32.9 C
Balāngīr
Monday, April 28, 2025

ରାୟଗଡା ବ୍ଲକରେ ଆମ ରୁଚି ଆମ ଖାଦ୍ୟ କାର୍ଯ୍ୟକ୍ରମ ଅନୁଷ୍ଠିତ

Must read

ରାୟଗଡା, (୧୩/୦୪) : ଆପ୍ର. : ରାୟଗଡା ବ୍ଳକ ପରିସରରେ ଓଡ଼ିଆ ପକ୍ଷ ପାଳନ ଅବସରରେ ଆମ ରୁଚି, ଆମ ଖାଦ୍ୟ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି ।

ରାୟଗଡ଼ା ଗୋଷ୍ଠୀ ଉନ୍ନୟନ ଅଧିକାରୀ ସୁଜିତ କୁମାର ମିଶ୍ର, ସି ଡି ପି ଓ ମୀନାକ୍ଷୀ ଦାଶ, ସହକାରୀ ନିର୍ବାହୀ ଯନ୍ତ୍ରୀ ରାକେଶ କୁମାର ସାହୁ, ଜିପିଇଓ ଗୋପାଳ ପଣ୍ଡା ଓ ମିଶନ ଶକ୍ତି ସଂଯୋଜିକା ପ୍ରିୟଙ୍କା ମୁଲିୟାଙ୍କ ଉପସ୍ଥିତିରେ ଏହି ଆୟୋଜିତ ହୋଇଥିଲା। ଏଥିରେ ସାତଗୋଟି ଚୟନକୃତ ସ୍ବୟଂ ସହାୟକ ଗୋଷ୍ଠୀ ଅଂଶଗ୍ରହଣ କରିଥିଲେ । ଉତ୍ତମ ଗୁଣବତ୍ତା ଖାଦ୍ୟର ଷ୍ଟଲ ପ୍ରସ୍ତୁତ କରାଯାଇ ପ୍ରଦର୍ଶନ କରାଯାଇଥିଲା । ସେଥିମଧ୍ୟରୁ ଅଂଚଳର ପାରମ୍ପରିକ ଖାଦ୍ୟସାମଗ୍ରୀ ଯଥା ମାଣ୍ଡିଆ ଲଡୁ,ମଣ୍ଡାପିଠା, ଆରିଷା, କାକରା, ପୋଡ଼ପିଠା ଆଦି ସ୍ଥାନୀତ ହୋଇଥିଲା ।

ଆଜିକାଲିର ଖାଦ୍ୟ ତୁଳନାରେ ପାରମ୍ପରିକ ଖାଦ୍ୟରେ ଅଧିକ ପୋଷଣ ଥାଏ । ଏହି ଖାଦ୍ୟର ଓଡ଼ିଆ ଜାତିର ପ୍ରିତୀ, ଅସ୍ମିତା, ସଂସ୍କୃତି ଓ ପରମ୍ପରାର ବାସ୍ନା ବାରିହୁଏ ବୋଲି ଅତିଥିଗଣ କହିଥିଲେ । ଶେଷରେ ଉପସ୍ଥିତ ସମସ୍ତ ଗୋଷ୍ଠୀଙ୍କୁ ପୁରସ୍କୃତ କରାଯାଇଥିଲା । ବରିଷ୍ଠ ଶିକ୍ଷକ ନୀଳାଞ୍ଚଳ ମିଶ୍ର ସ୍ବାଗତ ଭାଷଣ ଦେବା ସହ କାର୍ଯ୍ୟକ୍ରମର ପରିଚାଳନା କରିଥିଲେ ଓ ଜିପିଡିଓ ଗୋପାଳ ପଣ୍ଡା ଧନ୍ୟବାଦ ଅର୍ପଣ କରିଥିଲେ ।

