32.9 C
Balāngīr
Saturday, April 26, 2025

ରାୟଗଡା ପଞ୍ଚାୟତ ସମିତି ପରିସରରେ ଭୀମ ଭୋଇ ଭିନ୍ନକ୍ଷମ ସାମର୍ଥ୍ୟ ଅଭିଯାନ ଶିବିର ଅନୁଷ୍ଠିତ

Must read

ରିପୋର୍ଟ : ଗୋପୀନାଥ ଗୌଡ଼
ରାୟଗଡା, (୧୪/୦୨) : ରାୟଗଡା ପଞ୍ଚାୟତ ସମିତି ପରିସରରେ ଭୀମ ଭୋଇ ଭିନ୍ନକ୍ଷମ ସାମର୍ଥ୍ୟ ଅଭିଯାନ ଶିବିର ଅନୁଷ୍ଠିତ ହୋଇଯାଇଛି ।

ଏଥିରେ ବ୍ଲକ ର ବିଭିନ୍ନ ଗ୍ରାମର ୪୫୨ ଜଣ ଭିନ୍ନକ୍ଷମ ନାମ ପଞ୍ଜିକରଣ କରିଥିଲେ । ରାୟଗଡା ଜିଲ୍ଲା ମୁଖ୍ୟ ଚିକିତ୍ସାଳୟରୁ ଆସିଥିବା ବିଶେଷଜ୍ଞ ଡାକ୍ତର ଦଳ ଭିନ୍ନକ୍ଷମଙ୍କ ସ୍ବାସ୍ଥ୍ୟ ପରୀକ୍ଷା କରିଥିଲେ । ଏଥିରେ ୧୬ ଜଣ ଦୃଷ୍ଟିଶକ୍ତି ବାଧିତ, ୨୮ ଜଣ କର୍ଣ୍ଣ, ନାସା ଓ ଗଳ। ଶକ୍ତି ବାଧିତ, 66 ଜଣ ଶାରୀରିକ ବାଧିତ, ୨୧ ଜଣ ମାନସିକ ଭିନ୍ନକ୍ଷମ, ୧୬ ଜଣ ସିପି, ଓ ୧୨ ଜଣ ରକ୍ତ ହୀନତା ମାନଙ୍କ ସ୍ବାସ୍ଥ୍ୟ ପରୀକ୍ଷା କରାଯାଇଥିଲା । ଏହି ଅବସରରେ ୪ ଜଣଙ୍କୁ ଚକ ଲଗା ଚଉକି, ୨ ଜଣଙ୍କୁ ସିପି ଚଉକି, ୧ ଜଣଙ୍କୁ ଆଶା ବାଡି, ୧୦ ଜଣଙ୍କୁ ତିନି ଚକିଆ ସାଇକେଲ ଓ ୫ ଜଣଙ୍କୁ ଧଳା ବାଡି ପ୍ରଦାନ କରାଗଲା ।

ଅତିରିକ୍ତ ଗୋଷ୍ଠୀ ଉନ୍ନୟନ ଅଧିକାରୀ ଶ୍ରୀ କାଳୁ ଚରଣ ନାୟକଙ୍କ ତତ୍ତ୍ଵାବଧାନରେ ଶିବିର ଅନୁଷ୍ଠିତ ହୋଇଥିବା ବେଳେ ପଞ୍ଚାୟତ ସମିତି ଅଧ୍ୟକ୍ଷା ସୁଶ୍ରୀ ଟୁନି ହୁଇକା, ଉପାଧ୍ୟକ୍ଷ ଶ୍ରୀ. ହରପ୍ରସାଦ ହେପୃକା, ଜିଲ୍ଲା ପରିଷଦ ସଦସ୍ୟା ଶ୍ରୀମତୀ ସନ୍ଧ୍ୟା ପୁଲାକା, ସମସ୍ତ ସରପଞ୍ଚ, ସମିତି ସଭ୍ୟ ସଭ୍ୟା ବୃନ୍ଦ, ଭାର ପ୍ରାପ୍ତ ଉପଜିଲ୍ଲାପାଳ ରାୟଗଡ଼ ସୁଶ୍ରୀ ପ୍ରଜ୍ଞା ପାରମିତା, ଜିଲ୍ଲା ସାମାଜିକ ସୁରକ୍ଷା ଅଧିକାରୀ ଶ୍ରୀମତୀ ପୁଷ୍ପଲତା ଦୀକ୍ଷିତ, ଉପଖଣ୍ଡ ସାମାଜିକ ସୁରକ୍ଷା ଅଧିକାରୀ ଶ୍ରୀ ଶ୍ରୀକାନ୍ତ କୁମାର ପାଣିଗ୍ରାହି, ଗୋଷ୍ଠୀ ସାମାଜିକ ସୁରକ୍ଷା ଅଧିକାରୀ ଶ୍ରୀମତୀ ରଞ୍ଜିତା ବେହେରା, ପି ଏ ଶ୍ରୀକାନ୍ତ ପେଦିନା, କନିଷ୍ଠ ସହାୟକ ସମୀର ପଦକା, ଅମରେନ୍ଦ୍ର ନାଥ ସମ୍ପାଦକ, ରାୟଗଡ଼ା ଭିନ୍ନକ୍ଷମ ମହାସଂଘ, ଜଳନ୍ଧର ବାଚେଲୀ ସମ୍ପାଦକ ଓଡ଼ିଶା ବିକଳାଙ୍ଗ ମଞ୍ଚ, ରାୟଗଡ଼ ଏବଂ ଅନ୍ୟାନ୍ୟ ବ୍ଲକ ଓ ଗ୍ରାମ ପଞ୍ଚାୟତ କର୍ମଚାରୀମାନେ ସହଯୋଗ କରିଥିଲେ ।

