32.9 C
Balāngīr
Wednesday, April 23, 2025

ରାୟଗଡା ଜିଲ୍ଲା ମୁଖ୍ୟ ଚିକିତ୍ସାଳୟରେ ବିଶ୍ଵ ଏଡ଼ସ ଦିବସ ପାଳିତ

Must read

ରିପୋର୍ଟ : ଗୋପୀନାଥ ଗୌଡ଼
ରାୟଗଡା, (୦୧/୧୨) : ୦୧/୧୨/୨୦୨୪ ଆଜି, ଡିସେମ୍ବର ୧, ରାୟଗଡା ଜିଲ୍ଲା ମୁଖ୍ୟ ଚିକିତ୍ସାଳୟରେ ଜିଲ୍ଲା ସ୍ବାସ୍ଥ୍ୟ ସମିତି ତରଫରୁ ବିଶ୍ଵ ଏଡସ୍ ଦିବସ ୨୦୨୪ ପାଳନ କରାଯାଇଛି ।WhatsApp Image 2024 12 01 at 18.37.33 ରାୟଗଡା ଜିଲ୍ଲା ମୁଖ୍ୟ ଚିକିତ୍ସାଳୟରେ ବିଶ୍ଵ ଏଡ଼ସ ଦିବସ ପାଳିତ

ଏକ ମହତ୍ ଉଦ୍ଦେଶ୍ୟ ନେଇ ବିଶ୍ଵ ଏଡ଼ସ ଦିବସ ଉପଲକ୍ଷେ ଏକ ସଚେତନତା କାର୍ଯ୍ୟକ୍ରମ, ଶୋଭାଯାତ୍ରା, ରକ୍ତଦାନ ଶିବିର ଆୟୋଜନ କରାଯାଇଥିଲା। ଜିଲ୍ଲା ମୁଖ୍ୟ ଚିକିତ୍ସା ଓ ଜନସ୍ବାସ୍ଥ୍ୟ ଅଧିକାରୀ ଡ଼. ଲାଲ ମୋହନ ରାଉତରାୟ ସଚେତନତା ଶୋଭାଯାତ୍ରାକୁ ଶୁଭାରମ୍ଭ କରିଥିଲେ ଏହି ଅବସରରେ ସ୍ବାସ୍ଥ୍ୟ ବିଭାଗ ପକ୍ଷରୁ ଅତିରିକ୍ତ ଜିଲ୍ଲା ଜନ ସ୍ବାସ୍ଥ୍ୟ ଅଧିକାରୀ (ପରିବାର କଲ୍ୟାଣ) ଡ଼. ମମତା ସାହୁ, ଅତିରିକ୍ତ ଜିଲ୍ଲା ଜନସ୍ବାସ୍ଥ୍ୟ ଅଧିକାରୀ (ରୋଗ ନିୟନ୍ତ୍ରଣ) ଡ଼.ମମତା ଚୌଧୁରୀ, ଅତିରିକ୍ତ ଜିଲ୍ଲା ଜନ ସ୍ବାସ୍ଥ୍ୟ ଅଧିକାରୀ (ଯକ୍ଷ୍ମା) ଡ଼.ପ୍ରଦୀପ୍ତ କୁମାର ସୁବୁଦ୍ଧି, ଜିଲ୍ଲା ମୁଖ୍ୟ ଚିକିତ୍ସାଳୟର ଜିଲ୍ଲା ସ୍ବାସ୍ଥ୍ୟ ଅଧିକାରୀ ତଥା ସୁପରିଟେଡେଣ୍ଟ ଡ଼. ଦ୍ଵିବେନ୍ଦୁ କୁମାର ଦେବ୍, ଜିଲ୍ଲା ରକ୍ତ ଭଣ୍ଡାର ଅଧିକାରୀ ଡ.ଗୌତମ ପଟ୍ଟନାୟକଙ୍କ ସମେତ ଅନ୍ୟାନ୍ୟ ଅଧିକାରୀ ମାନେ ଉପସ୍ଥିତ ଥିଲେ ।WhatsApp Image 2024 12 01 at 18.38.23 ରାୟଗଡା ଜିଲ୍ଲା ମୁଖ୍ୟ ଚିକିତ୍ସାଳୟରେ ବିଶ୍ଵ ଏଡ଼ସ ଦିବସ ପାଳିତ

