ମହାବିଦ୍ୟାଳୟ ପରିସରରେ ଅନୁଷ୍ଠିତ ହୋଇଯାଇଛି ।WhatsApp Image 2024 12 21 at 11.12.31 ରାୟଗଡା ଚଇତି ଅବସରରେ ଅନୁଷ୍ଠିତ କ୍ରୀଡା ପ୍ରତିଯୋଗିତାର ପୁରସ୍କାର ବିତରଣ ଉତ୍ସବ ଅନୁଷ୍ଠିତ

ଜିଲ୍ଲା ଆନ୍ତ-ମହାବିଦ୍ୟାଳୟ ସ୍ତରୀୟ ଚଇତି ପାଳନ ଅବସରରେ ଏହାକୁ ସାମିଲ କରାଯାଇଛି । କାର୍ଯ୍ୟକ୍ରମରେ ରାୟଗଡା ଜିଲ୍ଲାପାଳ ତଥା ଜିଲ୍ଲା ସଂସ୍କୃତି ପରିଷଦର ଅଧ୍ୟକ୍ଷା ଶ୍ରୀମତି ପାରୁଲ ପଟାୱରୀ ଯୋଗଦେଇ କୃତ୍ତି ପ୍ରତିଯୋଗୀ ମାନଙ୍କୁ ପୁରସ୍କାର ଓ ମାନପତ୍ର ପ୍ରଦାନ କରିଥିଲେ। ଅନ୍ୟତମ ସମ୍ମାନୀତ ଅତିଥି ଭାବେ ରାୟଗଡା ପୌରପାଳିକା ଅଧ୍ୟକ୍ଷ ମହେଶ ପଟ୍ଟନାୟକ, ଉପଜିଲ୍ଲାପାଳ କଲ୍ଯାଣୀ ସଂଘମିତ୍ରା ଦେବୀ, ରାୟଗଡା ମହାବିଦ୍ୟାଳୟ ଅଧ୍ୟକ୍ଷା ଡ: ବବିଲତା ସର୍ଫ, ମହିଳା ମହାବିଦ୍ୟାଳୟ ଅଧ୍ୟକ୍ଷା ଡ: ଅର୍ଚ୍ଚନା ପଟ୍ଟନାୟକ, ଜିଲ୍ଲା କ୍ରୀଡା ଅଧିକାରୀ ଶେଖ ଅଲ୍ଲୀନୂର ପ୍ରମୁଖ ମଞ୍ଚାସୀନ ଥିଲେ । ଜିଲ୍ଲା ସ୍ତରୀୟ ବିଭିନ୍ନ୍ କ୍ରୀଡ଼ାରେ ପ୍ରଥମ ପାଞ୍ଚଜଣ କୃତ୍ତି ପ୍ରତିଯୋଗୀ ମାନଙ୍କୁ ପୁରସ୍କୃତ କରାଯାଇଥିଲା । ଏହା ସହିତ ୨୦୨୪ ଚଇତି କ୍ରୀଡା ସମ୍ମାନ, ଭାରତ୍ତୋଳନ କ୍ଷେତ୍ରରେ ତଥା ଶକ୍ତ ପୁରୁଷ ଓ ଶକ୍ତ ମହିଳା ସମ୍ମାନ ପ୍ରଦାନ କରାଯାଇଛି ।

ସେହିପରି ବିଶ୍ୱବିଦ୍ୟାଳୟ ସ୍ତରରେ ଉଭୟ କନିଷ୍ଠ ଓ ବରିଷ୍ଠ ବର୍ଗରେ ରଚନା, ତର୍କ, ସଙ୍ଗୀତ, ନୃତ୍ୟ, ଦଳଗତ ନୃତ୍ୟ,ସୃଜନାତ୍ମକ ଲିଖନ, ରଙ୍ଗୋଲି, ପୋଷ୍ଟର ଅଙ୍କନ, ଅଭିନୟ ଓ ଫେନସି ପୋଷାକ ଆଦି ପ୍ରତିଯୋଗୀତା ମାନ ଆୟୋଜନ କରାଯାଇ କୃତ୍ତି ପ୍ରତିଯୋଗୀମାନଙ୍କୁ ପୁରସ୍କାର ବିତରଣ କରାଯାଇଥିଲା। ଶେଷରେ ସାଂସ୍କୃତିକ କାର୍ଯ୍ୟକ୍ରମ ଆୟୋଜିତ ହୋଇଥିଲା । ଅଧ୍ୟାପକ ଏନ୍ ସ୍ରିନିବାସ ଆଚାରୀ ଓ ଶିକ୍ଷକ ନୀଳାଞ୍ଚଳ ମିଶ୍ର କାର୍ଯ୍ୟକ୍ରମର ସଂଯୋଜନା କରିଥିଲେ । ଆୟୋଜନରେ ରାୟଗଡ଼ା ମହାବିଦ୍ୟାଳୟର ଅଧ୍ୟାପିକା, ଅଧ୍ୟାପକ ଓ କର୍ମକର୍ତ୍ତା, ଉପଜିଲ୍ଲାପାଳଙ୍କ କାର୍ଯ୍ୟାଳୟର ସହକାରୀ ଜିଲ୍ଲାପାଳ କୈଳାସ ଚନ୍ଦ୍ର ସ୍ଵାଇଁ ଓ କର୍ମକର୍ତ୍ତା ବୃନ୍ଦ ଆୟୋଜନରେ ସହଯୋଗ କରିଥିଲେ। ।

