32.9 C
Balāngīr
Tuesday, May 13, 2025

ରିଙ୍ଗ ରୋଡ କାମ ସମ୍ପୂର୍ଣ୍ଣ ପାଇଁ ପୂର୍ତ୍ତମନ୍ତ୍ରୀ ଙ୍କୁ ଦାବୀ ପତ୍ର ପ୍ରଦାନ

Must read

ପ୍ରକାଶ ପାଇଲା ସିବିଏସ୍ଇ ଦ୍ୱାଦଶ ପରୀକ୍ଷା ଫଳ, ବାଜି ମାରିନେଲେ ଝିଅ

ଭୁବନେଶ୍ୱର, (୧୩/୦୫) : ଆପ୍ର. : ଚଳିତ ବର୍ଷର କେନ୍ଦ୍ରୀୟ ମାଧ୍ୟମିକ ଶିକ୍ଷା ପରିଷଦ (ସିବିଏସଇ) ଦ୍ୱାଦଶ ଶ୍ରେଣୀ ପରୀକ୍ଷା ଫଳ ପ୍ରକାଶ ପାଇଛି । ସର୍ବ ଭାରତୀୟ ସ୍ତରରେ କୃତକାର୍ଯ୍ୟ ହାର ୮୮.୩୯...

ସୁବର୍ଣ୍ଣପୁର, (୨୯/୦୪) : ଆ.ପ୍ର : ଦୀର୍ଘ ଦିନ ହେଲା ବନ୍ଦ ହୋଇ ପଡିଛି ସୋନପୁରର ବହୁ ପ୍ରତିକ୍ଷୀତ ରିଙ୍ଗ ରୋଡ ପ୍ରକଳ୍ପ । ଏନେଇ ଦିନକୁ ଦିନ ବ୍ୟାପକ ଜନ ଅସନ୍ତୋଷ ବୃଦ୍ଧି ପାଇବାରେ ଲାଗିଛି ।

ସେପଟେ ମୂରବୀ ବିହୀନ ନେତା ଶୂନ୍ୟ ସୋନପୁର ସହର ରେ ପ୍ରଶାସନ ମଧ୍ୟ ସ୍ଥାଣୁ ପାଲଟି ଥିବା ଚର୍ଚ୍ଚା ହେଉଛି l ଏ ନେଇ ଆଜି ସୋନପୁର ସଚେତନ ନାଗରିକ ମଞ୍ଚର କର୍ମକର୍ତ୍ତା ମାନେ ଆଇନ, ଅବକାରୀ ତଥା ପୂର୍ତ୍ତମନ୍ତ୍ରୀ ପୃଥ୍ୱୀରାଜ ହରିଚନ୍ଦନଙ୍କ ଉଦ୍ଦେଶ୍ୟରେ ଜିଲ୍ଲାପାଳଙ୍କ ଜରୀଆରେ ଏକ ଦାବିପତ୍ର ପ୍ରଦାନ କରିଛନ୍ତି। ଐତିହ୍ୟ ସମ୍ପନ୍ନ ସୁବର୍ଣ୍ଣପୁର ସଦର ମହକୁମାର ମହାନଦୀ ସେତୁ ଠାରୁ ତେଲନଦୀ ସେତୁ ପର୍ଯ୍ୟନ୍ତ ରିଙ୍ଗରୋଡ୍ କାର୍ଯ୍ୟକୁ ଶୀଘ୍ର ସମ୍ପୂର୍ଣ୍ଣ କରିବା ପାଇଁ ଦୃଢ଼ ଦାବୀ କରିଛନ୍ତି। ଜିଲ୍ଲା ପ୍ରଶାସନ ସହ ଆଲୋଚନା କରିବା ସହ ମନ୍ତ୍ରୀ ଙ୍କ ଦୃଷ୍ଟି ଆକର୍ଷଣ କରିଥିଲେ ।

