32.9 C
Balāngīr
Sunday, July 20, 2025

ରେଳ ଫାଟକ ପାର ହେଉଥିବା ବେଳେ ଅଘଟଣ , ଟ୍ରେନରେ କଟି ଯୁବକଙ୍କ ଗଲା ଜୀବନ

Must read

ଭଦ୍ରକ, (୦୪/୦୭) : ଆପ୍ର. : ରେଳ ଫାଟକ ପାର ହେଉଥିବା ବେଳେ ଅଘଟଣ । ଭଦ୍ରକ କେନ୍ଦୁଆପଦା ରେଳ ଷ୍ଟେସନ ନିକଟରେ ରେଳ ଧାରଣାରେ କଟି ଜଣେ ଯୁବକଙ୍କ ଶୋଚନୀୟ ମୃତ୍ୟୁ ଘଟିଛି ।

ତେବେ ସ୍ଥାନୀୟ ଗୋହିରାପଦୀ ଅଞ୍ଚଳର ଏହି ଯୁବକ ଜଣକ କେନ୍ଦୁଆପଦା ବଜାରକୁ ଆସି ରେଳ ଫାଟକ ଦେଇ ଅପରପାର୍ଶ୍ବକୁ ପାର୍ ହେବାକୁ ଯାଉଥିଲେ । ମାତ୍ର ଟ୍ରେନ ଆସୁଥିବା ସମୟରେ ପଡ଼ିଥିବା ଫାଟକ ଦେଇ ବ୍ୟକ୍ତି ଜଣକ ପାର ହେବାକୁ ଉଦ୍ୟମ କରୁଥିଲେ । ସେହି ସମୟରେ ଏକ ଦୃତ ଗାମୀ ଟ୍ରେନ ତାଙ୍କୁ ଧକ୍କା ଦେଇଥିଲା । ଫଳରେ ସେ ଘଟଣା ସ୍ଥଳରେ ଟ୍ରେନରେ କଟି ଯାଇ ପ୍ରାଣ ହରାଇଥିବା ବେଳେ ତାଙ୍କ ସମ୍ପୁର୍ଣ୍ଣ ଶରୀର ଖଣ୍ଡ ବିଖଣ୍ଡିତ ହୋଇ ରେଳ ଧାରଣାରେ ପଡ଼ିଥିଲା । ତେବେ ରେଳବାଇ ପୋଲିସ୍ ପହଞ୍ଚି ମୃତଦେହକୁ ଜବତ୍ କରି ବ୍ୟବଚ୍ଛେଦ ପାଇଁ ପଠାଇଥିବା ଜଣାପଡ଼ିଛି ।

- Advertisement -spot_img

More articles

- Advertisement -spot_img

Latest article

ପୁରୁଷୋତ୍ତମପୁର ଅଟୋ ୟୁନିଅନ ଦ୍ୱାରା ଚକ୍ଷୁ ପରୀକ୍ଷା ଶିବିର ଅନୁଷ୍ଠିତ

ପୁରୁଷୋତ୍ତମପୁର, (୧୯/୦୭) : ଆପ୍ର. : ପୁରୁଷୋତ୍ତମପୁର ସହର ରେ ସ୍ଥାନୀୟ ମା କନକା ଅଟୋ ମୋବାଇଲ ସଂଘ ଚାଳକ ସଂଘ ଦ୍ୱାରା ଏକ ମାଗଣା ଚକ୍ଷୁ ଚିକିତ୍ସା ଶିବିରର ଆୟୋଜନ କରାଯାଇଥିଲା...

ଅର୍ଜୁନପୁର ଜଙ୍ଗଲ ରୁ ଚୋରି ଶାଳ କାଠ ସହ ବ୍ୟବହୃତ ଗାଡି ଓ ବାଇକ ଜବତ : ୨ ଅଭିଯୁକ୍ତ କୁ ଗିରଫ 

ସୁବର୍ଣ୍ଣପୁର, (୧୯/୦୭) : ଆ.ପ୍ର : ସୁବର୍ଣ୍ଣପୁର ବନ ବିଭାଗ ରେଞ୍ଜର କୌଣସି ସୂତ୍ର ରୁ ଖବର ପାଇ ରେଞ୍ଜର ସୁବାସ ମହାପାତ୍ର ବିଶ୍ଵସ୍ତ ସୂତ୍ରରୁ ଖବର ପାଇବାରୁ ତାଙ୍କ ନିର୍ଦ୍ଦେଶ କ୍ରମେ...

ମାନସିକ ଚାପଗ୍ରସ୍ତ ଯୁବକଙ୍କ ଆତ୍ମହତ୍ୟା

ବୁର୍ଲା, (୧୯/୦୭) : ଆପ୍ର. : ବୁର୍ଲା ସହର ଶ୍ରୀରାମ ବିହାରର ଜଣେ ଯୁବକ ବେକରେ ଦୌଡ଼ି ଲଗାଇ ଆତ୍ମହତ୍ୟା କରିବା ପରି ଏକ ଅଭାବନୀୟ ଘଟଣା ଘଟିଯାଇଛି । ପୁଲିସ ଶବ ଜବତ...

ଧାନ ବିକ୍ରି ପାଇଁ ଆଜିଠୁ ଆରମ୍ଭ ହେଲା ଚାଷୀ ପଞ୍ଜୀକରଣ: ଅଗଷ୍ଟ ୨୦ ଯାଏଁ କରିପାରିବେ ଆବେଦନ; ଜାଣନ୍ତୁ ପଞ୍ଜୀକରଣର ପୂରା ପ୍ରକ୍ରିୟା

ଭୁବନେଶ୍ୱର, (୧୯/୦୭) : ଆପ୍ର. : ଆଜି ଠାରୁ ଆରମ୍ଭ ହେଉଛି ଖରିଫ ଧାନ ବିକ୍ରି ପାଇଁ ଚାଷୀ ପଞ୍ଜୀକରଣ ପ୍ରକିୟା। ଏହା ଆସନ୍ତା ଅଗଷ୍ଟ ୨୦ ତାରିଖ ପର୍ଯ୍ୟନ୍ତ ଚାଲିବ । ସେପ୍ଟେମ୍ବର...

ଫାସଡ ସୁକତେଲ ବ୍ରିଜଠାରେ ଦୁଇଟ୍ରକ ମୁହାଁମୁହିଁ ଧକ୍କା

ଲୋଇସିଂହା, (୧୯/୦୭) :ଆପ୍ର. : ବଲାଙ୍ଗିର ଜିଲ୍ଲା ଲୋଇସିଂହା ଥାନା ଫାସଡ ନିକଟସ୍ଥ ସୁକ୍‌ତେଲ ପୋଲ ଉପରେ ଗତକାଲି ରାତିରେ ଦୁଇଟ୍ରକ୍ ମଧ୍ୟରେ ଧକ୍କା ହେବା ଫଳରେ ରାସ୍ତା ଅବରୋଧ ହୋଇଥିଲା । ଦୁର୍ଘଟଣାଗ୍ରସ୍ତ...