- Advertisement -spot_img

More articles

- Advertisement -spot_img

Latest article

ଅବକାରୀ ଚଢ଼ାଉରେ ମହୁଲି ମଦ ସହ ୨ଟି ସ୍କୁଟି : ୨ଟି ମୋଟର ସାଇକେଲ ଜବତ

ରାଉରକେଲା, (୨୮/୦୪) : ଆପ୍ର. : ଆଜି ରାଉରକେଲା ଅବକାରୀ ଅଧୀକ୍ଷକ ଝସକେତନ ବରିହାଙ୍କ ନିର୍ଦ୍ଦେଶ କ୍ରମେ, ରାଉରକେଲା ଅବକାରୀ ବିଭାଗ ପକ୍ଷରୁ ଜିଅବାହାଲ, ରୁପୁଟୋଲା, ସେକ୍ଟର-୩, ଝିରପାଣି, ଅଚଂଳରେ ଚଢ଼ାଉ କରି...

ହାଇୱା-ବାଇକ ଧକ୍କା : ଜଣେ ମୃତ, ତିନି ଗୁରୁତର

ପାଟଣାଗଡ଼, (୨୮/୦୪): ଆପ୍ର. : ବଲାଙ୍ଗିର ଜିଲ୍ଲା ଲରମ୍ଭା ଥାନା ଘସିଏନ ଲରମ୍ଭା ମୁଖ୍ୟରାସ୍ତା ମଝିରେ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା । ହାଇୱାକୁ ପଛପଟୁ ପିଟିଲା ବାଇକ, ଜଣେ ମୃତ ତିନିଜଣ ଗୁରୁତର ।...

ଗଞ୍ଜାମରେ ବିଭତ୍ସ ହତ୍ୟା; ଦୁଇ ଭାଇଙ୍କୁ ହତ୍ୟା କରି ଶାଳବଣ ଜଙ୍ଗଲରେ ଜାଳିଦେଲେ ଦୁବୃର୍ତ

ଗଞ୍ଜାମ, (୨୮/୦୪) : ଆପ୍ର. : ପୁଣି ଅଶାନ୍ତ ହେଲା ଗଞ୍ଜାମ । ଖଲ୍ଲିକୋର୍ଟ ବେଗୁନିଆପଡ଼ା ଥାନା ଅଞ୍ଚଳରେ ଦୁଇ ଭାଇଙ୍କୁ ମାରି ଜଙ୍ଗଲରେ ଜାଳିଦେଲେ ଦୁର୍ବୁତ୍ତ । ବେଗୁନିଆପଡା ଥାନାଞ୍ଚଳର ଶାଳବଣ ଗାଁ...

ଯାଜପୁରରେ ଚାଞ୍ଚଲ୍ୟ ,ମହିଳାଙ୍କ ହାତମୁହଁ ବାନ୍ଧି ଦୁଷ୍କର୍ମ କଲେ ,ମାଡ଼ ମାରିଲେ ଦୁର୍ବୁତ୍ତ

ଯାଜପୁର, (୨୮/୦୪) : ଆପ୍ର. : ଯାଜପୁରରେ ଲଜ୍ୟା । ଯାଜପୁର ସହରରେ ଜଣେ କର୍ମଜୀବୀ ମହିଳାଙ୍କ ହାତମୁହଁ ବାନ୍ଧି ଦୁଷ୍କର୍ମ ଘଟଣା ପୁରା ଅଞ୍ଚଳରେ ଚାଞ୍ଚଲ୍ୟ ସୃଷ୍ଟି କରିଛି । ପୀଡିତା ଲୋକଲଜ୍ୟା...

ଶଶୁର ଘରକୁ ଫେରିବା ବାଟରେ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା; ଗଛରେ ପିଟି ହେଲା ସ୍କର୍ପିଓ, ନବ ବିବାହିତଙ୍କ ସମେତ ୪ ମୃତ

ରାଉଲକେଲା, (୨୮/୦୪) : ଆପ୍ର. : ଦିଅଁ ଦର୍ଶନ ସାରି ଫେରୁଥିବା ବେଳେ ଗଛରେ ପିଟିହେଲା ସ୍କର୍ପିଓ । ଦୁର୍ଘଟଣାରେ ନବ ବିବାହିତାଙ୍କ ସମେତ ଚାଲିଗଲା ୪ ଜଣଙ୍କର ଜୀବନ ଓ ଜଣେ...