ଉକ୍ତ ପ୍ରକଳ୍ପ ଆରମ୍ଭ ହେବାର ୧୨ ବର୍ଷରୁ ଉର୍ଦ୍ଧ୍ବ ସମୟ ହୋଇଗଲାଣି କିନ୍ତୁ ସମ୍ପୂର୍ଣ୍ଣ ନ ହେବା ଦ୍ୱାରା ଜନସାଧାରଣ ନାହିଁ ନ ଥିବା ଅସୁବିଧାର ସମ୍ମୁଖୀନ ହେଉଛନ୍ତି। ସେଥିପାଇଁ ଉକ୍ତ ପ୍ରକଳ୍ପକୁ ସମ୍ପୂର୍ଣ୍ଣ କରିବା ପାଇଁ ଜିଲ୍ଲା ପ୍ରଶାସନ ତତ୍ପରତା ପ୍ରକାଶ କରିବା ଉଚିତ୍ ବୋଲି ସେମାନେ ଦାବୀ ଜଣାଇଛନ୍ତି। ଏହି ଦାବିପତ୍ର ପ୍ରଦାନ ସମୟରେ ସଚେତନ ନାଗରିକ ମଞ୍ଚର ସଭାପତି ସିତାଂଶୁ ଶେଖର ମିଶ୍ର, ବାଙ୍କାନିଧି ରାୟଗୁରୁ, ମହେଶ ପୂଝାରୀ, ନିରଞ୍ଜନ ତ୍ରିପାଠୀ, ଅକ୍ଷୟ କୁମାର ସେଠୀ, ଦୁଃଖିରାମ ନାୟକ, ନବଘନ ଷାଣ୍ଢ, ବିଜୟ କେତନ ରାୟଗୁରୁ, ଜନ୍ମେଜୟ ପାତ୍ର, ମାଗୁଣି ସାହୁ, ତ୍ରିପୁରାରୀ ପଣ୍ଡା, ଶେଷଦେବ ପଟ୍ଟନାୟକ, ଆନନ୍ଦ ବାରିକ ପ୍ରମୁଖ ଉପସ୍ଥିତ ଥିଲେ।

- Advertisement -spot_img

More articles

Leave a Reply

- Advertisement -spot_img

Latest article

ପ୍ରକାଶ ପାଇଲା ସିବିଏସ୍ଇ ଦ୍ୱାଦଶ ପରୀକ୍ଷା ଫଳ, ବାଜି ମାରିନେଲେ ଝିଅ

ଭୁବନେଶ୍ୱର, (୧୩/୦୫) : ଆପ୍ର. : ଚଳିତ ବର୍ଷର କେନ୍ଦ୍ରୀୟ ମାଧ୍ୟମିକ ଶିକ୍ଷା ପରିଷଦ (ସିବିଏସଇ) ଦ୍ୱାଦଶ ଶ୍ରେଣୀ ପରୀକ୍ଷା ଫଳ ପ୍ରକାଶ ପାଇଛି । ସର୍ବ ଭାରତୀୟ ସ୍ତରରେ କୃତକାର୍ଯ୍ୟ ହାର ୮୮.୩୯...

ଯାତ୍ରୀବାହୀ ବସକୁ ପିଟିଲା ଟ୍ରକ, ୨୦ ଆହତ

କରଞ୍ଜିଆ, (୧୩/୦୫) : ଆପ୍ର. : କରଞ୍ଜିଆ ଥାନା ଚଢ଼େଇଭୋଳ ନିକଟରେ ମର୍ମନ୍ତୁଦ ସଡକ ଦୁର୍ଘଟଣା । ଯାତ୍ରୀବାହୀ ବସକୁ ପଛ ପଟେ ଧକା ଦେଲା ଟ୍ରକ । ଦୁର୍ଘଟଣାରେ ଓଲଟି ପଡିଛି ଶିବ...

ମଦ ନେଲା ଜୀବନ, ଭିଣୋଇ ମାଡ଼ରେ ୩ ଶଳାଙ୍କ ମୃତ୍ୟୁ

ମାଲକାନଗିରି, (୧୩/୦୫) : ଆପ୍ର. : ମଦ ନେଲା ୩ ଜୀବନ । ଭିଣୋଇ ମାଡ଼ରେ ୩ ଶଳାଙ୍କ ମୃତ୍ୟୁ । ମାଲକାନଗିରି ଜିଲ୍ଲା ଚିତ୍ରକୋଣ୍ଡା ଥାନା ଅଞ୍ଚଳରେ ଚାଞ୍ଚଲ୍ୟ । ମୃତକ ହେଲେ...

କସ୍ତୁରବା ସବିକା ମହାବିଦ୍ୟାଳୟରେ ଆନ୍ତର୍ଜାତିକ ନର୍ସ ଦିବସ ପାଳନ

ପୁରୁଷୋତ୍ତମପୁର, (୧୩/୦୫) : ଆପ୍ର. : କସ୍ତୁରବା ସେବିକା ମହାବିଦ୍ୟାଳୟ ରେ ଆନ୍ତର୍ଜାତିକ ନର୍ସ ଦିବସ ପାଳିତ ହୋଇଛି । କଥା ରେ ଅଛି ମାନବ ସେବା ହିଁ ନରାୟଣ ସେବା, ଏହି ପରିପ୍ରେକ୍ଷୀରେ...

ଅଙ୍ଗଦାନ କରି ଅମର ହୋଇଗଲେ ଆଦିବାସୀ ଯୁବକ

ଗୁଣପୁର, (୧୩/୫) : ଆପ୍ର. : କଥାରେ ଅଛି ମଣିଷ ଜୀବନ ପାଣି ଫୋଟକା । ଖୁସିରେ ଘରୁ ବାହାରି ଥିଲେ କିନ୍ତୁ ବିଧାତାର ଲେଖା ଅଲଗା ଥିଲା, ଦୂର୍ଘଟଣାର ଶିକାର ହେଲେ...