ରିପୋର୍ଟ : ଗୋପୀନାଥ ଗୌଡ଼
ରାୟଗଡା, (୧୨/୨) : ରାୟଗଡା ଜିଲ୍ଲାପାଳ ଶ୍ରୀମତୀ ପାରୁଲ ପଟାବରିଙ୍କ ଅନୁମୋଦନ କ୍ରମେ ଜିଲ୍ଲା ସମାଜ ମଙ୍ଗଳ ବିଭାଗ ଓ ଜିଲ୍ଲା ଶିଶୁ ସୁରକ୍ଷା ୟୁନିଟର ମିଳିତ ସଂଯୋଜନାରେ ଜିଲ୍ଲାରେ ଅଦ୍ବିକା ଯୋଜନା ମାଧ୍ୟମରେ ଏକ ଦିନିଆ କିଶୋର କିଶୋରୀ ମାନଙ୍କ ନିମନ୍ତେ ସ୍ୱତନ୍ତ୍ର ଏକ୍ସପୋଜର କାର୍ଯ୍ୟକ୍ରମ ଆୟୋଜନ କରାଯାଇଛି ।
ଜିଲ୍ଲା ସମାଜ ମଙ୍ଗଳ ଉପ ବିଭାଗର ସୁରକ୍ଷା ଅଧିକାରୀ ଶ୍ରୀମତୀ ପ୍ରତିମା ଦାସ, ଆକ୍ସନ ଏଡ଼ ତରଫରୁ ବାଲ୍ୟ ବିବାହ ନିଷେଧ ଜିଲ୍ଲା ପରାମର୍ଶଦାତା ରତନେଶ୍ୱର ସାହୁ ବରିଷ୍ଠ ରାଜସ୍ବ ସହାୟକ ସୂର୍ୟ୍ଯ ନାରାୟଣ ନାୟକ ଏହି କାର୍ଯ୍ୟକ୍ରମକୁ ସଂଯୋଜନା କରୁଛନ୍ତି । ଏହି କାର୍ଯ୍ୟକ୍ରମ ଅଧୀନରେ କିଶୋର କିଶୋରୀ ମାନେ ଭୂବନେଶ୍ୱର ସ୍ଥିତ ଓ୍ବାର୍ଲ୍ଡ ସ୍କିଲ ସେଣ୍ଟର,କଳିଙ୍ଗ ଷ୍ଟାଡିୟମ ଓ ସରକାରୀ ଶିଳ୍ପ ତାଲିମ ଅନୁଷ୍ଠାନ ପ୍ରଭ୍ରୁଡି ବୁଲି ଦେଖିବେ । ଏହି କାର୍ଯ୍ୟକ୍ରମକୁ ଅତିରିକ୍ତ ଜିଲ୍ଲାପାଳ ଶ୍ରୀ ନବିନ ନାୟକ ପତାକା ଦେଖାଇ ଶୁଭାରମ୍ଭ କରି ଥିଲେ ।
ଜିଲ୍ଲା ସମାଜ ମଙ୍ଗଳ ଅଧିକାରୀ ଶ୍ରୀମତୀ ମିନତୀ ଦେଓ, ଜିଲ୍ଲା ଶିଶୁ ସୁରକ୍ଷା ଅଧିକାରୀ କୁମାରୀ ବିଚିତ୍ରା ସେଠି, ରାୟଗଡ଼ା ସିଡିପିଓ ମିନାକ୍ଷୀ ଦାସ ପ୍ରମୁଖ ଉପସ୍ଥିତ ଥିଲେ।। ଜିଲ୍ଲାର ବିଭିନ୍ନ ବ୍ଲକର ପ୍ରାୟ ୪୫ ଜଣ କିଶୋର କିଶୋରୀ, ସୁପରଭାଇଜର ଓ ଜିଲ୍ଲା ସ୍ତରୀୟ ଅଧିକାରୀ ମାନେ ଏହି କାର୍ଯ୍ୟକ୍ରମ ରେ ସାମିଲ ହୋଇଛନ୍ତି ।