- Advertisement -spot_img

More articles

- Advertisement -spot_img

Latest article

ଉପାନ୍ତ ଅଞ୍ଚଳରେ ପାନୀୟ ଜଳ କଷ୍ଟ

କୋଲନରା, (୨୯/୦୪) : ଆପ୍ର. : ବଣ ଜଙ୍ଗଲ ଘେରା ଉପାନ୍ତ ଅଞ୍ଚଳରେ ଟିକର ପଡା ଗ୍ରାମ ଅବସ୍ଥିତ । ଗ୍ରାମରେ ମୋଟ ୪୫ ଗୋଟି ପରିବାର ରହୁଥିବା ବେଳେ ୨୧୫ ଜଣ...

ଅଲ୍ ଓଡିଶା ଈପିଏଫ୍ ପେନସନର୍ ଆସୋସିଏସନର ସ୍ମାରକ ପତ୍ ପ୍ରଦାନ

ରାୟଗଡ଼ା, (୨୯/୪) : ଆପ୍ର. : ଅଲ୍ ଓଡିଶା ଈପିଏଫ୍ ପେନସନର୍ ଆସୋସିଏସନର ଡାକରାରେ ରାୟଗଡ଼ ଜିଲ୍ଲା ଶାଖା ତରଫରୁ ଈପିଏଫ୍ ପେନସନରସ୍ ତଥା ବରିଷ୍ଠ ନାଗରିକ ମାନେ ସ୍ଥାନୀୟ ଜିଲ୍ଲାପାଳଙ୍କ ଜରିଆରେ...

କୁମୁଲି ପ୍ରାଥମିକ ଶିକ୍ଷକ ସଂଘର ନୂତନ କର୍ମକର୍ତ୍ତା ଚୟନ

କୋରାପୁଟ, (୩୦/୪) : ଆପ୍ର. : ନିଖିଳ ଉତ୍କଳ ପ୍ରାଥମିକ ଶିକ୍ଷକ ସଂଘ, କଟକର ବୋରିଗୁମ୍ମା ବ୍ଲକ୍ କୁମୁଲି ସର୍କଲ ଅନ୍ତର୍ଗତ ୮ ଗୋଟି କ୍ଲଷ୍ଟରର ପ୍ରାଥମିକ ଶିକ୍ଷକ ସଂଘର ଅବଧି ସଂପୂର୍ଣ୍ଣ...

କାଶୀନଗର ବିଜ୍ଞାପିତ ଅଞ୍ଚଳ ପରିଷଦରେ କାଉନସିଲ ବୈଠକ ଅନୁଷ୍ଠିତ

କାଶୀନଗର, (୨୯/୪) : ଆପ୍ର. : ଗଜପତି ଜିଲ୍ଲାରେ କାଶୀନଗର ବିଜ୍ଞାପିତ ଅଞ୍ଚଳ ପରିଷଦ ଅସ୍ଥାୟୀ କାର୍ଯ୍ୟାଳୟ ସଭାଗୃହ ଠାରେ କାଉନସିଲ ବୈଠକ ଅନୁଷ୍ଠିତ ହୋଇଥିଲା । ଏନ୍ଏସି ଅଧ୍ୟକ୍ଷା ଏମ. ସୁଧାରାଣୀ, ଉପାଧ୍ୟକ୍ଷ...

ବିବେକାନନ୍ଦ ଙ୍କ ଦର୍ଶନ ଉପରେ ମାର୍ଗ ଦର୍ଶନ କଲେ ସ୍ୱାଧି କାଞ୍ଚନ ସୋମ ଅଗ୍ରୱାଲା

ସୁବର୍ଣ୍ଣପୁର, (୨୯/୦୪) ଆ.ପ୍ର : ମଙ୍ଗଳବାର ସନ୍ଧ୍ୟା ରେ ଶ୍ରୀ ଗୋପାଳଜୀ ଯୋଗାଶ୍ରମ ମହାନଦୀ ଯୋଗବିହାର ସୁବର୍ଣ୍ଣପୁର ଠାରେ ସ୍ୱାମୀ ବିବେକାନନ୍ଦ ଙ୍କର ଦର୍ଶନ ଏବଂ ହିନ୍ଦୁ ଧର୍ମ ପ୍ରଚାର ପ୍ରସାର ରେ...