ସହଯୋଗ ସ୍ବାସ୍ଥ୍ୟ କର୍ମୀ ତାଲିମ କେନ୍ଦ୍ରର ଛାତ୍ରଛାତ୍ରୀ ମାନେ ଏଡ଼ସ ସଚେତନତା ବାର୍ତ୍ତା ନେଇ ଶୋଭାଯାତ୍ରା କରିଥିଲେ । ଏହି ଶୋଭାଯାତ୍ରାଟି ଜିଲ୍ଲା ମୁଖ୍ୟ ଚିକତ୍ସାଳୟରୁ ଆରମ୍ଭ ହୋଇ ଜିଲ୍ଲା ମୁଖ୍ୟ ମାର୍କେଟ ଓ କୋରାପୁଟ ଛକ ଦେଇ ଚିକତ୍ସାଳୟକୁ ଫେରିଥିଲା। ଏହା ପରେ ଜିଲ୍ଲା ରକ୍ତ ଭଣ୍ଡାରରେ ଏକ ରକ୍ତ ଦାନ ଶିବିର କରାଯାଇଥିଲା। ଅତିରିକ୍ତ ଜିଲ୍ଲା ଜନ ସ୍ବାସ୍ଥ୍ୟ ଅଧିକାରୀ (ପରିବାର କଲ୍ୟାଣ) ଡ଼. ମମତା ସାହୁ, ଅତିରିକ୍ତ ଜିଲ୍ଲା ଜନସ୍ବାସ୍ଥ୍ୟ ଅଧିକାରୀ ( ରୋଗ ନିୟନ୍ତ୍ରଣ) ଡ଼ ମମତା ଚୌଧୁରୀ ରକ୍ତ ଦାନ କରି ରକ୍ତ ଦାନ ଶିବିରର ଶୁଭାରମ୍ଭ କରିଥିଲେ। ଏହା ପରେ ଅନ୍ୟାନ୍ୟ ବ୍ୟକ୍ତି ସ୍ଵେଚ୍ଛାକୃତ ଭାବେ ରକ୍ତ ଦାନ କରିଥିବା ବେଳେ, ସିଆରପିଏଫ୍ ଯବାନ ମାନେ ମଧ୍ୟ ରକ୍ତ ଦାନ କରିଥଲେ । କାର୍ଯ୍ୟକ୍ରମ ପରିଶେଷ ରେ ଏକ ସଚେତନତା କାର୍ଯ୍ୟକ୍ରମ କରାଯାଇଥିଲା ।

ଛାତ୍ର ଛାତ୍ରୀ ମାନେ ଏଡ଼ସ ସଚେତନତା ବାର୍ତ୍ତା ଦେଇ ଜିଲ୍ଲା ମୁଖ୍ୟ ଚିକିତ୍ସାଳୟ ପ୍ରବେଶ ପଥରେ ଏକ ସୁନ୍ଦର ଝୋଟି ଆଙ୍କିଥିଲେ। ସୂଚନା ଥାଉ ଯେ ଜିଲ୍ଲା ମୁଖ୍ୟ ଚିକିତ୍ସାଳୟ ର ICTC ରେ ଚଳିତ ବର୍ଷ ମୋଟ ୨୬୧୭୧ ଜଣଙ୍କୁ ଏଡ଼ସ ରୋଗ ବିଷୟରେ ପରାମର୍ଶ ପ୍ରଦାନ କରାଯାଇଥିବା ବେଳେ ୨୬୧୪୭ ଜଣଙ୍କର ଏଡ଼ସ ପରୀକ୍ଷଣ କରାଯାଇଥିଲା ତନ୍ମଧ୍ୟରୁ ୬୫ ଜଣ ଏଡ଼ସ ପଜିଟିଭ ଆସିଥିବା ବେଳେ ୪ ଜଣଙ୍କର ମୃତ୍ୟୁ ଘଟିଛି ।