- Advertisement -spot_img

More articles

- Advertisement -spot_img

Latest article

ଯୋବ୍ରା ନିକଟରେ ମହାନଦୀରେ ବୁଡିଗଲେ ୩ ଜଣ, ଦୁଇ ଉଦ୍ଧାର

କଟକ, (୨୫/୦୪) : ଆପ୍ର. : ଯୋବ୍ରା ନିକଟରେ ମହାନଦୀରେ ବୁଡିଗଲେ ୩ ଜଣ । ସ୍ଥାନୀୟ ଲୋକଙ୍କ ଦ୍ୱାରା ଜଣେ ସୁରକ୍ଷିତ ଭାବେ ଉଦ୍ଧାର ହୋଇଛନ୍ତି । ଗାଧୋଉଥିବା ବେଳେ ଘଟିଛି...

ବାହ୍ୟ ରାଜ୍ୟ କୁ ଗଞ୍ଜେଇ ଚୋରା ଚାଲାଣ ବେଳେ ଦୁଇ ବ୍ୟବସାୟୀ ଗିରଫ

ବଲାଙ୍ଗୀର/ଟିଟିଲାଗଡ, (୨୪/୦୪) : ଆପ୍ର. : ଟିଟିଲାଗଡ ରେଳ ଷ୍ଟେସନ ରୁ କ୍ରମାଗତ ଭାବେ ଗଞ୍ଜେଇ ଚୋରା ଚାଲାଣ ଚାଲିଥିବା ବେଳେ ମଝିରେ ମଝିରେ ଅନେକ ଗଞ୍ଜେଇ ମାଫିଆ ଙ୍କୁ କାବୁ କରାଯାଉଛି...

ଜଳିଗଲା ବୁଲେଟ ଗାଡ଼ି, ଦୁଇ ଯୁବକ ଗୁରୁତର

ବଲାଙ୍ଗୀର, (୨୫/୦୪) : ଆପ୍ର. : ବଲାଙ୍ଗୀର ଜିଲ୍ଲା ଅନ୍ତର୍ଗତ ବେଲପଡ଼ା ସହର ନିବାସୀ ସୁମନ୍ତ ବଛା ଓ ଅଜିତ ନାଗ ନାମକ ଦୁଇ ଯୁବକ ବୁଲେଟ ଯୋଗେ ଟିଟିଲାଗଡ ଦେଇ ଖୋଲାନ...

ଖବର ପ୍ରସାରଣ ପରେ ବିଭାଗୀୟ ଅଧିକାରୀ ଙ୍କୁ ତୁରନ୍ତ ଆବଶ୍ୟକ କାର୍ଯ୍ୟାନୁଷ୍ଠାନ ନିର୍ଦ୍ଦେଶ

ବଲାଙ୍ଗୀର/ଟିଟିଲାଗଡ, (୨୪/୦୪) : ଆପ୍ର. : ଖବର ପ୍ରସାରଣ ପରେ ବିଭାଗୀୟ ଅଧିକାରୀ ଙ୍କୁ ତୁରନ୍ତ ଆବଶ୍ୟକ କାର୍ଯ୍ୟାନୁଷ୍ଠାନ ନିର୍ଦ୍ଦେଶ । ବଲାଙ୍ଗୀର ଜିଲ୍ଲା ଅନ୍ତର୍ଗତ ଟିଟିଲାଗଡ ପୌର ପରିଷଦ ଅଧିକାରୀ ତଥା ପଦାଧିକାରୀ...

ସାନନ୍ଦ ମେହେରକୁ ଗିରଫ ଓ ପ୍ରକାଶ ଲୁହାଙ୍କୁ ନ୍ୟାୟ ଦାବିରେ ଥାନା ଘେରିଲେ ହଜାର ହଜାର ପୁରୁଷ ମହିଳା

ସୁବର୍ଣ୍ଣପୁର, (୨୪/୦୪) : ଆ.ପ୍ର : ସୁବର୍ଣ୍ଣପୁର ଜିଲ୍ଲା ବୀରମହାରାଜପୁର ଥାନା ଘେରିଲେ ହଜାର ହଜାର ପୁରୁଷ ମହିଳା । ପ୍ରାପ୍ତ ସୂଚନା ଅନୁସାରେ କିଛିଦିନ ପୂର୍ବରୁ ବୀରମହାରାଜପୁର ବ୍ଲକ ଉପାଧ୍ୟକ୍ଷ ନାରାୟଣ ଲୁହାଙ୍କ...