- Advertisement -spot_img

More articles

- Advertisement -spot_img

Latest article

ପୁଅର ପ୍ରେମ ପାଇଁ ବାପାକୁ ହତ୍ୟା, ପୋଲିସର ତଦନ୍ତ ଜାରି

ଗଞ୍ଜାମ, (୨୨/୦୪) : ଆପ୍ର. : ପୁଅର ପ୍ରେମ ପାଇଁ ବାପାକୁ ନୃଶଂସ ଭାବେ ହତ୍ୟା କରାଯାଇଥିବା ଅଭିଯୋଗ ହୋଇଛି । ଗଂଜାମ ଜିଲ୍ଲା ଜଗନ୍ନାଥପ୍ରସାଦ ଥାନା ଅନ୍ତର୍ଗତ କୁମୁଣ୍ଡା ଗାଁରେ ଘଟିଛି...

କାଶୀନଗର ବ୍ଲକ ରେ ମଦ ବିରୋଧୀ ଆନ୍ଦୋଳନ

କାଶୀନଗର, (୨୨/୪) : ଆପ୍ର. : କାଶୀନଗର ବ୍ଲକ ରେ ମଦ ବିରୋଧୀ ଆନ୍ଦୋଳନ ମୁଣ୍ଡ ଟେକିଛି । ଗତ କାଲି ଅଲଡା ପଂଚାୟତ ରେ ବିଭିନ୍ନ ମହିଳା ସଂଘଠନ ଗୁଡିକ ତରଫରୁ ଅଲଡା...

ଶ୍ରୀମନ୍ଦିରରେ ଆଜି ମହାପ୍ରଭୁଙ୍କ ରାମାଭିଷେକ ନୀତି, ଶେଷ ହେବ ସାହିଯାତ

ପୁରୀ, (୨୨/୦୪) : ଆପ୍ର. : ଶ୍ରୀମନ୍ଦିରରେ ଆଜି ମହାପ୍ରଭୁଙ୍କ ରାମାଭିଷେକ ନୀତି । ଏହାସହ ଶ୍ରୀରାମ ନବମୀରୁ ଆରମ୍ଭ ହୋଇଥିବା ଶ୍ରୀକ୍ଷେତ୍ର ସାହିଯାତ ମଧ୍ୟ ଶେଷ ହେବ । ଆଜି ଶ୍ରୀମନ୍ଦିରରେ ମଧ୍ୟାହ୍ନ...

ରାଜଧାନୀରେ ବ୍ୟାପୁଛି ଝାଡ଼ାବାନ୍ତି, ନୀଳାଦ୍ରି ନିବାସ ପରେ ଖଣ୍ଡଗିରିରେ ୬ଜଣ ଆକ୍ରାନ୍ତ

ଭୁବନେଶ୍ୱର, (୨୨/୦୪) : ଆପ୍ର. : ଭୁବନେଶ୍ୱରରେ ଝାଡ଼ାବାନ୍ତି ଆତଙ୍କ। ନୀଳାଦ୍ରି ନିବାସ ପରେ ଖଣ୍ଡଗିରିରେ ବ୍ୟାପୁଛି ଝାଡ଼ାବାନ୍ତି। ଗାନ୍ଧି ଯୁକ୍ତ ୨ ବିଦ୍ୟାପୀଠରେ ଝାଡ଼ାବାନ୍ତିରେ ୬ ଛାତ୍ରଛାତ୍ରୀ ଆକ୍ରାନ୍ତ ହୋଇଛନ୍ତି । ବର୍ତ୍ତମାନ...

ପାଣିରେ ବୁଡି ଚାଲିଗଲା ନାବାଳକର ଜୀବନ

ବଲାଙ୍ଗିର, (୨୨/୦୪) : ଆପ୍ର. : ପାଣିରେ ବୁଡି ନାବାଳକ ପୁଅ ର ଚାଲିଗଲା ଜୀବନ । ଗାଧୋଇବା ପାଇଁ ଚାରି ଜଣ ସାଙ୍ଗ ଯାଇ ଥିବା ବେଳେ ଜଣେ ସାଙ୍ଗ ପାଣିରେ...